Categories
ଆଜିର ଖବର ରାଜ୍ୟ ଖବର ସିନେମା

ଓଡ଼ିଆ ଚଳଚ୍ଚିତ୍ର “ନିୟତି” ର ଟ୍ରେଲର ଏବଂ ଅଡିଓ ଲୋକାର୍ପଣ

ଭୁବନେଶ୍ଵର: ସମରେଶ ରାଉତରାୟଙ୍କ ପ୍ରସ୍ତୁତି, ଏସ ଥ୍ରୀ ମୁଭିଜ ପ୍ରଯୋଜିତ ଏବଂ ରିସା ଫିଲ୍ମସ ସହଯୋଗୀତାରେ ନିର୍ମିତ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର “ନିୟତି” ଆସନ୍ତା ୨୧ ଜୁଲାଇ ଶୁକ୍ରବାର ଦିନ ସାରା ଓଡିଶାରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଭୁବନେଶ୍ୱର ପ୍ରେସ କ୍ଲବ ଠାରେ ଚଳଚ୍ଚିତ୍ରର ଟ୍ରେଲର ରିଲିଜ ଏବଂ ଅଡିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ ରେ ପ୍ରଯୋଜକ ତଥା ଅଭିନେତା ସମରେଶ ରାଉତରାୟ, ନିର୍ଦ୍ଦେଶକ ପିନାକୀ ଶ୍ରୀଚନ୍ଦନ, ଅଭିନେତା ସାନୁ, ଅଭିନେତ୍ରୀ ଦିବ୍ୟା, ପୁପୁଲ ଭୂୟାଁ, କେକେ, ସଙ୍ଗୀତ ନିର୍ଦ୍ଦେଶକ ଅନୁରାଗ ପଟ୍ଟନାୟକ ଏବଂ ମୋ କଲେଜ ଅଧ୍ୟକ୍ଷ ତଥା ଅଭିନେତା ଆକାଶ ଦାସ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଓଡ଼ିଆ ଚଳଚ୍ଚିତ୍ର “ନିୟତି” ର ପ୍ରଯୋଜନା ପ୍ରେମଲତା ରାଉତରାୟ, ସମରେଶ ରାଉତରାୟ ଏବଂ ସୁଧାଂଶୁ ନାରାୟଣ କରିଥିବା ବେଳେ ଏକାଧାର ରେ କାହାଣୀ, ଚିତ୍ରନାଟ୍ୟ, ସଂଳାପ ସହିତ ନିର୍ଦ୍ଦେଶନା ଦାୟିତ୍ୱ ପିନାକୀ ଶ୍ରୀଚନ୍ଦନ ନେଇଛନ୍ତି। ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅନୁରାଗ ପଟ୍ଟନାୟକ, ଚିତ୍ରତ୍ତୋଳନ – ଅକ୍ଷୟ କୁମାର ନାୟକ, ସମ୍ପାଦନା – କେଡ଼ି ସିପୁନ, ଡି.ଆଇ – ଅଧିକାରୀ ସାହୁ ଏବଂ ପ୍ରଡ଼କସନ୍ ଡିଜାଇନ୍ ରେ ଜେନା ବ୍ରଦର୍ସ ରହିଛନ୍ତି। ଚଳଚ୍ଚିତ୍ର “ନିୟତି” ର ମୁଖ୍ୟ ଭୂମିକା ରେ ଅଭିନେତା ସାନୁ, ଅଭିନେତ୍ରୀ ଦିବ୍ୟା ମହାନ୍ତି ଏବଂ ଆଗଧାଡିର ଅଭିନେତା ସମରେଶ ରାଉତରାୟ ଅଛନ୍ତି। ଅନ୍ୟ ସହଯୋଗୀ କଳାକାର ଭାବେ କେକେ, କାହ୍ନା, ପୁପୁଲ ଭୂୟାଁ, ଶୁଭ୍ରାଂଶୁ, ବିଷାନ, ଉଦିତ ଗୁରୁ, ଅଙ୍କିତ ପଟ୍ଟନାୟକ ଏବଂ ଅଭିଜିତ ପାତ୍ର ଅଭିନୟ କରିଛନ୍ତି। ଅନୁରାଗ ପଟ୍ଟନାୟକ ଙ୍କ ବଳିଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ରେ ବଲିଉଡ ତଥା ଓଲିଉଡ଼ ର ନାମୀ କଣ୍ଠଶିଳ୍ପୀ ଋତୁରାଜ ମହାନ୍ତି, ବିରାଜ, ସବିଶେଷ, ଅନ୍ତରା ଚକ୍ରବର୍ତ୍ତୀ, ଗୀତ୍ , ସ୍ମୃତି, ସଂଜୀବ, ଅନୁରାଗ, କ୍ରୀଷ୍ଣା ମିସ୍ତ୍ରୀ (ଉତ୍ସାଜ) ପ୍ରମୁଖ କଣ୍ଠଦାନ କରିଛନ୍ତି।

ଓଡ଼ିଆ ଚଳଚ୍ଚିତ୍ର ଜଗତର ପୁନଃରୁଦ୍ଧାର ହୋଇଥିବା ବେଳେ ଚଳଚ୍ଚିତ୍ର ନିୟତି ର କାହାଣୀ ଓଡ଼ିଆ ଦର୍ଶକ ଙ୍କୁ ଏକ ଭିନ୍ନ ସ୍ୱାଦ ଦେବ। ଚଳଚ୍ଚିତ୍ରର ଶୀର୍ଷକରୁ ଜଣା ପଡୁଛି ଏହା ନିଶ୍ଚିତ ଭାବେ ଏକ ମୌଳିକ କାହାଣୀ କୁ ନେଇ ନିର୍ମାଣ ହୋଇଛି। ଚଳଚ୍ଚିତ୍ର “ନିୟତି” କୁ ଓଡିଆ ଦର୍ଶକ ନିଶ୍ଚିତ ଭାବେ ଭଲ ପାଇବା ଦେବେ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ମତ ପ୍ରକାଶ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଦୁଇ ଚକିଆ ଯାନର ପରିବହନ ପାଇଁ ବଡ଼ ବାହନ ଏବଂ ଟ୍ରେଲର ପାଇଁ ମାର୍ଗଦର୍ଶିକା ଜାରି

ନୂଆଦିଲ୍ଲୀ: ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ 25 ଫେବୃୟାରୀ 2022 ରେ କେନ୍ଦ୍ରୀୟ ମୋଟର ବାହନ ନିୟମ 1989 ର ନିୟମ 93 ରେ ସଂଶୋଧନ କରିବା ପାଇଁ ଅଧିସୂଚନା ଜାରି କରିଛନ୍ତି ଯାହା ଅନୁସାରେ ଦୁଇ ଚକିଆ ବାହନର ପରିବହନ ପାଇଁ ବଡ଼ ବାହାନ ଏବଂ ଟ୍ରେଲରରେ ସର୍ବାଧିକ ତିନି ଡେକ୍ ରହିପାରିବ ଓ ଭାର ବହନ ସଂରଚନା, ଡ୍ରାଇଭରଙ୍କ କ୍ୟାବିନ ଉପର ପର୍ଯ୍ୟନ୍ତ ଉଠି କରି ରହିନଥିବା ଆବଶ୍ୟକ।

ଏହାଦ୍ବାରା ଦୁଇଚକିଆ ଯାନର ପରିବହନ ପାଇଁ ପରିବହନ କ୍ଷମତା 40-50 ପ୍ରତିଶତ ବଢ଼ିଯିବ।