Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଶରଧାବାଲିରେ ଠେଲାପେଲା ଘଟଣାର ତଦନ୍ତ ହେବ, ମୁଖ୍ୟମନ୍ତ୍ରୀ କହିଲେ ଏପରି କଥା

ଭୁବନେଶ୍ବର: ଶରଧାବାଲିରେ ଘଟିଯାଇଥିବା ଠେଲାପେଲା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ସେ ନିଜ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ, ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ।

ସେ କହିଛନ୍ତି ଯେ, ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।