Categories
ଆଜିର ଖବର

ବ୍ରହ୍ମପୁର ଗସ୍ତରେ ନବୀନ : ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୬ଟି ପ୍ରକଳ୍ପର ଉଦ୍‌ଘାଟନ

ଆଜି ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ଗ୍ରସ୍ତ କରିଛନ୍ତି । ଏହି ଗ୍ରସ୍ତ ଅବସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଖଲ୍ଲିକୋଟ ଷ୍ଟାଡିୟମ୍‌ଠାରେ ୪୮୮ କୋଟି ୭୬ ଲକ୍ଷ ଟଙ୍କାରେ ନିର୍ମିତ ଜାନିବିଲି –ବ୍ରହ୍ମପୁର ବୃହତ ଜଳଯୋଗାଣ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଲୋର୍କାପଣ କରିଛନ୍ତି । ଏହା ସହ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୬ଟି ପ୍ରକଳ୍ପର ଉଦ୍‌ଘାଟନ ମଧ୍ୟ କରିଛନ୍ତି । ଏଠାରେ ଆୟୋଜିତ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ରାଜ୍ୟର ସମସ୍ତ ପୌର କର୍ମଚାରୀମାନଙ୍କୁ ସପ୍ତମ ବେତନ କମିଶନଙ୍କ ସୁପାରିଶ୍‌ ଅନୁସାରେ ଦରମା ମିଳିବ ବୋଲି କହିଛନ୍ତି । ଏହାଛଡ଼ା ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ୧୧୪ଟି ସହରାଞ୍ଚଳ ପାଇଁ ସ୍ମାର୍ଟ ପାର୍କ, ଆଦର୍ଶ ଶ୍ମଶାନ ନିର୍ମାଣ ଓ ଉନ୍ନତିକରଣ କାର୍ଯ୍ୟର ମଧ୍ୟ ଶିଳାନ୍ୟାସ କରିଛନ୍ତି ।