Categories
ଆଜିର ଖବର ରାଜ୍ୟ ଖବର

ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଉଦ୍‌ଯାପିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଉଦ୍‌ଯାପିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ସହ ଡିଏଭି ଗାନପୂର୍ବକ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା। ସାମୂହିକ ସଙ୍ଗୀତ ଗାନ ପରେ ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିରୂପେ ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟର କୁଳପତି ଯୋଗଦାନ କରି ‘ସାମୂହିକ ସହଯୋଗ ଓ ଉଦ୍ୟମ ସଫଳତାର ମହାମନ୍ତ୍ର’ ବୋଲି ମତବ୍ୟକ୍ତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ତଥା ସହ ଆଞ୍ଚଳିକ ଅଧିକାରୀ ଡ. ସୁଜାତା ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ।

ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଦଶମ ଶ୍ରେଣୀର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ସାଂସ୍କୃତିକ ବିଭାଗର ସହ-ସଂଯୋଜିକା ସ୍ମ୍ରିିତି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଶାସ୍ତ୍ରୀୟ ନୃତ୍ୟ, ଫିଫା ଫିଭର, ଗଣତନ୍ତ୍ରର ଚାରୋଟି ସ୍ତମ୍ଭ, ଓଡ଼ିଆ ଡ୍ରାମା – ଯିଏ ସୁଖ ଦୁଃଖରେ ସାଥୀ, ଡିସ୍କୋ ଡ୍ୟାନ୍‌ସ ଆଦି କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥଲେ।

Categories
cbse10th CBSE12th ଆଜିର ଖବର ରାଜ୍ୟ ଖବର

ଆୟୋଜିତ ହେଲା ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌”

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଏକ ରଂଗାରଂଗ ପରିବେଷ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା। ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍‍ଘାଟନ କରାଯାଇଥିଲା। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ବିଶାଲ କୁମାର ଦେବ ଯୋଗ ଦାନ କରି ‘କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି’ ବୋଲି ମତବ୍ୟକ୍ତ କରିଥିଲେ। ଡିଏଭି ବିଦ୍ୟାଳୟ ସମୂହର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ. ସି. ଶତପଥୀ ମାତାପିତା, ଶିକ୍ଷକ ତଥା ଗୁରୁଜନମାନଙ୍କୁ ଯଥୋଚିତ ସମ୍ମାନ ପ୍ରଦର୍ଶନ କଲେ ବିଦ୍ୟାର୍ଥୀମାନେ ସଫଳତା ଲାଭ କରିପାରିବେ ବୋଲି କହିଥିଲେ।

ବିଦ୍ୟାଳୟର ଅଧ୍ୟକ୍ଷା ତଥା ସହ ଆଞ୍ଚଳିକ ଅଧିକାରୀ ଡ. ସୁଜାତା ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା।

ବିଦ୍ୟାଳୟର ସାଂସ୍କୃତିକ ବିଭାଗର ମୁଖ୍ୟ ସଂଯୋଜିକା ସାରଦା ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗନୃତ୍ୟ, ମାଜେଷ୍ଟିକ୍ ହିମାଳୟ, ରାଜସ୍ଥାନୀ ଲୋକନୃତ୍ୟ, କ୍ରିସ୍‌ମାସ୍ କ୍ରେଜ୍‌, ଡ୍ୟାନସ୍ ଡ୍ରାମା ଆଦି କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ବିମୁଗ୍ଧ କରିଥଲେ।