Categories
ବିଶେଷ ଖବର ରାଜ୍ୟ ଖବର

ନବୀନଙ୍କ ବଡ ନିଷ୍ପତ୍ତି, ଶ୍ରମିକ କଲ୍ୟାଣ ଯୋଜନାରେ ସାମିଲ ହେବେ ଡେଲିଭରି ବୟ ଆଦି ପଚାଶଟି ବର୍ଗ

ଭୁବନେଶ୍ବର: ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି।

ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍‌ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି ।

ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ହେଲେ – (୧) ଦରଜୀ, ଏମ୍ବ୍ରୋଡୋରୀ କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲୋରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରୀ ଓ Dry Cleaner କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ୱେଲ୍‌ଡିଂ କାରିଗର, ୱେଲ୍‌ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) Tool Maker, Dye Maker, ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬) ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ, (୨୯) ଫୁଲ ଦୋକାନୀ, (୩୦) ଟେଣ୍ଟହାଉସ/ଡେକୋରେସନ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୧) ବ୍ୟାଣ୍ଡପାର୍ଟି ସଦସ୍ୟ, (୩୨) ମନୋରଞ୍ଜନ କଳାକାର, (୩୩) ମ୍ୟୁଜିସିଆନ ଓ କଣ୍ଠଶିଳ୍ପୀ, (୩୪) ଚଳଚ୍ଚିତ୍ର ଅପରେଟର/ସହାୟକ, (୩୫) ସିନେମା ହଲ୍‌ ବୁକିଂ କ୍ଲର୍କ, (୩୬) ବାଦ୍ୟଯନ୍ତ୍ର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୭) ସମସ୍ତ ପ୍ରକାର କାରିଗର, (୩୮) ବୃକ୍ଷରୋପଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୯) ଡଙ୍ଗା ଚାଳକ/ସହାୟକ, (୪୦) Snacks ମିକ୍ସଚର୍‌ ଫ୍ୟାକ୍ଟ୍ରି ଶ୍ରମିକ, (୪୧) ଆଚାର, ବଡି, ପାମ୍ପଡ ପ୍ରସ୍ତୁତକାରୀ, (୪୨) ସ-ମିଲ୍‌ ଶ୍ରମିକ, (୪୩) କ୍ଷୀର ବିକ୍ରୟ କରୁଥିବା ବ୍ୟକ୍ତି, (୪୪) କେୟାରଟେକର/ହାଉସ କିପର/Bedside Attendant, (୪୫) କେକ୍‌/କ୍ୟାଣ୍ଡି ପ୍ରସ୍ତୁତକାରୀ, (୪୬) ବରଫ ପ୍ରସ୍ତୁତକାରୀ/ ଆଇସକ୍ରିମ ପ୍ରସ୍ତୁତକାରୀ, (୪୭) ଡାଇରୀ ପ୍ରଡକ୍ଟ ପ୍ରସ୍ତୁତକାରୀ, (୪୮) ଟ୍ରାଭେଲ ଓ ଟୁରିଷ୍ଟ ଗାଇଡ, (୪୯) ଡେଲିଭରୀ ବଏ, (୫୦) କୃଷି ଶ୍ରମିକ (Cultivator) ।

ବୋର୍ଡରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକ ମାନଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି । ସେହିପରି ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ ଯେ ୨୦୧୭ ମଇ ପହିଲାରୁ ଆରମ୍ଭ ହୋଇଥିବା ଏହି ବୋର୍ଡ ଜରିଆରେ ବର୍ତ୍ତମାନ ୧୦ଟି ବର୍ଗର ପ୍ରାୟ ୩.୬୫ ଲକ୍ଷ ପଞ୍ଜୀକୃତ ଶ୍ରମିକ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ ଏହି ଯୋଜନାରୁ ଉପକୃତ ହେବେ।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର ସିନେମା

ଟାକ୍ସ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ‘ଡେଲିଭରୀ ବୟ’ ଟିମ୍

ଭୁବନେଶ୍ବର: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିବାରୁ ଆଜି ‘ଡେଲିଭରୀ ବୟ’ ଟିମ୍ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ମୁଖ୍ୟମନ୍ତ୍ରୀଙ୍କୁ ଏଭଳି ପ୍ରୋତ୍ସାହନ ପାଇଁ ଧନ୍ୟବାଦ ପ୍ରଦାନ କରାଯାଇଛି। ଏଥିସହ ଓଡିଆ ଚଳଚ୍ଚିତ୍ରର ପ୍ରସାର ପାଇଁ ଏଭଳି ସାଧୁ ଉଦ୍ୟମ ର ଭୂୟସୀ ପ୍ରଶଂସା କରାଯାଇଥିଲା।

ଏହି ଅବସରରେ ଏଭଳି ଉଦ୍ୟମ ଫଳରେ ମୋୖଳିକ କାହାଣୀକୁ ନେଇ ପ୍ରଯୋଜକମାନେ ଆଗେଇ ଆସିବେ ଓ ଅଧିକରୁ ଅଧିକ ଦର୍ଶକ ଓଡିଆ ଚଳଚ୍ଚିତ୍ର ଦେଖିବାର ସୁଯୋଗ ପାଇଵେ ବୋଲି ‘ଡେଲିଭରୀ ବୟ’ ଟିମ୍ ତରଫରୁ ମତ ପ୍ରକାଶ ପାଇଥିଲା। ଏହି ସମ୍ମିଳନୀରେ ଚଳଚ୍ଚିତ୍ରର ପ୍ରଯୋଜକ ଜ୍ୟୋତି ରଞ୍ଜନ ମହାନ୍ତି, ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି, ଶକ୍ତି ବରାଳ, ସୁଶାନ୍ତ ଦାସ ମହାପାତ୍ର, ଅଭିନେତ୍ରୀ ପ୍ରିୟମ୍ବଦା କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ,ପବ୍ଲିସିଟି ମୁଖ୍ୟ ଗୁଡ୍ଡୁ , ବିତରକ ଶ୍ରୀକାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଜୀବନ୍ତ ଅଭିନୟ କରିଥିବା କଳାକାରମାନେ ହେଲେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତରାୟ, ସୁଶାନ୍ତ ଦାସ ମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ। ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି ସହ କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି।

ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ। ଏହା ଛଡା ଓଡିଆ ଚଳଚ୍ଚିତ୍ର ଜଗତ ବିକାଶ ଦିଗରେ ଯାଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏହିପରି ପଦକ୍ଷେପ ଆମ ପରି କଳାକାର ମାନଙ୍କୁ ଅଧିକ ଉତ୍ସାହିତ କରିବ ବୋଲି ‘ଡେଲିଭରୀ ବୟ’ର ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି କହିଥିଲେ।

ସୂଚନାଯୋଗ୍ୟ ଯେ ସହରାଞ୍ଚଳର ଦୈନନ୍ଦିନ ଜୀବନରେ ଡେଲିଭରୀ ବୟ ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି। ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ। ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ।

ଓଡିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷ କରି ବିଜୟୀ ହୋଇଛନ୍ତି ତାହା ଖୁବ ନିଖୁଣଭାବରେ ପ୍ରଦର୍ଶିତ ହୋଇଛି। ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି। ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କଉପରେ ସକରାତ୍ମକ ପ୍ରଭାବ ପଡିବାର ଆଶା ରହିଛି। ଚଳଚ୍ଚିତ୍ର ଡେଲିଭରୀ ବୟ ଏପ୍ରିଲ୍‌ ୭ ରେ ସାରା ଓଡିଶାର ୨୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ବୋଲି ସୂଚନା ଦିଆଯାଇଥିଲା।

Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର

ଏପ୍ରିଲ ୭ ରେ ରୂପେଲି ପରଦାରେ “ଡେଲିଭରୀ ବୟ”

ଭୁବନେଶ୍ୱର: ନୂଆ ଓଡିଆ ଚଳଚ୍ଚିତ୍ର “ଡେଲିଭରୀ ବୟ”ଟ୍ରେଲର ରିଲିଜ୍ ପରେ ବଢୁଛି ଉତ୍କଣ୍ଠା। ଆଉ ଏହି ଉତ୍କଣ୍ଠାର ପୂର୍ଣ୍ଣଚ୍ଛେଦ ଟାଣିବାକୁ ଯାଉଛି ପ୍ରଯୋଜନା ସଂସ୍ଥା। କାରଣ ଡେଲିଭରୀ ବୟ ଏପ୍ରିଲ ୭ରେ ପ୍ରେକ୍ଷାଳୟରେ କରିବ ମୁକ୍ତିଲାଭ। ମୌଳିକ ଓ ବାସ୍ତବଧର୍ମୀ ଚରିତ୍ରକୁ ନେଇ କାହାଣୀ। ଇନଫିସନ ଏଣ୍ଟରଟେନମେଣ୍ଟ ନିବେଦିତ ଜ୍ୟୋତି ରଞ୍ଜନ ମହାନ୍ତି ପ୍ରଯୋଜିତ ଏହି ଚଳଚ୍ଚିତ୍ର ଜଣେ ଡେଲଭରୀ ଜୀବନକୁ ନେଇ ନିର୍ମାଣ ହୋଇଛି ଚଳଚ୍ଚିତ୍ର।

ସାଧାରଣତଃ ଲୋକେ ଅନଲାଇନରେ ଅନେକ ଜିନିଷ ଅର୍ଡର କରିଥାନ୍ତି। ଉକ୍ତ ସାମଗ୍ରୀକୁ ସଠିକ ସମୟରେ ସଠିକ ଲୋକ ପାଖରେ ପହଁଚାଇବା ଡେଲିଭରୀ ଭୟର କର୍ତ୍ତବ୍ୟ। କିନ୍ତୁ କର୍ତ୍ତ୍ୟବ ପାଇଁ ଡେଲିଭରୀ ଭୟ ସାମ୍ନା କରୁଥିବା ଅନେକ ଅକୁହା କଥାକୁ ନେଇ କାହାଣୀର ପରିକଳ୍ପନା। କେଭଳ ଲୋକଙ୍କୁ ସଠିକ ସମୟରେ ଜିନିଷ ପହଁଚାଇବା ପାଇଁ ଜୀବନକୁ ବାଜିରେ ଲଗାଇଦିଏ ଡେଲିଭରୀ ଭୟ। କିନ୍ତୁ ଏ ଯନ୍ତ୍ରଣା ନା କାହାକୁ କହିପାରେ, ନ ବୁଝାଇପାରେ। ଜଣେ ସାମାନ୍ୟ ଡେଲିଭରୀ ବୟର ଜୀବନ ସଂଘର୍ଷର ସମସ୍ୟାକୁ ନେଇ ପ୍ରସ୍ତୁତ ହୋଇଛି ଚଳଚ୍ଚିତ୍ର। ଏପ୍ରିଲ ରେ ମୁକ୍ତିଲାଭ କରିବା ନେଇ ସୂଚନା ଦେଇଛି ପ୍ରଯୋଜନା ସଂସ୍ଥା।

ଚଳଚ୍ଚିତ୍ରର ଅଡିଓ ରିଲିଜ୍ ପରେ ମିଳିଥିଲା ଦର୍ଶକଙ୍କ ଭଲ ପାଇବା। ସବୁଠି ଶୁଣିବାକୁ ମିଳୁଛି ଡେଲିଭରୀ ବୟର ଅଡିଓ। ସେପଟେ ଟ୍ରେଲର ରିଲିଜ ପରେ ମିଳିଥିଲା ଅକୁଣ୍ଠ ଦର୍ଶକଙ୍କ ଆଶୀର୍ବାଦ। ଏହା ହିଁ ସୂଚାଇଦେଇଥିଲା କାହାଣୀର ଭବିଷ୍ୟତ।

ଚଳଚ୍ଚିତ୍ରର କାହାଣୀ ପରିକଳ୍ପନା ପରିଚିତ ପ୍ରଯୋଜକ ଜେ .ଆର.ଏମ୍ କରିଥିବାବେଳେ ସଂଳାପ ଲେଖିଛନ୍ତି ଦୀପକ ଜେନା ଏବଂ ଚିତ୍ରନାଟ୍ୟ ପ୍ରସ୍ତୁତି ସହ ନିର୍ଦ୍ଦେଶନା ଦେଇଛନ୍ତି ସହ ଅଶ୍ୱିନୀ ତ୍ରିପାଠୀ। ଏହି ଚଳଚ୍ଚିତ୍ରରେ ଅନେକ ଲୋକପ୍ରିୟ ଅଭିନେତା ଓ ଅବିନେତ୍ରୀଙ୍କୁ ଦେଖିବାକୁ ପାଇବେ ଦର୍ଶକ। ଅଭିନେତା ବୁଦ୍ଧାଦିତ୍ୟ, ଶୈଳେନ୍ଦ୍ର, ଅଭିନେତ୍ରୀ ସୂର୍ୟମୟୀ, ପ୍ରିୟମ୍ବଦା, ଶକ୍ତି ବରାଳ, ଜୀବନ ପଣ୍ଡା, ସୁଶାନ୍ତ, ଇଲୁ ବାନାର୍ଜୀ, ସରୋଜ ଦାଶ, ଚୌଧୁରୀ ବିକାଶ ଦାସ, ସନ୍ତୁ, ଅମନ୍, ଗୁଡ୍ଡୁ ଓ ପୁପୁଲ ପ୍ରମୁଖ ଅଭିନୟ କରିଛନ୍ତି। ସେହିପରି ଅନେକ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ଏଥିରେ ଗୀତ ଗାଇଛନ୍ତି। ନିର୍ମଳ ନାୟକ ଗୀତ ରଚନା କରିଥିବା ବେଳେ ବୈଦ୍ୟନାଥ ଦାଶ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ପୁଣି ସଂଗୀତରେ ନିର୍ମଳ ନାୟକ ଓ ବୈଦ୍ୟନାଥ ଦାଶଙ୍କ କେମିଷ୍ଟ୍ରିର ଜବରଦସ୍ତ ଝଲକ ଦେଖିବାକୁ ମିଳିଛି। ଉଦିତ ନାରାୟଣ, ହ୍ୟୁମାନ୍ ସାଗର, ଅସୀମା ପଣ୍ଡା ଓ ଋତୁରାଜ ମହାନ୍ତି କଣ୍ଠଦାନ କରିଛନ୍ତି। ପ୍ରେକ୍ଷାଳୟରେ ଏହାପରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଚଳଚ୍ଚିତ୍ରର ଅଡ଼ିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଚଳଚ୍ଚିତ୍ରର କାହାଣୀ ଯେପରି ବଳିଷ୍ଠ ସଙ୍ଗୀତ ମଧ୍ଯ ଖୁବ ଆକର୍ଷଣୀୟ ହୋଇଛି । ସର୍ବଦା ରୋମାଣ୍ଟିକ୍ ଗୀତ ଗାଉଥିବା ଉଦିତ ନାରାୟଣ ଏହି ଗୀତ ମାଧ୍ୟମରେ ପ୍ରଥମ ଥର ପାଇଁ ଏକ ଡ୍ୟାନ୍ସ ନମ୍ବର ଗାଇଛନ୍ତି। ଅନ୍ୟପଟେ ଫିଲ୍ମଟିକୁ ଭିନ୍ନ ଢଙ୍ଗରେ ଲୋକଙ୍କ ପାଖରେ ପହଁଚାଇବାକୁ ପ୍ରୟାସ କରିଛନ୍ତି କ୍ରିଏଟିଭ୍ ହେଡ ପ୍ରଣୟ ଜେଠୀ। ଭୁବନେଶ୍ବର, କଟକ, ରାଉରକେଲା, ବ୍ରହ୍ମପୁର ଓ ଅନୁଗୁଳ ସମେତ ୭ଟି ସହରର ବିଭିନ୍ନ ମଲ୍ ରେ ଚଳଚ୍ଚିତ୍ରର କଳାକାରମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଅଭିନବ ଶୈଳିରେ ପ୍ରଚାର ପ୍ରସାର କରାଯିବା ନେଇ ସୂଚନା ଦେଇଛନ୍ତି ଚଳଚ୍ଚିତ୍ରର କ୍ରିଏଟିଭ୍ ହେଡ। ଏପ୍ରିଲରେ ନିକଟସସ୍ଥ ହଲରେ ରିଲିଜ ହେବ ବହୁ ପ୍ରତୀକ୍ଷିତ ପିଂଲ୍ମ ଡେଲିଭରୀ ବୟ। ଅଭିନବ ଚରିତ୍ର ଓ ମୌଳିକ କାହାଣୀ ଉପରେ ଆଧାରିତ “ଡେଲିଭରୀ ବୟ” ଦର୍ଶକଙ୍କୁ ପ୍ରେକ୍ଷାଳୟକୁ ଆକୃଷ୍ଟ କରିବ ବୋଲି ଆଶା ପ୍ରକଟ କରିଛି ପ୍ରଯୋଜନା ସଂସ୍ଥା।

Categories
ଆଜିର ଖବର ରାଜ୍ୟ ଖବର ସିନେମା

“ଡେଲିଭରୀ ବୟ” ଙ୍କ କହାଣୀକୁ ନେଇ ନିର୍ମାଣ ହେଲା ଚଳଚ୍ଚିତ୍ର

ଭୁବନେଶ୍ବର:ଭୁବନେଶ୍ବର କେଶରୀ ଟକିଜ୍ ରେ ଚଳଚ୍ଚିତ୍ର ର ଫାଷ୍ଟ ଲୁକ୍ ପ୍ରଦର୍ଶିତ ହୋଇଥିଲା। ଦର୍ଶକମାନଙ୍କ ଦ୍ବାରା ଫାଷ୍ଟଲୁକ୍ ବେଶ୍ ଆଦୃତ ହୋଇଥିଲା।

ଏହି ଫାଷ୍ଟଲୁକ୍ ପ୍ରଦର୍ଶନ ସମୟରେ ବିଧାୟକ ଅନନ୍ତ ନାରାୟଣ ଜେନା, କାଉନସିଲର ରଞ୍ଜୁଲତା ରାୟ, ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି, ନିର୍ଦ୍ଦେଶକ ଅଶ୍ବିନ ତ୍ରିପାଠୀ, ଅଭିନେତା ଶୈଳେନ୍ଦ୍ର, ଶକ୍ତି ବରାଳ, ସୂର୍ଯ୍ୟମୟୀ, ପ୍ରିୟମ୍ବଦା, କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ, ପ୍ରଯୋଜକ ଟୁଟୁ ନାୟକ ଓ ରମେଶ ବାରିକ ପ୍ରମୁଖ ଯୋଗ ଦେଇଥିଲେ। ସିନେମା ହଲ ବାହାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ଟ୍ରେଲର ଦେଖିବା ପରେ ଟ୍ରେଲର କିପରି ଲାଗିଲା ତାହା ଜାଣିବା ପାଇଁ ନିର୍ଦ୍ଦେଶକ ଅଶ୍ୱିନ ତ୍ରିପାଠୀ ବୁମ୍ ଧରିଥିଲେ। ମୋବାଇଲ କ୍ୟାମେରାରେ ରେକର୍ଡ କରୁଥିଲେ ନାୟକ ଶୈଳେନ୍ଦ୍ର। ଶୈଳେନ୍ଦ୍ର କହିଛନ୍ତି ଗଣମାଧ୍ୟମ ବନ୍ଧୁମାନେ ସମସ୍ତଙ୍କର ସାକ୍ଷାତକାର ନିଅନ୍ତି। କିନ୍ତୁ ଆଜି ଆମେ ସେମାନଙ୍କର ସାକ୍ଷାତକାର ନେଇଛୁ। ଗଣମାଧ୍ୟମ ବ୍ୟକ୍ତିବିଶେଷମାନେ ଟ୍ରେଲରକୁ ପ୍ରଶଂସା କରିଥିଲେ।

ଏବେ ସବୁକିଛି ଅନ୍‌ଲାଇନ୍‌ରେ ଉପଲବ୍ଧ ହେଉଛି। କୌଣସି ବି ଜିନିଷ ଅନ୍‌ଲାଇନ୍‌ରେ ମଗାଇବା ପରେ କମ୍ପାନିରୁ ଗ୍ରାହକଙ୍କ ପାଖକୁ ପହଞ୍ଚାଇବା ପାଇଁ ଡେଲିଭରି ବୟ ହିଁ ଏକମାତ୍ର ସୂତ୍ରଧର। ହେଲେ ଠିକ୍‌ ସମୟରେ, ଠିକ୍ ବ୍ୟକ୍ତି ପାଖରେ ଏବଂ ଠିକ୍ ଠିକଣାରେ ଜିନିଷ ପହଞ୍ଚାଇବାକୁ ହେଲେ ଡେଲିଭରି ବୟକୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।

ଜଣେ ଡେଲିଭରି ବୟ ସାମ୍‌ନା କରୁଥିବା ସେହିସବୁ ଅସୁବିଧାକୁ ନେଇ ଏଇ ଚଳଚ୍ଚିତ୍ର ‘ଡେଲିଭରି ବୟ’ ନିର୍ମାଣ ହୋଇଛି। ଏଇ ଚଳଚ୍ଚିତ୍ରର କାହାଣୀ ପରିକଳ୍ପନା କରିଛନ୍ତିି ପରିଚିତ ପ୍ରଯୋଜକ ଜେ .ଆର.ଏମ୍‌, ସଂଳାପ ଲେଖିଛନ୍ତି ଦୀପକ ଜେନା ଏବଂ ଚିତ୍ରନାଟ୍ୟ ପ୍ରସ୍ତୁତି ସହ ନିର୍ଦ୍ଦେଶନା ଦେଇଛନ୍ତି ସହ ଅଶ୍ୱିନ ତ୍ରିପାଠୀ।

ଏହି ଚଳଚ୍ଚିତ୍ରରେ ଅଭିନେତା ବୁଦ୍ଧାଦିତ୍ୟ, ଶୈଳେନ୍ଦ୍ର, ଅଭିନେତ୍ରୀ ସୂର୍ୟମୟୀ, ପ୍ରିୟମ୍ବଦା, ଶକ୍ତି ବରାଳ, ଜୀବନ ପଣ୍ଡା, ସୁଶାନ୍ତ, ଇଲୁ ବାନାର୍ଜୀ, ସରୋଜ ଦାଶ, ଚୌଧୁରୀ ବିକାଶ ଦାସ, ସନ୍ତୁ, ଅମନ୍, ଗୁଡ୍ଡୁ ଓ ପୁପୁଲ ପ୍ରମୁଖ ଅଭିନୟ କରିଛନ୍ତି। ଏଥିରେ ନିର୍ମଳ ନାୟକ ଗୀତ ରଚନା କରିଥିବା ବେଳେ ବୈଦ୍ୟନାଥ ଦାଶ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଏବଂ ଉଦିତ ନାରାୟଣ, ହ୍ୟୁମାନ୍‌ ସାଗର, ଅସୀମା ପଣ୍ଡା ଓ ଋତୁରାଜ ମହାନ୍ତି କଣ୍ଠଦାନ କରିଛନ୍ତି।

ଏକ ବାସ୍ତବ ଘଟଣାକୁ ନେଇ ଚଳଚ୍ଚିତ୍ରଟି ନିର୍ମାଣ ହୋଇଛି। କାହାଣୀରେ ସଡ଼କ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଥିବାରୁ ଏହି ଚଳଚ୍ଚିତ୍ର ନିଶ୍ଚିତ ଭାବେ ଦର୍ଶକଙ୍କୁ ପ୍ରଭାବିତ କରିବ ବୋଲି ପ୍ରଯୋଜକ ଜ୍ୟୋତିରଞ୍ଜନ‌ ମହାନ୍ତି କହିଛନ୍ତି। ୩୮ ଦିନ ସମୟ ମଧ୍ୟରେ ପ୍ରସ୍ତୁତ ହେଇଥିବା ଏଇ ଚଳଚ୍ଚିତ୍ର ସଙ୍ଗୀତରେ ପ୍ରଥମ ଥର ପାଇଁ ଏହାର ଶୀର୍ଷକ ଗୀତକୁ ରାପ୍ ସଙ୍ଗୀତରେ ସଜାଯାଇଛି। ଏହା ସହ ‘ପାନ ଗୁଆ ଖଇର ଗୁଆକାତି…, ଆମେ ସବୁ ଗଭର୍ଣ୍ଣରଙ୍କ ବଡ଼ ନାତି… ଭଳି ଆଉ ଚାରିଟି ଗୀତ ରହିଛିl। ଭୁବନେଶ୍ବରସ୍ଥିତ ଉତ୍କଳ‌ ଗ୍ୟାଲେରିଆଠାରେ ଏହି ଚଳଚ୍ଚିତ୍ରର ସଙ୍ଗୀତ ଲୋକାର୍ପଣ ହୋଇଯାଇଛି।

ଏହାର ସଙ୍ଗୀତ ବିତରଣ ଦାୟିତ୍ବ ନେଇଥିବା ଆମର ମ୍ୟୁଜିକ ୟୁଟୁବ୍ ଚ୍ୟାନେଲ୍‌ରେ ଏହାର ଗୀତଦୃଶ୍ୟଗୁଡ଼ିକ ଦେଖିବାକୁ ମିଳୁଛି।