Categories
ଆଜିର ଖବର ଜାତୀୟ ଖବର

ୟୁପିରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ୭୨ ଘଣ୍ଟାରେ ୫୪ ମୃତ, ହସ୍ପିଟାଲରେ ୪୦୦ ଭର୍ତ୍ତି

ବାଲିଆ: ଗତ ତିନି ଦିନ ମଧ୍ୟରେ ତାପମାତ୍ରା ବୃଦ୍ଧି ମଧ୍ୟରେ ଉତ୍ତରପ୍ରଦେଶର ବାଲିଆ ଜିଲ୍ଲା ଡାକ୍ତରଖାନାରେ ୫୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୪୦୦ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଡାକ୍ତରମାନେ କହିଛନ୍ତି ଯେ, ଯଦିଓ ମୃତ୍ୟୁର ବିଭିନ୍ନ କାରଣ ଅଛି, ଅତ୍ୟଧିକ ଉତ୍ତାପ ମଧ୍ୟ ଏକ କାରଣ ହୋଇପାରେ। ସେ କହିଛନ୍ତି ଯେ, ପ୍ରବଳ ଉତ୍ତାପ ଯୋଗୁଁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଉତ୍ତରପ୍ରଦେଶରେ ପ୍ରବଳ ଉତ୍ତାପ ଚାଲିଛି, ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ଦେଖାଯାଉଛି।

ମୃତ୍ୟୁରେ ହଠାତ୍ ବୃଦ୍ଧି ଘଟିଛି ଏବଂ ଜ୍ୱର, ନିଶ୍ୱାସ ପ୍ରଶ୍ୱାସ ଏବଂ ଅନ୍ୟାନ୍ୟ ଜଟିଳତା ଥିବା ରୋଗୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି। ଏଭଳି ପରିସ୍ଥିତିରେ ଡାକ୍ତରଖାନା ପ୍ରଶାସନ ତତ୍ପର ଅଛି ଏବଂ କର୍ମଚାରୀମାନେ କଠିନ ପରିସ୍ଥିତିର ସମ୍ମୁଖୀନ ହେବାକୁ ସତର୍କ ଅଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

BIG NEWS: ପୁଣି ଗରମରେ କଲବଲ ହେବ ଓଡିଶା, ସରକାର କଲେ ଜରୁରୀ ବୈଠକ

ଭୁବନେଶ୍ୱର: ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଆଗାମୀ ୪ରୁ ୫ ଦିନ ପାଇଁ ତାପମାତ୍ରା ବୃଦ୍ଧିଯୋଗୁ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ପୂର୍ବାନୁମାନ ଅନୁଯାୟୀ ଅନୁଗୋଳ, ବୌଦ୍ଧ, ବଲାଙ୍ଗିର, ବରଗଡ଼, ଭଦ୍ରକ, କଟକ, ଦେଓଗଡ଼, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ନୂଆପଡ଼ା, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ତାପମାତ୍ରା ଅଧିକ ହେବାର ସମ୍ଭାବନା ଅଛି। ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ସମସ୍ତ ବଜାର, ବସ୍‌ଷ୍ଟାଣ୍ଡ ଓ ଜନଗହଳିପୂର୍ଣ୍ଣ ସ୍ଥାନମାନଙ୍କରେ ପାନୀୟଜଳ ସେବା କେନ୍ଦ୍ରର ବ୍ୟବସ୍ଥା କରାଯିବ। ଏତଦ୍‌ବ୍ୟତୀତ ଜଳକ୍ଲିଷ୍ଟ ଅଞ୍ଚଳମାନଙ୍କରେ ଟ୍ୟାଙ୍କର ମାଧ୍ୟମରେ ପାନୀୟଜଳ ଯୋଗାଣର ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସମସ୍ତ ନଳକୂପ ଏବଂ ପାଇପ ଯୋଗେ ଜଳଯୋଗାଣ ବ୍ୟବସ୍ଥାଗୁଡ଼ିକର ତୁରନ୍ତ ମରାମତି କରି ସେଗୁଡ଼ିକୁ ଶତପ୍ରତିଶତ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମୟରେ ବସ୍‌ ଓ ଅନ୍ୟାନ୍ୟ ଯାତ୍ରୀବାହୀ ଯାନଗୁଡ଼ିକରେ ପାନୀୟଜଳ ଓ ଓଆର୍‌ଏସ୍‌ ମହଜୁଦ୍‌ ରଖିବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ର ଓ ଚିକିତ୍ସାଳୟରେ ଯଥେଷ୍ଟ ପରିମାଣର ଜୀବନରକ୍ଷକ ଔଷଧ, ସାଲାଇନ୍‌ ଓ ଓଆର୍‌ଏସ୍‌ ମହଜୁଦ୍‌ ରଖିବା ସଙ୍ଗେ ସଙ୍ଗେ ଅଂଶୁଘାତର ଶିକାର ହୋଇଥିବା ରୋଗୀମାନଙ୍କର ଚିକିତ୍ସା ପାଇଁ ସ୍ୱତନ୍ତ୍ର ବେଡ୍‌ର ବ୍ୟବସ୍ଥା କରାଯିବ। ଗ୍ରୀଷ୍ମପ୍ରବାହ ଯୋଗୁଁ ସର୍ବାଧିକ ଉତ୍ତାପ ଥିବା ସମୟରେ ଶ୍ରମିକମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନକରାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଏତଦ୍‌ବ୍ୟତୀତ କାର୍ଯ୍ୟସ୍ଥଳୀମାନଙ୍କରେ ବିଶ୍ରାମ ନେବା ପାଇଁ ଅସ୍ଥାୟୀ ଆଶ୍ରୟସ୍ଥଳୀ ସହିତ ଯଥେଷ୍ଟ ପରିମାଣର ପାନୀୟ ଜଳ ଏବଂ ଓଆର୍‌ଏସ୍‌ ପ୍ୟାକେଟ୍‌ ମହଜୁଦ ରଖାଯିବ। ଗୃହପାଳିତ ପଶୁପକ୍ଷୀ ଓ ବନ୍ୟଜନ୍ତୁମାନଙ୍କ ପାଇଁ ସ୍ୱତନ୍ତ୍ର ଜଳପୂର୍ଣ୍ଣ ପାତ୍ର/କୁଣ୍ଡର ବ୍ୟବସ୍ଥା ନିମନ୍ତେ ଆବଶ୍ୟକୀୟ ନିର୍ଦ୍ଦେଶ ଦିଆଯାଇଛି। ନିରବଚ୍ଛିନ୍ନ ବିଦୁ୍ୟତ ସରବରାହ ସଠିକ୍‌ ଭାବେ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଚଳିତ ବର୍ଷ ଗ୍ରୀଷ୍ମପ୍ରବାହଜନିତ ସୁରକ୍ଷା ସମ୍ବନ୍ଧୀୟ ସୂଚନା ଯେପରିକି ଦିନ ୧୧ ଘଟିକାଠାରୁ ୩ ଘଟିକା ମଧ୍ୟରେ ଟାଣ ଖରାରେ ପଦାକୁ ନବାହାରିବା, ଖରାରେ କଠିନ ପରିଶ୍ରମ ନକରିବା, ଜରୁରୀ କାମରେ ବାହାରକୁ ଯିବାକୁ ହେଲେ ପାଣିବୋତଲ, କଳା ଚଷମା, ଚପଲ, ହାଲୁକା ଏବଂ ଢିଲା ପୋଷାକ ପରିଧାନ କରିବା, ମୁଣ୍ଡରେ ଓଦା ଗାମୁଛା ଏବଂ ଛତା ବ୍ୟବହାର କରିବା ପାଇଁ, ଜଳ ଶୁଷ୍କତାରୁ ରକ୍ଷା ପାଇବା ପାଇଁ ଅଧିକ ପାଣି, ଓଆର୍‌ଏସ୍‌ ଦ୍ରବଣ, ପଣା, ତୋରାଣି, ଘୋଳଦହି ଓ ଆଖୁରସ ପିଇବା ପାଇଁ ଲୋକମାନଙ୍କୁ ଅବଗତ କରିବା ନିମନ୍ତେ ସମ୍ବାଦପତ୍ର ଓ ବିଭିନ୍ନ ଇଲେକ୍‌ଟ୍ରୋନିକ୍‌ ଗଣମାଧ୍ୟମ ଦ୍ୱାରା କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯିବ।

Categories
ଆଜିର ଖବର ରାଜ୍ୟ ଖବର

ଏବେବି ତାତିରୁ ନିସ୍ତାର ନାହିଁ, ଦିନ ୧୧ ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ତାପମାତ୍ର

ଭୁବନେଶ୍ବର: ପୂର୍ବ ଅପେକ୍ଷା ଆଜି ତାପମାତ୍ରାରେ ସାମାନ୍ୟ ତ୍ରାହି ମିଳିଥିଲେ ମଧ୍ୟ ତାତିର ପ୍ରକୋପ ହ୍ରାସ ପାଇପାରି ନାହିଁ। ଦୀର୍ଘ କିଛିଦିନ ଧରି ରାଜ୍ୟରେ ଯେପରି ତାପମାତ୍ର ବୃଦ୍ଧି ପାଇବାରେ ଲାଗିଛି ତାହା ସମସ୍ତଙ୍କୁ ହତବାକ କରିଦେଇଛି।

ତେବେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ରେକର୍ଡ ହୋଇଥିବା ତାପମାତ୍ରା ହେଲା..

ଝାରସୁଗୁଡା : ୩୯.୬ଡିଗ୍ରୀ

ବାଲେଶ୍ୱର: ୩୮.୦ଡିଗ୍ରୀ

ଭୁବନେଶ୍ୱର: ୩୮.୦ଡିଗ୍ରୀ

ସମ୍ବଲପୁର : ୩୭.୨ଡିଗ୍ରୀ

ଗୋପାଳପୁର: ୩୭.୦ଡିଗ୍ରୀ

ଚାନ୍ଦବାଲି: ୩୬.୬ଡିଗ୍ରୀ

ପୁରୀ: ୩୬.୨ଡିଗ୍ରୀ

କେନ୍ଦୁଝର: ୩୬.୨ଡିଗ୍ରୀ

ହୀରାକୁଦ: ୩୫.୬ଡିଗ୍ରୀ

ପାରାଦ୍ୱୀପ:୩୩.୦ଡିଗ୍ରୀ

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ବଢୁଛି ତାତି: ଆଜି ୫ ଟି ସହରରେ ୪୦ ଡିଗ୍ରୀରୁ ଉର୍ଦ୍ଧ୍ଵ ତାପମାତ୍ରା ରେକର୍ଡ

ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବାର ଲାଗିଛି। ଆଜି ରାଜ୍ୟର ୫ ଟି ସହରରେ ୪୦ ଡିଗ୍ରୀରୁ ଉର୍ଦ୍ଧ୍ଵ ତାପମାତ୍ରା ରେକର୍ଡ କରାଯାଇଛି। ରାଜ୍ୟର ଟିଟିଲାଗଡ ସହର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କରାଯାଇଛି। ଏହି ସହରରେ ଆଜି ୪୧.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀରିରେ ୪୧ ଡିଗ୍ରୀ ତାପମାତ୍ରା ରହିଛି।

Image

ସେହିଭଳି ଅନୁଗୁଳରେ ଆଜିର ତାପମାତ୍ରା ୪୦.୧ ଡିଗ୍ରୀ ଥିବା ବେଳେ ବୌଦ୍ଧ ଏବଂ ବାରିପଦାର ତାପମାତ୍ରା ୪୦ ଡିଗ୍ରୀ ଲେଖାଏଁ ରେକର୍ଡ କରାଯାଇଛି। ତେବେ ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଆଜି ୩୭.୬ ଡିଗ୍ରୀ ସେଲସିୟସ ରହିଛି ଏବଂ କଟକର ତାପମାତ୍ରା ୩୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।