Categories
ଆଜିର ଖବର ରାଜ୍ୟ ଖବର

ଜାନୁଆରୀ ମାସର ସବୁ ଛୁଟି ଦିନଗୁଡିକ ଦର୍ଶକଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ପୁଷ୍ପ ଉଦ୍ୟାନ

ଭୁବନେଶ୍ବର: ଜାନୁଆରୀ ୨୦୨୩ ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟି କୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ ଚାରି ଟାରୁ ଛ ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ।

ଆଜି ନୂଆ ବର୍ଷରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ। ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି।