Categories
ଆଜିର ଖବର ମନୋରଂଜନ ରାଜ୍ୟ ଖବର ସିନେମା

“ତୋର ମୋର କଟି” ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ

ଭୁବନେଶ୍ବର: ଝିଲିକ ମୋସନ୍ ପିକ୍ଚର୍ସର ତୃତୀୟ ଅବଦାନ “ତୋର ମୋର କଟି” ଚଳଚ୍ଚିତ୍ରର ଅଡିଓ ଲୋକାର୍ପିତ ଉତ୍ସବ ଭୁବନେଶ୍ୱରର ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଅଭିନେତ୍ରୀରୁ ପ୍ରଯୋଜିକା ସାଜିଥିବା ଝିଲିକ ଭଟ୍ଟାଚାର୍ଯ୍ୟ ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ରର ବିରାଟ ପରିବର୍ତ୍ତନ ପାଇଁ ସଂକଳ୍ପବଦ୍ଧ ବୋଲି ମତବ୍ୟକ୍ତ କରିଥିଲେ।

ଲୋକାର୍ପଣ ଉତ୍ସବରେ ବରିଷ୍ଠ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା, ସିଦ୍ଧାନ୍ତ ମହାପାତ୍ର, ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ, ସିନେ ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଅତିଥି ଭାବେ ଯୋଗ ଦେଇଥିଲେ। ଚଳଚ୍ଚିତ୍ରର ସଂଳାପକାର ଦୀପକ ଜେନା ଥିବା ବେଳେ ନିର୍ଦ୍ଦେଶନା ଭାର ନେଇଛନ୍ତି ଯୁବ ନିର୍ଦ୍ଦେଶକ ରମେଶ ରାଉତ। ପ୍ରଚାର ପ୍ରସାର ଦାୟୀତ୍ୱରେ ଅଛନ୍ତି ମିଡ଼ିଆ ପ୍ଲାନର ପ୍ରଣୟ ଜେଠୀ।

ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମ ଆନନ୍ଦ। ଗୀତ ଗୁଡିକ ଗୀତିକାର ନିର୍ମଳ ନାୟକ ଏବଂ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଦିପ୍ତୀରେଖା ପାଢ଼ୀ, ସବିଶେଷ, ଆଶୁତୋଷ, ଅନନ୍ୟା ଶ୍ରୀତମ ନନ୍ଦ ଏବଂ ଦେବକୃପା।

ଚିତ୍ରତ୍ତୋଳନ ଭାର ଈଶ୍ୱର ବାରିକ ନେଇଛନ୍ତି। ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ପଙ୍କଜ ସିଲ ଏବଂ ଫାଇଟ ନିର୍ଦ୍ଦେଶନା ଦେଇଛନ୍ତି ଶୈଳେନ୍ଦ୍ର ପରିଡା ଓ କାର୍ଯ୍ୟକାରୀ‌ ପ୍ରଯୋଜକ ଅଛନ୍ତି ଅରୁଣ ସ୍ବାଇଁ। ପ୍ରଡ଼କସନ୍ ଡିଜାଇନର ଅଛନ୍ତି ପ୍ରଶାନ୍ତ ବେହେରା (କାବୁଲି)। “ତୋର ମୋର କଟି” ଚଳଚ୍ଚିତ୍ର ମାଧ୍ୟମରେ ଶୈଳେନ୍ଦ୍ର – ଶୀତଲ ଯୋଡି ପ୍ରଥମ ଥର ପାଇଁ ବଡ଼ ପରଦାରେ ଦର୍ଶକ ଦେଖିବାକୁ ପାଇବେ।

ଏମାନଙ୍କ ବ୍ୟତୀତ ସିଦ୍ଧାନ୍ତ ମହାପାତ୍ର, ପ୍ରଦ୍ୟୁମ୍ନ ଲେଙ୍କା, ସୁଧାଂଶୁ ମୋହନ ସାହୁ, ସଞ୍ଜୟ ନାୟକ (ଟୁଟୁ ), ବବି ମିଶ୍ର, ସୁଦୀପ୍ତ, ଟୁକୁନା ଷ୍ଟାଇଲିଷ୍ଟ, କାଳିଆ ଷଣ୍ଢ, ଐଶ୍ଵରୀୟା, ରୁପସା, କଟପ୍ପା, ଦେବିକା ପ୍ରମୁଖ ଅଭିନୟ କରିଛନ୍ତି। ଚଳଚ୍ଚିତ୍ର ରେ ୫ ଟି ଗୀତ ଥିବାବେଳେ “ତୋର ମୋର କଟି” ଶୀର୍ଷ ସଙ୍ଗୀତ କୁ ଅରୁଣ ମନ୍ତ୍ରୀ ଲେଖିଥିବା ବେଳେ କଣ୍ଠଦାନ କରିଛନ୍ତି ଦେବକୃପା ଓ ଅନନ୍ୟା ଶ୍ରୀତମ ନନ୍ଦ।

ଝିଲିକ ମୋସନ ପିକ୍ଚର୍ସ ଏଥି ପୂର୍ବରୁ କିସମିସ ଓ ରୁଦ୍ରାଣୀ ପରି ସୁନ୍ଦର ଚଳଚ୍ଚିତ୍ର ଦର୍ଶକମାନଙ୍କୁ ଭେଟି ଦେଇସାରିଛି।