Categories
ଆଜିର ଖବର ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟା,ଓଲିଉଡ କଣ୍ଠଶିଳ୍ପୀଙ୍କ ଗୀତରେ ଝୁମିଲେ ଦର୍ଶକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଅତିଥି ଭାବରେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ର ପ୍ରମୁଖ ଶାସନ ସଚିବ, ଶ୍ରୀ ବିଶାଲ କୁମାର ଦେବ ଏବଂ  ମହିଳା ଓ ଶିଶୁ ବିକାଶ ବିଭାଗର ଶାସନ ସଚିବ, ଶ୍ରୀମତୀ ଶୁଭା ଶର୍ମା, ସାଂସ୍କୃତିକ ସନ୍ଧ୍ୟାକୁ ଉଦଘାଟନ କରିଥିଲେ।

ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଅତିଥିଦ୍ୱୟଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ  କରିଥିଲେ। ତାଙ୍କ ସହିତ ମଞ୍ଚରେ ଉପସ୍ଥିତ ଥିଲେ, ବୟନ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ରୀ ଶୋଭନ କ୍ରୀଷ୍ଣା ସାହୁ ଏବଂ ବୟନିକାର ପରିଚାଳନା ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତୀ ଛୋଟରାୟ।

ଏହି ଜାତୀୟ ମେଳାର, ପଞ୍ଚମ ସାଂସ୍କୃତିକ ସନ୍ଧ୍ୟା ଅବସରରେ ମେଳା ପରିସରରେ ଥିବା ମଞ୍ଚରେ ଓଲିଉଡ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀବିଷ୍ଣୁ ମୋହନ କବି, ଅନ୍ତରା ଚକ୍ରବତ୍ତୀ, ପୂଜା ପ୍ରତ୍ୟୁଶା ଓ ସ୍ଵୟମ ପାଢୀଙ୍କ ଦ୍ବାରା ପରିବେଷିତ ସଙ୍ଗୀତ ଦର୍ଶକ ତଥା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ କାରିଗରମାନଙ୍କ ମନରେ ଆନନ୍ଦ ଭରିଦେଇଥିଲା।

ଆଜି ମେଳା ପରିସରରେ ଅଧିକ ଭିଡ ପରିଲକ୍ଷିତ ହୋଇଥିଲା। ଡିସେମ୍ବର, ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ଜାତୀୟ ମେଳାର ଅବଧି  ଆସନ୍ତା କାଲି ସରି ଯାଉଥିବାରୁ ଦର୍ଶକମାନେ ହସ୍ତଶିଳ୍ପ ଓ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ଉଠାଇବ ସହିତ ଖାଦ୍ଯ ପ୍ରାଙ୍ଗଣରେ ରାଜ୍ୟ ତଥା ରାଜ୍ୟ ବାହାରର ସୁସ୍ଵାଦ ଓ ପାରମ୍ପରିକ ବ୍ୟଞ୍ଜନ ମନଭରି ଉପଭୋଗ କରିବା  ସହିତ ଛୋଟ ଛୋଟ ପିଲାମାନେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ।

ଭୁବନେଶ୍ବରର ଜନତା ମଇଦାନ ଠାରେ ଅନୁଷ୍ଠିତ ଏହି ଜାତୀୟ ମେଳାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମେଳା ମଞ୍ଚରେ ପ୍ରତ୍ୟହ ସନ୍ଧ୍ୟା ୬ ଟା ରୁ ୯.୩୦ ପର୍ଯ୍ୟନ୍ତ ପରିବେଷିତ ହେବା ସହିତମେଳା ପ୍ରତ୍ୟହ ଅପରାହ୍ନ ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଦର୍ଶକ, ଗ୍ରାହକ ତଥା ସର୍ବସାଧାରଣଙ୍କ ପାଇଁ ଖୋଲା ରହୁଛି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ପଞ୍ଚମ ସନ୍ଧ୍ୟା, ଲୋକନୃତ୍ୟରେ ଝୁମିଲା ରାଜଧାନୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ପଞ୍ଚମ ସନ୍ଧ୍ୟାରେ ବୟନିକାର ପରିଚାଳନା ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା, ଶ୍ରୀମତୀ ପ୍ରଣତୀ ଛୋଟରାୟ ପ୍ରଦୀପ ପ୍ରଜ୍ଵଳନ କରି ଆଜିର ସାଂସ୍କୃତିକ ସନ୍ଧ୍ୟାକୁ ଉଦଘାଟନ କରିଥିଲେ। ତାଙ୍କ ସହିତ ମଞ୍ଚ ଉପରେ ଉପସ୍ଥିତ ଥିଲେ ସିଡ଼ାକ୍ ର ସଦସ୍ୟ ସଚିବ ଶ୍ରୀଯୁକ୍ତ ଶିଶିର କୁମାର ରଥ।

ଏହି ଜାତୀୟ ହସ୍ତଶିଳ୍ପ ମେଳାର, ପଞ୍ଚମ ସାଂସ୍କୃତିକ ସନ୍ଧ୍ୟା ପଶ୍ଚିମ ଓଡ଼ିଶାର ଲୋକ ନୃତ୍ୟ ପାଇଁ ସମର୍ପିତ ଥିଲା। ବରଗଡ଼ର ରବୀନ୍ଦ୍ର ସାହୁ ଓ ସାଥିଙ୍କ ଦ୍ବାରା ଆଦି ଧୂନ, ସମ୍ବଲପୁର ଆଲୋକ ପଣ୍ଡା ଓ ସାଥିଙ୍କ ଦ୍ବାରା ଘୁଙ୍ଗୁରର ଶବଦ ଓ ସମ୍ବଲପୁରୀ ନୃତ୍ୟର ଦର୍ଶକମାନଙ୍କ ମନ ମୋହିଲା ବେଳେ ବଲାଙ୍ଗୀରର ଦୁଲଦୁଲି କଳାପରିଷଦ ଦ୍ବାରା ଧାପ ନୃତ୍ୟ ଏବଂ ବୌଦ୍ଧର ପ୍ରଣାମ ଅନୁଷ୍ଟାନ ଦ୍ବାରା ପଞ୍ଚରସି ଚୁଟକୁଛୁଟା ନୃତ୍ୟ ଦର୍ଶକ ତଥା ପରିଦର୍ଶକ ମାନଙ୍କର ମନୋରଞ୍ଜନ କରିଥିଲା।

ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର  ମୁଖ୍ୟ ପରାମର୍ଶ ଦାତା, ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ମଞ୍ଚରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ପୁଷ୍ପ ଅର୍ପଣ ତଥା ଚନ୍ଦନ ବୃକ୍ଷରେ ଜଳ ପ୍ରଦାନ କରିଥିଲେ। ବୟନିକାର ପରିଚାଳନା ନିର୍ଦ୍ଦେଶିକା ତଥା ହସ୍ତଶିଳ୍ପର ନିର୍ଦ୍ଦେଶିକା, ଶ୍ରୀମତୀ ପ୍ରଣତୀ ଛୋଟରାୟ ଶ୍ରୀ ମହାପାତ୍ରଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ  କରିଥିଲେ।

ମେଳା ପରିସରରେ ଥିବା ପିଲାମାନଙ୍କ ନିମନ୍ତେ ଖେଳକୁଦ ପାଇଁ ଉଦ୍ଧିଷ୍ଟ ସ୍ବତନ୍ତ୍ର ସ୍ଥାନରେ, ପିତାମାତା ତଥା ଆବିଭାବକମାନଙ୍କ ତତ୍ତ୍ଵାବଧାନରେ କୁନି କୁନି ପିଲାମାନେ ବିଭିନ୍ନ ପ୍ରକାର ଖେଳକୁଦ, ଦୋଳି, ଟୟ କାର ଆଦିର ଆନଦ ନେବା ସହ ମେଳା ପରିସରକୁ ଏକ ଆନନ୍ଦମୟ ପରିବେଶ ଦେଉଛନ୍ତି।  ସୂଚନାଯୋଗ୍ୟ ଯେ, ପ୍ରତ୍ୟହ ଦର୍ଶକମାନଙ୍କ ପାଇଁ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି ଓ ପ୍ରତ୍ୟହ ସନ୍ଧ୍ୟା ୬ ଟା ରୁ ୯.୩୦ ପର୍ଯ୍ୟନ୍ତ ମେଳା ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେଉଛି।

Categories
ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ପଶ୍ଚିମ ଓଡିଶାର ଲୋକନୃତ୍ୟରେ ଦୁଲୁକିଲା ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ବରେଣ୍ୟ ଅତିଥି ଭାବରେ ଓଡ଼ିଶା ହାଇକୋର୍ଟ, କଟକର ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଏବଂ ବିଶିଷ୍ଟ କବୟିତ୍ରୀ ଓ ଲେଖିକା ଶ୍ରୀମତୀ ଅଭିପସା ଦାସ ଯୋଗଦେଇ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପାଦପଦ୍ମରେ ପୁଷ୍ପଗୁଚ୍ଛ ଅର୍ପଣ କରି ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ରୁଦ୍ରାକ୍ଷ ବୃକ୍ଷରେ ଜଳାର୍ପଣ କରି ସାଂସ୍କୃତିକ ସଂଧ୍ୟାର ଶୁଭାରମ୍ଭ କରିଥିଲେ ।

ମଞ୍ଚରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀଯୁକ୍ତ ଶ୍ରୀକାନ୍ତ ପୃଷ୍ଟି ଏବଂ ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଶ୍ୟାମଭକ୍ତ ମିଶ୍ର ଉପସ୍ଥିତ ରହି ବରେଣ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ ।

ଆଜିର ସାଂସ୍କୃତିକ ସନ୍ଧ୍ୟା ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଲୋକସଂସ୍କୃତି ପାଇଁ ସମର୍ପିତ ଥିଲା। ଦର୍ଶକ ତଥା ପରିଦର୍ଶକମାନଙ୍କୁ ଏହା ଓଡ଼ିଶାର କଳା, ସଂସ୍କୃତି ତଥା ଜୀବନଶୈଳୀ ସହ ପରିଚିତ କରାଇଥିଲା। ଢାପ ପୁଆଁରୀ କଳାକେନ୍ଦ୍ର, ଟିଟିଲାଗଡର କଳାକାରବୃନ୍ଦ ରସରକେଲୀ ନୃତ୍ୟର ତାଳେ ତାଳେ ଦର୍ଶକଙ୍କ ମନ ମୋହିଲାବେଳେ କଳାଜୀବୀ, ବରଗଡ଼ ଏବଂ କୋଶଳ ଫୋକ୍‌ ଏକାଡେମୀ, ବଲାଙ୍ଗୀରର ନୃତ୍ୟଶିଳ୍ପୀମାନେ ଡାଲଖାଇର ତାଳେ ତାଳେ ପରିଦର୍ଶକମାନଙ୍କର ମନୋରଞ୍ଜନ କରିଥିଲେ। ସୁନାମଧନ୍ୟ ଗାୟିକା ପଦ୍ମିନୀ ଡୋରା ଓ ତାଙ୍କର ସାଥି କଳାକାରମାନେ ଆଜିର ସମ୍ବଲପୁରୀ ସଙ୍ଗୀତର ସନ୍ଧ୍ୟାର ଆସରକୁ ଜମାଇଥିଲେ।

ଆଜି ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ପ୍ରବଳ ଜନ ସମାଗମ ହୋଇଥିଲା। ଦର୍ଶକମାନେ ହସ୍ତଶିଳ୍ପ ଏବଂ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯକ୍ରମର ମଜା ଉଠାଇଥିଲେ। ସବୁଦିନ ଭଳି ଆଜି ବି ଫୁଡ କୋର୍ଟରେ ବହୁି ଗହଳି ପରିଲକ୍ଷିତ ହୋଇଥିଲା। ଦର୍ଶକମାନେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସୁସ୍ୱାଦୁ ତଥା ପାରମ୍ପରିକ ଖାଦ୍ୟର ବ୍ୟଞ୍ଜନ ମନଭରି ଉପଭୋଗ କରୁଥିଲେ।

ପିଲାମାନେ କିଡ୍ସ ପ୍ଲେ ଜୋନରେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ । ଏହି ମେଳା ପ୍ରତ୍ୟହ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି ଓ ଏହା ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ।