Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଲାଞ୍ଚ ଅଭିଯୋଗରେ ଥୁଆମୂଳ ରାମପୁର ବହୁମୁଖୀ ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷକ ଗିରଫ

ଭୁବନେଶ୍ଵର: ଜନ୍ମ ପ୍ରମାଣପତ୍ର ପ୍ରଦାନ ପାଇଁ ୟୁପିଆଇ କାରବାର (ଫୋନପେ) ମାଧ୍ୟମରେ ୪,୦୦୦ ଟଙ୍କା ଲାଞ୍ଚନେବା ସମୟରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରର ବହୁମୁଖୀ ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷକ ଲକ୍ଷ୍ମୀ ନାରାୟଣ ମହାରଣାଙ୍କୁ ଗିରଫ କରାଯାଇଛି। ବହୁମୁଖୀ ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷକ ମହୁଲପାଟଣା ସେକ୍ଟର ଥୁଆମୂଳ ରାମପୁର ଅଭିଯୋଗକାରୀ ଏବଂ ତାଙ୍କ ସମ୍ପର୍କୀୟଙ୍କ ଜନ୍ମ ପ୍ରମାଣପତ୍ର ପ୍ରକ୍ରିୟାକରଣ ଏବଂ ପ୍ରଦାନ ପାଇଁ ଜଣେ ଅଭିଯୋଗକାରୀଙ୍କଠାରୁ ଫୋନପେ ମାଧ୍ୟମରେ ୪,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି।

ଅଭିଯୋଗ ଆଧାରରେ, ୦୨.୦୧.୨୦୨୫ ରେ ଏକ ଜାଲ ବିଛାଯାଇଥିଲା, ଯେଉଁଥିରେ ଅଭିଯୁକ୍ତ ଲକ୍ଷ୍ମୀ ନାରାୟଣ ମହାରଣାଙ୍କୁ ଅଭିଯୋଗକାରୀଙ୍କଠାରୁ ଫୋନପେ ମାଧ୍ୟମରେ ୪,୦୦୦/- ଅନୁଚିତ ଲାଭ ଦାବି କରିବା ଏବଂ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସର ଏକ ଦଳ ଗିରଫ କରିଥିଲା। ଅଭିଯୁକ୍ତ ଶ୍ରୀ ମହାରଣାଙ୍କ ସ୍ମାର୍ଟ ଫୋନ୍ ଯେଉଁଥିରେ ସେ ଫୋନପେ ମାଧ୍ୟମରେ ଲାଞ୍ଚ ରାଶି ଗ୍ରହଣ କରିଥିଲେ ଏବଂ ଜନ୍ମ ପ୍ରମାଣପତ୍ର ପ୍ରଦାନ ପାଇଁ ଅଭିଯୋଗକାରୀ ଏବଂ ଅନ୍ୟମାନଙ୍କ ଆବେଦନପତ୍ର ଜବତ କରାଯାଇଛି।

ଜାଲ ପରେ, ଚିଲିଗୁଡ଼ାର ଇନ୍ଦ୍ରାବତୀ କଲୋନୀରେ ଶ୍ରୀ ମହାରଣାଙ୍କ ଆବାସିକ କ୍ୱାର୍ଟର, କଳାହାଣ୍ଡିର ଜୁନାଗଡ଼ରେ ଭଡା ଘର ଏବଂ ତାଙ୍କ ଅଫିସ ରୁମରେ ଏକକାଳୀନ ତଲାସ ଆରମ୍ଭ କରାଯାଇଛି। ଏହି ସମ୍ପର୍କରେ, କୋରାପୁଟ ଭିଜିଲାନ୍ସ ପିଏସ୍ କେସ୍ ନଂ.୦୧ ତାରିଖ ୦୧.୦୧.୨୦୨୫ ୭ ଦୁର୍ନୀତି ନିବାରଣ (ସଂଶୋଧନ) ଆଇନ, ୨୦୧୮ ଅନ୍ତର୍ଗତ ପଞ୍ଜିକୃତ ହୋଇଛି ଏବଂ ତଦନ୍ତ ଚାଲିଛି।

Categories
ବିଶେଷ ଖବର ରାଜ୍ୟ ଖବର

କଳାହାଣ୍ଡିର ମା ମାଣିକେଶ୍ବରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ ବିଶ୍ବାସର ପ୍ରତୀକ ଭାବରେ ବର୍ଣ୍ଣନା କରିବା ସହିତ ଏହି ଉଦ୍ୟମ ଦ୍ବାରା ମାଙ୍କ ପୀଠର ମହିମା ଆହୁରି ବୃଦ୍ଧି କରିବା ସହ ପର୍ଯ୍ୟଟନର ମଧ୍ୟ ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।  ୫-ଟି ଉପକ୍ରମ ଅଧୀନରେ ମାଙ୍କର ଏହି ପୀଠର ବିକାଶ କାମ ଆରମ୍ଭ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ମାଣେକେଶ୍ବରୀଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି ଏବଂ ମାଙ୍କ ଆଶୀର୍ବାଦ ଓ କଳାହାଣ୍ଡିବାସୀଙ୍କର ଉଦ୍ୟମ ଆଜି କଳାହାଣ୍ଡିରେ ରୂପାନ୍ତର ଆଣିଛି। କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି । ଏହି ବିକାଶରେ କଳାହାଣ୍ଡିର ପ୍ରତି ପରିବାର ଓ ପ୍ରତି ଲୋକ ସିଏ ଚାଷୀ ହେଉ ବା ଶ୍ରମିକ, ଯୁବ ସମାଜ, ସାଧାରଣ ଜନତା ବା ମହିଳା – ସମସ୍ତଙ୍କର ଅବଦାନରେ କଳାହାଣ୍ଡି ଆଗେଇ ଚାଲିଛି ।

କଳାହାଣ୍ଡିର ଚାଷୀ ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି । କଳାହାଣ୍ଡି କପାର ଚାହିଦା ବଢିଛି । ଶିଳ୍ପ ନୂଆ ସୁଯୋଗ ଆଣିଛି । ଭିତ୍ତିଭୂମି ମଜବୁତ ହୋଇଛି । କଳାହାଣ୍ଡି ୟୁନିଭରସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ ଆଜି କଳାହାଣ୍ଡି ଯୁବସମାଜ ପାଇଁ ନୂଆ ପରିଚୟ ଆଣିଛି । ବିଜୁଳି ଯୋଗାଣରେ ମଧ୍ୟ ଉନ୍ନତି ଆସିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ସବୁବେଳେ ତାଙ୍କର ଲକ୍ଷ୍ୟ ହୋଇ ରହିଛି । କଳାହାଣ୍ଡିକୁ ସେ ସ୍ବତନ୍ତ୍ର ଗୁରୁତ୍ବ ଦେଇଆସିଛନ୍ତି ଏବଂ ଚଳିତ ବର୍ଷ ଦୁଇ ଦୁଇ ଥର କଳାହାଣ୍ଡି ଯାଇ ବିକାଶ ଓ କଲ୍ୟାଣ କାମ ଆରମ୍ଭ କରିଛନ୍ତି । ବିକାଶ ପ୍ରତି କଳାହାଣ୍ଡିବାସୀଙ୍କର ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ସାଥିରେ ଧରି ବିକାଶ ଧାରା ଆଗକୁ ବଢିବ ବୋଲି କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସ୍ବାସ୍ଥୟ ମନ୍ତ୍ରୀ ନବ ଦାସ, ଶିଳ୍ପ, ଶକ୍ତି ଓ ସ୍ବରଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ କଳାହାଣ୍ଡିର ବିଭିନ୍ନ କ୍ଷେତ୍ରରେ ଯେଉଁ ଉନ୍ନତି ସାଧିତ ହୋଇଛି, ତାହା ଉପରେ ଆଲୋକପାତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

କଳାହାଣ୍ଡି ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଲାଞ୍ଜିଗଡ ବିଧାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ସୁଜିତ କୁମାରଙ୍କ ସମେତ ଜିଲ୍ଲାର ବିଧାୟକମାନେ ଉପସ୍ଥିତ ଥିଲେ ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଲକ୍ଷାଧିକ ଟଙ୍କା ବାଟ ମାରଣା ଅଭିଯୋଗ: ଦୋଷ ସ୍ୱୀକାର କରିଥିବା ଜିଆରଏସଙ୍କ ଉପରେ କେବେ କାର୍ଯ୍ୟାନୁଷ୍ଠାନ

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମାଳିଗାଁ ଗ୍ରାମପଞ୍ଚାୟତରେ ୨୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ବାଟ ମାରଣା ହୋଇଥିବା ଅଭିଯୋଗ ବର୍ତ୍ତମାନ ଭିନ୍ନ ମୋଡ଼ ନେବାରେ ଲାଗିଛି। ହିତାଧିକାରୀମାନଙ୍କୁ ବାରମ୍ବାର ପୋଲିସ ଡ଼ାକି ପଚରା ଉଚୁରା ଜାରି ରଖିଥିବା ବେଳେ, ହିତାଧିକାରୀ ଶ୍ରମିକମାନଙ୍କୁ ଅଭିଯୁକ୍ତ ମାନେ ବନ୍ଧାହୋଇ ଫେରିଲା ପରେ ଆକ୍ରମଣ କରିବାକୁ ଧମକ ଦେଉଥିବା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ

ରାମପୁର ଥାନା କେସ୍ ନମ୍ବର ୪୩/୨୦୨୧ ଅନୁଯାୟୀ ୪୨୦, ୪୬୭, ୪୬୮ ଏବଂ ୩୪ ଆଇପିସି ଧାରାରେ ୩ଜଣ ଅଭିଯୁକ୍ତ ଜେଲ ଯାଇଥିବା ବେଳେ ୨୦ ଲକ୍ଷ ଟଙ୍କା କେମିତି ହଡ଼ପକାରୀମାନଙ୍କ ଠାରୁ ଆଦାୟ କରାଯିବ ପ୍ରଶାସନର ମୁଣ୍ଡ ବିନ୍ଧାର କାରଣ ପାଲଟିଛି।

ଏପରି ସ୍ଥଳେ ସବୁଠୁ ଗୁରୁତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଜିଆରଏସ ତଥା ଗ୍ରାମ ରୋଜଗାର ସେବକ ଆଦବାରୁ ମାଝୀ ଅନାୟାସରେ ଘୁରି ବୁଲୁଛନ୍ତି। ତାଙ୍କର ଭୂମିକା ସନ୍ଦେହ ଘେରରେ ରହିଥିବା ବେଳେ ତାଙ୍କ ପାଖକୁ ଆଇନର ଲମ୍ବାହାତ କିପରି ପହଞ୍ଚି ପାରୁ ନାହିଁ ତାହା ଏଠାରେ ପ୍ରଶ୍ନବାଚି ସୃଷ୍ଟି କରୁଛି। ସମ୍ପୂର୍ଣ୍ଣ ଘଟଣାବଳୀକୁ ନିରିଖେଇ ଦେଖିଲେ ଜିଆରଏସ ଆଦବାରୁ ମାଝୀଙ୍କ ଭୂମିକା ସନ୍ଦେହ ଘେରରେ ରହିଥିବା ଜଳ ଜଳ ହୋଇ ବାରିହୋଇ ପଡୁଥିବା ବେଳେ ପ୍ରଶାସନ କାହିଁକି ହାତବାନ୍ଧି ବସିଛି ତାହା ବୁଝା ପଡୁନାହିଁ।

ଅନ୍ୟପକ୍ଷେ ଜିଆରଏସ ଆଦବାରୁ ମାଝୀ ନିଜେ ଅଙ୍ଗନବାଡି କର୍ମୀଙ୍କ ସ୍ୱାମୀଙ୍କ ଦ୍ୱାରା ପରିଚାଳିତ ହୋଇଥିବା ଦୋଷ ସ୍ୱୀକାର କରିଥିବା ସ୍ଥଳେ କାହିଁକି ପୋଲିସ ବିଭାଗ ନୀରବି ଗଲେ ତାହାନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି।

ତେବେ ଜିଆରଏସ ଆଦବାରୁ ମାଝୀଙ୍କ ଉପରେ କେବେ କାର୍ଯ୍ୟାନୁଷ୍ଠାନ ହେବ ଓ କେବେ ଗରିବ ଲୋକମାନେ ତାଙ୍କ ପାରିଶ୍ରମିକ ମଜୁରୀ ଫେରି ପାଇବେ ତାହା ଆଗାମୀ ଦିନରେ ଦେଖିବାକୁ ବାକି ରହିଲା।