Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଦିନ ବେଳେ ଲାଗୁ ହେବ କର୍ଫ୍ୟୁ!: ବାଚସ୍ପତି ଡା. ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ବର: ରାଜ୍ୟରେ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନବେଳେ କର୍ଫ୍ୟୁ ଲାଗୁ ହୋଇପାରେ ବୋଲି ବାଚସ୍ପତି ଡା. ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ଏହା ଉପରେ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରୁଛନ୍ତି ବୋଲି ବାଚସ୍ପତି କହିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବାଢୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇପାରେ ବୋଲି ବାଚସ୍ପତି ପ୍ରକାଶ କରିଛନ୍ତି। ତେବେ କରୋନା କଟକଣାକୁ ମାନିବା ସହ ଏନେଇ ସଚେତନ ରହିବା ଆବଶ୍ୟକ ବୋଲି ବାଚସ୍ପତି ପରାମର୍ଶ ଦେଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଦିନକୁ ଦିନ ଓଡିଶାରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୬୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।