Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ରାଜ୍ୟ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ

ଭୁବନେଶ୍ୱର: ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ ହୋଇଯାଇଛି। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବକ୍ତୃତାମାଳାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଯୁଗ୍ମ ଶାସନ ସଚିବ ଶ୍ରୀ ମନୋଜ କୁମାର ସ୍ୱାଇଁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।

ଶ୍ରୀ ରାଉତରାଏ ପାଠକ ପାଠିକା ନିମନ୍ତେ ବିଭିନ୍ନ ଉଦାହରଣ ଦେଇ ଜୀବନ ରେ କିପରି ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ତାର ମୂଳମନ୍ତ୍ର ପ୍ରଦାନ କରିଥିଲେ। ମୁଖ୍ୟବକ୍ତାଭାବେ ଶ୍ରୀ ସ୍ୱାଇଁ ଛାତ୍ରଛାତ୍ରୀ ମାନେ କିପରି ଆଗାମୀ ପ୍ରତିଯୋଗିତା ମୂଳକ ପରୀକ୍ଷା ଗୁଡ଼ିକରେ କିପରି ପ୍ରସ୍ତୁତ ହୋଇ କୃତକାର୍ଯ୍ୟ ହେବେ, ୫-ଟିକୁ ନିଜ ଜୀବନରେ ପ୍ରୟୋଗ କରିବେ ଓ ବୈଷୟିକ କୌଶଳକୁ ନିଜ ପ୍ରସ୍ତୁତିରେ ଉପଯୋଗ କରିବେ ଏ ସମ୍ପର୍କରେ ପରାମର୍ଶ ଦେଇଥିଲେ।

ପାଠକ ପାଠିକା ମାନଙ୍କ ସହ ବାର୍ତ୍ତଳାପ ମାଧ୍ୟମରେ ସେମାନଙ୍କ ପ୍ରସ୍ତୁତିରେ ଥିବା ସମସ୍ୟା ଉପରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମକୁ ଯୁଗ୍ମ ଶାସନ ସଚିବ ତଥା ଗ୍ରନ୍ଥାଗାରର ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀମତୀ ଅତସୀ ଦାସ ସଂଚାଳନ କରିଥିଲେ। ଶେଷରେ
ଗ୍ରନ୍ଥାଗାରର ଗ୍ରନ୍ଥାଧ୍ୟକ୍ଷା ଶ୍ରୀମତୀ ସଙ୍ଘମିତ୍ରା ସାହୁ ଧନ୍ଯବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଗ୍ରନ୍ଥାଧ୍ୟକ୍ଷ ଶ୍ରୀ ରୁଦ୍ର ପ୍ରସାଦ ବେହେରା, ଶ୍ରୀମତୀ ମଞ୍ଜୁରାଣୀ ମୁଦୁଲି ଓ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଚେନ୍ନାଇସ୍ଥିତ ପ୍ରବାସୀ ଓଡିଆ ସଂଘ ସହ ଓଡିଶା ପରିବାର ନିର୍ଦ୍ଦେଶାଳୟର ଆଲୋଚନା

ଭୁବନେଶ୍ବର: ଚେନ୍ନାଇସ୍ଥିତ ମାଡ୍ରାସ ଓଡିଆ ସଂଘର କର୍ମକର୍ତ୍ତା ମାନଙ୍କ ସହ ଓଡିଶା ପରିବାର ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ପ୍ରବାସୀ ଓଡିଆ ମାନଙ୍କ ସ୍ବାର୍ଥରେ ଗଠନ କରାଯାଇଥିବା ଓଡିଶା ପରିବାର ନିର୍ଦ୍ଦେଶାଳୟ ଭୂମିକା ଓ ଆଭିମୁଖ୍ୟ ସଂପର୍କରେ ସେଠାରେ ଥିବା ପ୍ରବାସୀ ମାନଙ୍କ ସହ ଶ୍ରୀ ରାଉତରାଏ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ପଦକ୍ଷେପକୁ ମାଡ୍ରାସ ଓଡିଆ ସଂଘର କର୍ମକର୍ତ୍ତା ମାନେ ଭୂୟସୀ ପ୍ରଶଂସା କରିଛନ୍ତି।

ଏଥିସହ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କତି ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀ ଅଶ୍ବିନୀ କୁମାର ପାତ୍ର ଏବଂ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ଚେନ୍ନାଇସ୍ଥିତ ଜଗନ୍ନାଥ ମନ୍ଦିର ଗସ୍ତକରି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ସେଠାରେ ଥିବା ପ୍ରବାସୀ ଓଡିଆ ମାନେ ନିଜସ୍ବ ଉଦ୍ୟମରେ ସେଠାରେ ଏକ ଭବ୍ୟ ମନ୍ଦିର ପ୍ରତିଷ୍ଠା କରିଛନ୍ତି। କଳା ଗ୍ରାନାଇଟ ପଥରରେ ନିର୍ମିତ ମନ୍ଦିର କାରୁକାର୍ଯ୍ୟ ଶ୍ରଦ୍ଧାଳୁ ମାନଙ୍କୁ ଆକର୍ଷିତ କରୁଛି। ଓଡିଶାର ପୂଜକ ମାନେ ସେଠାରେ ରହି ପାରମ୍ପରିକ ରୀତିନୀତି ଅନୁଯାୟୀ ଶ୍ରୀଜିଉ ମାନଙ୍କ ପୂଜାର୍ଚ୍ଚନା କରୁଛନ୍ତି।

ଚୋଳାମଣ୍ତଳ ଶିଳ୍ପୀ ଗ୍ରାମ ଆର୍ଟ ଗ୍ୟାଲେରୀ ଠାରେ ଓଡିଶା ପ୍ରସିଦ୍ଧ ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟନ କରିବା ଅବସରରେ ମାନ୍ୟବର ମନ୍ତ୍ରୀ, ବିଭାଗୀୟ ନିର୍ଦ୍ଦେଶକ ଓ ଅଧିକାରୀ ପ୍ରମୁଖ ଚେନ୍ନାଇ ଗସ୍ତ କରିଥିଲେ।