Categories
ଆଜିର ଖବର ଜାତୀୟ ଖବର

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାହିଁକି ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଲେ ସାକ୍ଷାତ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅତିଶୀ ମାର୍ଲେନା। ସେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ସାକ୍ଷାତ କରିବା ସହିତ କିଛି ସମୟ ପାଇଁ ଆଲୋଚନା ମଧ୍ୟ କରିଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆମ ଆଦିମ ପାର୍ଟିର ଏହି ନେତ୍ରୀ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ କରିଛନ୍ତି।

ତେବେ ଏହାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଯାଇଛି। କାରଣ ବିଜେପିର ବଡ ଟାର୍ଗେଟରେ ରହିଛି ଆମ ଆଦମି ପାର୍ଟୀ। ଆଉ କିଛି ମାସ ପରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ଏପରି ସମୟରେ ଆତିଶୀ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜାରୀ ରହିଛି। ତେବେ ମୁଖ୍ୟମନ୍ତ୍ରୀ ହେବା ପରେ ଆତିଶୀଙ୍କ ଏହା ହେଉଛି ଏକ ସୌଜନ ମୂଳକ ସାକ୍ଷାତ ବୋଲି ଜଣାପଡିଛି।