Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ

ସାବଧାନ, ଆପଣ ଏହା ଠାରୁ ଦୂରେଇ ରହିବା ଉଚିତ, ନଚେତ ସବୁ ବେଳେ ହେବ କ୍ଷତି

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ, ମଣିଷ ଯାହା ବି କରୁ ତାହା ସୀମା ଭିତରେ ରହି କରିବା ଉଚିତ। ଯଦି ଅତି ଭଲ କରୁଛି ବୋଲି ଦେଖାଇ ହେବେ, ତେବେ ତାହା ବହୁ କ୍ଷତି ହେବ ଏଥିରେ ସନ୍ଦେହ ନାହିଁ। ଅତି ସବୁବେଳେ ଖରାପ ବୋଲି ସେ ବିଭିନ୍ନ ଉଦାହରଣ ଦେଇ କହିଛନ୍ତି।

ଚାଣକ୍ୟଙ୍କ ମତରେ ରାବଣ ଅତି ଗର୍ବ କରିବାରୁ ସ୍ବର୍ଣ୍ଣ ଲଙ୍କା ଧ୍ବଂସ ପାଇଗଲା, ଦୁର୍ଯୋଧନ ଅତି ମାନ କରିବାରୁ କୌରବ ଶତ ଭ୍ରାତା ନିହତ ହେଲେ। ବଳି ରାଜା ଅତି ଦାନୀ ହେବାରୁ ପାତାଳଗାମୀ ହେଲେ। ସେଥିପାଇଁ ଅତି ମାତ୍ରାର କାର୍ଯ୍ୟ ସବୁ ବେଳେ ବର୍ଜନୀୟ। ସେଥିପାଇଁ କୁହାଯାଇଛି

ଅତିଦର୍ପେ ହତା ଲଙ୍କା, ଅତିମାନେ ଚ କୌରବାଃ

ଅତିଦାନାଦ୍ ବଳିର୍ବଧଃ, ଅତି ସର୍ବତ୍ର ବର୍ଜୟତେ