Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୨୧୦ ଲିଟର ଦେଶୀ ରନ୍ଧା ମଦ ଜବତ, ଦୁଇ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପୋଡ଼ାପୁଟ ଗ୍ରାମରେ ଦେଶୀ ରନ୍ଧା ମଦ ଚୋରାଚାଲାଣ ହେଉଥିବାର ଖବର ପାଇ ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଅବକାରୀ ବିଭାଗ ୨୧୦ ଲିଟର ଦେଶୀ ରନ୍ଧା ମଦ, ଗୋଟାଏ ବାଇକ, ଗୋଟାଏ ଡ଼ାଲା ଅଟୋ ଜବତ କରିବା ସହ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

ଅଭିଯୁକ୍ତ ଦ୍ବୟଙ୍କ ବିରୋଧରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଜଣାପଡିଛି। ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ଅବକାରୀ ଅଧିକାରୀ ବି ମନୋଜ କୁମାର, ଏସଆଇ ରୋହିତ କୁମାର ଦଣ୍ଡସେନା ଏବଂ ଅନ୍ୟାନ୍ୟ ଅବକାରୀ କର୍ମଚାରୀମାନେ ସାମିଲ ଥିଲେ।