Categories
ଆଜିର ଖବର ରାଜ୍ୟ ଖବର

ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଆଉ ଏକ ସୁଯୋଗ: ନାମ ଲେଖିନଥିଲେ ଆଜିଠୁ କରନ୍ତୁ ଆବେଦନ

ଭୁବନେଶ୍ବର: ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଆଉ ଏକ ସୁଯୋଗ ରହିଛି। ଯେଉଁ ଛାତ୍ରଛାତ୍ରୀମାନେ କୌଣସି କାରଣବଶତଃ କଲେଜରେ ନାମ ଲେଖିପାରିନାହାନ୍ତି, ସେମାନଙ୍କ ପାଇଁ ଆଉଥରେ ସୁଯୋଗ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ଇ-ଆଡମିଶନରୁ ବଞ୍ଚିତ ଛାତ୍ରଛାତ୍ରୀ ଏବେ ଦ୍ବିତୀୟ ପର୍ଯ୍ୟାୟ ଇ-ଆଡମିଶନ ପାଇଁ ଆବେଦନ କରିପାରିବେ। ତେଣୁ ଆଜିଠୁ ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ପାଇଁ ଦ୍ବିତୀୟ ପର୍ଯ୍ୟାୟ ଇ ଆଡମିସନ ଆବଦେନ ପ୍ରକ୍ରିୟା ଆରମ୍ଭ ହୋଇଛି, ଯାହା ସେପ୍ଟେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ତେଣୁ ଏହି ଛାତ୍ରଛାତ୍ରୀମାନଙ୍କୁ ଅନଲାଇନ ମାଧ୍ୟମରେ ଆବେଦନ କରିବାକୁ ପଡିବ।

Categories
ବିଶେଷ ଖବର

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ଵର: ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି। ପାଠ ସହ ଖେଳ ଆଦି କ୍ରିଏଟିଭ ଟ୍ୟାଲେଣ୍ଟର ବିକାଶ ପାଇଁ ସୁଯୋଗ ଆଣିଛି। ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରି ବାରେ ବିଶେଷ ସହାୟକ ହୋଇଛି ବୋଲି ଛାତ୍ରଛାତ୍ରୀମାନେ ମତ ଦେଇଥିଲେ।

ଆଜି ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଆନନ୍ଦ ଉତ୍ସାହ ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି। ସମସ୍ତେ ସ୍କୁଲର ରୂପାନ୍ତରରେ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଅଧିକ ଆତ୍ମବିଶ୍ବାସର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି।

ଏହି ଅବସରରେ ଆଲୋଚନାରେ ଭାଗ ନେଇ ଢେଙ୍କାନାଳରୁ ତ୍ରିଶା ପ୍ରିୟଦର୍ଶିନୀ,ଗଞ୍ଜାମରୁ ଅର୍ପିତା ଚୌଧୁରୀ, କନ୍ଧମାଳରୁ ସୋନାଲି କହ୍ନର ନବରଂଗପୁରରୁ ଜୁଇସ ସୁନା ଓ ଅନୁଗୁଳରୁ ବିଷ୍ଣୁ ପ୍ରସାଦ ଚଇନି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଂଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।

ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମନ ଓ ମାନସିକତା ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି। ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରୁଛି।

ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା। ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା। ସେହିପରି ଟିମ ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଉପବାଚସ୍ପତି ରଜନୀକାନ୍ତ ସିଂହ, ବିଧାୟକ ଅଙ୍ଗଦ କାହ୍ନର ଓ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଉଦବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଦୂରଦର୍ଶୀ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ନବରଙ୍ଗପୁରର ଜଣେ ଛାତ୍ରୀ ଜୁଇସ ସୁନା ପିଲାଙ୍କ ଗମନାଗମନ ଅସୁବିଧା ଵିଷୟରେ ଦୃଷ୍ଟି ଆକର୍ଷଣ କରିଥିଲେ, ପିଲାଙ୍କ ସୁବିଧା ପାଇଁ ଅଧିକ ହଷ୍ଟେଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଏସିଏସ ପଞ୍ଚାୟତ୍ତିରାଜ ଓ ପାନୀୟ ଜଳ ବିଭାଗ ମୀନା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପ୍ରିନସିପାଲ ସେକ୍ରେଟାରୀ SC/ST DEVRLOPMENT ରଞ୍ଜନା ଚୋପ୍ରା ଧନ୍ୟବାଦ ଦେଇଥିଲେ।

Categories
ବିଶେଷ ଖବର

ଆଜି ଗୋଟିଏ ଦିନରେ ୫ଟି ଜିଲ୍ଲାର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଲା ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି। ଆଜି ରାଜ୍ୟର ୫ଟି ଜିଲ୍ଲା – ଖୋର୍ଦ୍ଧା, ବୌଦ, ମାଲକାନଗିରି, ସୋନପୁର ଓ ମୟୁରଭଂଜର ରେକର୍ଡ ୫୩୨ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା। ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ଅବସରରେ ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମରେ ଉପସ୍ଥିତ ମନ୍ତ୍ରୀ ସୁଦାମ ମାରଣ୍ଡୀ, ମନ୍ତ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ରମେଶ ମାଝୀ ଓ ବିଧାୟକ ପ୍ରଦୀପ ଅମାତ ପ୍ରମୁଖ ଉଦବୋଧନ ଦେଇ ୫ଟି school transformation ପିଲାଙ୍କ ଭିତରେ କିପରି ଉତ୍ସାହ ସୃଷ୍ଟି କରିଛି ତା ଉପରେ ଆଲୋକପାତ କରିଥିଲେ .

ମୟୁରଭଞ୍ଜ ରୁ ପୁର୍ଣିମା., ସୋନପୁର ରୁ ମୌସୁମୀ ବୌଦ ରୁ ରାଜଶ୍ରୀ ମାଲକାନଗିରି ରୁ ହିତାକାଂକ୍ଷୀ ଓ ଖୁରଧା ରୁ ପର୍ଶୁରାମ ଆଦି ଛାତ୍ର ଛାତ୍ରୀ ମାନେ ସେମାନଙ୍କ ବକ୍ତବ୍ୟ ରେ
ସ୍କୁଲ transformation କିପରି ସେମାନଙ୍କ ମନରେ ଆଶା ଓ ବିଶ୍ୱାସ ଭରି ଦେଇଛି ତାହା ବର୍ଣନା କରିବା ସହିତ ସେମାନଙ୍କ ସ୍କୁଲ ଏବେ ଭୁବନେଶ୍ୱର ର ସ୍କୁଲ ମାନଙ୍କ ଠାରୁ କିଛି କମ ନୁହେଁ ବୋଲି ଆନନ୍ଦ ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ ଆଜି ଗୋଟିଏ ଦିନରେ ପାଞ୍ଚ ଟି ଜିଲ୍ଲାର ରେକର୍ଡ ୫୩୨ ଟି ହାଇସ୍କୁଲ ଲୋକାର୍ପିତ ହେଲା।  ମୟୁରଭଞ୍ଜ ରେ ସର୍ବାଧିକ ୩୩୯ ଟି ସୋନପୁରରେ ୪୧ ଟି ବୌଦ୍ଧ ରେ ୨୪ ଟି ମାଲକାନଗିରି ରେ ୪୭ ଟି ଓ ଖୁରୁଧା ରେ ୮୧ ଟି ହାଇସ୍କୁଲ ଲୋକାର୍ପିତ ହେଲା। ଏହା ଜୁନ ଦଶ ତାରିଖ ପର୍ଯ୍ୟନ୍ତ ଚାଲିବ।

Categories
ଜାତୀୟ ଖବର ବିଶେଷ ଖବର

ଆନ୍ତଃରାଜ୍ୟ ଟ୍ରାନ୍ସମିଶନ ପ୍ରଣାଳୀ: ସବୁଜ ଇନ୍ଧନ କରିଡର ଦ୍ବିତୀୟ ପର୍ଯ୍ୟାୟକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ଆନ୍ତଃରାଜ୍ୟ ଟ୍ରାନ୍ସମିଶନ ପ୍ରଣାଳୀ ନିମନ୍ତେ ସବୁଜ ଇନ୍ଧନ କରିଡର ପର୍ଯ୍ୟାୟ-୨କୁ ମଞ୍ଜୁର କରାଯାଇଛି। ଏ ଯୋଜନାରେ ପାଖାପାଖି ୧୦,୭୫୦ ସର୍କିଟ୍‌ କିଲୋମିଟର ଟ୍ରାନ୍ସମିଶନ ଲାଇନ ଏବଂ ୨୭,୫୦୦ ମେଗା .ଭୋଲ୍ଟ-ଆମ୍ପିୟର (ଏମଭିଏ) କ୍ଷମତା ବିଶିଷ୍ଟ ସବଷ୍ଟେସନ ପ୍ରତିଷ୍ଠା କରାଯାଇ ଟ୍ରାନ୍ସଫର୍ମର କ୍ଷମତାରେ ଅତିରିକ୍ତ ବୃଦ୍ଧି କରାଯିବାକୁ ମଞ୍ଜୁରି ମିଳିଛି। ଏହି ଯୋଜନା ଫଳରେ ସାତଟି ରାଜ୍ୟ- ଗୁଜରାଟ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, କେରଳ, ରାଜସ୍ଥାନ, ତାମିଲନାଡ଼ୁ ଓ ଉତ୍ତର ପ୍ରଦେଶରେ ଗ୍ରୀଡ ଏକୀକରଣ ସମ୍ଭବ ହୋଇପାରିବ। ଏଥିସହିତ ପାଖାପାଖି ୨୦ ଗିଗାୱାଟ ଅକ୍ଷୟ ଶକ୍ତି ବିଦ୍ୟୁତ ଉତ୍ପାଦନ ପ୍ରକଳ୍ପକୁ ସହାୟତା ମିଳିପାରିବ।

ଏହି ଯୋଜନା ପାଇଁ ଆନୁମାନିକ ମୋଟ ୧୨,୦୩୧.୩୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିରେ କେନ୍ଦ୍ରୀୟ ଆର୍ଥିକ ସହାୟତା ବାବଦରେ ପ୍ରକଳ୍ପର ପାଖାପାଖି ୩୩ ପ୍ରତିଶତ ଅର୍ଥାତ୍‌ ୩୯୭୦.୩୪ କୋଟି ଟଙ୍କା ଯୋଗାଇ ଦିଆଯିବ। ଟ୍ରାନ୍ସମିଶନ ପ୍ରଣାଳୀକୁ ଆର୍ଥିକ ବର୍ଷ ୨୦୨୧-୨୨ ଠାରୁ ୨୦୨୫-୨୬ ପର୍ଯ୍ୟନ୍ତ ପାଞ୍ଚ ବର୍ଷର ଅବଧି ମଧ୍ୟରେ ପ୍ରସ୍ତୁତ କରାଯିବ। କେନ୍ଦ୍ରୀୟ ଆର୍ଥିକ ସହାୟତା ବଳରେ ରାଜ୍ୟ ଅନ୍ତରୀଣ ଟ୍ରାନ୍ସମିଶନ ଶୁଳ୍କର ସମାଯୋଜନ ବା ଅଫସେଟିଂ କରିବାରେ ସହାୟତା ମିଳିବ। ଏହାଦ୍ବାରା ବିଦ୍ୟୁତ ମୂଲ୍ୟକୁ ମଧ୍ୟ କମ୍‌ ରଖାଯାଇପାରିବ। ତେଣୁ ବିଦ୍ୟୁତର ଅନ୍ତିମ ଉପଯୋଗକାରୀ- ଦେଶର ନାଗରିକମାନଙ୍କୁ ହିଁ ସରକାରୀ ସହଯୋଗର ଲାଭ ମିଳିପାରିବ।

ଏହି ଯୋଜନା କାର୍ଯ୍ୟକାରୀ ହେବା ଫଳରେ ୨୦୩୦ ସୁଦ୍ଧା ୪୫୦ ଗିଗାୱାଟ ଅକ୍ଷୟ ଶକ୍ତି କ୍ଷମତା ଲକ୍ଷ୍ୟ ହାସଲ କରିବାରେ ସହାୟତା ମିଳିପାରିବ।

ଏହି ଯୋଜନା ଦେଶରେ ଦୀର୍ଘକାଳୀନ ଶକ୍ତି ସୁରକ୍ଷା କ୍ଷେତ୍ରରେ ଯୋଗଦାନ ଦେବ ଏବଂ ଅଙ୍ଗାରକାମ୍ଳ ନିର୍ଗମନକୁ ହ୍ରାସ କରି ସ୍ଥାୟୀ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବ। ଏହାଫଳରେ ବିଦ୍ୟୁତ ଏବଂ ଅନ୍ୟ ସମ୍ପୃକ୍ତ କ୍ଷେତ୍ରରେ କୁଶଳୀ ଓ ଅଣକୁଶଳୀ ଉଭୟ ପ୍ରକାର ଶ୍ରମିକମାନଙ୍କ ପାଇଁ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଯୋଜନାର ଦ୍ବିତୀୟ ପର୍ଯ୍ୟାୟକୁ ପ୍ରଥମ ପର୍ଯ୍ୟାୟ ସବୁଜ ଇନ୍ଧନ କରିଡର ବ୍ୟତୀତ ଲାଗୁ କରାଯିବ। ପ୍ରଥମ ପର୍ଯ୍ୟାୟ ଯୋଜନା ଆନ୍ଧ୍ରପ୍ରଦେଶ, ଗୁଜରାଟ, ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ ଏବଂ ତାମିଲନାଡ଼ୁରେ ପୂର୍ବରୁ କାର୍ଯ୍ୟକାରୀ ହେଉଛି। ଏହା ଚଳିତ ବର୍ଷ ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି । ପ୍ରଥମ ପର୍ଯ୍ୟାୟ ଯୋଜନାରେ ଅତିରିକ୍ତ ୯,୭୦୦ ସର୍କିଟ୍‌ କିଲୋମିଟର ଅତିରିକ୍ତ ଟ୍ରାନ୍ସମିଶନ ଲାଇନ ବିଛାଯିବ ଏବଂ ସବଷ୍ଟେସନଗୁଡ଼ିକରେ ୨୨,୬୦୦ ମେଗାୱାଟ୍‌ କ୍ଷମତା ସୃଷ୍ଟି କରାଯିବ। ଏଥିପାଇଁ ୪୦୫୬.୬୭ କୋଟି ଟଙ୍କାର କେନ୍ଦ୍ରୀୟ ଆର୍ଥିକ ସହାୟତା ସହିତ ମୋଟ ୧୦,୧୪୧.୬୮ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବୁଲା ପ୍ରାଣୀଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦ୍ବିତୀୟ ପର୍ଯ୍ୟାୟରେ ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସି ମାନଙ୍କୁ ପଞ୍ଚାବନ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି।

ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ।

ସୂଚନାଯୋଗ୍ୟ ଯେ, ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ମଞ୍ଜୁର କରାଯାଇଥିଲା।