Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଛାତ୍ରୀକୁ ଏସିଡି ପକାଇ ମାରିଦେବା ଧମକ: ଅଭିଯୁକ୍ତ ଗିରଫ

କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଂଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀକୁ ଏସିଡ ପକାଇ ମାରିଦେବା ଧମକ ହୋଇଛି। ଏହି ଘଟଣାରେ ମଙ୍ଗରାଜପୁର ଗ୍ରାମର ଜନୈକ ଯୁବକ ଗିରଫ ହୋଇଛି। ସେହିଭଳି ଅନ୍ୟ ଏକ ଘଟଣାରେ ଜନୈକା ନାବାଳିକାକୁ ଅପହରଣ ଅଭିଯୋଗରେ ଆଉ ଜଣେ ଯୁବକକୁ କୁଜଙ୍ଗ ପୋଲିସ ଗିରଫ କରିଥିବାର ଜଣାପଡିଛି।

ଘଟଣାରୁ ପ୍ରକାଶ ଯେ, କୁଜଙ୍ଗ ଥାନା ଅଂଚଳର ଜନୈକା ଛାତ୍ରୀକୁ ବଳପୂର୍ବକଭାବେ ବାହାହେବାପାଇଁ କହିବା, ମୋବାଇଲକୁ ଅଶ୍ଳୀଳ ବାର୍ତ୍ତା ପଠାଇବା ଓ ଶେଷରେ ଏସିଡ ପକାଇ ମାରିଦେବା ପାଇଁ ଧମକ ଦେଇଚାଲିଥିଲା। ଏହି ପ୍ରରିପ୍ରେକ୍ଷୀରେ ନାବାଳିକାଜଣଙ୍କ କୁଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତତ୍ପର ହୋଇ ମଙ୍ଗରାଜପୁର ଗ୍ରାମର ଅଭିଯୁକ୍ତ ବାଦଲ ସାମଲ (୩୬)କୁ ଗିରଫ କରିଥିଲା।

ଅଭିଯୋଗକୁ ଭିତ୍ତିକରି ପୋଲିସ କେସ ନଂ୨୧୨/୨୩ରେ ମୋକଦ୍ଦମା ରୁଜୁ କରିଥିଲା। ବାଦଲ ଫେରାର ଥିବା ସମୟରେ କୁଜଙ୍ଗ ପୋଲସି ପାରାଦ୍ୱିପରୁ ଗିରଫ କରିବାରେ ସକ୍ଷମ ହୋଇଥିଲା।

ଅନୁରୁପଭାବେ ଏହି ଥାନା ଅଂଚଳର ଜଣେ ଚାନ୍ଦପୁର ଅଂଚଳର ଯୁବକ କୁଜଙ୍ଗ ଅଂଚଳର ଜନୈକା ୧୪ ବର୍ଷିୟା ନାବାଳିକା ପାଠ ପଢିବାକୁ ଯାଇଥିବା ବେଳେ ତାକୁ ଅପହରଣ କରିନେଇଥିଲା। ନାବାଳିକାଙ୍କ ବାପାଙ୍କ ଅଭିଯୋଗ ଅନୁସାରେ ପୋଲିସ କେସ ନଂ.୩୬୩/୨୩ରେ ମୋକଦ୍ଦମା ରୁଜୁ କରିଥିଲା। ଅପହରଣର ୪୮ଘଂଟା ମଧ୍ୟରେ ପୋଲିସ ଅପହରଣକାରୀ ଯୁବକ ଓ ଅପହୃତା ନାବାଳିକାକୁ ଉଦ୍ଧାର କରିଥିଲା। ନାବାଳିକାକୁ ତାର ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା ବେଳେ ଅପହରଣକାରୀକୁ ଗିରଫ କରିଥିଲା।

ଏହି ଘଟଣାରେ ଉଭୟ ଯୁବକଙ୍କୁ କୋର୍ଟଚାଲଣ କରାଗଲାପରେ ସେମାନଙ୍କ ଜାମିନ ନାମାଞ୍ଜୁର ହୋଇଯିବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆ ଯାଇଥିବାର ଥାନା ଅଧିକାରୀ ରଶ୍ମିରଂଜନ ଦାଶଙ୍କ ଠାରୁ ପ୍ରକାଶ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

କୋଚିଙ୍ଗ ସେଣ୍ଟର ଭିତରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଦୁଷ୍କର୍ମ ଅଭିଯୋଗ

କୋରାପୁଟ: କୋରାପୁଟ ଜିଲ୍ଲା ଜୟପୁର ସହରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କୋଚିଙ୍ଗ ସେଣ୍ଟର ଭିତରେ ଜଣେ ଶିକ୍ଷକ ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ସେହି କୋଚିଙ୍ଗ ସେଣ୍ଟରର ଶିକ୍ଷକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଶିକ୍ଷକକୁ ଜୟପୁର ଟାଉନ ଥାନା ପୋଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି।