Categories
ଆଜିର ଖବର ଜାତୀୟ ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ମକର ସଂକ୍ରାନ୍ତିରେ ଶ୍ରୀଜଗନ୍ନାଥଙ୍କ ପାଇଁ ମଧ୍ୟ ହୁଏ ଭିନ୍ନ ପ୍ରକାରର ମକର ଚାଉଳ, କରାଯାଏ ନବାଙ୍କ ବେଶ

ଭୁବନେଶ୍ବର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହି ଦିନ ଶ୍ରୀଜିୟୁଙ୍କ ପାଖରେ ମକର ଭୋଗ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ମଙ୍ଗଳା ଆରତି ଓ ଅବକାଶ ନୀତି ପରେ ଶ୍ରୀଜିଉମାନଙ୍କର ପଟା ପହରଣ  ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏହାପରେ କର୍ପୂରଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ। ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ମଇଲମ ମହାସ୍ନାନ ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକର ବେଶ ବଢ଼ିଥାଏ।

ଏହାପରେ ମକର ଚାଉଳ ପ୍ରସ୍ତୁତ କରାଯାଇଥାଏ। ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରରେ ଏହା ପ୍ରସ୍ତୁତ କରାଯାଏ। ଏହା କୁଡ଼ୁଆରେ ସଜଡ଼ା ଯାଇଥାଏ। ସୁଦୁ ସୁଆର ସେବକ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି। ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ ବା ପନ୍ତିବଡ଼ୁ ମୁହଁରେ କନା ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି।

ହଡ଼ପ ନାୟକ ସେବକ ଘରଠାରୁ ଘଣ୍ଟ ଛତା କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇ ଥାଆନ୍ତି। ଏହାପରେ ମୁଦିରସ୍ତ ପ୍ରସାଦ ଲାଗି କରିବା ପରେ ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରନ୍ତି। ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯାଏ।

ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପବିତ୍ର ନବାଙ୍କ ବେଶ ସହ ଚାଉଳ ମେଲଣ ଓ ଫୁଲ ମେଲଣ ଉତ୍ସବ ମଧ୍ୟ ଅନୁଷ୍ଠିତ ହୁଏ। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ଶ୍ରୀବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ସହ ଶଙ୍ଖ,ଚକ୍ର,ହଳ ଓ ମୂଷଳ ଇତ୍ୟାଦି ଧାରଣ କରିଥାନ୍ତି।

Categories
MakarSankrati ଆଜିର ଖବର ଧର୍ମ

ମକର ସଂକ୍ରାନ୍ତିରେ ଶ୍ରୀଜଗନ୍ନାଥଙ୍କ ପାଇଁ ମଧ୍ୟ ହୁଏ ଭିନ୍ନ ପ୍ରକାରର ମକର ଚାଉଳ, କରାଯାଏ ନବାଙ୍କ ବେଶ

ଭୁବନେଶ୍ବର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହି ଦିନ ଶ୍ରୀଜିୟୁଙ୍କ ପାଖରେ ମକର ଭୋଗ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ମଙ୍ଗଳା ଆରତି ଓ ଅବକାଶ ନୀତି ପରେ ଶ୍ରୀଜିଉମାନଙ୍କର ପଟା ପହରଣ  ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂରଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ । ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ମଇଲମ ମହାସ୍ନାନ ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକର ବେଶ ବଢ଼ିଥାଏ ।

ଏହାପରେ ମକର ଚାଉଳ ପ୍ରସ୍ତୁତ କରାଯାଇଥାଏ। ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରରେ ଏହା ପ୍ରସ୍ତୁତ କରାଯାଏ। ଏହା କୁଡ଼ୁଆରେ ସଜଡ଼ା ଯାଇଥାଏ। ସୁଦୁ ସୁଆର ସେବକ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି । ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ ବା ପନ୍ତିବଡ଼ୁ ମୁହଁରେ କନା ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ତଳିଚ୍ଛୁଙ୍କ ସହ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ଶ୍ରୀଛାମୁରେ ପନ୍ତି ବାଢ଼ିଥାନ୍ତି ।

ହଡ଼ପ ନାୟକ ସେବକ ଘରଠାରୁ ଘଣ୍ଟ ଛତା କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିର ଭିତର ବେଢ଼ାକୁ ଏକଥର ବୁଲି ଭୋଗ ବାଢ଼ିବା ନିମନ୍ତେ ମହାସୁଆରକୁ ଦେଇ ଥାଆନ୍ତି । ଏହାପରେ ମୁଦିରସ୍ତ ପ୍ରସାଦ ଲାଗି କରିବା ପରେ ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରନ୍ତି । ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯାଏ ।

ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପବିତ୍ର ନବାଙ୍କ ବେଶ ସହ ଚାଉଳ ମେଲଣ ଓ ଫୁଲ ମେଲଣ ଉତ୍ସବ ମଧ୍ୟ ଅନୁଷ୍ଠିତ ହୁଏ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ଶ୍ରୀବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ସହ ଶଙ୍ଖ,ଚକ୍ର,ହଳ ଓ ମୂଷଳ ଇତ୍ୟାଦି ଧାରଣ କରିଥାନ୍ତି ।