Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ବ୍ୟବସାୟ ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଆଉଟସୋର୍ସିଂ କର୍ମଚାରୀଙ୍କ ବଢିଲା ଦରମା, ଗଠନ ହେବ ଅମ୍ବୁଡସମ୍ୟାନ

ଭୁବନେଶ୍ବର: Service Provider Agency ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା Outsourcing କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି।

ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ଏହି Outsourcing କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା।

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।

୩. Outsourcing କର୍ମଚାରୀ ଓ Service Provider Agency ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ।

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ।

୬. Outsourcing କର୍ମଚାରୀ ତଥା Service Provider Agencyଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ Software Application ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ।

୮. ଯେଉଁ outsourcing କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।

ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ Service Providing Agency ମାନଙ୍କ ସହିତ supplementary agreement କରିବେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବୃଦ୍ଧି ପାଇଲା ରାଜ୍ୟର ଉର୍ଦ୍ଦୁ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ 

ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ଉର୍ଦ୍ଦୁ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

ରାଜ୍ୟର ବିଭିନ୍ନ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ, ଓ ଉଚ୍ଚ ବିଦ୍ୟାଳୟରେ ଉର୍ଦ୍ଦୁ ବିଷୟକୁ ପ୍ରାଥମିକ ଭାଷା ଭାବେ ଗ୍ରହଣ କରୁଥିବା ୧୦ରୁ ଉର୍ଦ୍ଧ୍ୱ ଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଉର୍ଦ୍ଦୁ ଶିକ୍ଷକ ଓ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ନିଯୁକ୍ତ କରିଛନ୍ତି । ପୂର୍ବରୁ ସେମାନଙ୍କୁ ମାସିକ ୭,୪୦୦ ଟଙ୍କା ପାରିଶ୍ରମିକ ବାବଦରେ ଦିଆଯାଉଥିଲା।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ସେମାନେ ମାସିକ ୧୫,୦୦୦ ଟଙ୍କା ପାରିଶ୍ରମିକ ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ଘୋଷଣା, ବୃଦ୍ଧି ପାଇଲା କ୍ରୀଡା ଓ କଳା ଶିକ୍ଷକଙ୍କ ପାରିଶ୍ରମିକ

ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।

ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ।

ଏହା ସହିତ ଅନ୍ୟ ସରକାରୀ କର୍ମଚାରୀମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକ ସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟତ୍ରୀ ଉପକୃତ ହେବେ।

ସୂଚନାଯୋଗ୍ୟ ଯେ ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକ ନିୟୋଜିତ କରାଯାଇଛି।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

Breaking News: ରାଜ୍ୟରେ ଗଠନ ହେଲା ୩୪ଟି ନୂଆ ଏନଏସି,ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସି କୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି .

5T ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି.

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା।

ସେହିପରି କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ନବୀନଙ୍କ ଘୋଷଣା: ସଡକ ଦୁର୍ଘଟଣା ଲୋକଙ୍କ ଚିକିତ୍ସା ପାଇଁ ଗଠନ ହେଲା ୧୪୭ କୋଟି ଟଙ୍କାର ପାଣ୍ଠି

ଭୁବନେଶ୍ବର: ସଡକ ଦୁର୍ଘଟଣାରେ ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି। ଏ ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ।

ଆଜି କୁଚିଣ୍ଡାରେ ଆୟୋଜିତ ବିଜୁ ସ୍ବାସ୍ଯ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ ଅବସରରେ ଏହି ଘୋଷଣା କରିଛନ୍ତି। ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ସେହି କାର୍ଯ୍ୟରେ ଏହି ପାଣ୍ଠି ସହାୟତା କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।