Categories
ଆଜିର ଖବର ରାଜ୍ୟ ଖବର

ଆଜି ପଖାଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ କହିଲେ ଜାଣନ୍ତି ?

ଭୁବନେଶ୍ବର: ଆଜି ହେଉଛି ପଖାଳ ଦିବସ। ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ଓଡିଶାରେ ପଖାଳ ଦିବସ ଭାବେ ପାଳନ କରାଯାଉଛି। ଓଡିଆଙ୍କର ପ୍ରିୟ ଖାଦ୍ୟ ପଖାଳ ହୋଇଥିବାରୁ ଏହିଦିନକୁ ସମସ୍ତେ ବେଶ୍ ଆଗ୍ରହ ସହକାରେ ପାଳନ କରିଥାନ୍ତି। ଏପରିକି ତାରକା ହୋଟେଲର ମଧ୍ୟ ପଖାଳ ଦିବସ ଉପଲକ୍ଷେ ଗ୍ରହାକକଙ୍କୁ ପଖାଳ ପରଷି ଦିଆଯାଉଛି।

ଏହି ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ,’ଓଡ଼ିଆ ଖାଦ୍ୟର ନିଆରା ସମ୍ଭାର ମଧ୍ୟରେ ପଖାଳ ଅନ୍ୟତମ। ଏହା ଆମ ଖାଦ୍ୟର ବିବିଧତା ମଧ୍ୟରେ ସ୍ୱତନ୍ତ୍ର। ପଖାଳ ଦିବସରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଇବା ସହ ଓଡ଼ିଆ ଖାଦ୍ୟର ପ୍ରସାର ଦିଗରେ ସମସ୍ତଙ୍କ ନିଷ୍ଠାପର ଓ ସମ୍ମିଳିତ ଉଦ୍ୟମ ପାଇଁ ଆହ୍ୱାନ ଜଣାଉଛି।’