Categories
ଜାତୀୟ ଖବର ବିଶେଷ ଖବର ବ୍ୟକ୍ତିତ୍ୱ ବ୍ୟବସାୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏସନର ଅଧ୍ୟକ୍ଷ ନବୀନ ଜିନ୍ଦଲ, ଜାଣନ୍ତୁ କଣ ରହିଛି କାରଣ

ଭୁବନେଶ୍ବର: ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ। ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। ତେଣୁ, ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ୍ ଯୋଗାଇଦେବା ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଷ୍ଟିଲ କମ୍ପାନୀ ଗୁଡିକୁ ମଧ୍ୟ ଉପଯୁକ୍ତ ବିଚାର ଆଲୋଚନା କରାଯାଇ ନିୟମ ଅନୁସାରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ବର୍ତ୍ତମାନ ଦେଶର ଷ୍ଟିଲ ଉତ୍ପାଦନ ପରିମାଣ ବାର୍ଷିକ ୧୬୫ ମିଲିଅନ୍‌ ଟନ ରହିଛି। ୨୦୪୭ ସୁଦ୍ଧା ଏହି ପରିମାଣ ୫୦୦ ମିଲିଅନ୍‌ ଟନ ବୃଦ୍ଧି କରାଯିବାର ଲକ୍ଷ୍ୟ ରଖାଯାଇଛି। ଦେଶର ଷ୍ଟିଲ ଉତ୍ପାଦନ ବୃଦ୍ଧିରେ ଓଡିଶାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ। ତେଣୁ, ଷ୍ଟିଲ କମ୍ପାନୀ ମାନଙ୍କୁ ଯେପରି ସୁବିଧାରେ ଲୁହାପଥର ମିଳିବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ମିଳି ପାରିବ, ସେ ବିଷୟରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

ବୈଠକରେ ଅଧିକ ଲୁହା ପଥର ଖଣିର ନିଲାମ୍ ଏବଂ ନିଲାମ୍ ହୋଇଥିବା ଖଣି ଗୁଡିକରୁ ଶୀଘ୍ର ଉତ୍ତୋଳନ ଆରମ୍ଭ ଉପରେ ଆଲୋଚନା କରାଯାଇଥିଲା। ଚଳିତବର୍ଷ ପ୍ରାୟ ୩୦ ଟି ଖଣି ନିଲାମ୍ ହେବାର ସମ୍ଭାବନା ରହିଛି ବୋଲି ଜଣାଯାଇଛି। ଏହା ସହିତ OMCରୁ କିପରି ସୁବିଧାରେ ଷ୍ଟିଲ କମ୍ପାନୀ ମାନଙ୍କୁ ଲୁହାପଥର ଯୋଗାଇ ଦିଆଯାଇ ପାରିବ, ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏବଂ ଅନ୍ୟ ସମ୍ପୃକ୍ତ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ।

Categories
ବିଶେଷ ଖବର

ନୁପୁର ଶର୍ମାଙ୍କୁ ସମର୍ଥନ କଲେ ରାଜ ଠାକରେ: ଜାକିର ନାୟକଙ୍କ ଉଦ୍ଧେଶ୍ୟରେ କହିଲେ ଏଭଳି କଥା

ମୁମ୍ବାଇ: ମହାରାଷ୍ଟ୍ର ନବନିର୍ମାନ ସେନା ମୁଖ୍ୟ ରାଜ ଠାକରେ ନୁପୁର ଶର୍ମାଙ୍କୁ ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ସମସ୍ତେ ନୁପୁର ଶର୍ମାଙ୍କଠାରୁ କ୍ଷମା ମାଗିଥିଲେ କିନ୍ତୁ ମୁଁ ତାଙ୍କୁ ସମର୍ଥନ କଲି। ରାଜ ଠାକରେ କହିଛନ୍ତି ଯେ, ଡକ୍ଟର ଜାକିର ନାୟକ ନୁପୁର ଶର୍ମା ଯାହା କହିଛନ୍ତି ତାହା ସେ କହି ସାରିଛନ୍ତି, କିନ୍ତୁ ତାଙ୍କଠାରୁ କ୍ଷମା ମାଗିବାକୁ କେହି ଦାବି କରିନାହାଁନ୍ତି। ଠାକରେ କହିଛନ୍ତି ଯେ, ଓୱାଇସି ଭାଇମାନେ ଆମର ଦେବତା ଏବଂ ଦେବୀଙ୍କୁ ଖରାପ ବୋଲି କହିଛନ୍ତି।

ନୁପୁର ଶର୍ମାଙ୍କ ମାମଲା କ’ଣ?:

ନୁପୁର ଶର୍ମା ଜୁନ୍ ମାସରେ ମହମ୍ମଦଙ୍କ ଉପରେ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଯାହା ପରେ ବିଶ୍ଵର ଅନେକ ଦେଶ ଭାରତକୁ ସମାଲୋଚନା କରିଥିଲେ। ଏହା ପରେ ଦଳ ନୁପୁର ଶର୍ମାଙ୍କୁ ବହିଷ୍କାର କରିଥିଲା। ଏହି ବିବାଦୀୟ ବିବୃତ୍ତି ହେତୁ ଦେଶର ବିଭିନ୍ନ ଅଞ୍ଚଳରେ ନୁପୁର ବିରୋଧରେ ଅନେକ ଏଫ୍ଆଇଆର୍ ପଞ୍ଜିକୃତ ହୋଇଥିଲା। ସୁପ୍ରିମକୋର୍ଟ ମଧ୍ୟ ତାଙ୍କ ମନ୍ତବ୍ୟରେ ନୁପୁର ଶର୍ମାଙ୍କୁ ତାଗିଦ କରିଥିଲେ।

ଅନ୍ୟ ଏକ ବିବାଦୀୟ ବିବୃତ୍ତି ମାମଲାରେ ହରିୟାଣା ପ୍ରଦେଶ ନେତା ନବୀନ ଜିନ୍ଦଲଙ୍କୁ ମଧ୍ୟ ବିଜେପି ବହିଷ୍କାର କରିଛି।