Categories
ବିଶେଷ ଖବର

କଟକ ନେତାଜୀ ବସ ଟର୍ମିନାଲ୍‌ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଠାରେ ୫-ଟି ଉପକ୍ରମରେ ନବ ନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ ଟର୍ମିନାଲ୍‌କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ କଟକ ସହରର ୯ଟି  ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମୁଦାୟ ୫୪୧ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଆଜି ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି।

କଟକଠାରେ ଆୟୋଜିତ ଏହି ଲୋକାର୍ପଣ କାର‌୍ୟ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଆଜି ଆମ କଟକ ସହର ପାଇଁ ଏକ ଉତ୍ସବର ଦିନ। କଟକ ସହର ପାଇଁ ୫୪୦ କୋଟିରୁ ଉର୍ଦ୍ଧ୍ୱ ବିଭିନ୍ନ ପ୍ରକଳ୍ପ ଆରମ୍ଭ ହେଲା। କଟକ ଓଡିଶାବାସୀଙ୍କ ପ୍ରିୟ ସହର। କଟକର ପୂଜା, କଟକର ବାଲିଯାତ୍ରା, ବାରବାଟୀ କ୍ରିକେଟ ମ୍ୟାଚ, ଏସ୍.ସି.ବି. ମେଡିକାଲ କଲେଜ ସବୁବେଳେ ଓଡିଶାର ବଡ ପରିଚୟ ହୋଇ ରହିଛି। ଏହି ପରିଚୟକୁ ଆମକୁ ଆହୁରି ଗୌରବମୟ କରିବାକୁ ପଡିବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ହଜାର ବର୍ଷର ସହର ଏହି କଟକ। ଏ ସହର ଏବେ ନୂଆ ରୂପ ନେଉଛି। ରୂପାନ୍ତର ପର୍ବ ଆଗେଇ ଚାଲିଛି। ଓଡିଶାର ଗର୍ବ ରେଭେନ୍ସା କଲେଜ ଆଜି ୟୁନିଭର୍ସିଟି ହୋଇଛି। ଏସ୍.ସି.ବି. ମେଡିକାଲ କଲେଜକୁ ଇଓଓଗଝ ଚକ୍ଷଙ୍କଗ୍ଦ  ଐରବକ୍ଷଗ୍ଧଷ ଓଦ୍ଭଗ୍ଦଗ୍ଧସଗ୍ଧଙ୍କଗ୍ଧସକ୍ଟଦ୍ଭରେ ରୂପାନ୍ତର କରିବା ପାଇଁ କାର‌୍ୟ୍ୟ ଜାରି ରହିଛି। ସ୍ୱାସ୍ଥ୍ୟ, ଶିକ୍ଷା, ଯୋଗାଯୋଗ, ଭିତ୍ତିଭୂମି ସବୁ କ୍ଷେତ୍ରରେ ରୂପାନ୍ତର ଏକ ସମୃଦ୍ଧ ଭବିଷ୍ୟତକୁ ନିର୍ଦ୍ଦେଶ କରୁଛି। ଆପଣମାନଙ୍କ ସହଯୋଗରେ ଏହି ରୂପାନ୍ତର ପ୍ରକ୍ରିୟା ଆହୁରି ଆଗେଇବ ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣକୁ ଆହ୍ୱାନ କରିବା ସହ ରାଜ୍ୟରେ କାର‌୍ୟ୍ୟକାରୀ ହେଉଥିବା ମିଶନ ଶକ୍ତି କାର‌୍ୟ୍ୟକ୍ରମ, ୫ଞ ସ୍କୁଲ ରୂପାନ୍ତରଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ବସ୍ତି ବାସିନ୍ଦାଙ୍କ ଜାଗା ମିଶନ ଆଦି ଜନକଲ୍ୟାଣକାରୀ କାର‌୍ୟ୍ୟକ୍ରମ ଓ ଯୋଜନା ସାଧାରଣ ଲୋକଙ୍କ ଭିତରେ ଭରଷା ସୃଷ୍ଟି କରି କୋଟି କୋଟି ଲୋକଙ୍କ ମୁହଁରେ ହସ ଫୁଟାଇପାରିଛି ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କଟକ ସହର ମୋର ପ୍ରିୟ ସହର । ମୋର ଜନ୍ମଭୂମୀ। କଟକ ସବୁବେଳେ ମୋ ପାଇଁ ସ୍ୱତନ୍ତ୍ର ହୋଇ ରହିଛି ଓ ରହିବ।

ପ୍ରକାଶଯୋଗ୍ୟ ଯେ ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କଟକ ନେତାଜୀ ବସ ଟର୍ମିନାଲରେ ଏକା ସାଙ୍ଗରେ ୧୯୨ଟି ବସ ରହିବା ପାଇଁ ବ୍ୟବସ୍ଥା ହୋଇଛି। ଯାତ୍ରୀମାନଙ୍କ ପାଇଁ ପ୍ରତିକ୍ଷାଳୟ, ପୁରୁଷ ଓ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଟିକେଟ କାଉଣ୍ଟର ସହିତ ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ କରାଯାଇ ଟର୍ମିନାଲ ଭିତରେ ଯାତ୍ରୀମାନଙ୍କ ପାଇଁ ବିମାନ ବନ୍ଦର ଭଳି ସୁବିଧା କରାଯାଇଛି। ଏଠାରେ ନିର୍ମିତ ଆହାର କେନ୍ଦ୍ର ଓଡିଶାର ସର୍ବବୃହତ ଆହାର କେନ୍ଦ୍ର । ଏଥି ସହିତ ମିଶନ ଶକ୍ତି କାଫେ ମଧ୍ୟ ରହିଛି। ଆଜି ଏହି ନୂତନ ଟର୍ମିନାଲରୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କଲେ ପୁରୀ ପାଇଁ ପ୍ରଥମ ବସ୍।

ଉଲ୍ଲେଖଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୨୦୨୦ ମାର୍ଚ୍ଚ ୨୦ ତାରିଖରେ ୫-ଟି ସଚିବ ଭି.କେ. ପାଣ୍ଡିଆନ କଟକ ବାଦମବାଡି ବସ୍‌ଷ୍ଟାଣ୍ଡ ଯାଇ ସେଠାର ଅବସ୍ଥା ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ପରବର୍ତ୍ତୀ ସମୟରେ ଖାନନଗର ଠାରେ ଏକ ନୂତନ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ରେ କଟକବାସୀଙ୍କ ପୂର୍ଣ୍ଣ ସହଯୋଗ ରହିଥିବାରୁ, କଟକବାସୀଙ୍କୁ  ୫-ଟି ସଚିବ ଧନ୍ୟବାଦ ଜଣାଇଥିଲେ।

କଟକ ନେତାଜୀ ବସ୍ ଟର୍ମିନାଲ ସହିତ ଆଜି ମୁଖ୍ୟମନ୍ତ୍ରୀ କଟକ ସହରରେ ୬୬.୬୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ମହାନଦୀ କ୍ୟାମ୍ପସ୍, ୩୦ କୋଟି ବ୍ୟୟରେ ନିର୍ମିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଲାଇବ୍ରେରୀ, ୨୩.୮୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଡି.ଏ.ଭି. ଏସ.ସି.ବି. ମେଡିକାଲ ପବ୍ଲିକ ସ୍କୁଲ, ୮୮.୩୧ କୋଟି ଟଙ୍କା ବ୍ୟୟରେ ନରଣପୁରଠାରେ ନିର୍ମିତ ୫୫୦ଟି ଋ.ଡ.ଝ. ଏବଂ ୩୨୦ଟି ଖ.ଓ.ଏ. ବାସଗୃହ, ୯.୭୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ସିଲ୍‌ଭର ସିଟି ବୋଟ କ୍ଲବ, ୫.୨୩ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲର ସମ୍ମୁଖ ବିକାଶ, ଫୁଡ କୋର୍ଟ ଓ ଜଳକ୍ରୀଡା କେନ୍ଦ୍ର, ୩.୨୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ନିକଟରେ ଅର୍ବାନ ହାଟ, ୫୪ ଲକ୍ଷ ଟଙ୍କା ବ୍ୟୟରେ ରାଣିହାଟଠାରେ ନିର୍ମିତ କ୍ଲକ ଟାୱାର। ୨୩.୩୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ବ୍ରିଜର ଉଦ୍‌ଘାଟନ କରିବା ସହ ୧୨୩ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଅନାନ୍ୟ ଭିତ୍ତିଭୂମି ନିର୍ମାଣ, ୨୨.୩୯ କୋଟି ଟଙ୍କା ବ୍ୟୟରେ ନେତାଜୀ ସୁଭାଷ ଚନ୍ଦ ବୋଷ ସ୍ମାରକୀ ନିର୍ମାଣ, ୪୫.୧୯ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲଠାରେ ଜନସୁବିଧା କେନ୍ଦ୍ର ଏବଂ ୮.୯୫ କୋଟି ଟଙ୍କା ବ୍ୟୟରେ ରେଳ ଷ୍ଟେସନ ପୂର୍ବ ଫାଟକରୁ ୪ ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।
ଏହି ଉତ୍ସବରେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, କଟକ ସାସଂଦ ଭର୍ତ୍ତୃହରି ମହତାବ, ମେୟର ସୁବାସ ସିଂ, ବିଧାୟକ ଚନ୍ଦ୍ର ସାରଥୀ ବେହେରା, ବିଧାୟକ ସୌଭିକ ବିଶ୍ୱାଳ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ।

Categories
ବିଶେଷ ଖବର

ଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ ଯୋଜନା ଗୁଡିକରେ ଉନ୍ନତି ଆଣିବା ପାଇଁ କାର୍ଯ୍ୟକାରୀ ହେବ SCADA

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲା ଗସ୍ତ କରିବା ସମୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଥିଲା। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ସୁଶିଲ କୁମାର ଲୋହାନୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ବୈଠକରେ ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକ ବ୍ଲକର ପାନୀୟ ଜଳ ସମ୍ପର୍କିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ନିଷ୍ପତ୍ତି ହୋଇଥିଲା। ନରସିଂହପୁର ଓ ଆଠଗଡରେ ନିର୍ମାଣାଧୀନ ସମସ୍ତ ପାଇପ ଜଳ ଯୋଗାଣ ପ୍ରକଳ୍ପ ଗୁଡିକର ଉପଯୁକ୍ତ ତଦାରଖ ସହିତ ପ୍ରକଳ୍ପ ଗୁଡିକର ଉଚ୍ଚମାନ ବଜାୟ ରଖିବା ଓ ପ୍ରକଳ୍ପକୁ ଠିକ୍ ସମୟରେ ଶେଷ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ସେହିପରି ପିପିଲିରେ ଚାଲୁଥିବା ପାଇପ୍ ଜଳଯୋଗାଣ ପ୍ରକଳ୍ପ ଗୁଡିକରେ ଥିବା ବିଭିନ୍ନ ସମସ୍ୟାଗୁଡିକ ଦୂର କରିବା ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ବିଶେଷକରି ପ୍ରକଳ୍ପ ଗୁଡିକର ଉପରମୁଣ୍ଡରେ ବେଆଇନ ଭାବେ ପାଣି ଚୋରି ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

ସାରା ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଗ୍ରାମାଞ୍ଚଳ ପାଇପ୍ ଜଳ ଯୋଗାଣ ଯୋଜନା ଗୁଡିକରେ ତ୍ରୁଟି ଚିହ୍ନଟ ଓ ତୁରନ୍ତ ସମାଧାନ ପାଇଁ SCADA (Supervisory Control And Data Acquisition ) କାର୍ଯ୍ୟକାରୀ କରାଯିବ। ପ୍ରକଳ୍ପ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକ କର୍ମଚାରୀ ଯୋଗାଇଦେବା ସହିତ ସମସ୍ତ ପ୍ରକଳ୍ପ ଗୁଡିକୁ ବିଦ୍ୟୁତ ଯୋଗାଣ ଜାରି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପାଇପ୍ ଜଳ ଯୋଗାଣ ପ୍ରକଳ୍ପ ଗୁଡିକରେ ବିଦ୍ୟୁତ ବିଲ୍ ଆଦାୟଜନିତ ସମସ୍ୟାର ସମାଧାନ ପାଇଁ ଏକ ଫଳପ୍ରଦ ପଦ୍ଧତି ବିକାଶ ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।

Categories
ବିଶେଷ ଖବର

ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ  ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ପୁରୀ ପୌରପାଳିକା ବହୁ ବର୍ଷ ଧରି  ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ  ପ୍ରାୟ  ୫୦୪ ଏକର ଜମି ଦେଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର‌୍ୟ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା। ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ: ଆରମ୍ଭ ହେଲା ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ମା’, କିଶୋରୀ ଝିଅ ଓ ଶିଶୁମାନଙ୍କ ଉପଯୁକ୍ତ ପୁଷ୍ଟିସାଧନ ଉଦ୍ଦେଶ୍ୟରେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ‘ପଡା ପୁଷ୍ଟି’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଥିଲେ।

ଏହି ଯୋଜନାରେ ସାରା ରାଜ୍ୟରେ ୧୫ ରୁ ୧୯ ବର୍ଷ ବୟସର ସମସ୍ତ କିଶୋରୀ ବାଳିକାମାନଙ୍କୁ ପୁଷ୍ଟି ସହାୟତା ସହିତ ଗର୍ଭବତୀ ମହିଳା ଓ ପ୍ରସୂତୀ ମା’ମାନଙ୍କ ପାଇଁ ଅଧିକ ଶୁଖିଲା ଖାଦ୍ୟର ବ୍ୟବସ୍ଥା, ଅତିଶୟ ପୁଷ୍ଟିହୀନ ପିଲାମାନଙ୍କ ପାଇଁ ସମ୍ପୂର୍ଣ୍ଣ ଆହାର, ମଧ୍ୟମ ପୁଷ୍ଟିହୀନ ପିଲା ଏବଂ ଅତିଶୟ କମ୍ ଓଜନର ପିଲାମାନଙ୍କ ପାଇଁ ଭିଟାମିନ୍‌ଯୁକ୍ତ ଛତୁଆ ଓ ଅଣ୍ଡା ପ୍ରଦାନର ବ୍ୟବସ୍ଥା ରହିଛି।

‘ପଡା ପୁଷ୍ଟି’ ଯୋଜନାରେ ଦୁର୍ଗମ ତଥା ଆଦିବାସୀ ଅଞ୍ଚଳର ପିଲାମାନଙ୍କୁ ସେମାନଙ୍କ ପଡା ତଥା ଗ୍ରାମରେ ଉତ୍ତମ ରନ୍ଧା ଖାଦ୍ୟ ଯୋଗାଇଦିଆଯିବ।

ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପୁଷ୍ଟି ସହିତ ସମୃଦ୍ଧିର ଗଭୀର ସମ୍ପର୍କ ରହିଛି। ତେଣୁ ପୁଷ୍ଟିର ଉନ୍ନତି ଜରିଆରେ ଆମେ ବିକାଶର ଲକ୍ଷ୍ୟ ପୂରଣ କରିପାରିବା। ପରିବାରକୁ ଉପଯୁକ୍ତ ପୁଷ୍ଟି କେବଳ ମା’ ହିଁ ଦେଇ ପାରିବ। ତେଣୁ ଏହି କାର୍ଯ୍ୟକ୍ରମର ସଫଳତା ମା’ମାନଙ୍କ ଉପରେ ନିର୍ଭର କରେ । ଆମ ଅଙ୍ଗନବାଡି କର୍ମୀ ଓ ମିଶନ ଶକ୍ତି ମା’ମାନଙ୍କର ମଧ୍ୟ ଏହି କାର୍ଯ୍ୟକ୍ରମର ସଫଳତା ପାଇଁ ଗୁରୁଦାୟିତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଓଡିଶା ଦେଶର ପ୍ରଥମ ରାଜ୍ୟ ଭାବେ ୨୦୨୦-୨୧ ବର୍ଷରୁ ପୁଷ୍ଟି ବଜେଟ ପରିକଳ୍ପନା କରିଛି। ମମତା ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ସ୍ୱାସ୍ଥ୍ୟର ଉପଯୁକ୍ତ ଯତ୍ନ ନିଆଯାଉଛି। ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏ କ୍ଷେତ୍ରକୁ ଅଧିକ ସୁଦୃଢ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଯୋଜନା ଦ୍ୱାରା ରାଜ୍ୟର ପ୍ରତ୍ୟେକ ମହିଳା ଓ ଶିଶୁ ସ୍ୱାସ୍ଥ୍ୟବାନ ହୋଇପାରିବେ। ଏହା ଦ୍ୱାରା ଆମେ ସମୃଦ୍ଧି ପଥରେ ଆଗେଇବା ସହିତ ଆମ ଲକ୍ଷ୍ୟ ହାସଲରେ ସଫଳ ହେବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ୫-ଟି ର ପାଞ୍ଚଟି ଉପାଦାନର ପ୍ରୟୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ତୃଣମୂଳ ସ୍ତରରେ ସମସ୍ତଙ୍କୁ ସଂଶ୍ଳିଷ୍ଟ କରି ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ କାର୍ଯ୍ୟକରିବ ବୋଲି ମୁଁ ଦୃଢ ନିଶ୍ଚିତ। ଆମ ସମସ୍ତଙ୍କ ସମ୍ମିଳିତ ଉଦ୍ୟମ ହିଁ ଲୋକମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ଓ ଉନ୍ନତ ପୁଷ୍ଟି ଯୋଗାଇ ଦେଇ ସାମଗ୍ରୀକ ବିକାଶକୁ ଆହୁରି ଆଗକୁ ନେବ।

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ବିଭାଗୀୟ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ, ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଆମ ପାଇଁ ଏକ ମିଶନ। ଏହି ଯୋଜନା ସମଗ୍ର ଓଡିଶାବାସୀଙ୍କ ଜୀବନ ଓ ଭବିଷ୍ୟତକୁ ଉନ୍ନତ କରିବ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଉନ୍ନୟନ କମିଶନର ତଥା ଅତିରିକ୍ତ ଶାସନ ସଚିବ ଅନୁ ଗର୍ଗ କହିଲେ ଯେ ପୁଷ୍ଟି ସୂଚକାଙ୍କରେ ଧିରେ ଧିରେ ଆମେ ଉପରକୁ ଉଠୁଛୁ। ଜାତୀୟ ସ୍ତରରେ ମଧ୍ୟ ଏ କ୍ଷେତ୍ରରେ ଓଡିଶା ଭଲ ସ୍ଥିତିରେ ରହିଛି। ପୁଷ୍ଟିସାଧନ କ୍ଷେତ୍ରରେ ରୂପାନ୍ତର ଆଣିବା ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ ଏକ ସମୟୋପଯୋଗୀ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିଥିଲେ।

କାର୍ଯ୍ୟକ୍ରମରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିବା ବେଳେ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରାର ଆକର୍ଷଣୀୟ ଶୁଭାରମ୍ଭ: ବିପୁଳ ପରିମାଣରେ ଉତ୍ସାହୀ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ

ଭୁୁବନେଶ୍ୱର: ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରା ୨୦୨୩ ଏହାର ଆକର୍ଷଣୀୟ ଯାତ୍ରାର ଶୁଭାରମ୍ଭ ଆଜିଠାରୁ ଆରମ୍ଭ କରିଛି ଯେଉଁଥିରେ ଭୁବନେଶ୍ୱରର ବହୁ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଛନ୍ତି। ରାଜ୍ୟରେ ଷ୍ଟାର୍ଟଅପ୍ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ୨୦୨୫ ସୁଦ୍ଧା ୫୦୦୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲାଗି ଓଡ଼ିଶା ସରକାରଙ୍କ ରହିଥିବା ଅଭିଳାଷକୁ ପୂରଣ କରିବା ଲାଗି ଆୟୋଜିତ ଏହି ଯାତ୍ରାରେ ଆଜି ବହୁ ସଂଖ୍ୟାରେ ଅଭିନବ ଆଇଡିଆ ସଂଗ୍ରହ କରାଯାଇଥିଲା। ପ୍ରଥମ ଦିନରେ ଯାତ୍ରା ଭୁବନେଶ୍ୱର ସମେତ ଖୋର୍ଦ୍ଦାର ୧୫ଟି ଶିକ୍ଷାନୁଷ୍ଠାନର, ୧୫୦୦ଛାତ୍ରଛାତ୍ରୀଙ୍କ ପାଖରେ ପହଂଚିବା ସହ ୧୦୭ଟି ନୂତନ ଷ୍ଟାଟଅପ୍ ଆଇଡିଆ ସଂଗ୍ରହ କରିଛି।

ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ର ଶୁଭାରମ୍ଭ କରିବା ପରେ ମଙ୍ଗଳବାରଠାରୁ ଭ୍ୟାନ୍‌ଗୁଡ଼ିକ ବିଭିନ୍ନ ଶିକ୍ଷାନୁଷ୍ଠାନ ପରିଦର୍ଶନ ଆରମ୍ଭ କରିଛନ୍ତି। ପ୍ରଥମ ଦିନରେ ଏହି ଯାତ୍ରା ଆଇଏମ୍‌ଆଇଏସ୍‌, ବିଜେବି ସ୍ୱୟଂଶାସିତ କଲେଜ, ସରକାରୀ ଆଇଟିଆଇ ଭୁବନେଶ୍ୱର, ଏକାମ୍ର କଲେଜ, ପିଏନ୍ କଲେଜ, ସେଂଚୁରିଅନ୍ ବିଶ୍ୱବିଦ୍ୟାଳୟ, ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଫର ଟେକ୍ନୋଲୋଜି, ସିଲିକନ୍ ଇନଷ୍ଟିଚ୍ୟୁଟ୍ ଅଫ ଟେକ୍ନୋଲୋଜି, ସୃଷ୍ଟି ଏକାଡେମି ଅଫ୍ ମ୍ୟାନେଜମେଂଟ୍‌, କିସ୍ ବିଶ୍ୱବିଦ୍ୟାଳୟ, ଆର୍‌ଡି ମହିଳା ବିଶ୍ୱବିଦ୍ୟାଳୟ, କିଟ୍ ବିଶ୍ୱବିଦ୍ୟାଳୟ, ଏନ୍‌ଆଇଏଫ୍‌ଟି, ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଓ ଏଏସ୍‌ବିଏମ୍ ବିଶ୍ୱବିଦ୍ୟାଳୟରେ ପହଂଚିଥିଲା।

ଏହି ଯାତ୍ରାରେ ଛାତ୍ରଛାତ୍ରୀମାନେ ନିଜ ଷ୍ଟାର୍ଟଅପ କ୍ଷେତ୍ରରେ ନିଜର ଆଇଡିଆକୁ ଉପସ୍ଥାପନ କରି ଅତ୍ୟନ୍ତ ଆନନ୍ଦିତ ହୋଇଥିଲେ। ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା। ଯାତ୍ରାର ୨୦୨୩ ସଂସ୍କରଣରେ ଚାରିଟି ଭ୍ୟାନ୍ ସମସ୍ତ ୩୦ଟି ଜିଲ୍ଲା ପରିଦର୍ଶନ କରିବ। ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରାରେ ଛାତ୍ରଛାତ୍ରୀମାନଙ୍କଠାରୁ ଆଇଡିଆ ସଂଗ୍ରହ କରାଯିବାକୁ ଥିବା ବେଳେ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ରେ ସେମାନଙ୍କ ଭିତରେ ଉଦ୍ୟମିତା ଭାବ ଜାଗ୍ରତ କରାଯିବ।

ଯାତ୍ରା ଆଗକୁ ବଢ଼ୁଥିବା ବେଳେ ଆସନ୍ତା କାଲି ଏହା ଭୁବନେଶ୍ୱର ଓ ଖୋର୍ଦ୍ଧାର ଆଉ ନଅଟି ଶିକ୍ଷାନୁଷ୍ଠାନ ପରିଦର୍ଶନ କରିବ। ଦ୍ୱିତୀୟ ଦିନରେ ଏହା ଉତ୍କଳ ବିଶ୍ୱବିଦ୍ୟାଳୟ, ସୋଆ ବିଶ୍ୱବିଦ୍ୟାଳୟ, ଆଇଆଇଆଇଟି ଭୁବନେଶ୍ୱର, ଆଇଏଚ୍‌ଏମ୍‌, ଏକ୍ସଆଇଏମ୍ ବିଶ୍ୱବିଦ୍ୟାଳୟ, ଆଇଟିଇଆର୍‌, ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ ଆଣ୍ଡ ରିସର୍ଚ୍ଚ, ସ୍କିଲ ଡେଭେଲପମେଂଟ୍ ସେଂଟର, ଆଇଆଇଟି ଭୁବନେଶ୍ୱର, ଓୟୁଏଟି ଓ ବିଶ୍ୱ ଦକ୍ଷତା କେନ୍ଦ୍ରରେ ପହଂଚିବ।

Categories
ଆଜିର ଖବର ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ରାଷ୍ଟ୍ରପତିଙ୍କ ଭୋଜିରେ ମୁଖ୍ୟମନ୍ତ୍ରୀ ଯୋଗ ନ ଦେବାକୁ ନେଇ ବିଜେଡି ବିଜେପି କାଦୁଆ ଫିଙ୍ଗା

ଭୁବନେଶ୍ୱର: ଜି୨୦ ଶିଖର ନେତୃବୃନ୍ଦଙ୍କୁ ରାଷ୍ଟ୍ରପତି ଡାକିଥିବା ନୈଶ୍ୟ ଭୋଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ନ ଦେବାକୁ ନେଇ ବିଜେଡି ବିଜେପି କାଦୁଅ ଫିଙ୍ଗା ଆରମ୍ଭ ହୋଇଯାଇଛି। ଏହାକୁ ନେଇ ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି। ଏହାର ଜବାବ ଦେଇଛନ୍ତି ବିଜେଡିର ମୁଖପାତ୍ର ଲେନିନ ମହାନ୍ତି।

ଏ ନେଇ ଜୟନାରାୟଣ କହିଛନ୍ତି ଯେ, ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ବାବୁ ଦେଶର ରାଷ୍ଟ୍ରପତି ତଥା ଓଡିଆ ଝିଅ ଶ୍ରୀମତୀ ଦ୍ରୈାପଦୀ ମୁର୍ମୁଙ୍କୁ ଭଉଣୀ ବୋଲି ସମ୍ବୋଧନ କରୁଥିବାବେଳେ, ତାଙ୍କଠାରୁ ନିମନ୍ତ୍ରଣ ପାଇ ମଧ୍ୟ ଜି-୨୦ ଶିଖର ସମ୍ମିଳନୀର ରାତ୍ରି ଭୋଜନକୁ ଗଲେ ନାହିଁ, ଯାହାକି ଅତ୍ୟନ୍ତ ଦୁଃଖର ବିଷୟ।

ସେ କହିଛନ୍ତି ଯେ , ରାଷ୍ଟ୍ରପତିଙ୍କଠାରୁ ନିମନ୍ତ୍ରଣ ପାଇ ମୁଖ୍ୟମନ୍ତ୍ରୀ ନଯିବା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବାସ୍ତବରେ ମୁଖ୍ୟମନ୍ତ୍ରୀଙ୍କ ନିଜର ୨୩ ବର୍ଷ ଶାସନରେ ତାଙ୍କର ଉପଲବ୍ଧତା ବୋଲି କିଛି ନାହିଁ। ଓଡିଶାର ସ୍ଥିତି ଅତ୍ୟନ୍ତ ସଙ୍ଗୀନ। ଦାରିଦ୍ରତା, ନାରୀ ନିଯ୍ୟାତନା, ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ୱାସ୍ଥ୍ୟବସ୍ଥା ଇତ୍ୟାଦିରେ ପଛୁଆ ଓଡିଶା। ମୁଣ୍ଡ ପିଛା ଆୟରେ ମଧ୍ୟ ଆମେ ତଳେ ପଡିଛୁ।

ଏଭଳି ବୈଶ୍ୱିକ ମଂଚରେ ଉପଲବ୍ଧତାକୁ ନେଇ କିଏ କୈାଣସି ପ୍ରଶ୍ନ କଲେ, ତାଙ୍କ ପାଖରେ ଉତର ନାହିଁ। ଓଡିଶାକୁ ଯେଉଁ ଭଳି ଅବସ୍ଥାକୁ ନେଇ ଗଲେଣି, ସେଥିପାଇଁ ସେ ଯିବାକୁ ଭୟ କରିଛନ୍ତି। ଯାହାର ଦକ୍ଷତା ଓ ଯୋଗ୍ୟତା ନଥାଏ, ତାର “ଇନ୍‌ଫେରିଅର୍ କମ୍ପେ୍ଲକ୍ସ୍‌” ଥାଏ ଏବଂ ତାଙ୍କ ମନରେ ଏହା ସୃଷ୍ଟି ହୋଇଥିବାରୁ ସେ ବୋଧ ହୁଏ ଗଲେ ନାହିଁ ବୋଲି ଶ୍ରୀ ମିଶ୍ର କହିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ବାବୁଙ୍କ ପାଖରେ ସାମାନ୍ୟତମ ସୌଜନ୍ୟତା ବି ନାହିଁ। ନବୀନ ବାବୁ କେବଳ ଧନ୍ୟବାଦ ନେଇଜାଣିଛନ୍ତି, କିନ୍ତୁ ଦେଇଜାଣନ୍ତି ନାହିଁ। ଯଶ୍ୱସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓଡିଆ ଅସ୍ମିତାକୁ ବିଶ୍ୱ ଦରବାରରେ ସମ୍ମାନିତ କରିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ବାବୁ ତାଙ୍କୁ ଧନ୍ୟବାଦ ନଦେବା ଏକ ହୀନମାନସିକତାର ପରିଚୟ।

ମହାମାରୀ କୋଭିଡ୍ ସମୟରେ ପ୍ରଧାନମନ୍ତ୍ରୀ ଓଡିଶାକୁ ମାଗଣାରେ ଟୀକା ଯୋଗାଇ ଦେଇଥିଲେ ସୁଦ୍ଧା ମୁଖ୍ୟମନ୍ତ୍ରୀ ଥରୁଟିଏ ଧନ୍ୟବାଦ୍ ଜଣାଇନଥିଲେ। ଆଜି ଜି-୨୦ ସମ୍ମିଳନୀରେ ଓଡ଼ିଶାର ଅସ୍ମିତାକୁ ମୋଦିଜୀ ଆଗ୍ରାଧିକାର ଦେଇଥିଲେ ବି ନବୀନ ବାବୁ ତାଙ୍କୁ “ଧନ୍ୟବାଦ” ନଦେବା ଓଡିଶାବାସୀଙ୍କୁ ବ୍ୟଥିତ କରିଛି ବୋଲି ଶ୍ରୀ ମିଶ୍ର କହିଛ

Categories
ବିଶେଷ ଖବର

ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ଵର: ଖୋର୍ଦ୍ଧା ଜିଲ୍ଲାରେ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଢାଞ୍ଚାରେ ପ୍ରତିଷ୍ଠା ହେବ। ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ଦେଶ ବିଦେଶରେ ପାଇକ ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାରରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ପାଇକ ମାନଙ୍କ ସାମୁହିକ ବିକାଶ ପାଇଁ ସ୍ବତନ୍ତ୍ର ପାଠ୍ୟକ୍ରମ ଜରିଆରେ ଶିକ୍ଷା ପ୍ରଦାନ ସହିତ ପ୍ରଶିକ୍ଷଣ ଓ ଗବେଷଣାର ବ୍ୟବସ୍ଥା ରହିବ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଛାତ୍ର ବୃତ୍ତିର ମଧ୍ୟ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଏହି କେନ୍ଦ୍ର ଗଡ ଖୋର୍ଦ୍ଧା ଠାରେ ଅସ୍ଥାୟୀ ଭାବରେ କାର୍ଯ୍ୟ କରିବା ପରେ ଯଥାଶୀଘ୍ର ଏହି କେନ୍ଦ୍ର ପାଇଁ ସ୍ଥାନ ନିରୂପଣ ଓ ଡି.ପି.ଆର ପ୍ରଦାନ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯୋଗ୍ୟ ଯେ, ୧୮୧୭ ମସିହାରେ ଖୋର୍ଦ୍ଧା ମାଟିରେ ବକ୍‌ସି ଜଗବନ୍ଧୁଙ୍କ ନେତୃତ୍ବରେ ସଂଗଠିତ ହୋଇଥିଲା ପାଇକ ବିଦ୍ରୋହ। ଇଂରେଜ ଶାସନ ବିରୁଦ୍ଧରେ ଏହା ଥିଲା ଦେଶର ପ୍ରଥମ ବିଦ୍ରୋହ ବୋଲି ଐତିହାସିକ ମାନେ ମତପ୍ରକାଶ କରନ୍ତି। ଏହି ମହାନ  ପାଇକ ପରମ୍ପରାକୁ ଉଜ୍ଜିବିତ କରି ରଖିବା ସହ ଏ ଦିଗରେ ଅଧିକ ଗବେଷଣା ପାଇଁ ଓଡିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ମାର୍ଗ ପ୍ରଶସ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଅଗଷ୍ଟ ମାସ ଶେଷ ସପ୍ତାହରେ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ପାଇକ ସଂଗଠନର ସଦସ୍ୟମାନଙ୍କୁ ଭେଟିଥିଲେ ଏବଂ ପାଇକ ପରମ୍ପରାର ସୁରକ୍ଷା ଓ ପ୍ରସାର ସମ୍ପର୍କରେ ତାଙ୍କ ସହିତ ଆଲୋଚନା କରିଥିଲେ। ଓଡିଶା ଇତିହାସରେ ପାଇକ ପରମ୍ପରାକୁ ଗୌରବମୟ ଅଧ୍ୟାୟ ଭାବରେ ଶ୍ରୀ ପାଣ୍ଡିଆନ ବର୍ଣ୍ଣନା କରିଥିଲେ ଏବଂ ଏହାର ସୁରକ୍ଷା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ପରେ ଏ ବିଷୟରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଷ୍ଟାର୍ଟଅପ୍ ଓଡିଶାର ଫ୍ଲାଗ୍‌ସିପ୍ ଅଭିଯାନ ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୁଭାରମ୍ଭ

ଭୁବନେଶ୍ୱର: ଓଡିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ଏକ ପଦକ୍ଷେପ ଷ୍ଟାର୍ଟଅପ୍ ଓଡିଶା ପକ୍ଷରୁ ଏହାର ଫ୍ଲାଗ୍‌ସିପ୍ ଅଭିଯାନଗୁଡିକର ନୂତନ ସଂସ୍କରଣ ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି । ଏହି ଅଭିଯାନକୁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ଉଦ୍‌ଘାଟନ କରିବେ। ଯୁବ ପ୍ରତିଭାମାନଙ୍କୁ ତୃଣମୂଳ ସ୍ତରରେ ଉଦ୍ଭାବନ ଓ ଔଦ୍ୟୋଗିକତା କ୍ଷେତ୍ରରେ ମାର୍ଗଦର୍ଶନ ପ୍ରଦାନ କରିବା ଓ ସଶକ୍ତ କରିବା ପାଇଁ ଏକ ମୂଳ ଧ୍ୟାନ ସହିତ ଏହି ଅଭିଯାନ ସେମାନଙ୍କୁ ଷ୍ଟାର୍ଟଅପ୍ ଇକୋସିଷ୍ଟମ ମଧ୍ୟରେ ପର୍ଯ୍ୟାପ୍ତ ସୁଯୋଗଗୁଡିକୁ ଉପଯୋଗ କରିବା ଲାଗି ସୁସଜ୍ଜିତ କରିବାକୁ ଚାହୁଁଛି।

ଅଭିନବ ବିଚାରଗୁଡିକୁ ଏକତ୍ରିତ କରିବା ପାଇଁ ଭ୍ୟାନ୍ କ୍ୟାମ୍ପ ଓ ବୁଟ୍ କ୍ୟାମ୍ପ୍‌ଗୁଡିକ ସମେତ ନିୟୋଜିତ ପଦକ୍ଷେପଗୁଡିକର ଏକ ଶୃଙ୍ଖଳା ମାଧ୍ୟମରେ ଷ୍ଟାର୍ଟଅପ୍ ଓଡିଶା, ଓଡିଶାର ୩୦ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନଗୁଡିକ ସହ ଜଡିତ ହେବ ଏବଂ ୨୦୦ରୁ ଅଧିକ କଲେଜ ଓ ୬୦ରୁ ଅଧିକ ବିଦ୍ୟାଳୟକୁ ସାମିଲ କରି ୨୫୦୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ପ୍ରଭାବିତ କରିବ। ଏହି ଅଭିଯାନର ଅଂଶ ଭାବେ ଷ୍ଟାର୍ଟଅପ୍ ଓଡିଶା କଲେଜ୍‌ଗୁଡିକରେ ୨୦୦ରୁ ଅଧିକ ଭ୍ୟାନ୍ କ୍ୟାମ୍ପ ଏବଂ ବିଭିନ୍ନ ସ୍କୁଲ୍‌ରେ ୬୦ଟି ଭ୍ୟାନ୍ କ୍ୟାମ୍ପ୍ ସମେତ ୧୨୦ରୁ ଅଧିକ ବୁଟ୍‌କ୍ୟାମ୍ପର ପରିଚାଳନା କରିବ ଯାହା ୩୫୦୦ରୁ ଅଧିକ ବିଚାରଧାରା ସୃଷ୍ଟି କରିବ।

ଷ୍ଟାର୍ଟଅପ୍ ଓଡିଶା ଯାତ୍ରାର ପୂର୍ବ ସଂସ୍କରଣ ଉଲ୍ଲେଖନୀୟ ସଫଳତା ପ୍ରଦର୍ଶିତ କରିଥିଲା ଯାହାକି ୩୦ଟି ଜିଲ୍ଲାରେ ପରିବ୍ୟାପ୍ତ ଥିଲା, ୩୦ଟି ବୁଟକ୍ୟାମ୍ପର ପରିଚାଳନା କରିଥିଲା, ୧୧୪ଟି ଭ୍ୟାନ୍ କ୍ୟାମ୍ପର ଆୟୋଜନ କରିବା ସହିତ ୧୦୦ରୁ ଅଧିକ କଲେଜକୁ ନିୟୋଜିତ କରିଥିଲା ଯେଉଁଥିରେ ୧୦୨୭୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ଯୋଗଦାନ ଓ ୧୩୫୦ଟି ନୂଆ ବିଚାରଧାରା ଦେଖିବାକୁ ମିଳିଥିଲା । ଏହାମଧ୍ୟରୁ ଶୀର୍ଷ ୨୨ଟି ବିଚାରକୁ ଡେମୋ ଡେ’ରେ ଶେଷ ହୋଇଥିବା ଆକ୍‌ସିଲରେଶନ ପ୍ରୋଗ୍ରାମ ପାଇଁ ମନୋନିତ କରାଯାଇଥିଲା ଯେଉଁଠାରେ ୧୧ ଜଣ ଫାଇନାଲିଷ୍ଟଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯାଇଥିଲା ।

ଷ୍ଟାର୍ଟଅପ୍ ଯାତ୍ରାର ଆଗାମୀ ସଂସ୍କରଣ ଏହି ପ୍ରୟାସକୁ ନୂଆ ଉଚ୍ଚତାକୁ ନେବାକୁ ଲକ୍ଷ୍ୟ ରଖିଛି ଯେଉଁଠାରେ ସର୍ବନିମ୍ନ ୫୦ଟି ମନୋନିତ ବିଚାରଧାରାକୁ ଏକ ୩ ଦିନିଆ ଆକ୍‌ସିଲରେଶନ ପ୍ରୋଗ୍ରାମ ପାଇଁ ଆମନ୍ତ୍ରିତ କରାଯିବ । ଏହାପରେ ଶୀର୍ଷ ୨୫ଟି ବିଚାରଧାରାକୁ ଡେମୋ ଡେ’ ପାଇଁ ଓ-ହବ୍‌କୁ ଆମନ୍ତ୍ରିତ କରାଯିବ, ଯାହାମଧ୍ୟରୁ ୧୦ଟିକୁ ନିଜର ବିଚାରକୁ ମୂଲ୍ୟବାନ ଷ୍ଟାର୍ଟଅପ୍ ଭେଂଚର୍‌ରେ ବିକଶିତ କରିବା ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି ସହିତ ପୁରସ୍କୃତ କରାଯିବ । ଏକ ଉତ୍ସର୍ଗୀକୃତ ମୋବାଇଲ ଆପ୍ଲିକେଶନକୁ ଯୁବ ଉଦ୍ଭାବକଙ୍କଠାରୁ ଅଭିନବ ବିଚାରଗୁଡିକୁ ସଂଗ୍ରହ କରିବା ଲାଗି ବିକଶିତ କରାଯାଇଛି ।

ଏହାବ୍ୟତୀତ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଶୀର୍ଷ ୨୦ଟି ବିଚାରକୁ ଫାଇନାଲ୍ ପିଚିଙ୍ଗ୍ ପାଇଁ ଆମନ୍ତ୍ରିତ କରାଯିବ, ଯେଉଁଥିରୁ ୧୦ଟି ବିଚାରକୁ ଏହି ଯୁବ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କର ଔଦ୍ୟୋଗିକ ଉତ୍ସାହକୁ ନିର୍ମାଣ କରିବା ଲାଗି ୧୦,୦୦୦ ଟଙ୍କା ଲେଖାଏଁ ପୁରସ୍କାର ରାଶିରେ ସମ୍ମାନିତ କରାଯିବ ।

ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ର ମହତ୍ୱ ଉପରେ ମତପ୍ରକାଶ କରି ଶିଳ୍ପ, “ଏମ୍‌ଏସ୍‌ଏମ୍‌ଇ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ୍ କହିଛନ୍ତି, ‘ଓଡିଶା ୨୦୨୫ ସୁଦ୍ଧା ୫୦୦୦ ଷ୍ଟାର୍ଟଅପ୍‌ର ଏହାର ଲକ୍ଷ୍ୟ ଆଡକୁ ଅଗ୍ରସର ହେଉଥିବାରୁ ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ ଅଭିନବ ବିଚାରଗୁଡିକୁ ଆଗକୁ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଉଦ୍ଭାବନକୁ ପ୍ରୋତ୍ସାହିତ କରିବା, ଔଦ୍ୟୋଗିକତା ବିକଶିତ କରିବା ଓ ମହିଳା ଉଦ୍ୟୋଗୀମାନଙ୍କୁ ବର୍ଦ୍ଧିତ ସହଯୋଗ ପ୍ରଦାନ କରିବାର ଏକ ଟ୍ରାକ୍ ରେକର୍ଡ ସହିତ ଏହି ଅଭିଯାନ ଏକ ପରିବର୍ତନଶୀଳ ଅନୁଭୂତି ଭାବେ ରାଜ୍ୟରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ଅଭିବୃଦ୍ଧି ଓ ସଫଳତାକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରସ୍ତୁତ ରହିଛି ।”

ଷ୍ଟାର୍ଟଅପ୍ ଓଡିଶାର କାର୍ଯ୍ୟକାରୀ ଅଧ୍ୟକ୍ଷ ଡଃ ଓମ୍‌କାର ରାୟ କହିଛନ୍ତି, “ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ ଓଡିଶାର ଷ୍ଟାର୍ଟଅପ୍ ଇକୋସିଷ୍ଟମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଲମ୍ଫକୁ ଚିହ୍ନିତ କରିଛି । ମହିଳାଙ୍କ ଦ୍ୱାରା ପରିଚାଳିତ ଓ ୨୭ ଜଣ ଇନ୍‌କ୍ୟୁବେଟରଙ୍କ ଦ୍ୱାରା ସମର୍ଥିତ ୪୨% ଷ୍ଟାର୍ଟଅପ୍ ସମେତ ୧୭୦୦ରୁ ଅଧିକ ଷ୍ଟାର୍ଟଅପ୍ ସହିତ ଓଡିଶା ଏକ ଔଦ୍ୟୋଗିକ କେନ୍ଦ୍ର ଭାବେ ଆଗକୁ ବଢୁଛି । ଏହି ଅଭିଯାନଗୁଡିକ ଛାତ୍ରଛାତ୍ରୀମାନଙ୍କୁ ତଥ୍ୟ, ବିଚାର ଓ ପ୍ରୋଗ୍ରାମକୁ ତ୍ୱରାନ୍ୱିତ କରିବା ଲାଗି ଏକ ମାର୍ଗ ପ୍ରଦାନ କରି ସଶକ୍ତ କରିବ । ଏହି ଯାତ୍ରା ଔଦ୍ୟୋଗିକତା ବୃଦ୍ଧି କରିବା ସହିତ ଅଭିନବ ସଫଳତାକୁ ଅନୁକରଣ କରିବା ଏବଂ ଏକ ପରୀବର୍ତନଶୀଳ ବିଚାର କେନ୍ଦ୍ରରେ ପରିଣତ ହେବା ପାଇଁ ଏହାର ମାର୍ଗରେ ରାଜ୍ୟକୁ ଏକୀକୃତ କରିବ ବୋଲ ଆମେ ଆଶା ରଖିଛୁ ।”

ଓଡିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ମୁଖ୍ୟ ସଚିବ ଶ୍ରୀ ଶାଶ୍ୱତ ମିଶ୍ର କହିଛନ୍ତି, “ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ ଓଡିଶାର ଦ୍ରୁତ ବେଗରେ ଆଗକୁ ବଢୁଥିବା ଷ୍ଟାର୍ଟଅପ୍ ପରିଦୃଶ୍ୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତକୁ ଉପସ୍ଥାପନ କରୁଛି । ଏହା ଆମର ଛାତ୍ରଛାତ୍ରୀଙ୍କୁ ମୂଲ୍ୟବାନ ତଥ୍ୟ, ନିଜର ବିଚାରକୁ ଉପସ୍ଥାପନା କରିବା ଲାଗି ସୁଯୋଗ ଏବଂ ସଫଳ ଷ୍ଟାର୍ଟଅପ୍ ନିର୍ମାଣ କରିବାରେ ସାହାଯ୍ୟ କରିବା ପାଇଁ ଏକ ସ୍ପଷ୍ଟ ମାର୍ଗ ପ୍ରଦାନ କରି ସଶକ୍ତ କରିବା ପାଇଁ ପ୍ରସ୍ତୁତ ରହିଛି । ନୂଆ ବିଚାରଗୁଡିକୁ କାର୍ଯ୍ୟକାରୀ କରିବା ଲାଗି ଆମର ଯୁବପିଡିଙ୍କ ଉତ୍ସାହ ଓ ଆଗ୍ରହ ଔଦ୍ୟୋଗିକତାର ପରିବର୍ତନଶୀଳ ଶକ୍ତିକୁ ସୁଦୃଢ କରିବ ।”

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍‌ର ଯାତ୍ରା ଭୁବନେଶ୍ୱରରେ ଏକ ଗ୍ରାଣ୍ଡ ଫିନାଲେ ସହିତ ଶେଷ ହେବ, ଯେଉଁଠାରେ ଛାତ୍ରଛାତ୍ରୀମାନେ ନିଜର ବିଚାରଗୁଡିକୁ ପ୍ରଦର୍ଶିତ କରିପାରିବେ ଏବଂ ଷ୍ଟାର୍ଟଅପ୍ ଓଡିଶାରୁ ମେଂଟରସିପ୍ ସୁଯୋଗ ଓ ଆଇନ୍‌ଗତ ମାର୍ଗଦର୍ଶନ ସହିତ ନଗଦ ପୁରସ୍କାରରେ ସମ୍ମାନିତ ହୋଇପାରିବେ ।

Categories
ବିଶେଷ ଖବର

ଡିସେମ୍ବର ମାସ ସୁଦ୍ଧା ଓଡିଆ ବିଶ୍ୱବିଦ୍ୟାଳୟର ନିଜସ୍ୱ କୋଠା ନିର୍ମାଣ ଶେଷ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ଗୁରୁ ଦିବସର ପବିତ୍ର ଦିନରେ ଓଡିଆ ବିଶ୍ୱବିଦ୍ୟାଳୟ ଆଜି ଏହାର ନୂତନ ସ୍ନାତକୋତ୍ତର ଓଡ଼ିଆ ପାଠ୍ୟକ୍ରମ ଉନ୍ମୋଚନ କରି ଭାଷା ଏବଂ ସାଂସ୍କୃତିକ ଶିକ୍ଷା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଏହି ଉତ୍ସବରେ ଉଚ୍ଚ ଶିକ୍ଷା ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଉମାକାନ୍ତ ସାମନ୍ତରାୟ, ଓଡ଼ିଆ ବିଶ୍ବବିଦ୍ୟାଳୟର କୁଳପତି ଡାଃ ସବିତା ପ୍ରଧାନ ଏବଂ ବିଶିଷ୍ଟ ଶିକ୍ଷାବିତ୍ ଡାଃ ଅଭିରାମ ବିଶ୍ଵାଳ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଏବଂ ବିଶିଷ୍ଟ ଶିକ୍ଷାବିତ୍ ଏବଂ ଅତିଥିମାନେ ଯୋଗଦାନ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଆ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଜିର ଦିନଟିକୁ ଏକ ଗୌରବମୟ ଦିନ ଭାବରେ ବର୍ଣ୍ଣନା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଆ ଭାଷା, ସାହିତ୍ୟକୁ ସମୃଦ୍ଧ କରିଯାଇଥିବା ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଓଡିଆ ବିଶ୍ୱବିଦ୍ୟାଳୟ ସତ୍ୟବାଦୀର ବନ ବିଦ୍ୟାଳୟ ପରି ଆମର ଜାତୀୟ ଚେତନାକୁ ଆହୁରି ମଜବୁତ କରିବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ।

ଅଢେଇ ହଜାର ବର୍ଷର ଶାସ୍ତ୍ରୀୟ ଭାଷା ଓଡିଆ ଭାଷା ଉପରେ ଅଧିକ ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନର ଯୁଗ ବୈଷୟିକ ଜ୍ଞାନ କୈଶଳର ଯୁଗ। ତେଣୁ ବର୍ତ୍ତମାନ ବୈଷୟିକ ବିକାଶର ସୁଯୋଗ ନେଇ ଭାଷା ଓ ସାହିତ୍ୟ ଶିକ୍ଷାରେ ଡିଜିଟାଲ କୌଶଳ ପ୍ରୟୋଗ କରି ଓଡିଆ ଭାଷା କିପରି ସାରା ବିଶ୍ୱ ପାଖରେ ପହଞ୍ଚି ପାରିବେ ସେ ଦିଗରେ କାମ କରିବାକୁ ପରାମର୍ଶ ଦେଇଥିଲେ।

ବିଶ୍ୱବିଦ୍ୟାଳୟ ନିର୍ମାଣ କୋଠା କାମ ଦୁଇମାସ ମଧ୍ୟରେ ଡିସେମ୍ବର ସୁଦ୍ଧା ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଓଡ଼ିଆ ବିଶ୍ବବିଦ୍ୟାଳୟ ପାଠ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ:

ସାହିତ୍ୟ ଏବଂ ସାଂସ୍କୃତିକ ସମୃଦ୍ଧି: ଏହି ପାଠ୍ୟକ୍ରମ ଛାତ୍ରମାନଙ୍କୁ ବିଭିନ୍ନ ପ୍ରକାରର ବିଷୟବସ୍ତୁ ଯାହା ରାଜ୍ୟର ସାହିତ୍ୟ, ସାଂସ୍କୃତିକ ପରମ୍ପରା ଏବଂ ଭାଷାର ଉଭୟ ଶାସ୍ତ୍ରୀୟ ଏବଂ ଆଧୁନିକ ଦିଗ ଉପରେ ଧାରଣା ଦେବ।

ଭାଷା ଦକ୍ଷତା: ଏହି ପାଠ୍ୟକ୍ରମ ଛାତ୍ରମାନଙ୍କର ଭାଷା ଦକ୍ଷତା ବୃଦ୍ଧି ପାଇଁ ଡିଜାଇନ୍ କରାଯାଇଛି।

ଇତିହାସର ଜ୍ଞାନ: ଛାତ୍ରମାନେ ଓଡ଼ିଆ ଭାଷାର ଐତିହାସିକ ମହତ୍ତ୍ୱ ଏବଂ ଆମ ଭାଷାର ବିଶିଷ୍ଟ ସାହିତ୍ୟ ବିଶେଷଜ୍ଞ ମାନଙ୍କ ବିଷୟ ରେ ପଢିବାର ସୁଯୋଗ ପାଇବେ।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି: ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା। ଏ ସମସ୍ୟା ସଂପର୍କରେ ଜନସାଧାରଣ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର Task Force ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।

Categories
ବିଶେଷ ଖବର ରାଜ୍ୟ ଖବର

ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଲା ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ କଲେ ଶେଷ ଦର୍ଶନ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଶେଷ ବିଦାୟ ନେଇଛନ୍ତି ଓଡିଶାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ତାଙ୍କର ନୟାପଲ୍ଲୀ ବାସଭବନରେ ଆଜି ସକାଳୁ ନେତା ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳର ସମସ୍ତେ ଶେଷ ଦର୍ଶନ କରିଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତାଙ୍କୁ ଶେଷ ଦର୍ଶନ କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ 5ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ତାଙ୍କୁ ଶେଷ ଦର୍ଶନ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସ୍ବାନ୍ତନା ଦେବା ସହିତ ଦୁଃଖ ପ୍ରକାଶ କରିଥିଲେ। ସୂର୍ଯ୍ୟ ପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅତି ଘନିଷ୍ଠ ବ୍ୟକ୍ତି ଭାବେ ପରିଚିତ। ସେ ନବୀନ ସରକାରରେ ବହୁ ଗୁରୁତ୍ବ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରି ତାଙ୍କର ପ୍ରଶଂସା ଭାଜନ ହୋଇପାରିଥିଲେ। ସେଥିପାଇଁ ନବୀନ ଶେଷ ବେଳକୁ ତାଙ୍କୁ ବାଚସ୍ପତି ପରି ଗୁରୁତ୍ବପୂର୍ଣ୍ଣ ପଦବୀରେ ବସାଇଥିଲେ।

ନିଜ ବାସଭବନରେ ଶେଷ ଦର୍ଶନ ପରେ ତାଙ୍କର ପାର୍ଥିବ ଶରୀରକୁ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନକୁ ଅଣାଯାଇଥିଲା। ସେଠାରେ ମଧ୍ୟ ବିଜେଡି ମନ୍ତ୍ରୀ ବିଧାୟକ ତଥା ନେତାମାନେ ଶେଷ ଦର୍ଶନ କରିଥିଲେ। ସେଠାରେ କିଛି ସମୟ ପାଇଁ ନିରବ ପ୍ରାର୍ଥନା କରାଯାଇଥିଲା। ତାଙ୍କ ଶରୀରରେ ଦଳୀୟ ପତାକାକୁ ଢାଙ୍କି ଦିଆଯାଇଥିଲା। ଏହାପରେ ତାଙ୍କୁ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।

ବିଜେଡି ନେତା ତଥା ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ପ୍ରସନ୍ନ ପାଟ୍ଟଶାଣୀ, ଡ ଅଚ୍ୟୁତ ସାମନ୍ତ, ସିଦ୍ଧାନ୍ତ ମହାପାତ୍ର, ପ୍ରଣବ ବଳବନ୍ତରାୟ, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବିକ୍ରମକେଶରୀ ଅରୁଖ ପ୍ରମୁଖ ବହୁ ବିଜେଡି ନେତା ତାଙ୍କର ଶେଷ ଦର୍ଶନ କରିଥିଲେ।

ଗତକାଲି ସନ୍ଧ୍ୟା ୭ ଟା ୩୧ ମିନିଟରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ହୋଇଥିଲା। ଆଜି ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିବାରୁ ତାଙ୍କୁ ବିଭିନ୍ନ ସମୟରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଗତକାଲି ସଂଧ୍ୟାରେ ପରଲୋକ ହୋଇଯାଇଛି।

ମୃତ୍ୟୁ ବେଳକୁ ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରୁ ବିଧାୟକ ଭାବେ କାର୍ଯ୍ୟ କରୁଥିଲେ। ସୂର୍ଯ୍ୟ ନାରାୟଣ ପାତ୍ର ଗଂଜାମ ଜିଲ୍ଲା ଦିଗପହଣ୍ଡି ଓ ଗଜପତି ଜିଲ୍ଲା ମୋହନା ବିଧାନସଭା ଆସନରୁ ୭ ଥର ବିଧାୟକ ହୋଇଥିଲେ।

ମୋହନାରୁ ୪ ଥର ଓ ଦିଗପହଣ୍ଡିରୁ ୩ ଥର ବିଧାୟକ ହୋଇଥିଲେ। ସେ ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଆଜି ତାଙ୍କର ବିୟୋଗ କେବଳ ଗଂଜାମ ଜିଲ୍ଲା ନୁହେଁ ସାରା ଓଡିଶାରେ ଶୋକର ଛାୟା ଖେଳିଯାଇଛି। ଆଜି ଅପରାହ୍ନରେ ତାଙ୍କର ଶେଷକୃତ୍ୟ ଦିଗପହଣ୍ଡିରେ କରାଯିବ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟ ପୋଲିସକୁ ମିଳିଲା ୧୯୦ଟି ଗାଡି, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ସେବାରେ ୧୯୦ ଟି ନୂତନ ପୋଲିସ ଗାଡିକୁ ଉତ୍ସର୍ଗ କରିଛନ୍ତି। ସବୁଜ ପତାକା ଦେଖାଇ ଏହି ଗାଡିର ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହା ରାଜ୍ୟ ପାଇଁ ଏକ ମହତ୍ ପୂର୍ଣ୍ଣ ସଫଳତା। ଏହା ଦ୍ବାରା ପୋଲିସ ଅଧିକାରୀଙ୍କର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବ ପାଇଁ ବେଶ ସହାୟକ ହୋଇପାରିବ।

ରାଜ୍ୟ ପୋଲିସରେ ବର୍ତ୍ତମାନ ବିଭିନ୍ନ ବର୍ଗର ମୋଟ ୨୨୪ ଟି ଯାନ ୨୦୨୩-୨୪ ମସିହାରେ ହାସଲ ହୋଇପାରିଛି। ଏଥିରେ ମୋଟ ₹ ୩୩ କୋଟି ବ୍ୟୟ ବରାଦ କରାଯାଇଛି ଅବଶିଷ୍ଟ ଆଉ ୩୪ ଟି ଯାନ ଖୁବ ଶୀଘ୍ର ପୋଲିସ ବିଭାଗକୁ ହସ୍ତାନ୍ତର କରାଯିବ।

ପାଟ୍ରୋଲିଂକୁ ତ୍ୱରାନ୍ୱିତ କରିବା ଏବଂ ସାରା ରାଜ୍ୟରେ ଖଣିଜ ପଦାର୍ଥର ବେଆଇନ ଖଣି ସମସ୍ୟାକୁ ଦୂର କରିବା ପାଇଁ ଖଣି ଅଞ୍ଚଳରେ ପୋଲିସ୍ ଷ୍ଟେସନକୁ ମଜବୁତ କରିବା ପାଇଁ ଓଡିଶା ମାଇନିଂ କର୍ପୋରେସନ୍ ଲିମିଟେଡ୍ ୪୪ ଟି ଯାନ ଯୋଗାଇ ଦେଇଛି।

ପୋଲିସର ଏହି ଗାଡି ବୃଦ୍ଧି ଜନସାଧାରଣଙ୍କ ସୁରକ୍ଷାକୁ ସୁଦୃଢ କରିବ। ସେହିପରି ଜରୁରୀକାଳୀନ ସମୟରେ ଶୀଘ୍ର ପଦକ୍ଷେପ ଗ୍ରହଣ କରିବା, ନ୍ୟାୟ ଦେବା, ଅପରାଧର ସମାଧାନ ଏବଂ ଓଡ଼ିଶା ନାଗରିକଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୃଷ୍ଟି କରିବାରେ ସାହାଯ୍ୟ କରିବ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଏବଂ ମାର୍ଗଦର୍ଶନରେ ରାଜ୍ୟ ପୋଲିସ ଏହାର ସମସ୍ତ ଅଧିକାରୀଙ୍କ ପାଇଁ ଏକ ନିରାପଦ ତଥା ଅଧିକ ସୁରକ୍ଷିତ ସୃଷ୍ଟି ଦିଗରେ ଯଥେଷ୍ଟ ପଦକ୍ଷେପ ନେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି.କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ। ଏଥସହିତ ରାଜ୍ୟ ଗୃହମନ୍ତ୍ରୀ ଶ୍ରୀ ତୁଷାରକାନ୍ତ ବେହେରା, ଡିଜିପି ଶ୍ରୀ ସୁନୀଲ କୁମାର ବନସଲ ଏବଂ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ପୋଲିସ ମୁଖ୍ୟାଳୟର ଏଡିଜି  ଶ୍ରୀ ଆର ଶର୍ମା, କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି ।

ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂଆ ଦିଗ ଦେଇଥିଲେ। ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି।

ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଭୁବନେଶ୍ବରରେ କଳାହାଣ୍ଡି ଉତ୍କେଲାକୁ ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ବିମାନ ବନ୍ଦରରେ କଳାହାଣ୍ଡି ଉତ୍କେଲାକୁ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଇଣ୍ଡିଆ ୱାନ ଏୟାର କଂପାନୀ ଦ୍ୱାରା ଏକ ୯ ସିଟ୍ ବିଶିଷ୍ଟ ବିମାନ ଚଳାଚଳ ଆରମ୍ଭ ହୋଇଛି।

ଏହି ଅବସରରେ ବାଣିଜ୍ୟ ଏବଂ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବିଜ୍ଞାନ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପରିବହନ ସଚିବ ଉଷାପାଢୀ ଏବଂ ୫ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

କଳାହାଣ୍ଡିକୁ ଏକ ବିମାନ ସେବା ଯୋଗାଇବା ପାଇଁ ବହୁ ଦିନରୁ ଦାବୀ ହୋଇ ଆସୁଥିଲା। ଯାହା ବର୍ତ୍ତମାନ ପୂରଣ ହୋଇଛି। ଏହି ବିମାନ ମନ୍ଦିର ମାଳିନୀ ଭୁବନେଶ୍ୱରରୁ ଉତ୍କେଲାକୁ ଯିବା ପାଇଁ ଲାଗିବ ମାତ୍ର ୧ ଘଣ୍ଟା ୧୫ ମିନିଟ ସମୟ। ଏହା ସପ୍ତାହରେ ଦୁଇ ଦିନ ଚାଲିବ।

ଏହି ବିମାନ ସେବା ଦ୍ବାରା କଳାହାଣ୍ଡିର ମଣିକେଶ୍ୱରୀ ମନ୍ଦିର, ଫୁରୁଲି ଝରଣା, ଜଳପ୍ରପାତ, ରାବଣଧାରା ଜଳପ୍ରପାତ, ଖରିପାଟ ବନ୍ୟଜନ୍ତୁ ଅଭୟାରଣ୍ୟ ଇତ୍ୟାଦି ଆକର୍ଷଣୀୟ ସ୍ଥାନ ତଥା ପର୍ଯ୍ୟଟନ ସ୍ଥଳର ଉପସ୍ଥିତି ଉତ୍କେଲାରେ ବିମାନ ସେବା ପରେ ଅନେକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ।

ବରିଷ୍ଠ ଡାକ୍ତର, ସହିଦ ରେଣ୍ଡୋ ମାଝି ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରଫେସର, ଭବାନୀପାଟଣା, କଳାହାଣ୍ଡି ଏବଂ ସହରର ବ୍ୟବସାୟୀମାନେ ବାରମ୍ବାର ଉଡ଼ାଣ କରିବେ। ଏହି ଶୁଭାରମ୍ଭରେ ନୂଆଦିଲ୍ଲୀରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଓ ଅଧିକାରୀ, ଭବାନୀପାଟଣାରେ ସାଂସଦ ସୁଜିତ କୁମାର, ଲୋକସଭା ସାଂସଦ ବସନ୍ତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି କଳାହାଣ୍ଡିକୁ ଉଡିବ ବିମାନ, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀଙ୍କ ସହ ଜ୍ୟୋତିରାଦିତ୍ୟ ସିନ୍ଧିଆ

ନୂଆଦିଲ୍ଲୀ: ଆଜି ଭୁବନେଶ୍ବରରୁ କଳାହାଣ୍ଡିକୁ ଉଡିବ ବିମାନ। କଳାହାଣ୍ଡିର ଉତ୍କେଳ ବିମାନବନ୍ଦରରୁ ଏହି ଉଡାଣର ଶୁଭାରମ୍ଭ ହେବ। ଏହାକୁ ନୂଆଦିଲ୍ଲୀରୁ ଭିସି ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ କରିବେ ବେସାମରିକ ବିମାନଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ଏଥିସହିତ ଭୁବନେଶ୍ବର ବିମାନ ବନ୍ଦରରୁ ରହିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପୂର୍ବରୁ ଡିଜିସିଏ ବା ଡାଇରେକ୍ଟର ଜେନେରାଲ ଅଫ ସିଭିଲ ଆଭିଏସନ ଅନୁମତି ପ୍ରଦାନ କରିଛନ୍ତି।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ବର: ଆଜି ହେଉଛି  ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଆଜି ସାରା ଓଡିଶା ବେଶ ଉତ୍ସବ ମୁଖର ହୋଇ ଉଠିଛି। ତେବେ କେତେବେଳେ ରାକ୍ଷୀ ବନ୍ଧାଯିବ ସେ ନେଇ ଦ୍ବନ୍ଦ ଥିବାରୁ କେଉଁଠି ଆଜି, କେଉଁଠି ଆସନ୍ତାକାଲି ଏହି ପର୍ବ ପାଳନ ହେବ। ତେବେ ଆଜି ପୂର୍ଣ୍ଣିମା ଥିବାରୁ ସମସ୍ତେ ରାକ୍ଷୀ ଅଭିନନ୍ଦନ ଜଣାଇବାରେ ଲାଗିଛନ୍ତି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଏକ ବାର୍ତ୍ତାରେ କହିଛନ୍ତି ଯେ, ‘ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଭାତୃତ୍ଵ ଓ ସଦଭାବନାର ଏହି ପବିତ୍ର ପର୍ବ ଭାଇ-ଭଉଣୀଙ୍କ ସମ୍ପର୍କକୁ ଆହୁରି ନିବିଡ଼ କରୁ।’

Categories
ଖେଳ ବିଶେଷ ଖବର ରାଜ୍ୟ ଖବର

ଜାତୀୟ କ୍ରୀଡା ଦିବସରେ ରାଜ୍ୟର ଖେଳାଳୀମାନଙ୍କୁ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତିବର୍ଷ କିମ୍ବଦନ୍ତୀ ହକି ଖେଳାଳି ମେଜର ଧିଆନ ଚାନ୍ଦଙ୍କ ଜନ୍ମ ବାର୍ଷିକୀରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଛି। ଏହି ଅବସରରେ ଓଡ଼ିଶା କ୍ରୀଡା ଏବଂ ଖେଳ ପ୍ରତି ଉଲ୍ଲେଖନୀୟ ଅବଦାନକୁ ରାଜ୍ୟ ସରକାର ସମ୍ମାନିତ କରିଥିଲେ। ଭୁବନେଶ୍ୱରରେ ଆୟୋଜିତ ଏକ ବିଶାଳ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡ଼ା କ୍ଷେତ୍ରରେ ଅତୁଳନୀୟ ପ୍ରଦର୍ଶନ ପାଇଁଏହି ପୁରସ୍କାର ପ୍ରଦାନ କରିଛନ୍ତି।

ଏଥିରେ ସାଇକେଲ ଚାଳକ ସ୍ବାତୀ ସିଂଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନଜନକ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଥିଲେ। ଅସାଧାରଣ ସଫଳତା ଏବଂ ସାଇକେଲ ଚଲାଇ ସ୍ବାତୀ ସିଂ ଓଡିଶା ପାଇଁ ସଫଳତା ଆଣିଥିଲେ। ତାଙ୍କର ଉଲ୍ଲେଖନୀୟ ପ୍ରତିଭାକୁ ସମ୍ମାନ ଜଣାଇ ତାଙ୍କୁ ରାଜ୍ୟ କ୍ରୀଡ଼ାର ସର୍ବୋଚ୍ଚ ସମ୍ମାନ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଥିଲା।ମୁଖ୍ୟମନ୍ତ୍ରୀ ତାଙ୍କୁ ଦୁଇ ଲକ୍ଷ ଟଙ୍କା ନଗଦ ପୁରସ୍କାର ଏବଂ ଫଳକ ପ୍ରଦାନ କରିଥିଲେ।

କ୍ରୀଡା ଜଗତର ଉଲ୍ଲେଖନୀୟ ଅବଦାନ ରଖିଥିବା ଅନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଛନ୍ତି। ହକି କୋଚ୍ ପିଟର ତିର୍କି ଏବଂ ଫୁଟବଲ କୋଚ୍ ରାଜେନ୍ଦ୍ର ପ୍ରସାଦ ସିଂଙ୍କୁ ଲାଇଫ ଟାଇମ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଥିଲା। ଏମାନେ ଯୁବ କ୍ରୀଡ଼ାବିତଙ୍କୁ ସେମାନଙ୍କର ଭବିଷ୍ୟତ ଗଠନ କରିବାରେ ନିରନ୍ତର ନିଷ୍ଠା ଏବଂ ମାର୍ଗ ଦର୍ଶନ ଦେଇ ଆସିଛନ୍ତି। ପ୍ରତ୍ୟେକ କୋଚଙ୍କୁ ତିନି ଲକ୍ଷ ଟଙ୍କା ନଗଦ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା।

ଏହି ସମାରୋହରେ କୋଚ ଏବଂ କ୍ରୀଡା ସାମ୍ବାଦିକତାର କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ପୁରସ୍କାର ପ୍ରଦାନ କରାଯାଇଥିଲା। କୋଚ୍ ପ୍ରଦୀପ କୁମାର ସାରଙ୍ଗୀ ଏବଂ କ୍ରୀଡ଼ା ସାମ୍ବାଦିକ ଅଜୟ କୁମାର ଦାସଙ୍କୁ ଯଥାକ୍ରମେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଏବଂ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ କରାଯାଇଥିଲା। ସେମାନଙ୍କର ଅମୂଲ୍ୟ ଅବଦାନ ଓଡିଶାର କ୍ରୀଡା ଦୃଶ୍ୟପଟ୍ଟରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି।

ପ୍ରତ୍ୟେକ ପୁରସ୍କାର ବାବଦରେ ଏକ ଲକ୍ଷ ଟଙ୍କା ନଗଦ ପୁରସ୍କାର ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ। କ୍ରୀଡ଼ାର ପ୍ରୋତ୍ସାହନ ତଥା କ୍ରୀଡ଼ାବିତଙ୍କୁ ଚାକିରି ଯୋଗାଇବା ପାଇଁ ସାଂଗଠନିକ ପ୍ରୟାସ ନିମନ୍ତେ  ଓଡିଶା ପୋଲିସକୁ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ କରାଯାଇଥିଲା। ପୋଲିସ ଡିଜି ସୁନୀଲ ବନସାଲ ଏବଂ ଏଡିଜି ଆର କେ ଶର୍ମା ଏହି ପୁରସ୍କାର ଗ୍ରହଣ କରିଥିଲେ।

ପାରା ବ୍ୟାଡମିଣ୍ଟନ ଖେଳାଳି ଦୀପ ରଂଜନ ବିଶୋଇଙ୍କୁ ବର୍ଷର ଶ୍ରେଷ୍ଠ ପାରା କ୍ରୀଡ଼ାବିତ୍ ଭାବରେ ସମ୍ମାନିତ କରାଯାଇଥିଲା।  ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। ସେହିପରି ଅପାର ସମ୍ଭାବନା ଥିବା ଭବିଷ୍ୟତର ଆଥଲେଟ୍ ସବିତା ଟପ୍ପୋଙ୍କୁ ଶ୍ରେଷ୍ଠ ଆଗାମୀ ଆଥଲେଟ୍ ଭାବରେ ସମ୍ମାନିତ କରାଯାଇଥିଲା। ତାଙ୍କୁ ମଧ୍ୟ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କାରଯାଇଥିଲା।

ଏହି କାର୍ଯ୍ୟକ୍ରମରେ ବୈଷୟିକ ଅଧିକାରୀଙ୍କ ଦ୍ୱାରା ଗୁରୁତ୍ୱପୂର୍ଣ୍ଣ ଭୂମିକା ମଧ୍ୟ ଗୁରୁତ୍ବ ଦିଆଯାଇଥିଲା। କ୍ରୀଡା ଇକୋସିଷ୍ଟମରେ ତାଙ୍କର ଅବଦାନ ପାଇଁ ବ୍ରିଗେଡିୟର୍ ବିଭୂ ଭୂଷଣ ନାୟକଙ୍କୁ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା।

ସ୍ବର୍ଗତ ଶ୍ରୀ ସରୋଜ କୁମାର ଦାସ ଏବଂ ସ୍ବର୍ଗ ଶ୍ରୀ ସୁଦର୍ଶନ ସ୍ବାଇଁ ଅତ୍ୟନ୍ତ ଆହ୍ବାନପୂର୍ଣ୍ଣ ପରିସ୍ଥିତିରେ ଉଲ୍ଲେଖନୀୟ ସାହସ ଏବଂ ବୀରତ୍ୱ ପ୍ରଦର୍ଶନ କରିଛନ୍ତି। ଯାହା ଆମ ସମାଜ ପାଇଁ ସାହସିକତାର ଜ୍ୱଳନ୍ତ ଉଦାହରଣ ଅଟେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ବଳିଦାନକୁ ସାହସିକତା ପୁରସ୍କାର ଭାବେ ସମ୍ମାନିତ କରିଥିଲେ। ସେମାନଙ୍କ ପରିବାର ସଦସ୍ୟ ଏହି ସମ୍ମାନକୁ ଗ୍ରହଣ କରିଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ପୁରସ୍କାର ବିଜେତାଙ୍କୁ ଅଭିନନ୍ଦନ ଜଣାଇବା ସହ ରାଜ୍ୟର କ୍ରୀଡ଼ା ଦୃଶ୍ୟପଟ୍ଟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଆଥଲେଟ୍, ପ୍ରଶିକ୍ଷକ ଏବଂ ବ୍ୟକ୍ତିବିଶେଷଙ୍କ ଅଦମ୍ୟ ଉତ୍ସର୍ଗ ପାଇଁ ସେ କୃତଜ୍ଞତା ଜଣାଇଛନ୍ତି।

5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଏବଂ କ୍ରୀଡ଼ାବିତମାନଙ୍କ ସହ ଆଲୋଚନା କରିଥିଲେ। ସେ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କୁ ଅଭିନନ୍ଦନ ଜଣାଇବା ସହ ଯୁବ କ୍ରୀଡାବିତଙ୍କୁ କଠିନ ପରିଶ୍ରମ କରିବାକୁ ତଥା ରାଜ୍ୟର ସମ୍ମାନ ରଖିବାକୁ ଉତ୍ସାହିତ କରିଥିଲେ।

ପୁରସ୍କାର ବିତରଣ ଉତ୍ସବରେ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତ ବେହେରା, ହକି ଫେଡେରସନର ସଭାପତି ଦିଲୀପ ତିର୍କି, କ୍ରୀଡ଼ା ସଚିବ ଭିନିଲ କୃିଷ୍ଣା ଏବଂ ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପୂର୍ବରୁ  388 କ୍ରୀଡାବିତଙ୍କୁ ସମ୍ମାନିତ କରିଥିଲେ। ସେମାନଙ୍କୁ 899 ନଗଦ ପୁରସ୍କାର ହିସାବରେ ମୋଟ 2 କୋଟି 23 ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରିଥିଲେ।

ଏହି ଉତ୍ସବରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ବିଭିନ୍ନ ସଙ୍ଗଠନର କ୍ରୀଡ଼ା ପ୍ରଶାସକ, ବିଶିଷ୍ଟ କ୍ରୀଡ଼ାପ୍ରେମୀ, କ୍ରୀଡ଼ା ସାମ୍ବାଦିକ ଏବଂ ଯୁବ କ୍ରୀଡ଼ାବ୍ୟକ୍ତି  ଅଂଶଗ୍ରହଣ କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସଂସ୍କୃତି

ରାକ୍ଷୀ ପୂର୍ଣ୍ଣିମାରେ ନବୀନ ନିବାସ ମନା, ଜରୁରୀ କାମରେ ବ୍ୟସ୍ତ ରହିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା। ଚାରିଆଡେ ରହିବ ଉତ୍ସବ ମୁଖର। ହେଲେ ଆସନ୍ତାକାଲି କୌଣସି ଭଉଣୀ ସମର୍ଥକ ନବୀନ ନିବାସ ଆସିବାକୁ ମନା କରାଯାଇଛି। ଏ ନେଇ ଆଜି ନବୀନ ନିବାସ ତରଫରୁ ସୂଚନା ପ୍ରଦାନ କରାଯାଇଛି। ଏଥିରେ କୁହାଯାଇଛି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜରୁରୀ କାର୍ଯ୍ୟରେ ବ୍ୟସ୍ତ ରହିବେ। ସେଥିପାଇଁ ସେ କୌଣସି କାର୍ଯ୍ୟକ୍ରମରେ ଯୋଗ ଦେଇପାରିବେ ନାହିଁ।

ତେବେ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପୂର୍ବରୁ କରୋନା ପାଇଁ ନବୀନ ନିବାସ ସଂପୂର୍ଣ୍ଣ ଭାବେ ବନ୍ଦ ରହିଥିଲା। ହୋଲି ହେଉ କିମ୍ବା ରାକ୍ଷୀ କୌଣସି ପର୍ବରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା କର୍ମି ନେତାଙ୍କ ମହଲରେ ବେଶ ଆଗ୍ରହ ରହିଥାଏ। ହେଲେ ଚଳିତ ବର୍ଷ ରକ୍ଷା ବନ୍ଧନ ପାଳନ ହେବ ନାହିଁ ବୋଲି ସୂଚନା ଦିଆଯାଇଛି।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ଓଡିଶା ସରକାରରେ ଯୋଗ ଦେଲେ ୩୫୦ ଜଣ ନୂଆ ଅଧିକାରୀ, ମୁଖ୍ୟମନ୍ତ୍ରୀ ଦେଲେ ଦିଗଦର୍ଶନ

ଭୁବନେଶ୍ବର: ଆଜି ୨୬୨ ସହକାରୀ ପ୍ରଫେସର ଏବଂ ୮୮ ଜୁନିଅର କାର୍ଯ୍ୟନିର୍ବାହୀ ସହାୟକ ରାଜ୍ୟ ସରକାରରେ ଯୋଗ ଦେଇଛନ୍ତି। ଏହି ଉଦ୍ଦେଶ୍ୟରେ ଲୋକ ସେବା ଭବନର ସମ୍ମିଳନୀ କେନ୍ଦ୍ରରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କହିଛନ୍ତି ଯେ ଆମର ଉଚ୍ଚଶିକ୍ଷା ପାଇଁ ଏକ ପ୍ରମୁଖ ଆହ୍ବାନ ହେଉଛି ଆମ ପିଲାମାନଙ୍କୁ ଚାକିରୀ କିମ୍ବା ଆତ୍ମନିର୍ଭରଶୀଳ କରାଇବା।

ଆମର ଛାତ୍ରଛାତ୍ରୀମାନେ ନିଜ ଅନୁଷ୍ଠାନରୁ ବାହାରକୁ ଆସିବାର ଆବଶ୍ୟକତା ଅଛି, ଯାହାକି ନିଜ ଜୀବନରେ ଏବଂ ଶେଷରେ ସମାଜ ପାଇଁ କିଛି କରିବାର ଆବଶ୍ୟକ ରହିଛି। ସେଥିପାଇଁ ସେମାନେ ଅଧିକ ଆତ୍ମବିଶ୍ୱାସୀ ହେବା ଦରକାର ବୋଲି ନବୀନ କହିଥିଲେ।

ସହକାରୀ ପ୍ରଫେସରମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଛାତ୍ରଛାତ୍ରୀମାନେ ବୃତ୍ତିଗତ ଜଗତରେ ପ୍ରବେଶ କରିବା ପାଇଁ ଉଚ୍ଚଶିକ୍ଷା ଏକ ପ୍ରମୁଖ ପ୍ଲାଟଫର୍ମ। ଏଠାରୁ ଛାତ୍ରଛାତ୍ରୀମାନେ ଭିନ୍ନ ଭିନ୍ନ କ୍ୟାରିୟର ବିକଳ୍ପ ଗ୍ରହଣ କରନ୍ତି ଏବଂ ବିଭିନ୍ନ ସାମର୍ଥ୍ୟରେ ସମାଜରେ ସହଯୋଗ କରନ୍ତି। ତେଣୁ ଏହା ହେଉଛି ଏକ ପ୍ରମୁଖ କ୍ଷେତ୍ର, ଯେଉଁଠାରେ ଆମେ ଅଧିକରୁ ଅଧିକ ଧ୍ୟାନ ଦେଉଛୁ ବୋଲି ସେ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗବେଷଣା ପାଇଁ ଅଧିକ ଖର୍ଚ୍ଚ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଅନୁସନ୍ଧାନ ଏବଂ ଅଭିନବ ଛାତ୍ରବୃତ୍ତି ଯୋଜନା ଅଧୀନରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ରାଜ୍ୟ ୨୧୬ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବ ବୋଲି ସେ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟ ସଚିବାଳୟରେ ଜୁନିଅର କାର୍ଯ୍ୟନିର୍ବାହୀ ସହାୟକ ପଦବୀ ବିଶେଷ ଗୁରୁତ୍ୱ ବହନ କରୁଛି। କାରଣ ସରକାରୀ କର୍ମଚାରୀ ଭାବରେ ସେମାନେ ଓଡିଶାର ଲୋକଙ୍କ ସେବା କରିବାକୁ ନିଯୁକ୍ତି ପାଇଛନ୍ତି।

ଚାକିରୀ ପ୍ରତି ସେମାନଙ୍କର ଆନ୍ତରିକତା ଏବଂ ପ୍ରତିବଦ୍ଧତା ଶେଷରେ ଓଡିଶାର ରୂପାନ୍ତରଣ ପାଇଁ ପ୍ରୟାସ ଅମୂଲ୍ୟ ପ୍ରମାଣିତ ହେବ। ସେ ଆଶା କରିଥିଲେ ଯେ ଏମାନେ ଆମ ରାଜ୍ୟର ସେବାରେ ସର୍ବୋତ୍ତମ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ।

ରାଜ୍ୟକୁ ପରିବର୍ତ୍ତନ କରିବା ପାଇଁ ରାଜ୍ୟ ସରକାର ୫ଟି ପଦକ୍ଷେପ ଆରମ୍ଭ କରିଥିବା କଥା କହି ସେ ଏହି ଶାସନ ପ୍ରଣାଳୀ ଅନୁସରଣ କରିବେ ଏବଂ ରାଜ୍ୟର ପରିବର୍ତ୍ତନରେ ସହଯୋଗ କରିବେ ବୋଲି ସେ ଆଶା କରିଛନ୍ତି। ସେମାନଙ୍କ ନିଯୁକ୍ତି ପାଇଁ ସେ ଗୃହ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଶିକ୍ଷକ ନିଯୁକ୍ତି, କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ଶିକ୍ଷାର ଗୁଣବତ୍ତା ବଢାଇବା ପାଇଁ ତାଙ୍କ ବିଭାଗର ଉଦ୍ୟମକୁ ପ୍ରଶଂସା କରିଛନ୍ତି। ରାଜ୍ୟରେ ଉଚ୍ଚଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି।

ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା କହିଛନ୍ତି ଯେ ସମସ୍ତ ବିଭାଗରେ ନିରନ୍ତର ନିଯୁକ୍ତି ଶାସନ ପ୍ରଣାଳୀକୁ ମଜବୁତ କରିଛି। ବର୍ତ୍ତମାନର ସମୟର ଆବଶ୍ୟକତା ଅନୁଯାୟୀ ନୂତନ ପିଢୀର ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷିତ କରିବାକୁ ସେ ପ୍ରଫେସରମାନଙ୍କୁ ଆହ୍ବାନ କରିଥିଲେ।

ଦୁଇଜଣ ସହକାରୀ ପ୍ରଫେସର ଡକ୍ଟର ଏନ ତନମୟା କୁମାର ଏବଂ ସଂଗୀତା ମନ୍ତ୍ରୀ ସେମାନଙ୍କର ନିଯୁକ୍ତି ପ୍ରକ୍ରିୟାର ଅଭିଜ୍ଞତା ବାଣ୍ଟିଥିଲେ। ଏହି ପ୍ରକ୍ରିୟା ଅତ୍ୟନ୍ତ ଦକ୍ଷ ଏବଂ ସ୍ୱଚ୍ଛତାର ସହ ହୋଇଛି ବୋଲି ସେମାନେ କହିଛନ୍ତି।

ସେମାନେ ଶିକ୍ଷାରେ ଗୁଣାତ୍ମକ ପରିବର୍ତ୍ତନ ଆଣିବାକୁ ଏବଂ ଛାତ୍ରମାନଙ୍କୁ ସଫଳତା ପାଇଁ ପ୍ରେରଣା ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ଜୁନିଅର କାର୍ଯ୍ୟନିର୍ବାହୀ ସହାୟକ ଶ୍ରୀ ସୂର୍ଯ୍ୟ  ନାରାୟଣ ଦାସ, ତାଙ୍କ ଅଭିଜ୍ଞତା ବାଣ୍ଟି ୫ଟି ନୀତିକୁ ମଧ୍ୟ ପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ ୫ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ପ୍ରଖ୍ୟାତ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଆଜି ରାତିରେ ପ୍ରଖ୍ୟାତ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। କଟକ ମେଡିକାଲରେ ଚିକିତ୍ସାଧିନ ଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିଛନ୍ତି।

ଏକ ଟୁଇଟି କରି ସେ କହିଛନ୍ତି ଯେ, ଯଶସ୍ଵୀ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ସାହିତ୍ୟ ଜଗତରେ ଏହା ଏକ ଅପୂରଣୀୟ ଶୂନ୍ୟସ୍ଥାନ। ଉଭୟ ଓଡ଼ିଆ ଏବଂ ଇଂରାଜୀ ସାହିତ୍ୟରେ ଅନନ୍ୟ ସୃଜନସୃଷ୍ଟି ତାଙ୍କୁ ସର୍ବଦା ଅମର କରି ରଖିବ।

ମହାନ ସାହିତ୍ୟିକଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ପୁଣି ନବୀନ ପଟ୍ଟନାୟକ ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ଚାଲିଲା ରାଜନୈତିକ ବୟାନବାଜି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଜଣେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ହୋଇଛନ୍ତି। ଆଗରୁ ବାରମ୍ବାର ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ଲୋକପ୍ରିୟ ବୋଲି ପ୍ରମାଣିତ ହୋଇଆସିଛନ୍ତି। ହେଲେ ଏଥର ଇଣ୍ଡିଆ ଟୁଡେ ଗ୍ରୁପ ପକ୍ଷରୁ ହୋଇଥିବା ସର୍ଭେରେ ଏହା ପୁଣି ଥରେ ପ୍ରମାଣିତ ହୋଇଛି। ଏଥିରେ ମୁଡ ଅଫ ଦି ନେସନ ସର୍ଭେ ରେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ପଛରେ ପକାଇ ନବୀନ ଏହି ପ୍ରଶଂସା ହାସଲ କରିଛନ୍ତି।

ସର୍ଭେ ଅନୁସାରେ ନବୀନ ହେଉଛନ୍ତି ରାଜ୍ୟରେ ବେଶ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ। ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ଏହି ସର୍ଭେ କରାଯାଇଥିଲା। ଏଥିରେ ରାଜ୍ୟର ସବୁଠାରୁ ଲୋକପ୍ରିୟ କିଏ ବୋଲି ପ୍ରଶ୍ନ ପଚାରା ଯାଇଥିଲା। ସମସ୍ତ ରିପୋର୍ଟ ଅନୁଧ୍ୟାନ ପରେ ଜଣାପଡିଥିଲା ଯେ, ଓଡିଶାରେ ସବୁଠାରୁ ଲୋକ ପ୍ରିୟ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏଥିରେ ମୋଟ ୩୭୬୦ ଲୋକଙ୍କର ମତ ନିଆଯାଇଥିଲା। ସେଥିମଧ୍ୟରୁ ମୋଟ ୬୧.୩ ପ୍ରତିଶତ ଲୋକ ନବୀନ ଶ୍ରେଷ୍ଠ ଲୋକପ୍ରିୟ ବୋଲି ମତ ପ୍ରକାଶ କରିଥିଲେ। ଲୋକପ୍ରିୟତା ଆଧାରରେ ନବୀନ ଛତିଶଗଡ, ଦିଲ୍ଲୀ, ଗୁଜୁରାଟ ଏବଂ ଆସାମ ମୁଖ୍ୟମନ୍ତ୍ରୀଙ୍କ ପଛରେ ପକାଇ ନିଜକୁ ଶ୍ରେଷ୍ଠ ଭାବେ ପ୍ରମାଣିତ କରିପାରିଛନ୍ତି।

ମୁଡ ଅଫ ଦି ନେସନ ସର୍ଭେ ଅନୁସାରେ ପ୍ରଥମ ସ୍ଥାନରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଥିବା ବେଳେ ଦ୍ବିତୀୟରେ ରହିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା। ଛତିଶଗଡରେ ମୋଟ ୬୭୦୩ ଟି ସାମ୍ପୁଲ ନେଇ ଏହି ସର୍ଭେ କରାଯାଇଥିଲା। ଏଥିରେ ସେ ମୋଟ ୫୯.୧ ପ୍ରତିଶତ ସମର୍ଥନ ହାସଲ କରି ବାଘେଲା ଦ୍ବିତୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ବିବେଚିତ ହୋଇଛନ୍ତି।

ସେହିପରି ତୃତୀୟରେ ରହିଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀରେ କେଜ୍ରିୱାଲଙ୍କୁ ୫୭.୭ ପ୍ରତିଶତ ଲୋକେ ସମର୍ଥନ ଦେଇଛନ୍ତି। ସେହିପରି ଚତୁର୍ଥ ସ୍ଥାନରେ ରହିଛନ୍ତି ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ। ପଞ୍ଚମରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା। ଏମାନେ ସମସ୍ତେ ନିଜନିଜ ରାଜ୍ୟରେ ଲୋକପ୍ରିୟ ଭାବେ ପରିଗଣିତ ହୋଇଛନ୍ତି।

ତେବେ ଦେଶରେ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ ଅନ୍ୟସବୁ ମୁଖ୍ୟମନ୍ତ୍ରୀଙ୍କୁ ପଛରେ ପକାଇ ଏହି ଶ୍ରେଷ୍ଠତ୍ବ ହାସଲ କରିଛନ୍ତି। ସର୍ଭେ ଅନୁସାରେ ଦେଶରେ ମୋଟ ୧୩୪୪୮୭ ଜଣଙ୍କ ମତାମତ ସଂଗ୍ରହ କରାଯାଇଥିଲା। ଏଥିରେ ତାଙ୍କୁ ଦେଶର ୪୩ ପ୍ରତିଶତ ଲୋକେ ସମର୍ଥନ କରିଥିଲେ। ସେହିପରି ଦେଶର ଦ୍ବିତୀୟ ଶ୍ରେଷ୍ଠ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଦିଲ୍ଲୀର ଅରବିନ୍ଦ କେଜ୍ରିୱାଲ। ତାଙ୍କ ସପକ୍ଷରେ ୧୯ ପ୍ରତିଶତ ଲୋକେ ମତଦାନ କରିଛନ୍ତି।

ଏହି ସର୍ଭେ ରିପୋର୍ଟ ନେଇ ସାରା ଦେଶରେ ବୟାନବାଜୀ ମଧ୍ୟ ଆରମ୍ଭ ହୋଇଯାଇଛି। ଓଡିଶାରେ ମଧ୍ୟ କଂଗ୍ରେସ ଏହାକୁ ସମାଲୋଚନା କରିଛି। ନବୀନଙ୍କ ଏହି ଲୋକପ୍ରିୟତା ଏକ ପ୍ରାୟୋଜିତ କାର୍ଯ୍ୟକ୍ରମ ବୋଲି କହିଛି।