Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ କହିଲେ ଗୁଜବ ଓ ମିଛକଥା, ମେଣ୍ଟକୁ ନେଇ ଏହା କଣ ତାଙ୍କ ପ୍ରତିକ୍ରିୟା ? Video

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓରେ ଯାହା କହିଛନ୍ତି ତାହାକୁ ନେଇ ବର୍ତ୍ତମାନ ଜୋରଦାର ଚର୍ଚ୍ଚା। କାରଣ କିଛି ଦିନ ଧରି ରାଜ୍ୟ ରାଜନୀତିରେ ମେଣ୍ଟକୁ ନେଇ ସାରା ଓଡିଶା ପଡୁଛି ଉଠୁଛି। ଏହି ସମୟରେ ହଠାତ ମୁଖ୍ୟମନ୍ତ୍ରୀଙ୍କ ଏପରି ବକ୍ତବ୍ୟକୁ ନେଇ ବିଭିନ୍ନ ମହଲରେ ଆରମ୍ଭ ହୋଇଯାଇଛି ଚର୍ଚ୍ଚା।

ଆଜି 5ଟି ତଥା ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ଛୋଟ ସାକ୍ଷାତକାରଟିଏ ନେଇଛନ୍ତି। ସେଥିରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ପଚାରିଛନ୍ତି ଯେ, ସାରେ’ ରାଜନୀତିରେ ସବୁଠାରୁ ଖରାପ କଥା କଣ ? ଏହାର ଉତ୍ତରରେ ନବୀନ କହିଛନ୍ତି ଯେ, “ଗୁଜବ ଏବଂ ମିଛ କଥା’। ଏହାପରେ ପଣ୍ଡିଆନ ହସି ହସି ଥାଙ୍କୁ ୟୁ ସାରେ ବୋଲି କହିଛନ୍ତି।

 

ତେବେ ହଠାତ ମୁଖ୍ୟମନ୍ତ୍ରୀ ଏପରି କାହିଁକି କହିଲେ ବୋଲି ସାଧାରଣରେ ପ୍ରଶ୍ନ ସୃଷ୍ଟି ଉଠିଛି। ମୁଖ୍ୟମନ୍ତ୍ରୀ କଣ ମେଣ୍ଟ ପ୍ରସଂଗରେ ଏହା ଗୁଜବ ବୋଲି ଇଙ୍ଗିତ କଲେକି ? ଦୀର୍ଘ ଦିନ ଧରି ମେଣ୍ଟ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା କଣ ମିଛ କଥା ବୋଲି ନବୀନ କହିଲେ କି ? ଏହାକୁ ନେଇ ଶତାଧିକ ପ୍ରଶ୍ନ ସୃଷ୍ଟି ହୋଇଛି।

ମୁଖ୍ୟମନ୍ତ୍ରୀ ଏପରି ମନ୍ତବ୍ୟ ପରେ ପ୍ରଶ୍ନ ଉଠିଛି କଣ ସତରେ ମେଣ୍ଟ ହେବ ନାହିଁ କି ? ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ପରିସ୍ଥିତିରେ ହଠାତ ରାଜନୀତିରେ ଗୁଜବ ଓ ମିଛକଥା ଖରାପ ବୋଲି କହିବାର କଣ ଆବଶ୍ୟକ ପଡିଲା। ତେବେ କଣ ମେଣ୍ଟ ହେବାର କୌଣସି ସମ୍ଭାବନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଏପରି କହିଲେ କି ବୋଲି ଆଲୋଚନା ହେଉଛି।

ଅନ୍ୟପକ୍ଷରେ ପୁଣି ଏକ ପ୍ରଶ୍ନ ଉଠିଛି ଯେ, ଯଦି ମେଣ୍ଟ କଥା ଗୁଜବ ଓ ମିଛକଥା, ତେବେ ମୁଖ୍ୟମନ୍ତ୍ରୀ ସିଧା କହିବାକୁ କାହିଁକି ଇଚ୍ଛା ପ୍ରକାଶ କଲେ ନାହିଁ। ଯଦି ବିଜେଡି ସୁପ୍ରିମୋ ସିଧା କହି ଥାଆନ୍ତେ ଯେ, ମେଣ୍ଟ ପ୍ରସଂଗ ଏକ ଗୁଜବ ଓ ମିଛ କଥା ତାହା ହେଲେ ଆଉ ଏ ସଂପର୍କରେ କୌଣସି ଚର୍ଚ୍ଚା ହେବାର ଆବଶ୍ୟକତା ନାହିଁ। ହେଲେ ସେ ସିଧା ମେଣ୍ଟ ପ୍ରସଂଗ ନ କହିଥିବାରୁ ଏଥିରେ କିଛି ସମ୍ଭାବନା ଅଛି ବୋଲି ସାଧାରଣରେ ଅନୁମାନ କରାଯାଉଛି।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି।

ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍‌.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍‌ ଚଳାଚଳ କରିବ।

ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର। 5T ଉପକ୍ରମରେ ସାରା ରାଜ୍ୟରେ ଗାଁରୁ ସହର ସବୁଆଡେ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆସିଛି। ମୋ ବସ୍‌ ଠାରୁ ଆରମ୍ଭ କରି ଲକ୍ଷ୍ମୀ ଯୋଜନା ଓ ମେଟ୍ରୋ ରେଳ ଯୋଜନା ନୂଆ ଓଡିଶା ଦିଗରେ ଆମର ଉଦ୍ୟମକୁ ଶକ୍ତିଶାଳୀ କରୁଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆଜି ଆପଣଙ୍କ ସହରରେ ମୋ ବସ୍‌ ସେବା ଆରମ୍ଭ ହେଲା । ଏହାଦ୍ୱାରା ଆପଣମାନେ ସହର ଭିତରେ ଏବଂ ଆଖପାଖ ଅଞ୍ଚଳକୁ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ଯିବାଆସିବା କରି ପାରିବେ। ମୋ ବସ୍‌ ପାଇଁ ଉଭୟ କ୍ୟାସ୍ ଓ ଡିଜିଟାଲ ମୋଡ୍‌ରେ ପେମେଣ୍ଟ ବ୍ୟବସ୍ଥା କରାଯାଇଛି। ସେଥିପାଇଁ ‘ମୋ ବସ୍‌ କାର୍ଡ ଟ୍ୟାପ ଆଣ୍ଡ ପେ’ ସୁବିଧା କରାଯାଇଛି ବୋଲି ସେ କହିଥିଲେ।ଏଥିରେ ଯାତ୍ରୀମାନଙ୍କର ସୁରକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦିଆଯାଇଛି ବୋଲି ମଧ୍ୟ ସେ କହିଥିଲେ।

ସମ୍ବଲପୁର ମୋ ବସ୍‌ ଗୁଡିକରେ ୯୦ ପ୍ରତିଶତ କଣ୍ଡକ୍ଟର ଭାବେ ମା’ମାନଙ୍କୁ ନିଯୁକ୍ତି ଦିଆଯାଇଛି ଏବଂ କମ୍‌ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ ବୋଲି ସେ କହିଥିଲେ। ଆଗକୁ ରାଜ୍ୟର ସବୁ ସହରରେ ମୋ ବସ୍‌ ସେବା ସୁବିଧା ମିଳିବ ବୋଲି ସେ ଘୋଷଣା କରିଥିଲେ।

କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ସମ୍ବଲପୁରରେ ବିଧାୟକ ଶ୍ରୀ ରୋହିତ ପୂଜାରୀ ଯୋଗ ଦେଇ କହିଲେ ଯେ ଗ୍ରାମାଞ୍ଚଳରେ ଲକ୍ଷ୍ମୀ ବସ୍‌ ଭଳି ଏହି ମୋ ବସ୍‌ ସେବା ନିଶ୍ଚିତ ଭାବେ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାରେ ସୁବିଧା ଆଣିବ। ଆଜି ବିକାଶର ଧାରା ସମ୍ବଲପୁର ଜିଲ୍ଲାରେ ଜାରି ରହିଛି। ଏଥିପାଇଁ ଜିଲ୍ଲାବାସୀ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଜିଲ୍ଲାବାସୀଙ୍କ ତରଫରୁ ସେ ଧନ୍ୟବାଦ ଜଣାଇଥିଲେ।

ସେହିଭଳି ବ୍ରହ୍ମପୁରରେ ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଯୋଗଦେଇ କହିଲେ ଯେ ବ୍ରହ୍ମପୁର ସହରରେ ପିଇବା ପାଣି ଠାରୁ ଆରମ୍ଭ କରି ଗମନାଗମନ ପାଇଁ ମୋ ବସ୍‌ ପର୍ଯ୍ୟନ୍ତ ସମସ୍ତ ସୁବିଧା ମୁଖ୍ୟମନ୍ତ୍ରୀ ସହରବାସୀଙ୍କୁ ଯୋଗାଇ ଦେଇଛନ୍ତି। ସମାଜର ସମସ୍ତ ବର୍ଗର ଲୋକଙ୍କ କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ରହିଛି। ଏହି ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତାଧାରା ଯୋଗୁ ମୁଖ୍ୟମନ୍ତ୍ରୀ ଆଜି ବିଶ୍ୱ ଦରବାରରେ ଓଡିଶାକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଛନ୍ତି।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଜି ମାଥି ଭାଥାନନ୍ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ସମ୍ବଲପୁରଠାରେ ଉପସ୍ଥିତ CRUTର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅରୁଣ ବୋଥ୍ରା ସ୍ୱାଗତ ଭାଷଣ ଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଯେଉଁଠାରେ ମା’ ମାନଙ୍କୁ ସମ୍ମାନ ମିଳେ, ସେଠାରେ ଦେବତାମାନେ ବାସ କରନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ ପାଳନ ଅବସରରେ କହିଛନ୍ତି ଯେ, ଗତ ୨୦ ବର୍ଷ ମଧ୍ୟରେ ଓଡିଶାର ମହିଳାମାନେ ବହୁତ ଉପରକୁ ଉଠି ପାରିଛନ୍ତି। ରାଜ୍ୟ ସରକାର ସେମାନଙ୍କ ରାଜନୈତିକ, ସାମାଜିକ ଓ ଅର୍ଥନୈତିକ ଅଧିକାରର ସୁରକ୍ଷା ପାଇଁ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିଛନ୍ତି।

ଆଜି ସ୍ଥାନୀୟ ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ସମ୍ମାନ ଦେବା ଉପରେ ଗୁରୁତ୍ୱ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଆମ ଶାସ୍ତ୍ରମାନଙ୍କରେ ବର୍ଣ୍ଣନା ଅଛି ଯେ ଯେଉଁଠାରେ ମା’ ମାନଙ୍କୁ ସମ୍ମାନ ମିଳେ, ସେଠାରେ ଦେବତାମାନେ ବାସ କରନ୍ତି।

ଓଡିଶାରେ ମହିଳାମାନଙ୍କର ପ୍ରଗତି ଉପରେ ନିଜର ମତାମତ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟରେ ମହିଳାମାନେ ଏବେ ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଛନ୍ତି। ସେ କହିଲେ ଯେ ରାଜ୍ୟର ୩୦ଟି ଜିଲ୍ଲା ପରିଷଦ ମଧ୍ୟରୁ ୨୦ଟିରେ ମହିଳାମାନେ ନେତୃତ୍ୱ ନେଉଛନ୍ତି। ପଞ୍ଚାୟତ ଓ ପୌର ସଂସ୍ଥା ଗୁଡିକରେ ୫୦ ପ୍ରତିଶତରୁ ଅଧିକ ମହିଳା ପ୍ରତିନିଧିତ୍ୱ କରୁଛନ୍ତି।

ସେହିପରି ଅର୍ଥନୈତିକ ଉନ୍ନତି କ୍ଷେତ୍ରରେ ମିଶନ ଶକ୍ତିର ଉଦାହରଣ ଦେଇ ସେ କହିଥିଲେ ଯେ ଏହା ଦ୍ୱାରା ମା’ମାନେ ଛୋଟ ଛୋଟ ବ୍ୟବସାୟ କରି ଅର୍ଥ ରୋଜଗାର କରି ନିଜ ପରିବାର ପାଇଁ ଅବଦାନ ରଖୁଛନ୍ତି। ଏହା ଏକ ବହୁତ ବଡ ପରିବର୍ତ୍ତନ। ଏହା ସେମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବା ସହିତ ସେମାନଙ୍କୁ ବଡ ସ୍ୱପ୍ନ ଦେଖିବାକୁ ପ୍ରେରଣା ଦେଇଛି।

ରାଜ୍ୟସରକାର ମଧ୍ୟ ମିଶନ ଶକ୍ତି ଜରିଆରେ ମହିଳାମାନଙ୍କୁ କୋଟି କୋଟି ଟଙ୍କାର ସରକାରୀ କାମ ଦେଉଛନ୍ତି। ସେମାନେ ମଧ୍ୟ ଏହି ଦାୟିତ୍ୱ ବହୁତ ଭଲ ଭାବରେ ତୁଲାଉଛନ୍ତି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଏଥି ପାଇଁ ଖୁସି ପ୍ରକାଶ କରିଥିଲେ। ବର୍ତ୍ତମାନ ମହିଳାମାନେ ଆଉ ଏକ ପାଦ ଆଗକୁ ଯାଇ ଉଦ୍ୟୋଗୀ ହେବା ପାଇଁ ଅଭିଯାନ ଆରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟସରକାର ଏଥିପାଇଁ ୧୦ ଲକ୍ଷ ଟଙ୍କାର ଋଣ ବିନା ସୁଧରେ ଦେଉଛନ୍ତି। ମା’ ମାନଙ୍କୁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ‘ଆପଣମାନେ ଆଗକୁ ବଢନ୍ତୁ , ମୁଁ ଆପଣମାନଙ୍କ ସହିତ ଅଛି’।

ସେହିପରି ମହିଳାମାନଙ୍କ ସାମାଜିକ ଅଧିକାରର ସୁରକ୍ଷା ଓ ପ୍ରତିଷ୍ଠା ବୃଦ୍ଧି ପାଇଁ ମଧ୍ୟ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ କହିଥିଲେ ଯେ ବିଭିନ୍ନ ଯୋଜନାରେ ରାଜ୍ୟ ସରକାର ମହିଳାମାନଙ୍କୁ ଗୁରୁତ୍ୱ ଦେଇ ଅଧିକ ସୁବିଧା ଦେଉଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ମିଳୁଥିବା ବେଳେ ମହିଳାମାନଙ୍କୁ ୧୦ ଲକ୍ଷ ଟଙ୍କାର ସୁବିଧା ମିଳୁଛି। ନୂଆ-ଓ ଛାତ୍ରବୃତ୍ତିରେ ଝିଅମାନଙ୍କୁ ଅଧିକ ୧ ହଜାର ଟଙ୍କା ମିଳୁଛି। ଲକ୍ଷ୍ମୀ ବସ୍‌ରେ ମା’ମାନେ ଅଧା ଦାମରେ ମାତ୍ର ୫ ଟଙ୍କାରେ ଯିବାଆସିବା କରୁଛନ୍ତି। କେବଳ ସେତିକି ନୁହେଁ, ରେସନ କାର୍ଡ, BSKY କାର୍ଡ, ପକ୍କା ଘର ଆଦି ସବୁ ମା’ମାନଙ୍କ ନାଁରେ ରହୁଛି। ମହିଳାମାନଙ୍କ ନାଁରେ ଜମି କିଣାହେଲେ ରେଜିଷ୍ଟ୍ରେସନରେ ବହୁତ ରିହାତି ଦିଆ ଯାଉଛି। ଏହି ସବୁ ପଦକ୍ଷେପ ଦ୍ୱାରା ସମାଜରେ ମା’ମାନଙ୍କ ଗୁରୁତ୍ୱ ବୃଦ୍ଧି ପାଇଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ମାନଙ୍କ ପାଖରେ ବହୁତ ସମ୍ଭାବନା ରହିଛି। ସେମାନେ ଦୃଢ ନିଶ୍ଚୟ ହେଲେ ଜୀବନରେ ବହୁତ କିଛି ହାସଲ କରି ପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କ ଜୀବନରେ ସଫଳତା କାମନା କରିବା ସହିତ ସେମାନେ ସବୁ କ୍ଷେତ୍ରରେ ସୁନାମ କରନ୍ତୁ ବୋଲି କହିଥିଲେ। ନୂଆ ଓଡିଶା ଗଠନରେ ମା’ମାନେ ସେମାନଙ୍କ ଅବଦାନ ରଖିବାକୁ ସେ ଆହ୍ୱାନ ଦେଇଥିଲେ।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ନେତୃତ୍ୱ ଓ ପ୍ରେରଣାଦାୟୀ ଦିଗ୍‌ଦର୍ଶନ ଜରିଆରେ ମହିଳା ଶିଶୁ ବିକାଶ ବିଭାଗ ବିଭିନ୍ନ ମହିଳାକୈନ୍ଦ୍ରିକ ଯୋଜନା ଯଥା ମାତୃକଲ୍ୟାଣ ଯୋଜନା, ମମତା, ଅଦ୍ୱିକା, ଜାଗୃତି, ମହିଳା ହେଲ୍ପ ଲାଇନ୍‌ , ବିଜୁ କନ୍ୟାରତ୍ନ ଓ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ଆଦି କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରି ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତିକରଣକୁ ସୁଦୃଢ କରୁଛନ୍ତି। ମିଶନ ଶକ୍ତି ଆଜି ରାଜ୍ୟର ୭୦ ଲକ୍ଷ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଝାରସୁଗୁଡାର DSWO ପୁଣ୍ୟବତୀ ହେଲନସ୍କେ, ମୟୁରଭଞ୍ଜର ପ୍ରୋଗ୍ରାମ ଅଫିସର ଜୋତ୍ସ୍ନା ମହାନ୍ତି, ଜଗତସିଂହପୁର ଜିଲ୍ଲାର ଅଙ୍ଗନବାଡି କର୍ମୀ ନଳିନୀପ୍ରଭା ଦାସ, ସୁନ୍ଦରଗଡ ଜିଲ୍ଲାର ଅଙ୍ଗନବାଡି କର୍ମୀ ସୁକାନ୍ତୀ ପାତ୍ର, ଗଜପତି ଜିଲ୍ଲାର ଅଙ୍ଗନବାଡି କର୍ମୀ ସୁନୀତା ନାୟକ ଏବଂ କିଶୋରୀ ବାଳିକା ବିକାଶ ଯୋଜନାରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ନବରଙ୍ଗପୁର ଜିଲ୍ଲାର ସରିତା ଗରଡା ଓ କନ୍ଧମାଳ ଜିଲ୍ଲାର ଶରତ ଘିବଲାଙ୍କୁ ପୁରସ୍କୃତ କରିବା ସହ ଆଶୀର୍ବାଦ ଯୋଜନା, ବିଜୁ କନ୍ୟାରତ୍ନ, ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ଓ ଅଦ୍ୱିକା ଉପରେ ଆଧାରିତ ସ୍ୱତନ୍ତ୍ର ପୁସ୍ତିକା ଉନ୍ମୋଚନ କରିଥିଲେ।

କାର୍ଯ୍ୟକ୍ରମରେ କଟକ ଜିଲ୍ଲା ଆଠଗଡ ସେକ୍ଟରର ଅଙ୍ଗନବାଡି କର୍ମୀ ଇପ୍ସିତା ମହାନ୍ତି ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଆଜି ଆମ ଗାଁରେ ମୋ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହୋଇପାରିଛି। ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କ ଯୋଗୁ ମୋ ଅଙ୍ଗନବାଡି କେନ୍ଦ୍ରର ରୂପରେଖ ବଦଳି ଯାଇଛି। ଅଙ୍ଗନବାଡି କର୍ମୀମାନଙ୍କର ପାରିଶ୍ରମିକ ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ। ସେହିପରି କୋରାପୁଟ ଜିଲ୍ଲା କୁନ୍ଦ୍‌ରା ଅଞ୍ଚଳର ମମତା ହିତାଧିକାରୀ ଭଗବତୀ ହରିଜନ ତାଙ୍କ ଅଭିଜ୍ଞତା ବିଷୟରେ କହିଥିଲେ ଯେ ଆମ ମୁଖ୍ୟମନ୍ତ୍ରୀ ଆମ ମା’ମାନଙ୍କ ମନ କଥା ଜାଣି ଆମ ପାଇଁ ସବୁ ସୁବିଧା କରିଛନ୍ତି। ମମତା ଯୋଜନାରେ ପୂର୍ବରୁ ମିଳୁଥିବା ୫ ହଜାର ଟଙ୍କାକୁ ୧୦ ହଜାର କରିଥିବାରୁ ‘ମୋ ପିଲା ଏବଂ ମୁଁ’ ପୋଷଣଯୁକ୍ତ ଖାଦ୍ୟ ଖାଇପାରୁଛୁ। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ବହୁତ ବହୁତ ଧନ୍ୟବାଦ।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ସ୍ୱାଗତ ଭାଷଣ ଦେଇଥିଲେ ଏବଂ Director, ICDS ମନିଷା ବାନାର୍ଜୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବଢିଲା ଆଶା କର୍ମୀଙ୍କ ମାସିକ ପାରିଶ୍ରମିକ ରାଶି, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨ ଆଶା କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮.୫୭ କୋଟି ଟଙ୍କା ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଆଶା କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।

ଏହି ନୂତନ ଘୋଷଣା ଅନୁଯାୟୀ, ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ। ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ।

ସୂଚନାଯୋଗ୍ୟ ଯେ ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି। ଏହା ସହିତ ଟୀକାକରଣ ଓ Institutional Delivery କ୍ଷେତ୍ରରେ ମଧ୍ୟ ଆଶା କର୍ମୀମାନେ ଗୁରୁ ଦାୟିତ୍ୱ ବହନ କରିଆସୁଛନ୍ତି।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବୃଦ୍ଧି ହେଲା ନିର୍ମାଣ ଶ୍ରମିକଙ୍କ ପେନ୍‌ସନ, ଜାଣନ୍ତୁ କେତେ ?

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ ଯୋଜନାରେ ଉପକୃତ ହେଉଛନ୍ତି।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକ ମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ ।

ଏହି ନୂତନ ପେନ୍‌ସନ ୨୦୨୪ ଫେବୃଆରୀ ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।

Categories
ବିଶେଷ ଖବର ରାଜ୍ୟ ଖବର

ଗୋଟିଏ ଦିନରେ ୩,୦୩୭ କୋଟି ମୂଲ୍ୟରେ ୫୨ଟି ଜଳସେଚନ ପ୍ରକଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି। ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।

ଏହ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀର କଲ୍ୟାଣ ଓ କୃଷିର ବିକାଶ ମୋ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି ଆସିଛି। ମୁଁ ପ୍ରତିଦିନ ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳର ଚାଷୀ ଭାଇଭଉଣୀମାନଙ୍କୁ ଭେଟୁଛି ବୋଲି ପ୍ରକାଶ କରି ସେ କହିଥିଲେ ଚାଷୀଙ୍କ ପାଇଁ ଆମର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ ଖୁବ୍‌ ଭଲ କାମ କରୁଛି।

ସେ କହିଥିଲେ ଯେ ଗତ କିଛି ଦିନ ଧରି ଓଡିଶାର ବିଭିନ୍ନ ଅଞ୍ଚଳରେ ଛୋଟ ବଡ ଅନେକ ଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ ହୋଇ ଆସୁଛି। ଏହା ସହିତ ନୂଆ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ମଧ୍ୟ ରଖାଯାଉଛି। ଏହି ସବୁ ପ୍ରକଳ୍ପଗୁଡିକରେ ୫-ଟି ଉପକ୍ରମ ଅଧିନରେ ଟେକ୍‌ନୋଲୋଜିର ପ୍ରୟୋଗ କରାଯାଇ ପ୍ରକଳ୍ପଗୁଡିକୁ ତ୍ୱରାନ୍ୱିତ କରାଯାଉଛି। ଭୂତଳ ପାଇପଲାଇନ ଜରିଆରେ ଜଳସେଚନ ଯୋଗୁଁ ବିସ୍ଥାପନ ସମସ୍ୟା ଦୂର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ନୟାଗଡର କୁସୁମି ବ୍ୟାରେଜ ଉଦ୍‌ଘାଟିତ ହୋଇଛି। ୭୦.୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ନିମନ୍ତେ ୧୪୮.୧୭ କୋଟି ଟଙ୍କା ବ୍ୟୟରେ ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ଏହା ଦ୍ୱାରା ୯୨୫୪ ଏକର ଜମିକୁ ଜଳସେଚନ ଯୋଗାଇ ଦିଆଯାଇ ପାରିବ ଏବଂ 3ଟି ବ୍ଲକର ୪୯ଟି ଗ୍ରାମର ୧.୫ଲକ୍ଷ ଲୋକ ଉପକୃତ ହେବେ । ଏହା ସହିତ ୫ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଜଳକୁ ଭୂତଳ ପାଇପଲାଇନ ଦ୍ୱାରା ବଣ୍ଟନ ବ୍ୟବସ୍ଥାର ଲୋକାର୍ପଣ ମଧ୍ୟ କରାଯାଇଛି।

ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା। ଏହାଦ୍ବାରା କଟକ ଜିଲ୍ଲାର ୮୬ ଗ୍ରାମର ୮୯୯୭ ଏକର ଚାଷ ଜମିକୁ ଜଳସେଚନ ଯୋଗାଇବା ସହିତ ୨୯୩ ଗ୍ରାମକୁ ପାନୀୟ ଜଳ ଯୋଗାଣ ଓ ୧ ମେଗାୱାଟର ବିଦ୍ୟୁତ ଉତ୍ପାଦନର ଲକ୍ଷ୍ୟ ରଖାଯାଇଅଛି । ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ବ୍ୟୟ ଅଟକଳ ଯଥାକ୍ରମେ ୨୬୫.୨୪ କୋଟି ଓ ୧୯୫.୮୯ କୋଟି ଟଙ୍କା ଅଟେ।

କଟକ ଡିମିରିଆ-ରାଉତପଡା ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ, ବୈଦେଶ୍ୱର-ଗୋପିନାଥପୁର ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ- ଏହି ପରି ୩ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପଲାଇନ ଓ ଅନାନ୍ୟ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀମାନଙ୍କ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ମାଗଣାରେ ଫସଲବୀମା ସୁବିଧା, ଚାଷୀପିଲାଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ଓ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଆମ ଓଡିଶା ନବୀନ ଓଡିଶା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ଲକ୍ଷ୍ମୀ ପରି ଯୋଜନା ସହିତ ଚାଷୀ ପରିବାର ଯୋଡି ହୋଇ ରହିଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମ ଅର୍ଥନୀତିର ସାରଥି। ସେମାନଙ୍କୁ ସାଥିରେ ଧରି ମୁଁ ସବୁବେଳେ ରହିଛି। ସେମାନଙ୍କ ପାଇଁ କାମ କରୁଛି ଓ କରୁଥିବି।

କାର୍ଯ୍ୟକ୍ରମରେ ବଲାଙ୍ଗିର ପାଟଣାଗଡରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀ ସଂକଳ୍ପବଦ୍ଧ ଭାବେ ଓଡିଶାର ବିକାଶକୁ ଆଗେଇ ନେଉଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଜମିକୁ ଯେପରି ପର୍ଯ୍ୟାପ୍ତ ପରିମାଣର ପାଣି ପହଞ୍ଚିବ ସେ ଦିଗରେ ନିରବଚ୍ଛିନ୍ନ ଭାବରେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହି ଆଜି ରାଜ୍ୟର ଚାଷୀ ଭାଇଭଉଣୀଙ୍କ ବିକାଶ ପଥରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଲା ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ୱାସ କରନ୍ତି। ସେ ଯାହା ବି କଥା ଦେଇଛନ୍ତି, ତାହା ନିଶ୍ଚୟ ପୂରଣ କରିବେ। ତାଙ୍କ ଜିଲ୍ଲା ଗସ୍ତ ସମୟରେ ଜଳସେଚନ ଉପରେ ଯେଉଁ ସବୁ ସମସ୍ୟା ବାବଦରେ ଅଭିଯୋଗ ଆସିଥିଲା, ସେଥିମଧ୍ୟରୁ ପ୍ରାୟ ୮୦ ପ୍ରତିଶତ ସମାଧାନ ହୋଇ ସାରିଛି ବୋଲି ସେ କହିଥିଲେ। ଆଜି ଭିତ୍ତି ପ୍ରସ୍ତର ଦିଆଯାଇଥିବା ପ୍ରକଳ୍ପ ଗୁଡିକ ପାଇଁ ସମସ୍ତଙ୍କ ସହଯୋଗ ମିଳିଲେ କାମ ଖୁବ୍ ଶୀଘ୍ର ଶେଷ ହେବ ବୋଲି ସେ କହିଥିଲେ। ନୟାଗଡ ଜିଲ୍ଲାବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ପୁରୀ ଶ୍ରୀମନ୍ଦିରଠାରୁ ଆରମ୍ଭ କରି ସମଲେଇ ମନ୍ଦିର ପର୍ଯ୍ୟନ୍ତ ରୂପାନ୍ତରଣ କାର୍ଯ୍ୟ କରାଯାଇଛି। ଖୁବ୍‌ ଶୀଘ୍ର କଣ୍ଟିଲୋ ନୀଳମାଧବ ପୀଠର ରୂପାନ୍ତରଣ କାମ ଶେଷ ହୋଇ ଲୋକାର୍ପିତ ହେବ।

କାର୍ଯ୍ୟକ୍ରମରେ ରାୟଗଡାରେ ଉପସ୍ଥିତ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ବଡମ୍ବାଠାରେ ଉପସ୍ଥିତ ବିଧାୟକ ଦେବୀ ପ୍ରସାଦ ମିଶ୍ର, ନୟାଗଡରେ ବିଧାୟକ ଡ. ଅରୁଣ କୁମାର ସାହୁ, କୁଚିଣ୍ଡାରେ ବିଧାୟକ କିଶୋର ଚନ୍ଦ୍ର ନାୟକ, ପାଟଣାଗଡରେ ବିଧାୟକ ସରୋଜ କୁମାର ମେହେର, ନବରଙ୍ଗପୁର ଝରିଗାଁରେ ସାଂସଦ ରମେଶ ଚନ୍ଦ୍ର ମାଝୀ କହିଥିଲେ ଯେ ଆଜି ଜଳସେଚନ ବିଭାଗ ଚାଷୀ କୂଳର ଜୀବନ ରେଖା ପାଲଟିଛି। ଚାଷୀର ଆୟ ବୃଦ୍ଧି ବିଷୟରେ ଚିନ୍ତା କରି ମୁଖ୍ୟମନ୍ତ୍ରୀ ଚାଷୀ କୂଳର ସାହାଭରଷା ପାଲଟିଛନ୍ତି। ପୂର୍ବରୁ ଗୋଟିଏ ପ୍ରକାର ଚାଷ ଉପରେ ନିର୍ଭର କରୁଥିବା ଚାଷୀ ଆଜି ଜଳସେଚନର ସୁବିଧା ଦ୍ୱାରା ବିଭିନ୍ନ ପ୍ରକାର ଚାଷ କରି ଅଧିକ ଲାଭବାନ ହେଉଛନ୍ତି। ଚାଷ କ୍ଷେତ୍ରରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଜଳସେଚନକୁ ପ୍ରାଥମିକତା ଦେଉଛନ୍ତି।

କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବରମୁଣ୍ଡା ନୂଆ ବସ ଷ୍ଟାଣ୍ଡକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ଆଶ୍ଚର୍ଯ୍ୟଜନକ ସୁବିଧା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ 5-T ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି।

ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍‌ ଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ ବସ୍‌ ଷ୍ଟାଣ୍ଡ। ଦୈନିକ ଶହ ଶହ ବସ୍‌ ଓ ହଜାର ହଜାର ଯାତ୍ରୀଙ୍କର ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ଓ ରାଜ୍ୟ ବାହାରକୁ ଯାତାୟତ ହୋଇଥାଏ। ଯାତ୍ରୀମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ବରମୁଣ୍ଡା ବସ୍‌ଷ୍ଟାଣ୍ଡର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ବିକାଶ କରାଯାଇଛି। ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶ୍ରୀ ପାଣ୍ଡିଆନ ଅନେକ ଥର ନିର୍ମାଣ ସ୍ଥଳକୁ ଯାଇ କାର୍ଯ୍ୟର ଆଗ୍ରଗତି ସଂପର୍କରେ ସମୀକ୍ଷା କରୁଥିଲେ।

ଉଦ୍‌ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ ଏବଂ ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡିଶାରେ ଏକ ନୂଆ ପରିଚୟ ହେବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ୍‌ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ବସ୍‌ ଟର୍ମିନାଲ ଓଡିଶା ସରକାର ନାମିତ କରିଛନ୍ତି।

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ 5-T ଉପକ୍ରମରେ ହୋଇଥିବା ଏହି ବସ୍‌ ଟର୍ମିନାଲ ବସ୍‌ ମାଲିକ, ବ୍ୟବସାୟୀ, ଯାତ୍ରୀ ତଥା ସମସ୍ତ ଜନସାଧାରଣଙ୍କ ସହଯୋଗରେ ନିର୍ମିତ ହୋଇଛି। ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ସେଥିପାଇଁ ଧନ୍ୟବାଦ ଜଣାଇ କହିଥିଲେ ଯେ ଏହି ବସ୍‌ ଟର୍ମିନାଲ୍ ରେ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସବୁ ପ୍ରକାର ସୁବିଧା କରାଯାଇଛି।

ଏଠାରେ ଜରୁରୀ କାଳୀନ ଚିକିତ୍ସାଠାରୁ ଆରମ୍ଭ କରି ବ୍ୟବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତିକ୍ଷାଳୟ, ପୋଲିସ୍‌ ଫାଣ୍ଡି, ଡ୍ରାଇଭରମାନଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଆଦି ସମସ୍ତ ସୁବିଧା ରହିଛି। ଏୟାରପୋର୍ଟ ଭଳି ଯାତ୍ରୀମାନେ ଏଠାରେ ସବୁ ସୁବିଧା ପାଇ ପାରିବେ ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଏହି ବସ୍‌ ଟର୍ମିନାଲର ଉପଯୁକ୍ତ ରକ୍ଷଣାବେକ୍ଷଣରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ।

କାର୍ଯ୍ୟକ୍ରମରେ ପତାକା ଦେଖାଇ ବସ୍‌ ଚଳାଚଳର ଶୁଭାରମ୍ଭ କରିବା ସହିତ ଆହାର କେନ୍ଦ୍ରରେ ଯାତ୍ରୀ ମାନଙ୍କୁ ଖାଦ୍ୟ ପରସିଥିଲେ ମୁଖ୍ୟମନ୍ତ୍ରୀ। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଥିଲେ ଯେ ଭୁବନେଶ୍ବରର ବିକାଶରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଲା। ପରିବହନ କ୍ଷେତ୍ରରେ ଯାହା ଆମ ପାଇଁ ସ୍ବପ୍ନ ଥିଲା, ତାହା ଆଜି ପୂରଣ ହେଲା।

5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପସ୍ଥିତ ଥିଲେ।

ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ ଓ ବି.ଡି.ଏ ଭି.ସି ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର

ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’

ଭୁବନେଶ୍ବର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି। ଓଡିଶାର ୬,୭୯୮ଟି ଗ୍ରାମ ପଞ୍ଚାୟତଟି ମଧ୍ୟରୁ ୪୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୭୫୦ ଟି ‘ଆମ ବ୍ୟାଙ୍କ’ ଖୋଲିଥିଲା। ପର୍ଯ୍ୟାୟକ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ସୁବିଧା ମିଳିବ।

ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ବ୍ୟାଙ୍କ ଜନସେବାର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ପରିଣତ ହୋଇଛି। ସମସ୍ତ ସରକାରୀ ସୁବିଧା ସିଧା ସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହେଉଛି। ସେଥିପାଇଁ ମୋ ରାଜ୍ୟର ସବୁ ହିତାଧିକାରୀ ସୁବିଧାରେ ଓ ଠିକ୍‌ ସମୟରେ ତାଙ୍କ ପ୍ରାପ୍ୟ ପାଆନ୍ତୁ।

କେହି ଜଣେ ବି ହିତାଧିକାରୀ ସରକାରୀ ସହାୟତା ପାଇବାରେ ଯେପରି ହଇରାଣ ନ ହେବେ ତାକୁ ଦୃଷ୍ଟିରେ ରଖି ଏହି ବ୍ୟାଙ୍କ ଗୁଡିକ ଖୋଲାଗଲା। ଏ ଦିଗରେ ବ୍ୟାଙ୍କ ଗୁଡିକ ଭଲ ଭାବେ କାମ କରିବ। ‘ଆମ ବ୍ୟାଙ୍କ’ ରାଜ୍ୟ ସରକାରଙ୍କ ଏକ ଅଭିନବ ପଦକ୍ଷେପ। ସାରା ଦେଶରେ ଏକ ମଡେଲ। ବ୍ୟାଙ୍କ ଗୁଡିକ ହିତାଧିକାରୀଙ୍କୁ ୧୫ ପ୍ରକାର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଗାଁମାନଙ୍କରେ ଡିଜିଟାଲ ଭିତ୍ତିଭୂମିକୁ ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ଅନ୍ତର୍ଭୁକ୍ତିକରଣ ସମସ୍ତଙ୍କ ଏକ ମୌଳିକ ଅଧିକାର। ଏକ କଲ୍ୟାଣକାରୀ ରାଜ୍ୟ ଭାବରେ ସମସ୍ତ ନାଗରିକମାନଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତିକରଣରେ ସାମିଲ କରିବା ଆମର ମୁଖ୍ୟ ଦାୟିତ୍ୱ। ଓଡିଶା ଆଜି ଯେଉଁ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ଯୋଗାଇ ଦେଉଛି, ତାହା ଜାତୀୟ ସ୍ତରରେ ଉଦାହରଣ।

ମଧୁବାବୁ ପେନସନ ଯୋଜନା, ମମତା ଯୋଜନା, ବୁଣାକାର ଓ କଳାକାରମାନଙ୍କ ପେନସନ ଓ ସହାୟତା ନିକଟରେ ବୃଦ୍ଧି କରାଯାଇଛି। ଏମାନଙ୍କ ସହିତ ମିଶନ ଶକ୍ତି ମା’ ମାନେ ମଧ୍ୟ ଏହି ବ୍ୟାଙ୍କ ଜରିଆରେ ସୁବିଧା ପାଇବେ। ‘ଆମ ବ୍ୟାଙ୍କ’ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଶାରିରୀକ ଅକ୍ଷମମାନଙ୍କୁ ସେମାନଙ୍କ ଘର ପାଖରେ ସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଶେଷରେ ରାଜ୍ୟ ସରକାରଙ୍କ ଏହି ବ୍ୟାଙ୍କ ଖୋଲିବାରେ ସହାୟତା କରିଥିବା ୬ଟି ପବ୍ଲିକ ସେକ୍ଟର ବ୍ୟାଙ୍କକୁ ଧନ୍ୟବାଦ ଜଣାଇ ସମାଜର ସବୁଠାରୁ ତଳସ୍ତରରେ ରହୁଥିବା ଲୋକ ଯେମତି ସୁବିଧାରେ ବ୍ୟାଙ୍କ ସେବା ପାଇବ ସେଥିପାଇଁ ସେମାନଙ୍କର ଉଦ୍ୟମ ଅବ୍ୟାହତ ରଖିବା ପାଇଁ ଅନୁରୋଧ କରିଥିଲେ। ଏକ ସଶକ୍ତ ଓଡିଶା ଗଠନ କରିବା ଦିଗରେ ଆମେ ସମସ୍ତେ ସମ୍ମିଳିତ ଭାବେ କାର୍ଯ୍ୟ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ଯେ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଓଡିଶାର ସମସ୍ତ କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତ୍ତନ ଆସିଛି। ପୂର୍ବରୁ ରାଜ୍ୟରେ ବ୍ୟାଙ୍କ ଗୁଡିକ ସଂଖ୍ୟା ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ଆର୍ଥିକ ଅନ୍ତର୍ଭୁକ୍ତିକରଣ ପାଇଁ ବ୍ୟାଙ୍କିଙ୍ଗ ଏକ ଜରୁରୀ ସେବା ହୋଇଥିବାରୁ ରାଜ୍ୟର ସମସ୍ତ ଅଞ୍ଚଳର ନାଗରିକମାନଙ୍କୁ ଏହି ମୌଳିକ ସେବା ଉପଲବ୍ଧ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଆମ ବ୍ୟାଙ୍କ’ ଯୋଜନା ପରିକଳ୍ପନା କରିଛନ୍ତି।

ବାଲେଶ୍ୱର, ବଲାଙ୍ଗିର ଓ ଗଂଜାମ ଜିଲ୍ଲାର ୩ ଜଣ ହିତାଧିକାରୀ ଶୁଭଶ୍ରୀ ପଣ୍ଡା, ମମତା ମହାକୁଡ ଓ ବିକାଶ ସେଠୀ କାର୍ଯ୍ୟକ୍ରମରେ ସେମାନଙ୍କ ମତ ବିନିମୟ କରି କହିଥିଲେ ଯେ ‘ଆମ ବ୍ୟାଙ୍କ’ ଜରିଆରେ ଗ୍ରାମାଞ୍ଚଳର ଲୋକମାନେ ଘର ପାଖରେ ବିଭିନ୍ନ ସରକାରୀ ସୁବିଧା ସୁଯୋଗକୁ ଠିକ୍ ସମୟରେ ପାଉଛନ୍ତି। ଏଥିପାଇଁ ସେମାନଙ୍କୁ ଦୂରକୁ ଯିବାକୁ ପଡୁନି। ସେଥିପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ସେମାନେ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ମିଶ୍ର, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ସି.ଜି.ଏମ୍ ଉପସ୍ଥିତ ଥିଲେ।

ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ ସ୍ୱାଗତ ଭାଷଣ ଦେଇଥିଲେ ଓ Director, Institutional finance ଧନ୍ୟବାଦ ଦେଇଥିଲେ।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ସହର ବିକାଶର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୧ ହଜାର ବସ୍ତିବାସିନ୍ଦାଙ୍କୁ ମିଳିଲା ଭୂମି ଅଧିକାର

ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, Drink from Tap, Pavered Road, Sewerage System ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।

ସୂଚନାଯୋଗ୍ୟ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଗଲା। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହେଲା । ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେଲେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟର Drink from Tap କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ model । ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ X ୭ Drink from Tap ସୁବିଧା ପାଇଲେ। ଏହା ସହିତ ରାଜ୍ୟର ୮ଟି ସହରରେ Drink from Tap ସୁବିଧା ମିଳିଲା ବୋଲି ସେ କହିଥିଲେ । ରାଜ୍ୟରେ global standard ର public health system ର ବିକାଶରେ ଏହା ଏକ ବଡ ପଦକ୍ଷେପ ବୋଲି କହି ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ୱାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ସେ କହିଥିଲେ।

ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାନ୍ଧିଜୀଙ୍କ ଭାଷାରେ ଏହା ସ୍ୱାଧୀନତାଠାରୁ ମଧ୍ୟ ଅଧିକ ଜରୁରୀ। ଆଜି କଟକ ଓ ଭୁବନେଶ୍ୱର ପାଇଁ Odisha Integrated Sanitation Improvement Project ଉତ୍ସର୍ଗ କରି ମୁଁ ବହୁତ ଖୁସି। ଏଥି ପାଇଁ ଜାଇକା ସହାୟତାରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଦ୍ୱାରା ଭୁବନେଶ୍ୱର ଓ କଟକ ସହରରେ ହୋଇଥିବା Underground Sewerage System, ନୂଆ Sewage Treatment Plant ଓ Improved Drainage Facility ଗୁଡିକ ଆମ ସହରର ପରିଚୟକୁ ଆହୁରି ଉଜ୍ଜଳ କରିବ ବୋଲି ସେ କହିଥିଲେ।

ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ ଝାରସୁଗୁଡା, ବ୍ରଜରାଜନଗର ଓ ବେଲପାହାଡ ସହର ସହିତ ଅନେକ ସହରରେ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା। ଏହା ମାଧ୍ୟମରେ ୨.୬୫ ଲକ୍ଷ ବାସିନ୍ଦା ଉପକୃତ ହେବେ। ଏଥି ସହିତ ଉନ୍ନତି ଓ ମୁକ୍ତା ଯୋଜନାରେ ବିଭିନ୍ନ ସହରରେ ୩୬୯୯ଟି ନୂଆ Pavered Road ଏବଂ ୬୯୬୧ଟି Civic Amenities Project ଉତ୍ସର୍ଗ କରାଗଲା। ମୁକ୍ତା ଯୋଜନାର କାର୍ଯ୍ୟକାରିତା ଉପରେ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ମୁକ୍ତା ଯୋଜନାରେ ସବୁକାମ ମା’ ମାନଙ୍କ ଦ୍ୱାରା କରାଯାଉଛି ଏବଂ ଭଲ ଭାବରେ ମଧ୍ୟ ଏହିସବୁ କାମ ମା’ ମାନେ ତୁଲାଉଛନ୍ତି।

ଏହି ଆବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୨୪ଟି ସହରରେ ୧୧୬୪ କୋଟି ଟଙ୍କା ମୂଲ୍ୟର ୨୭ଟି ଜଳଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ଯୋଗଦେଇ କହିଥିଲେ ଯେ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି। ୧୬୩୬ଟି ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ଆଜି ୪ଟି ମହାନଗର ନିଗମର ୨୧,୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଗଲା। ଏଥି ସହିତ ପାନୀୟ ଜଳ ପ୍ରକଳ୍ପ, Drink from Tap ପ୍ରକଳ୍ପ, ଉନ୍ନତି ଯୋଜନାରେ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରାଗଲା। ଏହି ସବୁ ପ୍ରକଳ୍ପ ଗୁଡିକ 5T ଉପକ୍ରମରେ ସମ୍ପନ୍ନ ହୋଇଛି।

କାର୍ଯ୍ୟକ୍ରମରେ ଭୂମି ଅଧିକାର ପ୍ରମାଣ ପତ୍ର ପାଇଥିବା ହିତାଧିକାରୀ, କଟକର ସତ୍ୟଭାମା ନାୟକ, ସମ୍ବଲପୁରର ନିଖିଳା ପରିଡା, ରାଉରକେଲାର ରୋଜାଲିନ ରାଉତ ଏବଂ ବ୍ରହ୍ମପୁରର ବନିତା ଘଡେଇ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଦୀର୍ଘ ବର୍ଷ ଧରି ଆମେ ବସ୍ତି ଭିତରେ ବହୁ ଅସୁବିଧା ମଧ୍ୟରେ ଘର କରି ରହୁଥିଲୁ। ମନରେ ଭୟ ମଧ୍ୟ ଥିଲା। କାଳେ କେତେବେଳେ ଘରୁ କିଏ ବାହାର କରିଦେବ।

ଆଜି ମୁଖ୍ୟମନ୍ତ୍ରୀ ଭୂମି ପ୍ରମାଣପତ୍ର ପ୍ରଦାନ କରି ଆମ ମନରୁ ଭୟ ଦୂର କରିଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆମକୁ ସୁବିଧାରେ ରଖିବାପାଇଁ କଥା ଦେଇଥିଲେ । ସେ ତାଙ୍କ କଥା ରଖିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଆମେ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଉଛୁ।

ସେହିପରି ବ୍ରହ୍ମପୁରର Drink from Tap ହିତାଧିକାରୀ ଜୟନ୍ତୀ ଗୌଡ କହିଥିଲେ ଯେ ବ୍ରହ୍ମପୁରରେ ପିଇବା ପାଣିର ବହୁ ସମସ୍ୟା ରହିଥିଲା। ଏବେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ୨୪ ଘଣ୍ଟିଆ ପିଇବା ପାଣି ପାଇବୁ। ସେମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେଇଥିବାରୁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୌର ପ୍ରଶାସନ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଜିଲ୍ଲା ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟୋରିୟମ ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର, ରାୟଗଡାରେ ପ୍ଲାନେଟୋରିୟମ, କେନ୍ଦୁଝର ଜିଲ୍ଲା ଘଟଗାଁରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଓ ମୟୁରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଉଦ୍‌ଘାଟନ କରିବା ସହିତ କଳାହାଣ୍ଡି, ବୌଦ୍ଧ, କେନ୍ଦ୍ରାପଡା, ଝାରସୁଗୁଡା, ଗଜପତି, ନୂଆପଡା ଓ ଜଗତସିଂହପୁର ଜିଲ୍ଲା ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି।

କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜ୍ଞାନ ଓ ବିକାଶ ସମତାଳରେ ଆଗକୁ ବଢିଥାଏ। ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ । ପ୍ରତିଦିନ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ ସମାଜର ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି। ଶିକ୍ଷା କ୍ଷେତ୍ରରେ ଏହାର ବିଶେଷ ଗୁରୁତ୍ୱ ରହିଛି। 5T ସ୍କୁଲ ରୂପାନ୍ତରଣରେ ଆଜି ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରି ସ୍ମାର୍ଟ କ୍ଲାସ ରୁମ୍‌, ଇ- ଲାଇବ୍ରେରୀ, ମଡର୍ଣ୍ଣ ଲାବୋରଟୋରୀ ଆଦି ବିକାଶ କରାଯାଇଛି।

ପ୍ରତି ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ଖୋଲିବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜ୍ଞାନକୁ ଲୋକପ୍ରିୟ କରିବା ଓ ବୈଷୟିକ ଜ୍ଞାନକୈଶଳର ବ୍ୟବହାରରେ ବୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତି ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ପ୍ଲାନେଟୋରିୟମ ତଥା ସ୍କୁଲମାନଙ୍କରେ Innovation Centre ଖୋଲିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

ଆଗାମୀ ଦିନରେ ଭଦ୍ରକରେ ବିଜ୍ଞାନ କେନ୍ଦ୍ର ଏବଂ ବଲାଙ୍ଗିର, ସୁନ୍ଦରଗଡ ଓ ଗଂଜାମ ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ସହିତ ପ୍ଲାନେଟୋରିୟମ ମଧ୍ୟ ଖୋଲାଯିବ। ଏହି ସବୁ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ପିଲାମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ମୁଁ ଚାହେଁ ମୋ ରାଜ୍ୟର ପିଲାମାନେ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ ଆଗରେ ରୁହନ୍ତୁ। ଦକ୍ଷ ହୁଅନ୍ତୁ ଓ ଓଡିଶାର ସୁନାମ ବୃଦ୍ଧି କରନ୍ତୁ। ଏଥି ସହିତ ମୁଖ୍ୟମନ୍ତ୍ରୀ ନୂଆ ଓଡିଶା ଗଠନର ସ୍ୱପ୍ନକୁ ସାକାର କରିବା ପାଇଁ ସମ୍ମିଳିତ ଭାବେ କାମ କରିବା ପାଇଁ ଆହ୍ୱାନ ଦେଇଥିଲେ।

ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ନିର୍ମିତ ପ୍ରତ୍ୟେକ ବିଜ୍ଞାନ କେନ୍ଦ୍ର ପାଇଁ ୬.୫ କୋଟି ଟଙ୍କା, ପ୍ଲାନେଟୋରିୟମ ପାଇଁ ୧୫ କୋଟି ଟଙ୍କା ଏବଂ ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟୋରିୟମ ପାଇଁ ୨୧.୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଜୟପୁରରେ ଯୋଗଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ବିଜ୍ଞାନକୁ ଲୋକପ୍ରିୟ କରିବାର ଏହି ଉଦ୍ୟମ ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କ ପାଇଁ ବହୁ ଉପାଦେୟ ସାବ୍ୟସ୍ତ ହେବ ଏବଂ ଏହି ସମୟୋପଯୋଗୀ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା କରିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ପିଲାମାନଙ୍କ ସହିତ ଆଲୋଚନା କରି ବିଜ୍ଞାନ ଶିକ୍ଷା ସେମାନଙ୍କ ଜୀବନକୁ ପରିବର୍ତ୍ତନ କରିବା ସହିତ ସମାଜକୁ ମଧ୍ୟ ପରିବର୍ତ୍ତନ କରିଥାଏ ବୋଲି କହିଥିଲେ। ରାଜ୍ୟ ସରକାର 5T କାର୍ଯ୍ୟକ୍ରମରେ କରୁଥିବା ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ନୂଆ-ଓ କାର୍ଯ୍ୟକ୍ରମ ଆଦି ଶିକ୍ଷା କ୍ଷେତ୍ରରେ ପିଲାଙ୍କ ପାଇଁ ଭଲ ପ୍ଲାଟଫର୍ମ ତିଆରି କରିଛି ବୋଲି ମତ ଦେଇ ସେ ପିଲାମାନଙ୍କୁ କଠିନ ପରିଶ୍ରମ କରି ଜୀବନରେ ସଫଳ ହେବାକୁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଭବାନିପାଟଣାଠାରେ ସାଂସଦ ଶ୍ରୀ ସୁଜିତ କୁମାର, ରାୟଗଡାଠାରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଓ ଘଟଗାଁଠାରେ ବିଧାୟକ ଶ୍ରୀ ବଦ୍ରିନାରାୟଣ ପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଏହି ଯୁଗପୋଯୋଗୀ ପଦକ୍ଷେପ ପାଇଁ ଧନ୍ୟବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବାଲେଶ୍ୱରର ମନ୍ମଥ-ମନୋଜ ସ୍ମୃତି ପୀଠ ସହ ୨୨୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍‌ଘାଟନ କରିଛନ୍ତି।

ଏହି ଅବସରରେ ଉଭୟ ମନ୍ମଥ ଦାସ ଓ ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେମାନଙ୍କର ପ୍ରତିଭା ଓ ଜ୍ଞାନ ବଳରେ ସେମାନେ ସାରା ଦେଶକୁ ଗର୍ବିତ କରିଛନ୍ତି। ଇତିହାସ ଓ ସାହିତ୍ୟ କ୍ଷେତ୍ରରେ ସେମାନଙ୍କ ଅବଦାନ ସେମାନଙ୍କୁ ଅମର କରି ରଖିଛି ବୋଲି ସେ କହିଥିଲେ। ଏହି ସ୍ମୃତି ପୀଠ ପ୍ରତିଷ୍ଠାରେ ମନ୍ମଥ ଦାସ ଓ ମନୋଜ ଦାସଙ୍କ ପରିବାର ସମ୍ପୂର୍ଣ୍ଣ ସହଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୀଳଗିରିର ଜନଜାତି ଭାଇଭଉଣୀଙ୍କ ପାଇଁ ‘ଲାଭ’ ଯୋଜନାର ଶୁଭାରମ୍ଭ କରିଥିଲେ। ଏହା ଦ୍ୱାରା ସେମାନେ ଲଘୁ ବନଜାତ ଦ୍ରବ୍ୟ ଉପରେ ଗୋଷ୍ଠୀଗତ ଜଙ୍ଗଲ ଅଧିକାର ପାଇଲେ । ଏହା ସହିତ ରେମୁଣା ବିଜ୍ଞାପିତ ଅଞ୍ଚଳ ପରିଷଦର ବସ୍ତି ଲୋକଙ୍କୁ ଜାଗା ମିଶନରେ ଜମି ଅଧିକାର ପ୍ରମାଣପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା।

ସେ କହିଥିଲେ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ବାଲେଶ୍ୱରର ଲୋକମାନେ ଯେଉଁ ପ୍ରସ୍ତାବ ଦେଇଥିଲେ, ତାକୁ ଭିତ୍ତିକରି ସେ ଆଜି ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ବାଲେଶ୍ୱର ସହର ପାଇଁ ସିଟି ବସ୍‌ ସେବାର ମଧ୍ୟ ଶୁଭାରମ୍ଭ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ସବୁବେଳେ ସାଧାରଣ ଲୋକଙ୍କ ଅଧିକାର ଓ କଲ୍ୟାଣ ପାଇଁ କାମ କରୁଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଲକ୍ଷ୍ମୀ ବସ୍‌ ସୁବିଧା, ମହିଳା ଚାଷୀ ଓ ଯୁବକଙ୍କ ପାଇଁ ବିନା ସୁଧରେ ଋଣ ଆଦି କାର୍ଯ୍ୟକ୍ରମ ଦ୍ୱାରା ସବୁ ବର୍ଗର ଲୋକ ବିକାଶର ଭାଗୀଦାର ହୋଇପାରିଛନ୍ତି। ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହୋଇଥିବା ନୂଆ-ଓ କାର୍ଯ୍ୟକ୍ରମ ପିଲାଙ୍କ ଭିତରେ ବିପୁଳ ଉତ୍ସାହ ଓ ଆତ୍ମ ବିଶ୍ୱାସ ସୃଷ୍ଟି କରିଛି ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ, ସମସ୍ତଙ୍କୁ ସାଥିରେ ନେଇ ଆମେ ନୂଆ ଓଡିଶା ଗଢିବୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ଯୋଗ ଦେଇ କହିଥିଲେ ଯେ ଆଜି ବାଲେଶ୍ୱରବାସୀଙ୍କ ପାଇଁ ଐତିହାସିକ ଦିନ। ଏ ମାଟିର ଦୁଇ ବରପୁତ୍ରଙ୍କର ସ୍ମୃତି ରକ୍ଷା ପାଇଁ ରାଜ୍ୟସରକାରଙ୍କ ପ୍ରତିବଦ୍ଧାତା ଆଜି ବାଲେଶ୍ୱରବାସୀଙ୍କୁ ଉତ୍ସାହିତ କରିଛି। ଭୁବନେଶ୍ୱର ଏବଂ ପଣ୍ଡିଚେରିରୁ ସଂଗୃହିତ ହୋଇଛି ଏହି ଦୁଇ ବରପୁତ୍ରଙ୍କ ବ୍ୟବହୃତ ସାମଗ୍ରୀ। ଆଗାମୀ ଦିନରେ ଏହା ବହୁ ସାହିତ୍ୟିକ, ଗବେଷକଙ୍କ ପାଇଁ ଏକ ଆକର୍ଷଣୀୟ ପୀଠ ହେବ।

କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ନାରାୟଣ ପ୍ରଧାନ ସ୍ୱାଗତ ଭାଷଣ ଦେଇଥିଲେ। ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ ଏବଂ ବିଧାୟକ ଶ୍ରୀ ଅନନ୍ତ ଦାସ କହିଥିଲେ ଯେ ଆମ ମାଟିର ଏହି ଦୁଇ କୃତୀ ସନ୍ତାନଙ୍କ ସମ୍ମାନାର୍ଥେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରୟାସ ପାଇଁ ବାଲେଶ୍ୱରବାସୀ ବହୁତ ଖୁସି ଏବଂ ବାଲେଶ୍ୱର ଜିଲ୍ଲାର ବିକାଶ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ହାତକୁ ନେଇ ଏକ ବିକାଶଶୀଳ ଜିଲ୍ଲା ଭାବେ ଏହାକୁ ପରିଣତ କରିଛନ୍ତି।

କାର୍ଯ୍ୟକ୍ରମରେ ମନ୍ମଥ ଦାସ ଓ ମନୋଜ ଦାସଙ୍କ ପରିବାର ସଦସ୍ୟା ଶ୍ରୀମତୀ ରଞ୍ଜିତା ଦାସ କହିଥିଲେ ଯେ ବାଲେଶ୍ୱର ମାଟିର ଏହି ଦୁଇ ସୁଯୋଗ୍ୟ ସନ୍ତାନଙ୍କ ସ୍ମୃତି ରକ୍ଷା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ପାଇଁ ଆମେ ପରିବାର ସଦସ୍ୟ ତାଙ୍କ ପାଖରେ କୃତଜ୍ଞ। ରାଜ୍ୟ ସରକାରଙ୍କ ୧୬ କୋଟି ଟଙ୍କା ଏଥିରେ ବିନିଯୋଗ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷଙ୍କୁ ଅଶେଷ ଧନ୍ୟବାଦ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଏଣିକି ମିଶନ ଶକ୍ତି ମହିଳାଙ୍କୁ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଚାଲିଛି।

ସେ ଆହୁରି ମଧ୍ୟ କହିଥିଲେ ଯେ ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତି ମା’ ମାନଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ୍ ସହାୟତା ଯୋଗାଇ ଦିଆଯାଇଅଛି। ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନରେ ସାମିଲ ହୋଇଛନ୍ତି।

ଆଜି ମିଶନ ଶକ୍ତି ମା’ ମାନଙ୍କର ଭଲ କାମ ଦେଶ ବିଦେଶରେ ପହଞ୍ଚି ପାରିଛି। ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ ଦୁବାଇ ଓ ସିଙ୍ଗାପୁରକୁ exposure visit ରେ ଯାଉଥିବାରୁ ଖୁସି ବ୍ୟକ୍ତ କରି କହିଥିଲେ ଯେ ଆଗକୁ ଅଧିକରୁ ଅଧିକ ମା’ ମାନେ ବିଦେଶ ଯିବେ।

ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ SHG ରୁ SME ଆଡକୁ ଆଗଉଥିବାର ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ Corporate ଜଗତ ସହ ଯୋଡି ହୋଇଛନ୍ତି। ବିଜିନେସ୍‌ କରିବା ପାଇଁ ଆଗଉଛନ୍ତି। ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠିର ସଦସ୍ୟା ଓ ୧.୫ ଲକ୍ଷ ଏସ.ଏଚ୍.ଜି. ଲିଡର ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି।

ସେ ଆହୁରି ମଧ୍ୟ କହିଥିଲେ ଯେ ମିଶନ ଶକ୍ତି ମା’ ମାନଙ୍କ ଦ୍ୱାରା ତିଆରି ଜିନିଷର ବିକ୍ରି ପାଇଁ ମିଶନ ଶକ୍ତି ବଜାର କରାଯାଉଛି। ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ମିଶନ ଶକ୍ତି ବଜାର ଆଜି ଖୋଲାଯିବ। ଆସନ୍ତା ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outlet ଖୋଲାଯିବ। ଚଳିତ ବର୍ଷ ମିଶନ ଶକ୍ତି ମା’ ମାନେ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପାଇଛନ୍ତି।

ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ ମାନଙ୍କୁ ଯୋଗାଇ ଦିଆଯିବ । ଏଣିକି ଓଡିଶାର ମା’ ମାନେ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ନେଇପାରିବେ ଏବଂ ସମସ୍ତ ସୁଧ ରାଜ୍ୟ ସରକାର ଫେରସ୍ତ କରିବେ । ଏହା ଦ୍ୱାରା ମା’ ମାନଙ୍କର ଲକ୍ଷ ଲକ୍ଷ ଟଙ୍କା ସଞ୍ଚୟ ହେବ । ଆଜି ମିଶନ ଶକ୍ତି ମା’ ମାନେ ଓଡିଶାର ରୂପାନ୍ତରରେ ଯୋଗଦାନ ଦେଉଛନ୍ତି ବୋଲି ସେ କହିଥିଲେ।

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ ଓ ଫେଡେରେସନ ଲିଡର ମାନେ ବହୁତ ଭଲ କାମ କରୁଛନ୍ତି ବୋଲି ପ୍ରଶଂସା କରି ଖୁବ୍‌ ଶୀଘ୍ର ସେମାନେ ଖୁସି ଖବର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରି ବରଗଡ ଜିଲ୍ଲା ମା’ ଯମୁନା ଏସ୍.ଏଚ୍.ଜି. ଓ ଗଂଜାମ ଜିଲ୍ଲା ମା’ ବିମଳା ଏସ୍‌.ଏଚ୍‌.ଜି.କୁ ଚେକ୍‌ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ମହିଳା ସଶକ୍ତିକରଣ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧାତା ମିଶନ ଶକ୍ତି ମା’ମାନଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇଛି। ଏସ୍.ଏଚ.ଜି ସ୍ତରରେ ମହିଳା ନେତୃତ୍ୱାଧିନ ଉଦ୍ୟୋଗଗୁଡିକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କୁ ଅହୁରି ଅଧିକ ସଶକ୍ତ କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସି ପାତ୍ର, ଗିତାଞ୍ଜଳୀ ବସ୍ତିଆ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦିପ କୁମାର ଜେନା ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ କହିଥିଲେ ଯେ ବିନା ସୁଧରେ ଋଣ ବ୍ୟବସ୍ଥା ମା’ମାନଙ୍କ ହାତମୁଠାକୁ ଟାଣ କରିବା ସହିତ ଆର୍ଥିକ କ୍ଷେତ୍ରରେ ସେମାନଙ୍କୁ ଅଧିକ ସଶକ୍ତ କରିଛି। ମିଶନ ଶକ୍ତି ମା’ମାନେ ଆଜି exposure visit ରେ ଯାଉଛନ୍ତି । ଆଜି ଓଡିଶାର ରୂପାନ୍ତରରେ ମା’ମାନଙ୍କର ଏକ ପଦ ଚିହ୍ନ ଅଧିକ ସ୍ପଷ୍ଟ ହୋଇଯାଉଛି ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲାର ଏସ୍.ଏଚ.ଏଜି. ଲିଡର କେତକୀ ବେହେରା ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆମ ମା’ ମାନଙ୍କୁ ବହୁତ ସମ୍ମାନ ଦେଉଛନ୍ତି। ଆମକୁ ହାଣ୍ଡିଶାଳରୁ ବାହାର କରି ଦୁବାଇ ଓ ସିଙ୍ଗାପୁର ବୁଲାଇଲେ। ରାଜ୍ୟର ୭୦ ଲକ୍ଷ ମା’ ମାନଙ୍କ ସମ୍ମାନାର୍ଥେ ୟୁନିଫର୍ମ ଓ ବ୍ଲେଜର ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସେ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଥିଲେ।

କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ମିଶନ ଶକ୍ତିର ବହୁସଂଖ୍ୟକ ମା’ମାନେ ଯୋଗ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଖୋର୍ଦ୍ଧା ଜିଲାରେ ୭ ଆମ ହସ୍ପିଟାଲ ସହ ନୂତନ ଏସଡିଏଚ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ୫-ଟି ଅଧିନରେ ସରକାରୀ ଡାକ୍ତରଖାନାର ଭିତ୍ତିଭୂମି ସୁଦୃଢ଼ କରାଯାଉଛି। ଅନୁକୂଳ ପରିସ୍ଥିତିରେ ରୋଗୀମାନଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି ସରକାର। ଆଉ ହସ୍ପିଟାଲରେ ଦେଖିବାକୁ ମିଳିବ ନାହିଁ ଲମ୍ବା ଲାଇନ। ଚିକିତ୍ସା କ୍ଷେତ୍ରରେ ପରିବର୍ତ୍ତନ ପାଇଁ ୫-ଟି ମାଧ୍ୟମରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକୁ ଆମ ହସ୍ପିଟାଲରେ ରୂପାନ୍ତିକରଣ କରୁଛନ୍ତି ସରକାର।

ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲାର ୭ ଟି ଆମ ହସ୍ପିଟାଲକୁ ଆଜି ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ବେଗୁନିଆରେ ୧୦୦ ଶଯ୍ୟା ବିଶିଷ୍ଟ ଉପଖଣ୍ଡ ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ପରମାନନ୍ଦ ମହାବିଦ୍ୟାଳୟ କଲେଜ ପଡିଆରେ ଏହି ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଉଦଘାଟନ ଲୋକାର୍ପଣ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ କିଭଳି ଜନସାଧାରଣଙ୍କୁ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ, ଜନସାଧାରଣଙ୍କୁ ସ୍ୱାସ୍ଥ୍ୟ ସେବା ପାଇବା ପାଇଁ ଆଉ ଦୂରକୁ ଯାଇ ଖର୍ଚ୍ଚାନ୍ତ ହେବାକୁ ପଡିବ ନାହିଁ। ନିଜ ଘର ପାଖ ହସ୍ପିଟାଲରେ ସୁବିଧାରେ ମିଳିବ ଉନ୍ନତ ଚିକିତ୍ସା ସେବା। ଜନସାଧାରଣଙ୍କୁ ଉନ୍ନତ ସେବା ପାଇଁ ଡାକ୍ତର, ପାରାମେଡିକାଲ ଷ୍ଟାପ ନିଯୁକ୍ତି ମିଳୁଥିବା କଥା କହିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରି ମୋପାଇଁ ସବୁ ଜୀବନ ମୂଲ୍ୟବାନ। ଏହାକୁ ନେଇ ସୁଖୀ ଓଡିଶା ସୁସ୍ଥ ଓଡିଶା ଗଠନ ହୋଇ ପାରିବ ବୋଲି ଉପସ୍ଥିତ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି। ବୋଲଗଡ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟା ସୁନନ୍ଦିତା ସାହୁ କିଭଳି ବେଗୁନିଆ ବୋଲଗଡ ନିର୍ବାଚନ ମଣ୍ଡଳୀରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ବୈପ୍ଳବିକ ପରିଆବର୍ତ୍ତନ ଆଣିଛନ୍ତି ଏବଂ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆମ ହସ୍ପିଟାଲରେ ରୂପାନ୍ତିକରଣ କରି ଉନ୍ନତ ମାନ ଚିକିତ୍ସା ସେବା ଠାରୁ ଆରମ୍ଭ କରି ସୁସ୍ଥ ସ୍ବଚ୍ଛ ପରିବେଶ ଭିତ୍ତିଭୂମିରେ ରୋଗୀଙ୍କ ସେବା କରାଯିବ ସେ ନେଇ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ।

ସେହିପରି ସ୍ୱାସ୍ଥ୍ୟ ଭିତ୍ତିଭୂମିର ସୁଦୃଢ଼ କରଣ ସହ ଉନ୍ନତ ଧରଣର ଚିକିତ୍ସା ସେବା ରୋଗୀକୁ ଯୋଗାଇ ଦେବାକୁ ଆମ ହସ୍ପିଟାଲ ପରିକଳ୍ପନା ବୋଲି କହିଥିଲେ। ଏହି ଅବସରରେ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ରାଜେନ୍ଦ୍ର ସାହୁ କୋଠାବାଡି ନିର୍ମାଣ ଶ୍ରମିକ ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର, ଜିଲ୍ଲାପାଳ, ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ମିଶନଶକ୍ତି ମା’ମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବୀରମହାରାଜାପୁର ହେବ ଏନଏସି: ଗତକାଲି ୩୪ ଟି ନୂଆ ନାମ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଗତକାଲି ୩୪ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ।

ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ ରେ ପହଞ୍ଚିଲା। ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।

Categories
ଆଜିର ଖବର ନିର୍ବାଚନ ଖବର ବ୍ୟବସାୟ ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ ନିଷ୍ପତ୍ତି, ସ୍ଵାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ୪,୦୦୦ ରୁ ୬,୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic) ଉପକୃତ ହେବେ।

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧି ମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । 5T ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି ।

ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତ ମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି ଏବଂ ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବ ୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।

Categories
ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ଭୁବନେଶ୍ବରରେ ବିଶ୍ବର ପ୍ରମୁଖ ଆଇଟି କଂପାନୀ ‘ଆକ୍ସେଞ୍ଚରର’, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ୱର ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ରକୁମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ଉଦଘାଟନ କରିଛନ୍ତି ।

ଆକ୍ସେଞ୍ଚର ହେଉଛି ବିଶ୍ଵର ଅନ୍ୟତମ ଅଗ୍ରଣୀ ବୃତ୍ତିଗତ ସେବା କମ୍ପାନୀ,ଭାରତରେ ୩ଲକ୍ଷରୁ ଊର୍ଦ୍ଧ୍ଵକର୍ମଚାରୀକାର୍ଯ୍ୟ କରୁଥିବାବେଳେ ସମଗ୍ର ବିଶ୍ଵରେ ପାଖାପାଖି ୭,୪୩,୦୦୦ କର୍ମଚାରୀ ଏହି ସଂସ୍ଥାରେ କାର୍ଯ୍ୟରତ। ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ବିଗତ ତିନି ଦଶନ୍ଧି ଧରି ଏହି ସଂସ୍ଥା ନିଯୁକ୍ତି ତଥାନିବେଶ କ୍ଷେତ୍ରରେ ଏକ ଅଗ୍ରଣୀ ଅନୁଷ୍ଠାନ। ଓଡ଼ିଶାରେ ଆକ୍ସେଞ୍ଚରର ପ୍ରତିଷ୍ଠା ଫଳରେ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ହେବା ସଙ୍ଗେ ସଙ୍ଗେ ଓଡ଼ିଶା ସମଗ୍ର ଭାରତରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିବ ।

ଏହି କେନ୍ଦ୍ରକୁ ଉଦ୍‍ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଲେ, “ଓଡ଼ିଶା ବର୍ଷ-ବର୍ଷ ଧରି ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରି ଚାଲିଛି,ଆକ୍ସେଞ୍ଚର ଓଡ଼ିଶାର ପ୍ରଗତି ଯାତ୍ରାରଆଉ ଏକ ସଫଳ କାହାଣୀ”। ଖୁସିର ବିଷୟ ଯେ ସୂଚନା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଅଗ୍ରଣୀ ଅନୁଷ୍ଠାନ ଆକ୍ସେଞ୍ଚର ଏବେ ରାଜ୍ୟର କ୍ରମବର୍ଦ୍ଧମାନ ଅର୍ଥନୀତି ଦ୍ଵାରା ପ୍ରଭାବିତ ହୋଇ ଭୁବନେଶ୍ବରରେ ନିଜର ନିଜର ବୈଷୟିକ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିଛି।

ଆମ ରାଜ୍ୟ ନୂତନ ଚିନ୍ତାଧାରା,ଉଦ୍ଭାବନ ଏବଂ ନୂତନ ଉଦ୍ୟୋଗକୁ ପ୍ରୋଶ୍ଚାହନ ଦେଇ ଦୃଢ଼ ଆତ୍ମବିଶ୍ୱାସର ସହଆଗକୁ ଆଗେଇଚାଲିଛି। ମୋର ଦୃଢବିଶ୍ଵାସ ଯେ ନୂତନ ଉଦ୍ୟୋଗ, ବୈଷୟିକ ଉଦ୍ଭାବନକୁ ପ୍ରୋତ୍ସାହିତ କରି ଓଡ଼ିଶାର ବିକାଶ ଯାତ୍ରାରେ ଅଗ୍ରସର ହେବ। ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାର ପ୍ରତିଶ୍ରୁତି ଦେଇ ସେ କହିଥିଲେ, ଓଡ଼ିଶାରେ ଆକ୍ସେଞ୍ଚରର ଏହି ନୂତନ କେନ୍ଦ୍ର ରାଜ୍ୟ ସରକାରଙ୍କ ନିରନ୍ତର ପ୍ରଗତିଶୀଳ ପ୍ରୟାସର ଅନ୍ୟତମ ପ୍ରତିଫଳ।

ଉଦ୍‍ଘାଟନୀ ଉତ୍ସବରେ ଇଲେକ୍ଟ୍ରୋନିକ୍ସ ତଥା ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ୫-ଟି (ଟ୍ରାନ୍ସଫର୍ମେସନ ଇନିସିଏଟିଭ୍‍ସ) ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍, ଇଲେକ୍ଟ୍ରୋନିକ୍ସ ତଥା ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ମିଶ୍ର, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମାନସ ରଞ୍ଜନ ପଣ୍ଡା,ଆକ୍ସେଞ୍ଚରର ପ୍ରମୁଖ ରଣନୀତି ଅଧିକାରୀ ଡ. ଭାସ୍କର ଘୋଷ,କଣ୍ଟ୍ରି ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଅଜୟ ବିଜ୍ ଏବଂ ଶ୍ରୀ ମହେଶ ଜୁରାଲେ, ଗ୍ଲୋବାଲ ନେଟୱାର୍କ ଏବଂ ଲିଡ୍ – ଆଡଭାନ୍ସ ଟେକ୍ନୋଲୋଜି ସେଣ୍ଟର, ଇଣ୍ଡିଆଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତଥିଲେ।

ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜି ଓଡ଼ିଶା ପ୍ରଯୁକ୍ତି ବିଦ୍ୟା, ଇଲେକ୍ଟ୍ରୋନିକ୍ସ, ଅତ୍ୟାଧୁନିକ ବୈଷୟିକ ଗବେଷଣା ଏବଂ କନସଲଟିଂ କମ୍ପାନିମାନଙ୍କ ପାଇଁ ନିବେଶ ନିମନ୍ତେ ଏକ ଆକର୍ଷଣୀୟ ରାଜ୍ୟ ପାଲଟିଛି। ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣା ସେଣ୍ଟର ପ୍ରତିଷ୍ଠାଦ୍ୱାରା ରାଜ୍ୟର ଯୁବବର୍ଗଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗସୃଷ୍ଟି ହେବାସହ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧି ହୋଇପାରିବ।

ଏହି ଅବସରରେ ଡ. ଭାସ୍କର ଘୋଷ, ଆକ୍ସେଞ୍ଚରର ପ୍ରମୁଖ ରଣନୀତି ଅଧିକାରୀ କହିଲେ, ଓଡ଼ିଶାରେ ଏହି ନୂତନ ବୈଷୟିକ କେନ୍ଦ୍ରକୁ ପ୍ରତିଷ୍ଠା କରି ଆମେ ଖୁବ ଉତ୍ସାହିତ। ଓଡ଼ିଶା ପ୍ରତିଷ୍ଠିତ ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଦକ୍ଷ ପ୍ରତିଭାରେ ସମୃଦ୍ଧ। ରାଜ୍ୟର ସୁବ୍ୟବସ୍ଥିତ ପ୍ରଯୁକ୍ତିବିଦ୍ୟା ନୀତି,ସୁଦୃଢ଼ ଭିତ୍ତିଭୂମି ଏବଂ ରାଜ୍ୟ ସରକାରଙ୍କ ସହଯୋଗୀ ମନୋଭାବ ପାଇଁ ଆମେ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି ।

ମୋର ଦୃଢ ବିଶ୍ୱାସଯେ ଖୁବ ଶୀଘ୍ର ବିଶ୍ଵର ଅନ୍ୟତମ ପ୍ରତିଷ୍ଠିତ ଟେକ-ସିଟି ଭାବରେ ଓଡ଼ିଶା ପରିଗଣିତ ହେବ। ଏହା ବ୍ୟତୀତ ଭାରତରେ ଆମର ସଂପ୍ରସାରଣ ତଥା ଉପସ୍ଥିତି ବିସ୍ତାର କରିବାର ପ୍ରତିବଦ୍ଧତାକୁ ଆମେ ଏହି କେନ୍ଦ୍ର ପ୍ରତିଷ୍ଠାଦ୍ଵାରା ସଫଳ ମଧ୍ୟ କରିପାରିଛୁ।ଭୁବନେଶ୍ୱରରେ ଆମର ଏହି ନୂତନ ବୈଷୟିକ କେନ୍ଦ୍ର କ୍ଲାଉଡ୍ କମ୍ପୁଟିଙ୍ଗ, ଡାଟା ଏନାଲିଟିକ୍ସ ଏବଂ ଏଆଇ ଇତ୍ୟାଦି  ବ୍ୟବହାର କରି ଗ୍ରାହକମାନଙ୍କୁ ଅନନ୍ୟ ସେବା ଯୋଗାଇପାରିବ।ରାଜ୍ୟର ଅଭିବୃଦ୍ଧି କାହାଣୀରେ ଯୋଡିହେବା ସହିତ ନୂତନ ଉଦ୍ଭାବନ ଏବଂ ବିକାଶରେ ଯୋଗଦାନ କରିବାର ସୁଯୋଗକୁ ନେଇ ଆମେ ଉତ୍ସାହିତ।

ଓଡ଼ିଶା ଟେକ୍ନୋଲୋଜି ସେଣ୍ଟରରେ ଅବସ୍ଥିତ ଆକ୍ସେଞ୍ଚରର ଏହି ନୂତନ କେନ୍ଦ୍ର ୭୦,୦୦୦ ବର୍ଗଫୁଟ ପରିବ୍ୟାପ୍ତ ହୋଇଥିବା ବେଳେ, ପାଖାପାଖି ୨୦୦୦ କର୍ମଚାରୀ ହାଇବ୍ରିଡ ମଡେଲରେ କାମ କରିବା ପାଇଁ ଏହି କେନ୍ଦ୍ରରେ ସୁବିଧା ରହିଛି । ସୂଚନା ଯୋଗ୍ୟ ଯେ, ଓଡିଶାରେ ଆକ୍ସେଞ୍ଚରର ଭବିଷ୍ୟତ ସଂପ୍ରସାରଣ ପାଇଁ ମଧ୍ୟ ଯୋଜନା ରହିଛି ।

ଇଲେକ୍ଟ୍ରୋନିକ୍ସ ତଥା ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ମିଶ୍ର କହିଥିଲେ ଯେ, ଭୁବନେଶ୍ୱରରେ ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣାର କାର୍ଯ୍ୟାଳୟ ପ୍ରତିଷ୍ଠା ଆମ ରାଜ୍ୟରସାମର୍ଥ୍ୟ ଉପରେ ନିବେଶକଙ୍କ ବିଶ୍ୱାସକୁ ସୂଚିତ କରୁଛି। ଭୁବନେଶ୍ୱରରେ ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ର ରାଜ୍ୟର ଆଇ.ଟି.ଇକୋସିଷ୍ଟମ୍‍କୁ ଆହୁରି ସୁଦୃଢ଼ କରିବ ଏବଂ ଓଡ଼ିଶାର ଯୁବକ-ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୃଷ୍ଟି କରିପାରିବ।

ସୂଚନାଯୋଗ୍ୟ, ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି. ବିଭାଗ ପକ୍ଷରୁଆଇ.ଟି. / ଆଇ.ଟି.ଇ.ଏସ୍. ଓ ଇ.ଏସ୍‍.ଡି.ଏମ୍‍.କ୍ଷେତ୍ରରେ ରାଜ୍ୟକୁ ନିରନ୍ତର ବୃହତ୍ ପୁଞ୍ଜି ନିବେଶ ଆକୃଷ୍ଟ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଜାରି ରହିଛି। ଫଳରେ ନିକଟ ଅତୀତରେ ପ୍ରମୁଖ ଆଇଟି/ଆଇଟିଇଏସ୍/ଇଏସଡିଏମଯଥା ଆଇବିଏମ୍, ପିଡବ୍ଲ୍ୟୁସି, ଡେଲୋଇଟ୍, କନକେନ୍ଟ୍ରିକ୍ସ, ହାପିଷ୍ଟ ମାଇଣ୍ଡସ୍, ଇନଫୋସିସ୍ ବିପିଏମ, ସିନୋପ୍ସିସ୍, ଇଆଣ୍ଡୱାଇ, ଚବ୍, ଇଆଣ୍ଡୱାଇ ଏବଂ କଗ୍ନିଜେଣ୍ଟ ଭଳି ବିଶ୍ୱସ୍ତରୀୟ ବହୁରାଷ୍ଟ୍ରୀୟ ସଂସ୍ଥା ରାଜ୍ୟରେ ସେମାନଙ୍କର ଗ୍ଲୋବାଲ ଡେଭଲପମେଣ୍ଟ ଏବଂ ଆଉଟସୋର୍ସିଂ ସେଣ୍ଟର ସ୍ଥାପନ କରିଛନ୍ତି।

Categories
ଆଜିର ଖବର

ସବୁ ଜିଲ୍ଲାକୁ ଗଡିଲା ଲକ୍ଷ୍ମୀ ବସ୍ , ଆଜି ୫ଟି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ। ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ।

ଆଜି ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ। ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହେଲେ।

ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଲା ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହେଲେ। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଲା ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହେଲେ। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହେଲେ।

ଏହା ଫଳରେ ଆଜି ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଚଳାଚଳ ଆରମ୍ଭ କରିଛି। ସମୁଦାୟ ୩୦ଟି ଜିଲ୍ଲାରେ ୧୩୫୪ଟି ବସ୍‌ ଚାଲିବା ଆରମ୍ଭ କରିଛି ଏବଂ ଏହା ଦ୍ୱାରା ୬୦୩୧ଟି ପଞ୍ଚାୟତର ୩.୬୪ କୋଟି ଲୋକ ଉପକୃତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟର ସବୁ ପଞ୍ଚାୟତରେ ସମୁଦାୟ ୧୭୪୫ଟି ବସ୍‌ ଚାଲିବ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ । ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ । ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

ଲକ୍ଷ୍ମୀ ବସ୍‌ ସହିତ ସଂପୃକ୍ତ ସମସ୍ତ ବିଭାଗ, ଜନପ୍ରତିନିଧି ଓ ସାଧାରଣ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବୌଦ୍ଧଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ପ୍ରତି ଘରେ ସମୃଦ୍ଧି ଆଣିବ। ପିଲାମାନଙ୍କ ପାଠପଢାରେ ସାହାଯ୍ୟ କରି ପରିବାରର ବିକାଶ ଘଟାଇବ।

5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଏବଂ କହିଥିଲେ ଯେ ତାଙ୍କ ଜିଲ୍ଲା ଗସ୍ତରୁ ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନର ସୁବିଧା ପାଇଁ ମିଳିଥିଲା ଫିଡ୍‌ବ୍ୟାକ। ଏହି ମତାମତ ଅନୁଯାୟୀ ସେ ୨୦୨୩ ମଇ ମାସ ୯ ତାରିଖରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଥିଲେ ।

ଏହା ପରେ ଅକ୍ଟୋବର ୧୨ରେ ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ବସ୍‌।ଆଜି ସୁଦ୍ଧା ୩୦ଟି ଜିଲ୍ଲାର ୯୫ ପ୍ରତିଶତ ପଞ୍ଚାୟତ ଏଥିରେ ଅନ୍ତର୍ଭୁକ୍ତ। ସେ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍ ଆମ ନିଜର ସଂପତ୍ତି । ଓଡିଶାର ସଂପତ୍ତି। ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ ।

ସେ ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମା’ମାନଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ପ୍ରଦାନ କରି କହିଥିଲେ ଯେ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍‌ରେ ମା’ମାନଙ୍କ ପାଇଁ ଟିକେଟର ମୂଲ୍ୟ ୫ ଟଙ୍କା ରଖିଛନ୍ତି। ମିଶନ ଶକ୍ତି ମା’ମାନଙ୍କ ୟୁନିଫର୍ମ ପାଇଁ ୧୦୦୦ ଟଙ୍କା ପ୍ରଦାନ କରିଛନ୍ତି।

ମମତା ଯୋଜନାରେ ମା’ମାନଙ୍କୁ ଆଗରୁ ୫ ହଜାର ଟଙ୍କା ମିଳୁଥିଲା । ଏବେ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ନୂଆ-ଓ ଛାତ୍ରବୃତିରେ ପରିବାରର ସ୍ନାତକ ଓ ସ୍ନାତକୋତ୍ତର ଶ୍ରେଣୀର ଝିଅ ମାନଙ୍କ ପାଇଁ ୧୦ ହଜାର ଟଙ୍କା ବ୍ୟବସ୍ଥା କରିଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମା’ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରିଛନ୍ତି। ମିଶନ ଶକ୍ତି ମା’ମାନଙ୍କ ପାଇଁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବାଲେଶ୍ୱରରେ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଧାୟକ ଶ୍ରୀ ସ୍ୱରୂପ କୁମାର ଦାସ, ନୂଆପଡାରେ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ, ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଡଲି ମାଝୀ, ବୌଦ୍ଧରେ ମନ୍ତ୍ରୀ ଶ୍ରୀ ପଦୀପ କୁମାର ଅମାତ, ବିଧାୟକ ଶ୍ରୀ ମହିଧର ରଣା, ଗଞ୍ଜାମରେ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା, ଜଗତସିଂହପୁରରେ ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି ଓ ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ଭାରତର ଆତ୍ମା ଗ୍ରାମାଞ୍ଚଳରେ ବାସ କରେ ।

ଗ୍ରାମାଞ୍ଚଳର ବିକାଶ ଜରିଆରେ ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିକୁ କାର୍ଯ୍ୟରେ ପରିଣତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲକ୍ଷ୍ମୀ ବସ୍ ଜରିଆରେ ଗ୍ରାମାଞ୍ଚଳବାସୀଙ୍କ ଗମନାଗମନ ଅସୁବିଧାକୁ ମୁଖ୍ୟମନ୍ତ୍ରୀ ଦୂର କରିଦେଇଛନ୍ତି । ଲକ୍ଷ୍ମୀ ବସ୍‌ ଗ୍ରାମାଞ୍ଚଳର ପ୍ରତ୍ୟେକ ମହିଳାଙ୍କ ଗର୍ବ ଓ ଗୌରବର ପ୍ରତୀକ ହେବ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ଜଗତସିଂହପୁରଠାରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଜନଜାତିଙ୍କ ଉପରେ ଥିବା ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ।

ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି।

ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ୱରରେ ଦୁଇଦିନିଆ “ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ”

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ସୋମବାର ଦିନ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ପଦକ୍ଷେପ ରାଜ୍ୟର ଦୀର୍ଘସ୍ଥାୟୀ ବିକାଶ ତଥା ଭବିଷ୍ୟତ ଲାଗି ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ଲାଗି ଏକ ମାର୍ଗଦର୍ଶନ ହେବ ବୋଲି କହିଛନ୍ତି।

“ବର୍ତ୍ତମାନ ସମୟରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି। ତେଣୁ ଏହା ସହିତ ତାଳ ଦେଇ ଆମକୁ ଆମର ସାମାଜିକ ଓ ଅର୍ଥନୈତିକ ଧାରାକୁ ସମୃଦ୍ଧ କରିବାକୁ ହେବ। ଭବିଷ୍ୟତ ଲାଗି ଆମ ଯୁବପିଢ଼ିକୁ ପ୍ରସ୍ତୁତ କରିବାକୁ ପଡ଼ିବ। ଏହି ସମ୍ମିଳନୀ ଆମକୁ ରାଜ୍ୟର ଦ୍ରୁତ ଅଭିବୃଦ୍ଧି, ଭବିଷ୍ୟତ ଲାଗି ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତି ଏବଂ ଯୁବପିଢ଼ିଙ୍କ ଲାଗି ନୂତନ ଓ ବ୍ୟାପକ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବା ଦିଗରେ ବିଶେଷ ସହାୟକ ହେବ”, କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଓଡ଼ିଶାର ଦ୍ରୁତ ବିକାଶ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, “ରୂପାନ୍ତରଣ ଆମ ପାଇଁ କେବଳ ଏକ ନୂଆ ବାଟ ନୁହେଁ, ଏହା ଏକ ଆବଶ୍ୟକତା।” ପ୍ରମୁଖ ଶିଳ୍ପ ନେତୃତ୍ୱ ଏବଂ ବିଭିନ୍ନ ଅଂଶୀଦାରମାନେ ଏକାଠି ହୋଇ ଭବିଷ୍ୟତର ମାନବ ସମ୍ବଳ ଲାଗି ଅପାର ସମ୍ଭାବନା ତଥା ଓଡ଼ିଶା ପାଇଁ ଅସୀମ ସମୃଦ୍ଧି ସୃଷ୍ଟି ଲାଗି ରାସ୍ତା ପ୍ରସ୍ତୁତ କରିବା ଏଭଳି କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଯୋଗ ଦେଇଥିଲେ । ସେ କହିଥିଲେ, “ଆଜି ସ୍କିଲ୍ଡ-ଇନ୍‌-ଓଡ଼ିଶା ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ ହୋଇଥିବା ବେଳେ ଓଡ଼ିଶା ଏକ ପ୍ରମୁଖ ଦକ୍ଷତା ବିକାଶ କେନ୍ଦ୍ର ଭାବେ ପରିଗଣିତ ହେଉଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି ଶିଖର ସମ୍ମିଳନୀ ଦେଶ ବିଦେଶର ନିଯୁକ୍ତିଦାତା ଏବଂ ନିବେଶକମାନଙ୍କୁ ଆକୃଷ୍ଟ କରିବାରେ ସହାୟକ ହେବ ।”

ଏହି ଅବସରରେ ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବିକାଶ ଓ ନିଯୁକ୍ତି ସୁଯୋଗକୁ ବ୍ୟାପକ କରିବା ପାଇଁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ବିଭିନ୍ନ ପ୍ରମୁଖ ସଂସ୍ଥା ସହିତ ଏମଓୟୁ ସ୍ୱାକ୍ଷର କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ \”ସ୍କିଲ୍ଡ ଇନ୍ ଓଡ଼ିଶା\’ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଏବଂ ନାନୋ ୟୁନିକର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବିଦେଶରେ ଓଡ଼ିଶାର ଯୁବପିଢ଼ିଙ୍କ ନିଯୁକ୍ତି ସୁଯୋଗ ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ଏବେ ଏକ ରିକ୍ରୁଟମେଣ୍ଟ ଏଜେନ୍ସି ଭାବେ କାମ କରିବ । ଏହି କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ ହୋଇଥିଲା ।

ଏହି ଅଧିବେଶନରେ ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଯୋଗ ଦେଇଥିଲେ । ଆରମ୍ଭରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ । ଶେଷରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଊଷା ପାଢ଼ୀ ଧନ୍ୟବାଦ ପ୍ରଦାନ କରିଥିଲେ ।

ସୋମବାର ଦିନ ପୂର୍ବହ୍ନରୁ ଏହି ଅନ୍ତର୍ଜାତୀୟ ସମ୍ମିଳନୀ ଆରମ୍ଭ ହୋଇଥିଲା । ବିଭିନ୍ନ ଅଧିବେଶନରେ ଓଡ଼ିଶାର ଅଭିବୃଦ୍ଧି, ଶିଳ୍ପ ସମ୍ଭାବନା ଏବଂ ଦକ୍ଷତା ବିକାଶ ଓ ନିଯୁକ୍ତି ସୁଯୋଗ ଆଦି ଉପରେ ଆଲୋଚନା କରାଯାଇଥିଲା । ଏଥିରେ ଦେଶ ବିଦେଶରୁ ଆସିଥିବା ବିଭିନ୍ନ ଶିଳ୍ପ କ୍ଷେତ୍ର, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ନିଯୁକ୍ତି ଓ ମାନବ ସମ୍ବଳ ବିକାଶ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ୱ ଏବଂ ବିଶେଷଜ୍ଞମାନେ ଯୋଗ ଦେଇଛନ୍ତି । ସେମାନଙ୍କ ସହ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ, ବିଶେଷକରି ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ପ୍ରଶାସକ ଓ ପ୍ରଶିକ୍ଷକମାନେ ଯୋଡ଼ି ହୋଇଛନ୍ତି ।

ସୋମବାର ଦିନ ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର ଏବଂ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ସିଇଓ ରେଘୁ ଜି ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରଥମ ଅଧିବେଶନ ଅବସରରେ \”ଷ୍ଟ୍ରାଟେଜି ଆଣ୍ଡ ଆକ୍ସନ ପ୍ଲାନ୍ ଫର୍ ଡିଜିଟାଲ ସ୍କିଲିଂ\’ ବିଷୟରେ ଏକ ସ୍ୱତନ୍ତ୍ର ପୁସ୍ତିକା ଉନ୍ମୋଚନ କରାଯାଇଥିଲା । ସେହିପରି \”ସ୍କିଲ୍ଡ ଇନ୍ ଓଡ଼ିଶା\’ କାର୍ଯ୍ୟକ୍ରମର ସଫଳତାକୁ ନେଇ ଏକ ଭିଡିଓ ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଆସନ୍ତାକାଲି ପର୍ଯ୍ୟନ୍ତ ଚାଲିବ ।

Categories
ଆଜିର ଖବର ରାଜ୍ୟ ଖବର

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ନବମ ପର୍ଯ୍ୟାୟ ଟ୍ରେନ୍‌ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ନବମ ପର୍ଯ୍ୟାୟରେ ସମ୍ବଲପୁର, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ଦେବଗଡ଼ ଓ ଅନୁଗୋଳର ବରିଷ୍ଠ ନାଗରିକମାନେ ଏହି ଯାତ୍ରାରେ ସାମିଲ ହୋଇ ଆଜ୍‌ମେର ଓ ପୁଷ୍କର ଯାତ୍ରା କରିଛନ୍ତି। ଏକ ଭିଡ଼ିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭକାମନା ଜଣାଇବା ସହ ବିଭିନ୍ନ ଅଞ୍ଚଳର ସଂସ୍କୃତି ଓ ତୀର୍ଥସ୍ଥଳ ସଂପର୍କରେ ଏହା ଦ୍ୱାରା ଜାଣିହେବ ବୋଲି କହିଥିଲେ।

୨୦୧୬ ମସିହାରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ ଅଦ୍ୟାବଧି ରାଜ୍ୟର ପ୍ରାୟ ୨୮ ହଜାରରୁ ଅଧିକ ବରିଷ୍ଠ ନାଗରିକ ସାମିଲ ହୋଇ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରି ଆଧ୍ୟାତ୍ମିକତା ଅନୁଭବ କରିଥିବାର ସେ କହିଥିଲେ। ରାଜ୍ୟ ସରକାର ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଥିବା ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଉଲ୍ଲେଖ କରିଥିଲେ। ଏହି ତୀର୍ଥଯାତ୍ରା ମାଧ୍ୟମରେ ପାରସ୍ପରିକ ସଦ୍‌ଭାବ ଏବଂ ଜାତୀୟ ସଂହତି ବଜାୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ସମ୍ବଲପୁର ରେଳ ଷ୍ଟେସନ୍‌ରେ ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ, ଜଳସଂପଦ ମନ୍ତ୍ରୀ  ଟୁକୁନି ସାହୁ, ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଶ୍ରୀକାନ୍ତ ପୃଷ୍ଟି, ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା କୁମୁଦିନୀ ନାୟକ, ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ କୁମାର ଗଡ଼ନାୟକ, ଅଜାମ୍ବର ମହାନ୍ତି, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଉପଦେଷ୍ଟା ଦୁର୍ଗାପ୍ରସାଦ ସାମନ୍ତରାୟ, ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ବାଳମୁକୁନ୍ଦ ଭୂୟାଁ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀମାନଙ୍କୁ ଶୁଭକାମନା ଜଣାଇବା ସହ ଏହା ଦ୍ୱାରା ବରିଷ୍ଠ ନାଗରିକମାନଙ୍କର ସ୍ୱପ୍ନ ପୂରଣ ହେବା ସହ ବିଭିନ୍ନ ତୀର୍ଥସ୍ଥାନ ବୁଲିବାର ସୁଯୋଗ ପାଇପାରୁଛନ୍ତି ବୋଲି ସେମାନେ କହିଥିଲେ।

ଆଜିର ଏହି ନବମ ପର୍ଯ୍ୟାୟ ଯାତ୍ରାରେ ୮ଟି ଜିଲ୍ଲାର ୯୭୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ ଜଣ ଅଧିକାରୀ ସାମିଲ ଅଛନ୍ତି। ସେମାନେ ଆଜ୍‌ମେର ଓ ପୁଷ୍କରରେ ତୀର୍ଥ କରି ଆସନ୍ତା ୨୪ ତାରିଖରେ ସମ୍ବଲପୁରଠାରେ ପହଞ୍ଚିବେ। ଏ ପର୍ଯ୍ୟନ୍ତ ଆଇଆର୍‌ସିଟିସି ସହଯୋଗରେ ୨୯ଟି ଯାତ୍ରାରେ ୨୮ ହଜାର ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଯାତ୍ରା କରିଛନ୍ତି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଉପରେ ଘୋଷଣା, ଏବେ କୃଷକ ସାଥିଙ୍କ ଖର୍ଚ୍ଚ ପରିମାଣ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି ।

ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି ।

କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।