Categories
ବିଶେଷ ଖବର

ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ଦିବସ: ଏକାଡେମିକ ବ୍ଲକ ଓ ଭାସ୍କର୍ଯ୍ୟ ଉଦ୍ୟାନ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସମାରୋହକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବିଶ୍ବବିଦ୍ୟାଳୟର ୩ଟି ନୂତନ ଏକାଡେମିକ୍‌ ବ୍ଲକ୍‌କୁ ଲୋକାର୍ପିତ ମଧ୍ୟ କରିଛନ୍ତି।

ଏହି ଅବସରରେ ବିଶ୍ବବିଦ୍ୟାଳୟ ପରିସରରେ ନିର୍ମିତ ହୋଇଥିବା ନୂତନ ଭାସ୍କର୍ଯ୍ୟ ଉଦ୍ୟାନକୁ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ ଶିଳ୍ପୀ ମାନଙ୍କର କଳାକୃତୀର ଉଚ୍ଚପ୍ରଶଂସା କରିଥିଲେ। ରାଜ୍ୟ ସଂଗ୍ରହାଳୟ ଦ୍ବାରା ପ୍ରକାଶିତ ଦୁଇଟି କାଳଜୟୀ ପୁସ୍ତକ Illustrated Palmleaf Manuscript ଓ Timeless Tales ପୁସ୍ତକ ଲୋକାର୍ପଣ କରିଥିଲେ। ଏହାସହିତ ସେ ବିଶ୍ବବିଦ୍ୟାଳୟର ଦୃଶ୍ୟକଳା ବିଭାଗର ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଆୟୋଜିତ ଚିତ୍ରକଳା ପ୍ରଦର୍ଶନୀକୁ ବୁଲି ଦେଖିଥିଲେ।

ଏହି କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ ଦାଶ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ନବୀନଙ୍କ ବଡ ଘୋଷଣା, ବର୍ଷେ ପର୍ଯ୍ୟନ୍ତ ମିଳିବ ମାଗଣା ୫ କେଜି ଚାଉଳ

ଭୁବନେଶ୍ୱର: ଜାନୁଆରୀ ୨୩ ତାରିଖରୁ ଡିସେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଏକ ବର୍ଷ ପାଇଁ ମାଗଣାରେ ଚାଉଳ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୨୦୨୩ ଠାରୁ ୧୨ ମାସ ପର‌୍ୟ୍ୟନ୍ତ ହିତାଧିକାରୀଙ୍କୁ ମାଗଣାରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୫ କିଲୋଗ୍ରାମ ଚାଉଳ ପ୍ରଦାନ କରାଯିବ। ଏଥିପାଇଁ ମୋଟ ୧୮୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଅତିରିକ୍ତ ଖର୍ଚ୍ଚ ରାଜ୍ୟ ସରକାର ଭରଣା କରିବେ।

ରାଜ୍ୟ ସରକାର ‘ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା’ ନାମକ ରାଜ୍ୟ ଯୋଜନା ଅଧୀନରେ ଅନ୍ତର୍ଭୁକ୍ତ ହିତାଧିକାରୀଙ୍କୁ ପ୍ରତି ମାସରେ ୧ ଟଙ୍କାରେ ୫ କେଜି ଚାଉଳ ଅକ୍ଟୋବର ୨୦୧୮ ଠାରୁ ପ୍ରଦାନ କରି ଆସୁଛନ୍ତି।  ବର୍ତ୍ତମାନ ଏହି ଘୋଷଣା ପରେ ହିତାଧିକାରୀ ଆଉ କୌଣସି ପଇସା ଦେବାକୁ ପଡିବ ନାହିଁ।

ଏହି ହିତାଧିକାରୀମାନଙ୍କୁ ରାଜ୍ୟରେ ଚାଲିଥିବା କୋଭିଡ-୧୯ ମହାମାରୀ ପାଇଁ ଗତ ୨୮ ମାସ ମଧ୍ୟରେ ଅତିରିକ୍ତ ଚାଉଳ ଏବଂ ଡାଲି ଯୋଗାଇ ଦିଆଯାଇଛି। ଏହା ବ୍ୟତୀତ ଏହି ହିତାଧିକାରୀଙ୍କୁ ୧୦୦୦ ଟଙ୍କା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅନୁଯାୟୀ ପ୍ରତ୍ୟେକ ପରିବାରକୁ ଦୁଇଥର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଏଥର ନୂଆବର୍ଷରେ ଖୋଲିଲା ନବୀନ ନିବାସ, ଶୁଭେଚ୍ଛୁଙ୍କ ପ୍ରବଳ ଭିଡ

ଭୁବନେଶ୍ବର: ବହୁ ବର୍ଷ ପରେ ଏଥର ନବୀନ ନିବାସ ନୂଆ ବର୍ଷ ପାଇଁ ଖୋଲିଛି। କାରଣ ଗତ ଦୁଇ ବର୍ଷ ଧରି କରୋନା ପାଇଁ ବନ୍ଦ ଥିଲା। ସେହିପରି ଅନ୍ୟ ବର୍ଷଗୁଡିକରେ ମଧ୍ୟ ବିଭିନ୍ନ କାରଣ ପାଇଁ ଶୁଭେଚ୍ଛୁମାନେ ନବୀନଙ୍କୁ ଅଭିନନ୍ଦନ ଜଣାଇ ପାରୁ ନ ଥିଲେ। ହେଲେ ଏଥର କୌଣସି କାରଣ ନ ଥିବାରୁ ନବୀନ ନିବାସକୁ ସମସ୍ତଙ୍କୁ ଛଡାଯାଇଥିଲା।

ଆଜି ସକାଳୁ ନବୀନ ନିବାସରେ ମନ୍ତ୍ରୀ ବିଧାୟକଙ୍କ ଠାରୁ ଆରମ୍ଭ କରି କରପୋରେଟର, କାଉନସିଲର ପର୍ଯ୍ୟନ୍ତ ନେତାମାନେ ଆସି ଭିଡ କରିଥିଲେ। ସେହିପରି କେତେକ ଭିନ୍ନକ୍ଷମ ଅନୁଷ୍ଠାର ଛାତ୍ରଛାତ୍ରୀମାନେ ମଧ୍ୟ ନବୀନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି ଉପଲକ୍ଷେ ନବୀନ ସମବେତ ନେତାଙ୍କୁ ମାଇକ ଯୋଗେ ନବ ବର୍ଷର ଅଭିନନ୍ଦନ ଜଣାଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟବାସୀଙ୍କୁ ନୂଆବର୍ଷରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Happy New Year 2023: ଆଜି ନୂଆବର୍ଷ ଉପଲକ୍ଷେ ଚାରିଆଡେ ଉତ୍ସବ ମୁଖର ହୋଇ ଉଠିଛି। ବିଭିନ୍ନ ଧର୍ମସ୍ଥାନ, ମନ୍ଦିରରେ ଭିଡ ଲାଗି ରହିଛି। ନୂଆବର୍ଷ କିପରି ଭଲ ହେଉ ସେଥିପାଇଁ ଲୋକମାନେ ଭଗବାନଙ୍କ ଆର୍ଶିବାଦ ଭିକ୍ଷା କରିଛନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସେ ଟୁଇଟ କରି କହିଛନ୍ତି ଯେ, ‘ସମସ୍ତଙ୍କୁ ଇଂରାଜୀ ନବବର୍ଷ ୨୦୨୩ର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉ।’

Categories
ଆଜିର ଖବର ରାଜ୍ୟ ଖବର

ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀକୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନ ସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜବୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗ ଦେଇ କହିଲେ ଯେ ସ୍ବର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନ କାମ କରିଯାଇଛନ୍ତି।

ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଲେ ଯେ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ।

ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ମୋଦୀଙ୍କ ମାଆଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆଙ୍କ ମୃତ୍ୟୁ ଖବର ଶୁଣି ମୁଁ ଦୁଃଖିତ। ଏହିପରି ଏକ ସମୟରେ ତାଙ୍କ ପରିବାରଙ୍କୁ ସାହାସ ମିଳୁ ମୋର ପ୍ରାର୍ଥନା।

ଆଜି ପ୍ରଧାନମନ୍ତ୍ରୀଙ୍କ ମା’ ହୀରାବେନ ମୋଦୀ ସକାଳ ୩.୩୦ ମିନିଟ ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଅସୁସ୍ଥତା ଯୋଗୁଁ ବୁଧବାର ସକାଳେ ତାଙ୍କୁ ‘ୟୁଏନ ମେହେତ୍ତା ଇନଷ୍ଟିଚ୍ୟୁଟ୍ ଅଫ୍ କାର୍ଡିଓଲୋଜି ଆଣ୍ଡ ରିସର୍ଚ୍ଚ ସେଣ୍ଟର’ରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସେ ଶେଷ ନିଃସ୍ବାସ ତ୍ୟାଗ କରିଛନ୍ତି।

Categories
ବିଶେଷ ଖବର

ଅନୁଗୁଳରେ ୧୮୦୦ କୋଟି ମୂଲ୍ୟର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମିଶନ ଶକ୍ତି ମା’ମାନଙ୍କୁ ୨୪୨ କୋଟି

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୁଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଏବଂ ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇସାରିଛି ବୋଲି କହିଥିଲେ। ଏହାଦ୍ବାରା ଜିଲ୍ଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ।

ଅନୁଗୁଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ।

ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନୁଗୁଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍-ଓଡିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳରେ ଆଜିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଦ୍ବାରା ଜିଲ୍ଲାର ବିକାଶଧାରା ଆହୁରି ତ୍ବରାନ୍ବିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୁଳର ମିଶନ ଶକ୍ତି ମା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ। ଜିଲ୍ଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ବାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତିଦିନ ମିଶନ ଶକ୍ତିର ମା ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ ଆନନ୍ଦ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହାଁନ୍ତି ବୋଲି ପ୍ରକାଶ କରି ଏଥିପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ସେ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ।

ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି, ଜିଲ୍ଲାର ବିଧାୟକମାନେ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୁଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲୱେ ଷ୍ଟେସନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ Angul Loco Shed Siding ଯାଇ ସେଠାରେ ନୂଆ MCRL ରେଲ ଲାଇନ ଉଦ୍‌ଘାଟନ କରିବା ସହିତ ଅନୁଗୁଳ-ବଳରାମ ଲିଙ୍କ ଗୁଡ୍‌ସ ଟ୍ରେନର ଶୁଭାରମ୍ଭ କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଓଡିଶା ଆସୁଛନ୍ତି ନଡ୍ଡା, ନବୀନଙ୍କ ଶହେ ବର୍ଷ ଜନସେବା ଘୋଷଣାକୁ କରିବେ ତ ମୁକାବିଲା?

ଭୁବନେଶ୍ବର: ଓଡିଶାରେ ସାଧାରଣ ଓ ବିଧାନସଭା ନିର୍ବାଚନ ହେବାକୁ ଆହୁରି ବର୍ଷେ ପାଖାପାଖି ବାକି ରହିଛି। ହେଲେ ଆଶ୍ଚର୍ଯ୍ୟର କଥା ବର୍ତ୍ତମାନ ଓଡିଶାରେ ନିର୍ବାଚନ ପ୍ରଚାର ମାହୋଲ ତିଆରି ହୋଇ ସାରିଲାଣି। ପୁରୀରେ ବିଜେଡି ପ୍ରତିଷ୍ଠା ଦିବସରେ ନବୀନ ଶଙ୍ଖ ଫୁଙ୍କି ନିର୍ବାଚନ ପ୍ରଚାର ଆରମ୍ଭ କରିସାରିଥିବା ବେଳେ। ଏବେ ନଡ୍ଡାଙ୍କ ଆଗମନରୁ ସ୍ପଷ୍ଟ ହୋଇଛି ଯେ, ସେ ମଧ୍ୟ ଓଡିଶାରେ ନିର୍ବାଚନ ବିଗୁଲ ବଜାଇବେ।

ନଡ୍ଡାଙ୍କ ଏହି ଆଗମନକୁ ନେଇ ରାଜ୍ୟ ବିଜେପି ବେଶ୍ ଚଳଚଞ୍ଚଳ ହୋଇ ଉଠିଛି। ସମସ୍ତେ ବେଶ ଉତ୍ସାହିତ ହୋଇପଡିଛନ୍ତି। ଭାବି ନେଇଛନ୍ତି ଯେ ଏଥର ବିଜେଡିକୁ ମାତ ମାରି ବିଜେପି ଓଡିଶା ଦଖଲ କରିବ। କିଏ କଣ ସ୍ବପ୍ନ ଦେଖିବ ତାହା ଭିନ୍ନ କଥା। ହେଲେ, ପୁରୀରେ ନବୀନ କହିଥିବା ଆଉ ଶହେ ବର୍ଷ ବିଜେଡି ଓଡିଶାରେ ଜନସେବା ବା ସିଧା କହିଲେ କ୍ଷମତାରେ ରହିବ, ତାହାକୁ ନେଇ ନଡ୍ଡା କଣ କହିବେ।

ନବୀନଙ୍କ ଏହି ଭବିଷ୍ୟବାଣୀ ଓଡିଶା ରାଜନୀତିକୁ ବେଶ ସରଗରମ କରିଦେଇଛି। ପୁରୀ ପ୍ରତିଷ୍ଠା ଦିବସରେ ସେ କହିଥିଲେ ଯେ ବର୍ତ୍ତମାନ ବିଜେଡିକୁ ୨୫ ବର୍ଷ ପୁରିଲା, ଏହାପରେ ବିଜେଡି ପୁଣି ୫୦ ବର୍ଷ ପାଳନ କରିବ। ଯଦି ଓଡିଶାର ମା’ମାନେ ଆର୍ଶିବାଦ କରିବେ ତେବେ ବିଜେଡି ଓଡିଶାରେ ଆହୁରି ୧୦୦ ବର୍ଷ ଜନସେବା କରିବ। ସିଧା ଭାଷାରେ କହିଲେ ଓଡିଶାରେ ବିଜେଡି ଆଉ ୧୦୦ ବର୍ଷ ଶାସନ କରିବ।

ଏପରି ଭବିଷ୍ୟବାଣୀ ନେଇ ବିଜେପି ଶିବିରରେ ମଧ୍ୟ ବେଶ ଚର୍ଚ୍ଚା ହେବାରେ ଲାଗିଛି। ସମସ୍ତେ ଆଶା କରିଛନ୍ତି ନଡ୍ଡା ନିଶ୍ଚିତ ନବୀନଙ୍କ ଏହି ୧୦୦ ବର୍ଷର ଶାସନ କରିବାର ଘୋଷଣାକୁ ନିଶ୍ଚିତ ପ୍ରତିକ୍ରିୟା ରଖିବେ। ନଡ୍ଡା ନ କହିଲେ ମଧ୍ୟ ତାଙ୍କ ପାଖେପାଖେ ଘୁରି ବୁଲୁଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହାର ଉତ୍ତର ଦେବେ ବୋଲି କର୍ମିମାନେ ଆଶା ବାନ୍ଧି ବସିଛନ୍ତି।

ନଡ୍ଡାଙ୍କ ଉତ୍ତର ଅପେକ୍ଷାରେ ଓଡିଶାବାସୀ ଥିବା ବେଳେ ସେ ପୁଣି ବହୁବାର ଓଡିଶା ଆସିବେ ବୋଲି ଦିଲ୍ଲୀ ସୁତ୍ରରୁ ଜଣାପଡିଛି। ମୁଖ୍ୟତଃ ତାଙ୍କର ଫୋକସରେ ବିଧାନସଭା ନୁହେଁ, ରହିଛି ଲୋକସଭା ଆସନ। ଯେଉଁ ଯେଉଁ ଲୋକସଭା ଆସନରେ ବିଜେପି ହାରିଛି ସେହି ନିର୍ବାଚନ ମଣ୍ଡଳୀରେ ନଡ୍ଡା ସମାବେଶ କରିବେ ବୋଲି ଜଣାପଡିଛି। ସେଥିପାଇଁ ପ୍ରଥମ ପର୍ଯ୍ୟାରେ ସେ କନ୍ଧମାଳ ଏବଂ ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀ ରଖିଛନ୍ତି। ଏହାର ଦୁଇମାସ ପରେ ପୁଣି ଓଡିଶାରେ ବିଜେପି ହାରିଥିବା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ବିଏସକେୱାଇ ରେ ୬ ଲକ୍ଷ ଲୋକଙ୍କୁ ମାଗଣା ଚିକିତ୍ସା, ସରକାର ଦେଲେ ୧୩୮୯ କୋଟି ଟଙ୍କା

ଭୁବନେଶ୍ବର: ସାର୍ବଜନୀନ ଗୁଣାତ୍ମକ ସ୍ବାସ୍ଥ୍ୟସେବା ନିମନ୍ତେ ଅଭିପ୍ରେତ ଓଡିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ) ବିଶେଷ ଅପ୍ରଗତି ହାସଲ କିରିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଶାସନ ସଚିବ ଶ୍ରୀମତି ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ କାର୍ଯ୍ୟନ୍ବୟନ ସମୀକ୍ଷା ବୈଠକରୁ ଏହା ଜଣପଡିଛି।

ବି.ଏସ୍.କେ.ୱାଇ ବିଷୟରେ ସଦ୍ୟତନ ତଥ୍ୟ ଉପସ୍ଥାପନ କରି ଓଡିଶା ହେଲଥ୍ ଆସୁରାନ୍ସ ସୋସାଇଟିର ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡ଼ି. କହିଥିଲେ ଯେ ଚଳିତ ବର୍ଷ ଜାନୁଆରୀ ୧ ତାରିଖରୁ ଡ଼ିସେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ପ୍ରାୟ ୬.୩୧ ଲକ୍ଷ ଲୋକ ବିଭିନ୍ନ ଘରୋଇ ହସ୍ପିଟାଲରେ ଉଚ୍ଚମାନର ଦେୟମୁକ୍ତ ଚିକିତ୍ସା ପାଇଛନ୍ତି। ସେମାନଙ୍କର ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲମାନଙ୍କୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି।

ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲାର ଲୋକ ବି.ଏସ୍.କେ.ୱାଇ ରେ ଚିକିତ୍ସା ସୁବିଧା ପାଇଛନ୍ତି। ଚିକିତ୍ସା ପାଇଁ ଆସିଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲସେଣ୍ଟର୍ ମାଧ୍ୟମରେ କାଉସେଲିଂ କରାଯାଇଛି। ନିଜ ନିଜର ପସନ୍ଦର ହସ୍ପିଟାଲରେ ଚିକିତ୍ସା ପାଇଁ ସେମାନଙ୍କୁ ଆବଶ୍ୟକୀୟ ସୂଚନା ଓ ସହାୟତା ଯୋଗାଇ ଦିଆଯାଇଛି।

ହସ୍ପିଟାଲରେ ନିୟୋଜିତ ଥିବା ସ୍ବାସ୍ଥ୍ୟମିତ୍ରମାନେ ମଧ୍ୟ ସେମାନଙ୍କର ଆଡମିଶନ୍ ଓ ଚିକିତ୍ସାପାଇଁ ନିଜେ ଉପସ୍ଥିତ ରହି ଡ଼ାକ୍ତରମାନଙ୍କ ସହ ଯୋଗାଯୋଗ ଓ ଆବଶ୍ୟକୀୟ ପ୍ରକ୍ରିୟାଗତ ସହାୟତା କରିଛନ୍ତି। ବି.ଏସ୍.କେ.ୱାଇ ରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୨୦୫୬ ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍ କରାଯାଇଛି। ରୋଗୀମାନଙ୍କୁ ସେମାନଙ୍କର ରୋଗ ଅନୁସାରେ ଉପଯୁକ୍ତ ପ୍ୟାକେଜ୍ ଅନ୍ତର୍ଭୂକ୍ତ କରି ସଂପୃକ୍ତ ହସ୍ପିଟାଲମାନେ ଚିକିତ୍ସା କରିଛନ୍ତି।

ରାଜ୍ୟର ବିଭିନ୍ନ ଦୁରଦୁରାନ୍ତ ଅଂଚଳମାନଙ୍କରେ ବି.ଏସ୍.କେ.ୱାଇ ବିଷୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ବାସ୍ଥ୍ୟ ସଚିବ ଶ୍ରୀମତି ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ। ବିଶେଷତଃ ଗଜପତି, କନ୍ଧମାଳ, ସୋନପୁର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଆଦି ଜିଲ୍ଲାର ଗ୍ରାମାଚଂଳମାନଙ୍କରେ ସଚେତନତା ଓ ସୂଚନା ପ୍ରଦାନ କାର୍ଯ୍ୟକ୍ରମକୁ ସଘନ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ କୁହାଯାଇଥିଲା।

ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ କୈାଣସି ତାଲିକାଭୂକ୍ତ ହସ୍ପିଟାଲକୁ ଆସିବା ପୂର୍ବରୁ ରୋଗୀ ବା ତାଙ୍କର ନିକଟ ସମ୍ପର୍କୀୟ ଟୋଲ୍ ଫ୍ରୀ ନମ୍ବର ୧୦୪ କୁ ଆଗୁଆ ଯୋଗାଯୋଗ କରି ସୂଚନା ପାଇପାରୁଚନ୍ତି। ନିଜର ବି.ଏସ୍.କେ.ୱାଇ କାର୍ଡ଼ର ବ୍ୟବହାର ବା ଦେୟମୂକ୍ତ ଚିକିତ୍ସା ବାବଦରେ କୈାଣସି ଅସୁବିଧା ହେଲେ ୧୫୫୩୬୯ ଟୋଲ୍ ଫ୍ରୀ ନମ୍ବରକୁ ଫୋନକରି ଜଣାଉଛନ୍ତି, ଏବଂ ସେ ସମସ୍ୟାର ସମାଧାନ କରାଯାଉଛି।

ଲୋକମାନେ ନିଜର ଅଭିଯୋଗ ମଧ୍ୟ ଟୋଲ୍ ଫ୍ରୀ ନମ୍ବର ୧୪୫୪୫, ଟ୍ବିଟର୍ ଆକାଉଣ୍ଟ @bskyodisha ଓ ଫେସବୁକ୍ ଆକାଉଣ୍ଟ bskyodisha ମାଧ୍ୟମରେ ଜଣାଉଛନ୍ତି ଯାହାକୁକି ସମୟାନୁବନ୍ଧିତ ଭାବେ ସମାଧାନ କରାଯାଉଛି। ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ଏବଂ ଏଥିରୁ ସୁବିଧା ନେବାର ସରଳ ଉପାୟ ବାବଦରେ ବ୍ୟାପକ ସଚେତନତା ସୃଷ୍ଟି କରିବା ନିମନ୍ତେ ଶ୍ରୀମତୀ ପଣ୍ଡିତ୍ ନିର୍ଦ୍ଧେଶ ଦେଇଥିଲେ। ପୂର୍ଣସେବା ମନୋଭାବରେ କାର୍ଯ୍ୟ କରିବାକୁ ଜିଲ୍ଲା ସଂଯୋଜକ ଓ ସ୍ବାସ୍ଥ୍ୟମିତ୍ର ମାନଙ୍କୁ ପରାମର୍ଶ ଦିଆଯାଇଥିଲା।

ଅତିରିକ୍ତ ଶାସନ ସଚିବ ଶୁଭାନନ୍ଦ ମହାପାତ୍ରଙ୍କ ସମେତ ଓଡ଼ିଶା ହେଲଥ୍ ଆସୁରାନ୍ସ ସୋସାଇଟିର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ବିଜେଡି ପ୍ରତିଷ୍ଠା ଦିବସରେ ନବୀନଙ୍କ ଭବିଷ୍ୟବାଣୀ ଶୁଣି ବିରୋଧୀଙ୍କ ମୁଣ୍ଡ ଖରାପ

ପୁରୀ: ଆଜି ପୁରୀରେ ବିଜେଡି ତାହାର ପ୍ରତିଷ୍ଠା ଦିବସ ପାଳନ କରିଛି। ଏଥିପାଇଁ ଦଳ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଏହି ଦିବସରେ ଖୋଦ ବିଜେଡି ସୁପ୍ରିମୋ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ତାଙ୍କର ଭାଷଣ ଶୁଣିବା ପାଇଁ ସେଠାରେ ଦଳର କର୍ମିଙ୍କ ଠାରୁ ଆରମ୍ଭ କରି ନେତାମାନେ ମଧ୍ୟ ଅପେକ୍ଷା କରିଥିଲେ। ନବୀନ ସେଠାରେ ଯାହା କହିଲେ ତାହା ଶୁଣି କର୍ମିମାନେ ବେଶ ଉତ୍ସାହିତ ହେଲେ, କିନ୍ତୁ ଟିଭିରୁ ଏହି ଭାଷଣ ଶୁଣି ବିରୋଧୀଙ୍କ ମୁଣ୍ଡ ଖରାପ ହୋଇଯାଇଛି।

ଆଜି ନବୀନ ହେଲିକାପ୍ଟରରେ ପୁରୀ ସଭା ସ୍ଥଳରେ ପହଁଚିଥିଲେ। ସେଠାରେ ତାଙ୍କୁ ଦଳୀୟ କର୍ମାମାନେ ସ୍ବାଗତ କରି ନେଇଥିଲେ। ପୂର୍ବରୁ ସେହି ମଞ୍ଚରେ ବହୁ ବରିଷ୍ଠ ନେତାମାନେ ଭାଷଣ ଦେଇ ପରିବେଷକୁ ସରଗରମ କରି ରଖିଥିଲେ। ନବୀନ ପହଁଚିବା ପରେ ଏହି ପରିବେଷ ଆହୁରି ସରଗରମ ହୋଇପଡିଲା।

ମହେଶ୍ବର ମହାନ୍ତି, ପ୍ରସନ୍ନ ଆଚାର୍ଯ୍ୟ ଦେବୀ ମିଶ୍ର, ପ୍ରମିଳା ମଲ୍ଲିକ ପ୍ରମୁଖ ଭାଷଣ ଦେବା ପରେ ମୁଖ୍ୟମନ୍ତ୍ରୀ ତାଙ୍କର ଭାଷଣ ଆରମ୍ଭ କରିଥିଲେ। ସଂକ୍ଷିପ୍ତ ଭାଷଣ ପରେ ଆରମ୍ଭ ହୋଇଥିଲା ନବୀନଙ୍କ ଭିଡିଓ ଭାଷଣ। ଏଥିରେ ନବୀନ ଦୀର୍ଘ ଭାଷଣର ଶେଷ ପର୍ଯ୍ୟାୟରେ ମଞ୍ଜି କଥାଗୁଡିକ କହିଥିଲେ। ଯାହା ବିରୋଧୀଙ୍କୁ ବିଚଳିତ କରିଛି।

ସେ କହିଥିଲେ ଯେ, ଆଜି ବିଜେଡି 25 ବର୍ଷ ପୁରଣ କରିଛି, ଆଗକୁ ଏହି ଦଳ 50 ବର୍ଷ ପୁରଣ କରିବ। ଯଦି ମାଆମାନେ ଆର୍ଶିବାଦ କରିବେ ତେବେ ବିଜେଡି ଆହୁରି 100 ବର୍ଷ ପର୍ଯ୍ୟନ୍ତ ଲୋକଙ୍କ ସେବା କରିବ। ଏହି କଥା ଶୁଣି ବିରୋଧୀଙ୍କ ମୁଣ୍ଡ ଗରମ ହୋଇଯାଇଛି। କାରଣ  ବିଜେଡି ବର୍ତ୍ତମାନ ସରକାର ବା କ୍ଷମତାରେ ଅଛି ବୋଲି କହୁ ନାହିଁ, ବରଂ ଲୋକଙ୍କ ସେବା କରୁଛି ବୋଲି କହୁଛି। ସେହି ଅର୍ଥରେ ଗଲେ ବର୍ତ୍ତମାନ ବିଜେଡି ଆହୁରି 100 ବର୍ଷ ଶାସନ କରିବ ବୋଲି ନବୀନ ଭବିଷ୍ୟବାଣୀ ଦେଇ ଦେଲେ।

ନବୀନ ସେହି ଭାଷଣରେ ସ୍ପଷ୍ଟ କରିଥିଲେ ଯେ, ଓଡିଶାର ଲୋକମାନଙ୍କର ଆର୍ଶିବାଦରେ ଦଳ 25 ବର୍ଷ ଧରି ସେମାନଙ୍କର ସେବା କରୁଛି। ସେଥିପାଇଁ ବିଜେଡି ଏକ ରାଜନୈତିକ ଦଳ ନୁହେଁ ବରଂ ସାମାଜିକ ଆନ୍ଦୋଳନ ଭାବେ ଗଢି ଉଠିଛି। ଏହିପରି ଏକ ଦଳରେ ଲୋକଙ୍କର ସେବା କରିବା ପାଇଁ ସମସ୍ତେ ଆଗେଇ ଆସିବା ଦରକାର ବୋଲି ନବୀନ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।

ସେ ରାଜ୍ୟର ଚାଷୀ, ସମାଜସେବୀ, ଛାତ୍ର, ଯୁବକ, ବ୍ୟବସାୟୀ ସମସ୍ତେ ବିଜେଡିରେ ସାମିଲ ହୋଇ ଏହି ଆନ୍ଦୋଳନକୁ ଆଗେଇ ନିଅନ୍ତୁ ବୋଲି ନବୀନ କହିଥିଲେ। ଆଜି ଆମେ ମହିଳାମାନଙ୍କୁ ସଶକ୍ତ କରିପାରିଛୁ। ଘରେ ମହିଳା ସଶକ୍ତ ହେଲେ ଭଲ ପରିବାର ସୃଷ୍ଟି ହେବ। ସେହିପରି ରାଜ୍ୟରେ ମଧ୍ୟ ମହିଳା ସଶକ୍ତ ହେଲେ ଓଡିଶାର ବିକାଶ ହେବ। ସେଥିପାଇଁ ମହିଳାଙ୍କ ସହିତ ସବୁ ବର୍ଗର ଲୋକେ ବିଜେଡିରେ ସାମିଲ ହୁଅନ୍ତୁ ବୋଲି ନବୀନ କହିଥିଲେ।

Categories
ବିଶେଷ ଖବର

ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଆ ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଓଡିଆ ଭାଷା ଆନ୍ଦୋଳନର ଆବାହକ ଶ୍ରୀ ପବିତ୍ର ମହାରଥାଙ୍କ ଦ୍ବାରା ସଂପଦିତ ତଥା ପ୍ରକାଶିତ ଏହି ପୁସ୍ତକରେ ୧୯୪୮ରୁ ୨୦୧୯ ପର୍ଯ୍ୟନ୍ତ ଓଡିଆ ସରକାରୀ ଭାଷା ଆଇନ ପ୍ରସ୍ତାବ ଠାରୁ ଆରମ୍ଭ କରି ସଂଶୋଧିତ ଦଣ୍ଡବିଧାନ ପର୍ଯ୍ୟନ୍ତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଧେୟକ, ଅଧିନିୟମ, ବିଜ୍ଞପ୍ତି, ନଥି ଓ ଚିଠିପତ୍ର ସ୍ଥାନିତ ହୋଇଛି। ପୁସ୍ତକଟିରେ ସମୁଦାୟ ୨୦ଟି ବିଷୟ ସ୍ଥାନିତ ହୋଇଛି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୁସ୍ତକଟିକୁ ଉନ୍ମୋଚନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷା ହେଉଛି ଗୋଟିଏ ଜାତିର ଶ୍ରେଷ୍ଠ ସଂପଦ ଓ ସବୁଠାରୁ ବଡ ପରିଚୟ। ଓଡିଆ ଭାଷା ବହୁ ପୁରୁଣା ଭାଷା ଏବଂ ଓଡିଆ ଭାଷାକୁ ନେଇ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ, ଓଡିଶା ଗଠିତ ହୋଇଥିଲା। ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

୨୦୩୬ରେ ସ୍ବତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପାଳନ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଭାଷାର ସୁରକ୍ଷା ଓ ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଇଛନ୍ତି ଏବଂ ଆଗକୁ ମଧ୍ୟ ନିଆଯିବ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ପ୍ରକାଶକ ସରୋଜ ବଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହାରଥା ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଉନ୍ନୟନ କମିଶନର ପି.କେ. ଜେନା ଉପସ୍ଥିତ ଥିଲେ।

ବିଶିଷ୍ଟ ଭାଷାବିତ୍‌ ଡଃ ଦେବୀ ପ୍ରସନ୍ନ ପଟ୍ଟନାୟକ, ଡଃ ଭଗବାନ ପ୍ରକାଶ, ପ୍ରମେୟର ସଂପାଦକ ଗୋପାଳ ମହାପାତ୍ର, ପ୍ରଗତୀବାଦୀର ସଂପାଦକ ବିରୁପାକ୍ଷ ତ୍ରିପାଠୀ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

Categories
ବିଶେଷ ଖବର

ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ: ଜୀବନରେ ପ୍ରତିଷ୍ଠା ଲାଭ କର, ତୁମ ସାଥିରେ ଅଛି ମୋ ଆଶୀର୍ବାଦ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ଉଦ୍‌ବୋଧନ ଦେଇ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। SCST ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପିଲା କାହା ଠାରୁ କମ୍‌ ନୁହଁ। ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ ଓ ଜୀବନରେ ପ୍ରତିଷ୍ଠା ଲାଭ କର। ‘ ତୁମେମାନେ ସଫଳତା ପାଇଁ ଉଦ୍ୟମ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି’ ବୋଲି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୁମମାନଙ୍କ କାର୍ଯ୍ୟକ୍ରମରେ ମୁଁ ପ୍ରତିବର୍ଷ ଯୋଗ ଦେଉଛି ଏବଂ ତୁମ ଖୁସିରେ ମଧ୍ୟ ସାମିଲ ହେଉଛି।

ବିଶିଷ୍ଟ କ୍ରୀଡାବିତ୍‌ ଦିଲ୍ଲୀପ ତିର୍କିଙ୍କ ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସେ ଜଣେ ଓଡିଆ ପୁଅ  ନିଜ ଦକ୍ଷତା ଓ ପରିଶ୍ରମ ଯୋଗୁ ସେ ଭାରତୀୟ ହକି ଟିମ୍‌ର କ୍ୟାପଟେନ୍ ହେବା ସହିତ ଆଜି ହକି ଇଣ୍ଡିଆର ସଭାପତି ମଧ୍ୟ ହୋଇପାରିଛନ୍ତି। ଯୁବ ସମାଜ ପାଇଁ ସେ ଜଣେ ରୋଲ ମଡେଲ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମାଟ୍ରିକ ପରୀକ୍ଷାରେ କୃତୀତ୍ବର ସହ ସଫଳତା ହାସଲ କରିଥିବା ପିଲାମାନଙ୍କୁ ଓ ଶିକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିଭିନ୍ନ ସରକାରୀ ହଷ୍ଟେଲରେ ଏବେ ୫ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ପିଲା ପାଠ ପଢୁଛନ୍ତି। ଡିସେମ୍ବର ୨୦୨୩ ସୁଦ୍ଧା ସେମାନଙ୍କ ପାଇଁ ଆହୁରି ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଜଗନ୍ନାଥ ସାରକା ତାଙ୍କ ଅଭିଭାଷଣରେ ଜନଜାତି ପିଲା ମାନଙ୍କ ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସର୍ଗିଫୁଲ ନାମକ ଏକ ସ୍ମରଣିକା ଉନ୍ମୋଚନ କରିଥିଲେ। ଏହାସହିତ ସାମଗ୍ରିକ ଶିକ୍ଷା ଉପରେ ଏକ ପୋଷ୍ଟର ବୁକ୍‌ର ଡିଜିଟାଲ ଲୋକାର୍ପଣ କରିଥିଲେ। ସାମଗ୍ରିକ ଶିକ୍ଷା ସଂପର୍କିତ ଏକ ଭିଡିଓ ଫିଲ୍ମ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

ସୂଚନାଯୋଗ୍ୟ ଯେ ସର୍ଗିଫୁଲ ମହୋତ୍ସବ ଦୀର୍ଘ ୧୨ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି। ଚଳିତ ବର୍ଷର ଉତ୍ସବରେ ୧୨୦୦ ଛାତ୍ରଛାତ୍ରୀ ଓ ୧୭୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ୨୦୨୧ ଓ ୨୦୨୨ର ହାଇସ୍କୁଲ ପରୀକ୍ଷାରେ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତା ଯଥା- ତର୍କ, କୁଇଜ, ବିଜ୍ଞାନ ପ୍ରଦର୍ଶନୀ, ସୃଜନାତ୍ମକ ଲିଖନ, ବାଦ୍ୟଯନ୍ତ୍ର ପ୍ରତିଯୋଗିତା, ଖେଳ ପ୍ରତିଯୋଗିତା ତଥା ଲୋକନୃତ୍ୟ ପ୍ରତିଯୋଗିତାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ପିଲାମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ବିକାଶ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝୀ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଆର୍‌. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ।

ଅନୁସୂଚିତ ଜାତି ଓ ଜନଜାତି ବିଭାଗର କମିଶନର-ତଥା-ସଚିବ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ATLCର ସଦସ୍ୟ ସଚିବ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

୫ଟି ଉପକ୍ରମରେ ୧୯ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସମସ୍ତଙ୍କ ମୁହଁରେ ହସ, ପାଣି ପାଇଁ ଅପେକ୍ଷାରୁ ମୁକ୍ତି। ୫ଟି ଉପକ୍ରମ ରେ ରାଜ୍ୟର ୧୯ଟି ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଉପଭୋକ୍ତାମାନେ ସେମାନଙ୍କ ଖୁସି ବ୍ୟକ୍ତ କରି କହିଲେ ଯେ ପାଣି ପାଇଁ ଘଣ୍ଟା ଘଣ୍ଟା ଧରି ଧାଡି ବାନ୍ଧି ଅପେକ୍ଷା କରିବା, ପାଣିକୁ ସାଇତି ରଖିବା ଆଦି ସବୁ ଜଞ୍ଜାଳରୁ ମୁକ୍ତି ମିଳିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୋଟି କୋଟି ଧନ୍ୟବାଦ।

ଆଜି ଲୋକସେବା ଭବନର କନ୍‌ଭେନସନ ହଲରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଉପକ୍ରମ ରେ ରାଜ୍ୟର ୧୯ଟି ସହରରେ ୨୪X୭ ଡ୍ରିଙ୍କ ଫ୍ରମ ଟ୍ୟାପ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ସହର ଗୁଡିକ ହେଲା – ଭୁବନେଶ୍ବର, କଟକ, ନିମାପଡା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡା, ବଡବିଲ୍‌, ଚମ୍ପୁଆ, ଆନନ୍ଦପୁର, ବାରିପଦା, ରାଇରଙ୍ଗପୁର, ଉଦଳା, କରଞ୍ଜିଆ ଓ ବ୍ୟାସନଗର।

ଏହିସବୁ ସହର ଗୁଡିକର ୫.୫୦ ଲକ୍ଷ ଲୋକ ଏଥିରୁ ଉପକାର ପାଇଲେ। ସୂଚନାଯୋଗ୍ୟ ଯେ ପୂର୍ବରୁ ୫ଟି ଉପକ୍ରମ ରେ ପୁରୀରେ ସବୁ ଲୋକଙ୍କୁ ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ମିଳିଥିଲା। ଆଜି ଗୋପାଳପୁରରେ ମଧ୍ୟ, ରାଜ୍ୟର ଦ୍ବିତୀୟ ସହର ଭାବରେ ଶତ ପ୍ରତିଶତ ଲୋକଙ୍କୁ ଡ୍ରିଙ୍କ ଫ୍ରମ ଟ୍ୟାପ ବ୍ୟବସ୍ଥାର ସୁବିଧା ମିଳିଲା। ଏହାବ୍ୟତୀତ ଖୋର୍ଦ୍ଧା, ଜଟଣୀ ଓ ହିଞ୍ଜିଳିକାଟୁ ସହର ପାଇଁ ମୁଖ୍ୟମନ୍ତ୍ରୀ ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମର ଆରମ୍ଭ ଘୋଷଣା କରିଥିଲେ। ଏହାଦ୍ବାରା, ଏହି ୩ଟି ସହରର ୧.୫୦ ଲକ୍ଷ ଲୋକ ଉପକାର ପାଇବେ।

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ବହୁତ ଦିନର ସ୍ବପ୍ନ ଏବଂ ଏହା ସବୁବେଳେ ମୋ ସରକାରର ପ୍ରାଥମିକତା ହୋଇ ରହିଛି। ୧୯ଟି ସହରକୁ ଡ୍ରିଙ୍କ ଫ୍ରମ ଟ୍ୟାପ ସେବାରେ ଯୋଡି, ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ଏକ ଐତିହାସିକ ଦିନ। ଜଳ ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ। ତେଣୁ ଆମେ ଏହାକୁ ଉପଯୁକ୍ତ ଭାବେ ବ୍ୟବହାର କରିବା ଉଚିତ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଳ ହେଉଛି ଜୀବନ। ଜନସ୍ବାସ୍ଥ୍ୟ ଓ ଦୈନନ୍ଦିନ ଜୀବନର ସୁବିଧା ପାଇଁ ସ୍ବଚ୍ଛ ଜଳ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫ଟି ଉପକ୍ରମ ରେ ଏହି ସୁବିଧା ଦ୍ବାରା ଜନସାଧାରଣ ଙ୍କ ଜୀବନ ଧାରଣ ମାନରେ ପ୍ରଭୂତ ଉନ୍ନତି ଆଣିବ । ବିଶ୍ବର ବଡ ବଡ ସହରର ବ୍ୟବସ୍ଥା ସହିତ ଆଜି ଓଡିଶାର ସହର ଗୁଡିକ ମଧ୍ୟ ଯୋଡି ହୋଇଛନ୍ତି ଏବଂ Bureau of Indian Standardsର ମାନ ଅନୁଯାୟୀ ଉତ୍ତମ ଓ ସ୍ବଚ୍ଛ ଜଳ ପାଇପାରୁଛନ୍ତି। ଏହି ସେବା ପାଇଁ ମୁଖ୍ୟମନ୍ତ୍ରୀ ୱାଟ୍‌କୋ ଧନ୍ୟବାଦ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ବ ଯୋଗୁ ଆଜି ଓଡିଶାବାସୀ ଉନ୍ନତ ମାନର ସେବା ପାଇପାରୁଛନ୍ତି। ସ୍ବଚ୍ଛ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ସେ ବିଭାଗୀୟ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

ଓମ୍‌ବାଡସିର ଓଭରସାଇଟ୍‌ ଅଥରିଟି ଜଷ୍ଟିସ ଅନନ୍ତ ପଟ୍ଟନାୟକ କହିଲେ ଯେ ତାଙ୍କର କାର୍ଯ୍ୟର ଆବଶ୍ୟକତା ଯୋଗୁ ସେ ମାଇନିଂ ଅଂଚଳକୁ ପ୍ରାୟତଃ ଗସ୍ତ କରନ୍ତି। ପାଣି ପାଇଁ ଲୋକଙ୍କ ଅସୁବିଧାକୁ ସେ ଅନୁଭବ କରିଛନ୍ତି ବୋଲି ପ୍ରକାଶ କରି କହିଲେ ଯେ ଆଜି ସେ ଅଂଚଳ ଗୁଡିକରେ ପିଇବା ପାଣି କ୍ଷତ୍ରରେ ଉଲ୍ଲେଖନୀୟ କାମ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଭୂମିକା ବାସ୍ତବରେ ପ୍ରଶଂସନୀୟ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଓ ୱାଟକୋର ସିଇଓ ଶ୍ରୀ ପି.କେ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବରର ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

୧୯ଟି ସହରର ନେତୃବୃନ୍ଦ, ଅଧିକାରୀଗଣ ଓ ଜନସାଧାରଣ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିଲେ।

Categories
Hockey Worldcup23 ବିଶେଷ ଖବର

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ରାଉରକେଲା ଗସ୍ତ: ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ତିଆନ ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆ ମଧ୍ୟ ରାଉରକେଲା ଆସିଥିଲେ।

ଏହି ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଅନୁଧ୍ୟାନ କରିଥିଲେ। ଉଭୟ ମୁଖ୍ୟ ଓ ଅଭ୍ୟାସ ପଡିଆର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଷ୍ଟାଡିଅମର ଦୁଇଟି ଯାକ ପିଚ୍‌ ଓ ହାଇମାସ୍କ ଲାଇଟ ଯାଂଚ ପରେ ଖେଳ ପାଇଁ ଲାଇସେନ୍‌ସ ମିଳିଛି।

ଉଲେଖନୀୟ ଯେ, ପୁରୁଷ ହକି ବିଶ୍ବକପର ୨୦ଟି ମ୍ୟାଚ ରାଉଲକେଲାରେ ଖେଳାଯିବ। ପ୍ରଥମ ମ୍ୟାଚ ଆସନ୍ତା ଜାନୁୟାରୀ ୧୩ ତାରିଖରେ ଭାରତ ଓ ସ୍ପେନ ମଧ୍ୟରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଆସନ୍ତା ୨୪ ତାରିଖରୁ ତିନୋଟି ଅଭ୍ୟାସ ମ୍ୟାଚ ଖେଳାଯିବ। ଏହି ଅଭ୍ୟାସ ମ୍ୟାଚ ସମୟରେ ଯଦି କିଛି ତ୍ରୁଟିଥିବା ନେଇ ଜଣାପଡେ ତେବେ ଭିତ୍ତିଭୂମିକୁ ଦୃଢ଼ କରିବା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯିବ। ଏହାସହ ରାଉରକେଲା ବିମାନ ବନ୍ଦରର କାର୍ଯ୍ୟଶେଷ ହୋଇଛି ଏବଂ ଖୁବଶୀଘ୍ର ଆବଶ୍ୟକୀୟ ଲାଇସେନ୍ସ ମିଳିବା ନେଇ ଶ୍ରୀ ମହାପାତ୍ର ଆଶାବ୍ୟକ୍ତ କରିଛନ୍ତି।

ଉଡାଣ ଯୋଜନାରେ ଖେଳାଳି ମାନଙ୍କ ପାଇଁ ୪ଟି ବିମାନ ଉଡାଣ ସୁବିଧା ମିଳିବ। ଗୋଟିଏ ବର୍ଷ ମଧ୍ୟରେ ଏଭଳି ଏକ ବିଶ୍ବସ୍ତରୀୟ ଷ୍ଟାଡିୟମ ନିର୍ମାଣ କରାଯାଇଛି। ଏଥିନିମନ୍ତେ ରାଜ୍ୟ ସରକାରଙ୍କୁ ସମସ୍ତ ସହଯୋଗ ପ୍ରଦାନ କରିଥିବାରୁ ସୁନ୍ଦରଗଡ ଓ ରାଉଲକେଲା ବାସୀଙ୍କୁ ମୁଖ୍ୟଶାସନ ସଚିବ ଓ ୫-ଟି ସଚିବ ଧନ୍ୟବାଦ ଦେଇଛନ୍ତି।

ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି। ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ। ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି। ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି। ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି।

ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ। ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି। ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି। ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ବିଜେଡି ଖୋଲିଲା ମୁହଁ

ନୂଆଦିଲ୍ଲୀ : ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର ଆଜି ଏଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ବେଞ୍ଚ ପ୍ରତିଷ୍ଠା ପାଇଁ ଭିତ୍ତିଭୂମି ତଥା ଆର୍ଥିକ ସମ୍ବଳ ସମେତ ସମସ୍ତ ପ୍ରକାର ସହାୟତା ଯୋଗାଇବା ପାଇଁ କେନ୍ଦ୍ରକୁ ପୂର୍ଣ୍ଣ ପ୍ରତିଶ୍ରୁତି ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ସମସ୍ତ କାର୍ଯ୍ୟ ପାଇଁ ‘ବ୍ଲାଙ୍କ୍‍ ଚେକ୍‍’ ଦେବା ସତ୍ତ୍ୱେ କେନ୍ଦ୍ର କାହିଁକି ଓଡ଼ିଶା ହାଇକୋର୍ଟଙ୍କ ପରାମର୍ଶ କ୍ରମେ ଏଥିପାଇଁ ସ୍ଥାନ ଚିହ୍ନଟ ନିମନ୍ତେ ଆଗଭର ହେଉନାହିଁ ତାହା ଆଶ୍ଚର୍ଯ୍ୟଜନକ ବୋଲି ଡକ୍ଟର ପାତ୍ର କହିଛନ୍ତି।

ଭାରତୀୟ ସମ୍ବିଧାନର କେନ୍ଦ୍ର ତାଲିକାର ଏଣ୍ଟ୍ରି-୭୮ ଅଧୀନରେ ନିଜର କ୍ଷମତାକୁ ବ୍ୟବହାର କରି କେନ୍ଦ୍ର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରିପାରିବ।

ଯେତେବେଳେ ବି ନିର୍ବାଚନ ଆସେ ସେତେବେଳେ ପଶ୍ଚିମ ଓଡିଶାରେ ହାଇକୋର୍ଟର ବେଞ୍ଚ ସ୍ଥାପନକୁ ନେଇ ବିଜେପି କୁମ୍ଭୀର କାନ୍ଦଣା କାନ୍ଦେ ଏବଂ ନିର୍ବାଚନ ସରିଗଲେ ସେମାନେ ଏହାକୁ ଭୁଲିଯାଆନ୍ତି।

ଭାରତୀୟ ସଂସଦ ମାଧ୍ୟମରେ କେନ୍ଦ୍ର ତାଲିକାର ଏଣ୍ଟ୍ରି-୭୮ ଅଧୀନରେ ଥିବା କ୍ଷମତାକୁ ବ୍ୟବହାର କରି ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାକୁ କିଏ ଅଟକାଉଛି ବିଜେପି କେନ୍ଦ୍ରରେ କ୍ଷମତାରେ ଥିବା ନିଜ ଦଳର ସରକାରଙ୍କୁ ସେ ସଂକ୍ରାନ୍ତରେ ପଚାରିବା ଉଚିତ୍‍।

ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ବିଜେପି କାହିଁକି ବିଭ୍ରାନ୍ତିକର ଏବଂ ମିଛ ପ୍ରଚାର କରୁଛି ବୋଲି ଡକ୍ଟର ପାତ୍ର ପ୍ରଶ୍ନ କରିଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ରାଜ୍ୟ ମନ୍ତ୍ରୀମଣ୍ଡଳରେ ହେବ ଅଦଳବଦଳ, ୨୦୨୪ ପାଇଁ ନବୀନଙ୍କ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁବ ଶିଘ୍ର କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅଦଳବଦଳ କରୁଛନ୍ତି। ଏ ନେଇ ଜାତୀୟ ରାଜନୀତିରେ ଚାଲିଛି ଜୋରଦାର ଚର୍ଚ୍ଚା। ଏପରି କ୍ଷେତ୍ରରେ ରାଜ୍ୟ ମନ୍ତ୍ରୀମଣ୍ଡଳରେ ମଧ୍ୟ ଅଦଳବଦଳ ହେବ ବୋଲି ଆଉ ଏକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏ ନେଇ ସଚିବାଳୟଠାରୁ ରାଜଧାନୀ ଖଟି ପର୍ଯ୍ୟନ୍ତ ବେଶ ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି।

ନିକଟରେ ପଦମପୁରରେ ବିଜେଡିର ବିପୁଳ ବିଜୟ ପରେ ସେଠାକାର ପ୍ରଚାର ମଙ୍ଗ ସମ୍ଭାଳିଥିବା ନେତାଙ୍କୁ ପୁରସ୍କାର ଦେବେ ବୋଲି ନବୀନ ଚିନ୍ତା କରିଛନ୍ତି। ସେଥିପାଇଁ ଏହି ମନ୍ତ୍ରୀମଣ୍ଡଳରେ ଅଦଳବଦଳ କରାଯିବ। ମୁଖ୍ୟତଃ ସୁଶାନ୍ତ ସିଂଙ୍କୁ ପୁଣି ଥରେ ମନ୍ତ୍ରୀମଣ୍ଡଳରେ ସାମିଲ କରାଯିବ ବୋଲି ଜଣାପଡିଛି। ସେହିପରି ଅନ୍ୟତମ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ନବୀନ ଏକ ଭଲ ଦାୟିତ୍ବ ଦେବାର ସମ୍ଭାବନା ମଧ୍ୟ ରହିଛି।

ତେବେ ପଦମପୁର ବିଜୟ ପଛରେ ଯେଉଁ ପ୍ରମୁଖ ବିନ୍ଧାଣୀ ଅଛନ୍ତି ସେ ହେଉଛନ୍ତି ପ୍ରଣବ ପ୍ରକାଶ ଦାସ। ସେ ମଧ୍ୟ ପୁଣି ଥରେ ମନ୍ତ୍ରୀ ମଣ୍ଡଳରେ ସାମିଲ ହେବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏପରିକି ତାଙ୍କୁ ଏକ ଭଲ ବିଭାଗ ଦିଆଯିବ ବୋଲି କୁହାଯାଉଛି। ପୂର୍ବରୁ ସେ ସଂଗଠନ ସମ୍ଭାଳିବା ପାଇଁ ମନ୍ତ୍ରୀ ପଦକୁ ଗ୍ରହଣ କରି ନ ଥିଲେ। ହେଲେ ଏଥର ତାଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କରାଯିବ ବୋଲି ଜଣାପଡିଛି।

ସେହିପରି କେତେକ ମନ୍ତ୍ରୀ ବର୍ତ୍ତମାନ ରାଜ୍ୟ ସରକାରଙ୍କୁ ବଦନାମ କରିସାରିଲେଣି। ପୂର୍ବରୁ ସେହିପରି ବଦନାମ କରିଥିବା ମନ୍ତ୍ରୀଙ୍କୁ ନବୀନ ମନ୍ତ୍ରୀମଣ୍ଡଳରୁ ବାହାର କରିଦେଇଥିଲେ। ଏଥର ମଧ୍ୟ ଯେଉଁ ମନ୍ତ୍ରୀମାନେ ବଦନାମ ମୁଣ୍ଡାଇ ବୁଲୁଛନ୍ତି ସେମାନଙ୍କ ବିରୋଧରେ କଡା ଆଭିମୁଖ୍ୟ ନେଇ ନବୀନ ମନ୍ତ୍ରୀ ମଣ୍ଡଳରୁ ବିଦା କରିଦେବେ। ସେଥିରେ ସର୍ବାଗ୍ରେ ଅଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ।

ବଦନାମ ମନ୍ତ୍ରୀ ସହିତ ନବୀନ ଯେଉଁ ମନ୍ତ୍ରୀମାନଙ୍କ ଦକ୍ଷତା ନାହିଁ ସେମାନଙ୍କୁ ମଧ୍ୟ ମନ୍ତ୍ରୀ ମଣ୍ଡଳରୁ ବାହାର କରିଦେବେ ବୋଲି ଜଣାପଡିଛି। ନବୀନ ଏହି ଅଦଳବଦଳରେ ଅଳ୍ପ କେତେକ ନୂଆ ମୁହଁ ନେବେ ବୋଲି ଆଲୋଚନା ଚାଲିଛି। ହେଲେ ମନ୍ତ୍ରୀମଣ୍ଡଳରେ ଏକ ବଡଧରଣର ବିଭାଗ ଅଦଳବଦଳ କରିବାକୁ ନବୀନ ନିଷ୍ପତି କରିଛନ୍ତି।

ବର୍ତ୍ତମାନ ଓଡିଶା ବିଧାନସଭା ନିର୍ବାଚନ ଆଉ ମାତ୍ର ବର୍ଷେ ରହିଲା। ଏହା ପୂର୍ବରୁ ଯଦି ସରକାରକୁ ଠିକ କରା ନ ଯାଏ ତେବେ ସବୁ ଅଙ୍କ ଭୁଲ ହୋଇଯିବ। ସେଥିପାଇଁ ପଦମପୁର ନିର୍ବାଚନ ପରେ ବର୍ତ୍ତମାନ ନବୀନ ନିବାସ ବେଶ ଚଳଚଞ୍ଚଳ ହୋଇ ଉଠିଛି। ବିଭିନ୍ନ ସମୟରେ ନବୀନ ନେତାମାନଙ୍କୁ ଡାକି ଆଲୋଚନା କରିବାରେ ଲାଗିଛନ୍ତି। ଯଦି ଏହି ଚର୍ଚ୍ଚା ସତ ହୁଏ ତେବେ ନବୀନ ନୂଆ ବର୍ଷରେ ଶ୍ରୀଜଗନ୍ନାଥ ଦର୍ଶନ ସାରି ଏହି ଅବଦବଦଳ କରିବେ ବୋଲି ଜଣା ପଡିଛି।

Categories
ଆଜିର ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ନବ ନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା। ସେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ପଶ୍ଚିମ ଓଡିଶାରେ ବହୁ ନେତା ଉପସ୍ଥିତ ଥିଲେ। ସେମାନଙ୍କ ମଧ୍ୟରେ ମନ୍ତ୍ରୀ ଟୁକୁନି ସାହୁ, ରୀତା ସାହୁ, ସ୍ନେହାଙ୍ଗିନୀ ଛୁରିଆ, ପ୍ରଭାତ ସିଂ, ପ୍ରସନ୍ନ ଆଚାର୍ଯ୍ୟ ଓ ସୁଶାନ୍ତ ସିଂ ନବୀନ ଥିଲେ ।

ପଦମପୁର ଉପନିର୍ବାଚନରେ ବର୍ଷା ଲକ୍ଷାଧିକ ଭୋଟ ପାଇ ରେକର୍ଡ ଭୋଟ ବ୍ୟବଧାନରେ ବିଜୟଲାଭ କରିଛନ୍ତି। ଏହି ଉପନିର୍ବାଚନରେ ବର୍ଷାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ତିନୋଟି ସ୍ଥାନରେ ପ୍ରଚାର କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ପଦମପୁର ପ୍ରଚାରରେ କାହିଁକି ଗଲେ, ମଂଜ କଥାଟି କହିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ପଦମପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିପୁଳ ଭୋଟରେ ବିଜୟ ଲାଭ କରିଛନ୍ତି। ସେଥିପାଇଁ ତାଙ୍କୁ ବିଭିନ୍ନ ମହଲରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ସେହିପରି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଷାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସେତିକି ନୁହେଁ ସେ ଏକ ଭିଡିଓ ବାର୍ତ୍ତା ଜାରୀ କରି ପଦମପୁରବାସୀଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି ଯେ ,

ପଦମପୁରର ପ୍ରିୟ ଭାଇ ଓ ଭଉଣୀମାନେ,

ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ। ଏହା ଆଉ କାହାର ବିଜୟ ନୁହେଁ। ଏହା ପଦମପୁରବାସୀଙ୍କ ବିଜୟ। ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମୁଁ ଧନ୍ୟବାଦ ଜଣାଇବାକୁ ଚାହୁଁଛି। ଆପଣମାନେ ବହୁତ ଧର୍ଯ୍ୟ ଓ ନିଷ୍ଠାର ସହ କାମ କରିଛନ୍ତି। ସରକାରଙ୍କ ଭଲ ଭଲ ଯୋଜନା ଗୁଡିକୁ ଲୋକଙ୍କ ପାଖରେ ରଖିଛନ୍ତି ଓ ବିରୋଧୀ ଦଳର ସବୁ ମିଛ କଥାକୁ ଲୋକଙ୍କ ସମ୍ମୁଖରେ ରଖିଛନ୍ତି।

କିଛି ଲୋକ ମୋତେ ପଚାରୁଛନ୍ତି, ଆପଣ ତ ପଞ୍ଚାୟତ ଇଲେକ୍‌ସନରେ ଯାଇ ନ ଥିଲେ, ବିଭିନ୍ନ ବାଇ-ଇଲେକ୍‌ସନରେ ବି ଯାଇ ନ ଥିଲେ, ଏ ପଦମପୁର ଇଲେକ୍‌ସନରେ କାହିଁକି ଗଲେ ? ମୁଁ କହିବାକୁ ଚାହୁଁଛି ଯେଭଳି ଭାବରେ ଜଣେ ମହିଳାଙ୍କୁ, ଜଣେ ଶିକ୍ଷିତ ଅଳ୍ପ ବୟସର ମହିଳାଙ୍କୁ, ଜଣେ ବାପା ହରାଇ ଦୁଃଖରେ ଥିବା ମହିଳାଙ୍କୁ – ରାଜ୍ୟ ବିଜେପିର କିଛି ନେତୃମଣ୍ଡଳୀ ଅସମ୍ମାନ କଲେ, ତାହା ମୋତେ ବହୁତ ଦୁଃଖ ଦେଲା।

ମୁଁ ଭାବୁଛି, ଏହା କେବଳ ମୋ ପାଇଁ ଦୁଃଖ ନୁହେଁ। ଓଡିଶାର ସବୁ ମହିଳା ମାନଙ୍କ ପାଇଁ ଦୁଃଖର କଥା। ରାଜନୀତିରେ ହାରିବା ଓ ଜିତିବା, ଇଲେକସ୍‌ନ ଲଢିବା ଅଲଗା କଥା। କିନ୍ତୁ ଜଣେ ମହିଳାଙ୍କୁ ଏଭଳି ଭାବରେ ଅସମ୍ମାନ କରିବା, ଅତି ନିନ୍ଦନୀୟ। ସେଥିପାଇଁ ମୁଁ ନିଷ୍ପତ୍ତି ନେଲି, ମୁଁ ନିଜେ ଯାଇ ବର୍ଷା ସିଂ ପାଖରେ ଠିଆ ହେବି – ଜଣେ ବାପା ଭଳି, ଜଣେ ଭାଇ ଭଳି, ଜଣେ ବନ୍ଧୁ ଭଳି। ବାପା ହରାଇଥିବା ବର୍ଷା ସାଙ୍କରେ ଠିଆ ହେବି।

ମୁଁ ବିରୋଧୀ ଦଳକୁ – ରାଜ୍ୟର ବିଜେପି ନେତୃମଣ୍ଡଳୀ ଙ୍କୁ ନମ୍ରତାର ସହ ଜଣାଇ ଦେବାକୁ ଚାହୁଁଛି ଯେ, ରାଜନୀତି କରିବା ବାହାନାରେ ଯଦି ମହିଳା ମାନଙ୍କୁ ଅସମ୍ମାନ କରାଯିବ, ତାକୁ କେବେ ଓଡିଶାବାସୀ ସମର୍ଥନ କରିବେ ନାହିଁ। ଆଜି ନୁହେଁ……ସଦା ବେଳେ

ଆଉ ଗୋଟେ ଗୁରୁତ୍ବପର୍ଣ୍ଣ କଥା ହେଲା – କେନ୍ଦ୍ର ମନ୍ତ୍ରୀମଣ୍ଡଳର କିଛି ମନ୍ତ୍ରୀମାନେ, ଓଡିଶାବାସୀଙ୍କୁ, ପଦମପୁରବାସୀଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କଲେ । ସେ ଆବାସ ଯୋଜନା ହେଉ, ବା କେନ୍ଦୁପତ୍ରର ଜିଏସଟି ହେଉ, ବା ଫସଲ ବୀମାର ବିଳମ୍ବ ହେଉ, ଏମଏସପି ପ୍ରସଙ୍ଗ ହେଉ, ବା ରେଲ କନେକ୍ଟଭିଟି ହେଉ, ଏହା ଅତି ର୍ଦୁଭାଗ୍ୟଜନକ ବିଷୟ, ଏହା ଠିକ୍‌ ନୁହେଁ। ଆପଣ କେନ୍ଦ୍ରରେ ଅଛନ୍ତି, ଆମେ ରାଜ୍ୟରେ ଅଛୁ। ମିଶିକରି ଲୋକଙ୍କ ମଙ୍ଗଳ ପାଇଁ କାମ କରିବା। ଓଡିଶାର ଉନ୍ନତି ପାଇଁ କାମ କରିବା।

ଆଜି ମୁଁ ପଦମପୁରବାସୀଙ୍କ ପାଖରେ ଋଣୀ। ବିନମ୍ରତାର ସହ କହିବାକୁ ଚାହେଁ ଯେ ଆପଣମାନଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ ହେବ। ଆଉ ଥରେ ସମସ୍ତଙ୍କୁ ଜୁହାର। ମୁଁ ବହୁତ ଶୀଘ୍ର ପଦମପୁରକୁ ଆସିବି। ଆପଣମାନଙ୍କର ଆଶୀର୍ବାଦ ନେବି।

Categories
Hockey Worldcup23 ଅନ୍ତରାଷ୍ଟ୍ରୀୟ ଖେଳ ଜାତୀୟ ଖବର ବିଶେଷ ଖବର

ଦେଶ ଭ୍ରମଣରେ ବାହାରିଲା ପୁରୁଷ ହକି ବିଶ୍ୱକପ ଟ୍ରଫି, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଏଫଆଇଏଚ ଓଡିଶା ପୁରୁଷ ହକି ବିଶ୍ୱକପ ୨୦୨୩ ର ଟ୍ରଫି ଟୁର୍ ବା ଟ୍ରଫି ଭ୍ରମଣ ବା ପରିକ୍ରମାରେ ବାହାରିଛି। ଏହି ପରିକ୍ରମା ଆନୁଷ୍ଠାନିକ ଭାବେ ଆଜି ଭୁବନେଶ୍ୱରରେ ଆରମ୍ଭ ହୋଇଛି। ଏହି ଟ୍ରଫିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କିଙ୍କୁ ପ୍ରଦାନ କରି ଯାତ୍ରାର ଶୁଭାରମ୍ଭ କରିଛନ୍ତି।

ଟ୍ରଫି ଯାତ୍ରାକୁ ଏକ ବଡ ସଫଳତା କାମନା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, “ମୁଁ ଆଶା କରୁଛି ପୁରୁଷ ହକି ବିଶ୍ୱକପ ଟ୍ରଫି ଟୁର୍ ବା ପରିକ୍ରମା ସମଗ୍ର ଭାରତରେ ବିଶ୍ୱକପ ପାଇଁ ଉତ୍ସାହ ସୃଷ୍ଟି କରିବ। ଏଥିରେ ଆମେ ୧୬ ଟି ଦଳର ୧୬ ଟି ମ୍ୟାଚକୁ ଆମେ ଆୟୋଜନ କରିବୁ ଯାହା ଭୁବନେଶ୍ୱର ଏବଂ ରାଉରକେଲାରେ ଖେଳାଯିବ।

ମୁଁ ନିଶ୍ଚିତ ଯେ ଏହା ଖେଳାଳୀ ଏବଂ ପ୍ରଶଂସକମାନଙ୍କ ପାଇଁ ଏକ ସ୍ମରଣୀୟ ବିଶ୍ୱକପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତ ବେହେରା, ହକି ଇଣ୍ଡିଆର ମହାସଚିବ ଭୋଳାନାଥ ସିଂ, କ୍ରୀଡା କମିଶନର-କମ-ସଚିବ ଶ୍ରୀ ଆର ଭିନେଲ କୃଷ୍ଣା,  ହକି ଇଣ୍ଡିଆର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଶ୍ରୀ ଶ୍ରୀବାସ୍ତବ ସହି ବିଭାଗୀୟ ଅଧିକାରୀ ଏବଂ ହକି ଖେଳାଳି ଉପସ୍ଥିତ ଥିଲେ।

ଏହି ଟ୍ରଫି ୧୩ ଟି ରାଜ୍ୟ ଏବଂ ଗୋଟିଏ ୟୁନିଅନ୍ ଟେରିଟୋରିରେ ଭ୍ରମଣ କରିବ। ଏହି ଟ୍ରଫିକୁ ବିଜୟ ଲାଭ କରିବାକୁ ଥିବା ଦଳ ନେବା ପୂର୍ବରୁ ତାହା ପ୍ରଶଂସକ ଏବଂ ଜନସାଧାରଣଙ୍କ ନିକଟରେ ପହଁଚି ପାରିବ। ୫ ରୁ ୨୫ ଡିସେମ୍ବରରେ ପର୍ଯ୍ୟନ୍ତ ଏହା ରାଜ୍ୟ ଭ୍ରମଣ କରିବ।

ଆସନ୍ତା ୨୧ ଦିନରେ ଏହି ଟ୍ରଫି ପଶ୍ଚିମବଙ୍ଗ, ମଣିପୁର, ଆସାମ, ଝାଡଖଣ୍ଡ, ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାନା, ନୂଆଦିଲ୍ଲୀ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ତାମିଲନାଡୁ, କେରଳ, କର୍ଣ୍ଣାଟକ ଏବଂ ଛତିଶଗଡ ପ୍ରଭୃତି ରାଜ୍ୟ ଦେଇ ଯାତ୍ରା କରିବ।

ଭାରତ ଭ୍ରମଣ ପରେ ଓଡ଼ିଶାକୁ ଏହି ହକି ପୁରୁଷ ବିଶ୍ୱକପ ଟ୍ରଫି ଫେରିବା ପରେ ରାଜ୍ୟର ସମସ୍ତ ଜିଲ୍ଲା ଭ୍ରମଣ କରିବ। ଏହି ଟ୍ରଫି ହକିର ଏନ୍ତୁଡିଶାଳ ସୁନ୍ଦରଗଡ ଜିଲ୍ଲାର ୧୭ ଟି ବ୍ଲକରେ ଭ୍ରମଣ କରିବ।

ରାଉରକେଲାରେ ଏହି ଭ୍ରମଣ ଶେଷ ହେବ। ଶେଷରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମକୁ ଏହା ଫେରିବ। କାରଣ ୨୯ ଜାନୁୟାରୀ ୨୦୨୩ ରେ କଳିଙ୍ଗ ଷ୍ଟାଡିୟନରେ ଫାଇନାଲ ଖେଳାଯିବ।

Categories
ବିଶେଷ ଖବର

‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି। ଏହାସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ବଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ।

ଏହାଦ୍ବାରା ଦୂରଦୂରାନ୍ତରରୁ ପାଠ ପଢିବାକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା।

ସୂଚନାଯୋଗ୍ୟ ଯେ, ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବାପାଇଁ ଏବଂ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ବଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

କୁଲତା ସମାଜର ଧର୍ମଶାଳା ପାଇଁ ପୁରୀରେ ଜାଗା ଓ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି ଜମି ଦିଆଯିବ। ଏହା ସହିତ ପ୍ରସ୍ତାବିତ ଧର୍ମଶାଳା ପାଇଁ ସ୍ବତନ୍ତ୍ର ସମସ୍ୟା ପାଣ୍ଠିରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ପ୍ରତିବର୍ଷ କୁଲତା ସମାଜର ଲକ୍ଷାଧିକ ଲୋକ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଆସିଥାନ୍ତି। ସେମାନଙ୍କ ରହଣି ଓ ଅନ୍ୟାନ୍ୟ ଧାର୍ମିକ କାର୍ଯ୍ୟକ୍ରମ ନିମନ୍ତେ ଏକ ଧର୍ମଶାଳା ପ୍ରତିଷ୍ଠା ପାଇଁ ଜମି ଯୋଗାଇ ଦେବାକୁ କୁଲତା ସମାଜର ଏକ ପ୍ରତିନିଧି ଦଳ ଗତ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀ ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏହାଦ୍ୱାରା କୁଲତା ସମାଜର ଜନସାଧାରଣ ପୁରୀରେ ରହିବା ସହିତ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ କରିପାରିବେ।