Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ପୁଣି ଏକ ଘୋଷଣା, ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହଯୋଗୀ ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି।

ପାଚିକା ଓ ସେମାନଙ୍କ ସହଯୋଗୀମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥି ପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ।

ଏହା ସହିତ ପାଚିକା ଏବଂ ତ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ।

ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପଞ୍ଚାବନ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ।

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ‘ୱେଲସ୍ପନ ଟେକ୍ସଟାଇଲ’ କଂପ୍ଲେକ୍ସର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଚୌଦ୍ବାର ପାଇଁ ବହୁତ ଖୁସିର ଦିନ। ଚୌଦ୍ବାର ଆଜି ତାର ଗୌରବ ଫେରି ପାଇବାକୁ ଯାଉଛି। ପଚାଶ ଦଶକର ଆରମ୍ଭରେ ବିଜୁ ବାବୁ ଚୌଦ୍ବାରରେ ଶିଳ୍ପ ବିକାଶର ଭିତ୍ତି ରଖିଥିଲେ । ଆଜି ପୁଣି ଥରେ ଚୌଦ୍ବାର ପାଇଁ, କଟକ ଜିଲ୍ଲା ପାଇଁ, ସାରା ଓଡିଶା ପାଇଁ ଶିଳ୍ପ କ୍ଷେତ୍ରରେ ନୂଆ ଇତିହାସ ଲେଖାଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ ୱେଲସ୍ପନ ଗ୍ରୁପ ବିଶ୍ୱର ଏକ ପ୍ରସିଦ୍ଧ ବୟନ ସାମଗ୍ରୀ ଉତ୍ପାଦନ କମ୍ପାନୀ। ଚୌଦ୍ୱାରରେ ଏହା ଏକ ଇଣ୍ଟିଗ୍ରେଟେଡ୍‌ ଟେକ୍ସଟାଇଲ ମାନୁଫାକ୍ଚରିଂ ଫାସିଲିଟି ଏବଂ ୱେୟାରହାଉସିଂ କମ୍ପ୍ଲେକ୍ସ ନିର୍ମାଣ କରୁଛି। ଏଥିପାଇଁ କମ୍ପାନୀ ୩,୦୫୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରୁଛି।

ଏହା ଦ୍ୱାରା ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହା ସହିତ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡିକୁ ବ୍ୟାପାର କ୍ଷେତ୍ରରେ ବିପୁଳ ସମ୍ଭାବନା ସୃଷ୍ଟି ହେବା ସହିତ ରାଜ୍ୟର ଶିଳ୍ପ ବାତାବରଣରେ ଉନ୍ନତି ଆସିବ। ୨୦୨୨ ମେକ-ଇନ୍‌-ଓଡିଶା କାର୍ଯ୍ୟକ୍ରମ ସମୟରେ ରାଜ୍ୟ ଶିଳ୍ପ ବିଭାଗ ଓ ଇପିକଲ୍‌ ପକ୍ଷରୁ ଏକ ଟିମ୍‌ ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ଏହି ଶିଳ୍ପ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଥିଲେ। ଓଡିଶାର ଶିଳ୍ପନୀତି ଓ ଅନୁକୂଳ ଶିଳ୍ପ ବାତାବରଣକୁ ଉପଲବ୍ଧି କରି ଏହି ଗୃପ ଓଡିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସମ୍ମତି ପ୍ରକାଶ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଶିଳ୍ପ ଦ୍ବାରା ଆମର କଳାହାଣ୍ଡି, ବଲାଙ୍ଗୀର, ରାୟଗଡା ଓ ଗଜପତି ପରି ଜିଲ୍ଲାର କପା ଚାଷୀ ମାନେ ମଧ୍ୟ ଉପକାର ପାଇବେ। ବୟନ ଶିଳ୍ପରେ ମା ମାନଙ୍କ ପାଇଁ ବହୁତ ସୁଯୋଗ ଅଛି ବୋଲି ମତ ଦେଇ ସେ କହିଥିଲେ ଯେ ସେମାନଙ୍କର ଦକ୍ଷତା ବିକାଶ କରାଯାଇ ସେମାନଙ୍କର ନିଯୁକ୍ତି ପାଇଁ ବହୁତ ସୁଯୋଗ ଆସିବ।

ୱେଲସ୍ପନ ଗ୍ରୁପ ସାରା ପୃଥିବୀର ଏକ ପ୍ରସିଦ୍ଧ ପ୍ରସିଦ୍ଧ ବୟନ ଶିଳ୍ପ କମ୍ପାନୀ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଉରୋପ, ଆମେରିକା ପରି ବିଶ୍ବର ଧନୀ ଦେଶ ମାନଙ୍କୁ ଏହାର ସାମଗ୍ରୀ ବହୁ ସଂଖ୍ୟାରେ ରପ୍ତାନୀ ହୁଏ । ଏପରି କମ୍ପାନୀ ଓଡିଶାକୁ ଆସିବା, ବହୁତ ଖୁସିର କଥା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚୌଦ୍ବାରରେ ଏହି କମ୍ପାନୀ ପୁଞ୍ଜିନିବେଶ ଓ ନିଯୁକ୍ତି କ୍ଷେତ୍ରରେ ଓଡିଶା ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିବ।

ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି.କେ. ଗୋଏଙ୍କାଙ୍କୁ ଓଡିଶାରେ ପୁଞ୍ଜି ବିନିଯୋଗ ପାଇଁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶ ଯାତ୍ରାରେ ୱେଲସ୍ପନ ଗ୍ରୁପର ପାର୍ଟନରସିପ୍ ଅଭିବୃଦ୍ଧିର ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ସେ ମତ ଦେଇଥିଲେ। ଏହି ଶିଳ୍ପର ସଫଳତା ପାଇଁ ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇଦେବେ ବୋଲି ସେ ପ୍ରତିଶୃତି ଦେଇଥିଲେ।

ଶିଳ୍ପ କ୍ଷେତ୍ରରେ ଆଜିର ଏହି ଯାତ୍ରା କଟକ ଜିଲ୍ଲାର ବିକାଶକୁ ଉଜ୍ଜଳ କରିବ ବୋଲି ପ୍ରକାଶ କରି ସେ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଓଡିଶା ଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବରେ ସାରା ପୃଥିବୀରେ ସୁନାମ କରିବ ।

ୱେଲସ୍ପନ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ବି. କେ. ଗୋଏଙ୍କା କହିଲେ ଯେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ବ୍ୟାପକ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନ ଓ କଠିନ ପରିଶ୍ରମ ଯୋଗୁ ଆଜି ଓଡିଶାରେ ଏପରି ପରିବର୍ତ୍ତନ ଦେଖିବାକୁ ମିଳିଛି ବୋଲି ସେ କହିଥିଲେ। ରାଜ୍ୟ ସରକାରଙ୍କ 5T ଉପକ୍ରମ ସମ୍ପର୍କରେ ମଧ୍ୟ ସେ ଆଲୋକପାତ କରି କହିଥିଲେ ଯେ ଏହି ନୀତି ଯୋଗୁ ଆଜି ଓଡିଶାର ସରକାରୀ ସ୍କୁଲ ଗୁଡିକ ପ୍ରାଇଭେଟ ସ୍କୁଲଠାରୁ ଅଧିକ ଭଲ ହୋଇ ପାରିଛି।

ଭାରତରେ ସବୁଠାରୁ ଅଧିକ ପୁଞ୍ଜି ଓଡିଶାକୁ ହିଁ ଆସୁଛି। ଓଡିଶାରେ ଶିଳ୍ପ ବିକାଶର ଭିତ୍ତି ବିଷୟରେ ଆଲୋକପାତ କରି ସେ ବିଜୁ ବାବୁଙ୍କ ଉଦ୍ୟମ ସଂପର୍କରେ କହିଥିଲେ। ଓଡିଶାର କପା ଚାଷୀଙ୍କ ଉନ୍ନତି ପାଇଁ ମଧ୍ୟ ସେ ଉଦ୍ୟମ କରିବେ ବୋଲି ପ୍ରକାଶ କରି ସେ କହିଥିଲେ ଓଡିଶାର ଶିଳ୍ପ ବାତାବରଣକୁ ଆହୁରି ଉନ୍ନତ କରିବା ପାଇଁ ସେ ତାଙ୍କର ଅବଦାନ ରଖିବେ ବୋଲି କହିଥିଲେ। ଏହି ପ୍ରକଳ୍ପ ଦ୍ୱାରା ୧୦ ହଜାର ପ୍ରତ୍ୟକ୍ଷ ନିଯୁକ୍ତି ସହିତ ୨୦ ହଜାର ପରୋକ୍ଷ ନିଯୁକ୍ତି ମିଳିବ ବୋଲି ସେ ସୂଚନା ଦେଇଥିଲେ।

କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ କହିଲେ ଯେ ଚୌଦ୍ୱାର ହେଉଛି ଓଡିଶାର ପ୍ରଥମ ଶିଳ୍ପ ନଗରୀ। ଆଜି ପୁଣି ଥରେ ଏହା ବିକାଶ ପଥରେ ଅଗ୍ରସର ହେଲା। ଏହି ଶିଳ୍ପ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସହିତ ବ୍ୟାପକ ଆତ୍ମନିଯୁକ୍ତି ମଧ୍ୟ ସୃଷ୍ଟି କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଜନସାଧାରଣଙ୍କ ସହ ମତ ବିନିମୟ କରି ବିଭିନ୍ନ ଯୋଜନାର ବର୍ଦ୍ଧିତ ଭତ୍ତା ସଂପର୍କରେ ଆଲୋଚନା କରିଥିଲେ। ମଧୁବାବୁ ପେନ୍‌ସନ୍‌, ମମତା, ଲକ୍ଷ୍ମୀ ଓ କଳାକାର ଭତ୍ତା ଯୋଜନା ସଂପର୍କରେ ସେ ବଢିଥିବା ଭତ୍ତା ସଂପର୍କରେ ଲୋକଙ୍କୁ ସଚେତନ କରିଥିଲେ। ନୂଆ-ଓ ଛାତ୍ରବୃତ୍ତି ସଂପର୍କରେ ସୂଚନା ଦେଇ ସେ କହିଥିଲେ ଯେ ଚଳିତ ମାସ ୨୫ ତାରିଖ ସୁଦ୍ଧା ଛାତ୍ରଛାତ୍ରୀମାନେ ଏହି ଛାତ୍ରବୃତ୍ତି ପାଇବେ ।

ବୟନଶିଳ୍ପ ପାଇଁ ୬୫୦ ପରିବାରର ଘର ସମସ୍ୟା ସୃଷ୍ଟି ହେଉଥିବା ସଂପର୍କରେ ସୂଚନା ଦେଇ ସେ କହିଥିଲେ ଏହି ସମସ୍ୟା ଶୀଘ୍ର ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ବିଧାୟକ ଶ୍ରୀ ସୌଭିକ ବିଶ୍ୱାଳ ପ୍ରମୁଖ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ । ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଅନ୍ତରାଷ୍ଟ୍ରୀୟ ବିଶେଷ ଖବର ମନୋରଂଜନ ରାଜ୍ୟ ଖବର ସିନେମା

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରୀତି ପାଣିଗ୍ରାହୀ, ଜାଣନ୍ତୁ କିଏ ଏହି ଯୁବତୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି ପ୍ରୀତି ପାଣିଗ୍ରାହୀ। ମୁଖ୍ୟମନ୍ତ୍ରୀଙ୍କୁ ଫୁଲତୋଡା ଦେଇ ସେ ସ୍ବାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ମଧ୍ୟ ତାଙ୍କୁ ବହୁତ ବହୁତ ଅଭିନନ୍ଦନ ଜଣାଇଛନ୍ତି।

ତାଙ୍କର କୃତିତ୍ବ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ସହିତ ଭବିଷ୍ୟତ ଉଜ୍ଜଳ କାମନା କରିଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ଓଡିଶାର ନାଁ ରଖିବାକୁ ତାଙ୍କୁ ଉପଦେଶ ଦେଇଛନ୍ତି।

ତେବେ ପ୍ରଶ୍ନ ଉଠିଛି ଯେ, ଏହି ପ୍ରୀତି ପାଣିଗ୍ରାହୀ କିଏ ସେ। ସେ ହେଉଛନ୍ତି ଅନ୍ତର୍ଜାତୀୟ ଚଳଚିତ୍ରର ଅଭିନେତ୍ରୀ। ଓଡିଆ ଝିଅ, ଯିଏ କେ Girls will be Girls ଚଳଚିତ୍ରରେ ଅଭିନୟ କରି ଅନ୍ତର୍ଜାତୀୟ ପୁରସ୍କାର ହାସଲ କରିଛନ୍ତି।

ଏହି ଚଳଚିତ୍ରର ଅଭିନୟ ପାଇଁ ସେ World Cinema Dramatic Special Jury Award  ହାସଲ କରିଛନ୍ତି। ସୁଇଡେନ ଫିଲ୍ମ ଫେଷ୍ଟିଭାଲରେ ଏହି ଚଳଚିତ୍ରଟି ପ୍ରଦର୍ଶିତ ହୋଇ ପ୍ରୀତିଙ୍କ ଅଭିନୟକୁ ଜୁରୀ ସଦସ୍ୟ ପ୍ରଶଂସା କରିଥିଲେ।

ସେହିପରି ପ୍ରୀତି ମଧ୍ୟ ନିଜେ ଏକ ଚଳଚିତ୍ର ନିର୍ମାଣ କରିଛନ୍ତି। ଯାହାର ନାମ ହେଉଛି Journey to Bhakti ଚଳଚିତ୍ର। ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ପଢ଼ିବା ସମୟରେ ଅଭିନୟ ଓ ଫିଲ୍ମନିର୍ମାଣ ଦିଗରେ ମନୋନିବେଶ କରିଥିଲେ। ସେ ପେସାଦାର ଥିଏଟର ସହ ସଂପୃକ୍ତ ରହି ୧୦ଟି କ୍ଷୁଦ୍ରଫିଲ୍ମ ନିର୍ମାଣ କରିଛନ୍ତି।

ସଂପ୍ରତି ସତ୍ୟଜିତ୍ ରାୟ ଫିଲ୍ମ ଆଣ୍ଡ୍ ଟିଭି ଇନଷ୍ଟିଚ୍ୟୁଟ୍‌ରେ ପ୍ରୀତି ଆନିମେସନ୍ ଓ ସିନେମାରେ ପିଜି ଡିପ୍ଲୋମା କରୁଛନ୍ତି। ୨୦୨୩ରେ ତାଙ୍କ ଅଭିନୀତ ‘ଜଗ୍ ପୁରନ୍’ ପରଦାକୁ ଆସିଥିଲା। ୨୦୧୫ରେ ତାଙ୍କୁ ସୃଜନଶୀଳ ପ୍ରଦର୍ଶନ ଲାଗି ଜାତୀୟ ବାଲ୍‌ଶ୍ରୀ ପୁରସ୍କାର ମିଳିଥିଲା।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ବ୍ୟକ୍ତିତ୍ୱ ରାଜ୍ୟ ଖବର

ରାଜ୍ୟସଭା ନିର୍ବାଚନରେ ବାପଠାରୁ ପୁଅ ଆଗରେ, ଯାହା ବିଜୁବାବୁ କରିପାରି ନ ଥିଲେ ତାହା ନବୀନ କଲେ

ଭୁବନେଶ୍ୱର: ରାଜ୍ୟ ସ୍ୱାର୍ଥକୁ ପ୍ରାଥମିକତା ଦେଇ ଦଳୀୟ ସ୍ୱାର୍ଥକୁ ଭୁଲି ଯାଇଥିବା ନେତାମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗରେ ଅଛନ୍ତି।

୧୯୯୪ ମସିହାରେ ଯେତେବେଳେ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କା ରାଜ୍ୟସଭାରୁ ଅବସର ନେଲେ ତାଙ୍କୁ ଆଉଥରେ ରାଜ୍ୟସଭାକୁ ପଠାଇବା ସହିତ ରେଳ ବିଭାଗର ମନ୍ତ୍ରୀ କରିବାକୁ ସେତେବେଳର ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାପା ବିଜୁ ପଟ୍ଟନାୟକ ଚେଷ୍ଠା କରିଥିଲେ।

କାରଣ କାହ୍ନୁଚରଣ ଲେଙ୍କା ସେତେବେଳେ ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ଦିଗରେ ଅନେକ ପଦକ୍ଷେପ ନେଇଥିଲେ, ଯାହାକି ବିଜୁବାବୁଙ୍କୁ ଆକୃଷ୍ଟ କରିଥିଲା। କିନ୍ତୁ କଂଗ୍ରେସ ହାଇକମାଣ୍ଡ ବିଜୁବାବୁଙ୍କ କଥାରେ ରାଜି ହୋଇନଥିଲେ।

ଏବେ ପୁଅର ପାଳି। ୨୦୧୯ରେ ସେ ଯେତେବେଳେ ବିଜେପି ପକ୍ଷରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେଲେ, ସେତେବେଳେ ବିଜେପିର ସଂଖ୍ୟାବଳ ନ ଥିଲା। କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ହୃଦୟ ଦେଖାଇ ତାଙ୍କୁ ରାଜ୍ୟସଭାକୁ ସମର୍ଥନ ଦେଇ ନିର୍ବାଚିତ କରାଇଥିଲେ। ଅଶ୍ୱିନୀ ମଧ୍ୟ ଏହି ସହାୟତା ଋଣ ପରିଶୋଧ କରିବାକୁ ଯଥାସାଧ୍ୟ ଉଦ୍ୟମ କରିଛନ୍ତି।

୨୦୨୧ ଜୁଲାଇରେ ସେ ରେଳ ମନ୍ତ୍ରୀ ହେବା ପରେ ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ଓ ନୂତନ ରେଳ ଚଳାଚଳ କ୍ଷେତ୍ରରେ ବ୍ୟାପକ ପଦକ୍ଷେପ ନେବା ସହିତ ଅନୁଦାନ ରାଶି ଆଶାତୀତ ଭାବରେ ପ୍ରଦାନ କରିଛନ୍ତି। ଚଳିତ ବର୍ଷ କାମଚଳା ବଜେଟରେ ଓଡ଼ିଶାକୁ ୧୦,୫୩୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ୫୨୪ କୋଟି ଅଧିକ ଅନୁଦାନ ମିଳିଛି।

ଅଶ୍ୱିନୀଙ୍କର ଏପରି କାମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହିତ ପୁଣିଥରେ ତାଙ୍କୁ ସଂସଦର ଉଚ୍ଚ ସଦନକୁ ପଠାଇବା ପାଇଁ ଦଳୀୟ ସ୍ୱାର୍ଥକୁ ରାଜ୍ୟ ସ୍ୱାର୍ଥ ଆଗରେ ତ୍ୟାଗ କରିବାକୁ ପଛଘୁଞ୍ଚା ଦେଇନାହାନ୍ତି। ନବୀନଙ୍କର ଏଭଳି କାର୍ଯ୍ୟକୁ ଓଡ଼ିଶାବାସୀ ପ୍ରଶଂସା କରିବା ସହିତ ବାପଠାରୁ ପୁଅ ଦୁଇପାଦ ଆଗରେ ବୋଲି ଆଲୋଚନା କରୁଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଜଂକିଆ ଠାରେ ୧୯ଟି ଶିଳ୍ପ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଂକିଆ ପଞ୍ଚାୟତ ମୁଣ୍ଡାଆମ୍ବ ମୌଜାରେ ଇଡକୋ ପକ୍ଷରୁ ବିଭିନ୍ନ କମ୍ପାନୀକୁ ଜମି ଆବଣ୍ଟନ କରାଯାଇଥିବାବେଳେ ବରୁଣ ବେଭେରଜ ପ୍ରାଇଭେଟ୍ ଲିମିଟେଡ, ନେସେଲେ, ବର୍ଜର, କିସଲେ, ଶିବଶକ୍ତି, ଚେମାକୋ, ଶ୍ରୀଜୟ, ଆଇଡିଭିବି, ରାଜଶ୍ରୀ, ଇଣ୍ଡୋପେଟ, ଶ୍ରୀଚକ୍ର, ସୁରକ୍ଷା, ନାରାୟଣୀ, ଅନୁପମ, ମେଗା ଫ୍ଲେକ୍ସ ଆଦି ପକ୍ଷରୁ କମ୍ପାନୀର ନିର୍ମାଣ କରାଯାଇଛି। ଏହି କମ୍ପାନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କର କମଳରେ ଆଜି ଉଦଘାଟିତ ହୋଇଯାଇଛି।

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଂକିଆ ମୁଣ୍ଡାଆମ୍ବ ଠାରେ ପହଞ୍ଚି ଏହାକୁ ଉଦଘାଟନ କରିଛନ୍ତି। ମୂଖ୍ୟମନ୍ତ୍ରୀଙ୍କ ଗ୍ରସ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଓ ଜଂକିଆ ପୋଲିସ କମ୍ପାନୀ ଅଞ୍ଚଳରେ ସୁରକ୍ଷା ନିମନ୍ତେ ସମସ୍ତ ବ୍ୟବସ୍ଥା କରିଥିଲେ। ହେଲିପ୍ୟାଡ ଓହ୍ଲାଇ ମୂଖ୍ୟମନ୍ତ୍ରୀ ସଭା ସ୍ଥଳକୁ ଆସି କମ୍ପାନୀ ଗୁଡିକ ଲୋକାର୍ପଣ କରିଥିଲେ। ଜଂକିଆ ଅଂଚଳରେ କମ୍ପାନୀ ହେବା ଦ୍ଵାରା ସ୍ଥାନୀୟ ଅଞ୍ଚଳର ବେକାର ଯୁବକ ଯୁବତୀ ରୋଜଗାର ପାଇ ପାରିବେ ବୋଲି ଜଣାପଡିଛି।

Categories
ଆଜିର ଖବର ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ଭୁବନେଶ୍ବର:  ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି।

ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜ କୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅଙ୍ଗଦାନ ଏକ ମହତ ଦାନ । ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି।

ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି।

ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ ଯେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୁରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ସଡକ ଦୁର୍ଘଟଣାରେ ଗୁରୁତର ଆହତ ସୁରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ସୁରଜଙ୍କର ଶରୀରର ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକ ୬ ଜଣ ଲୋକଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିଲା।

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।

Categories
ବିଶେଷ ଖବର

‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ ଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା, କେନ୍ଦୁଝର, କୋରାପୁଟ, ନୟାଗଡ, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁବର୍ଣ୍ଣପୁର।

ଉଦ୍‌ଘାଟନ ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯୋଗାଯୋଗ ହେଉଛି ବିକାଶର ଆଧାର। ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। ଗାଁଠୁ ସହର ସବୁଆଡେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ ରହିଛି। ୫-ଟି ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି। ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡା ଯାଉଛି। ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି ବୋଲି କହି ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢିବା ସହ ଚାଷୀ ଭାଇ ଭଉଣୀମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢାରେ ସୁବିଧା ହେବ ବୋଲି ସେ କହିଥିଲେ।

‘ଆମ ବସ୍‌ ଷ୍ଟାଣ୍ଡ’ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ନୂଆ ବସ୍‌ ଷ୍ଟାଣ୍ଡଗୁଡିକ ବ୍ୟବସାୟ କେନ୍ଦ୍ର ଭାବେ ଧିରେ ଧିରେ ବିକଶିତ ହେବ ଏବଂ ଏହା ଦ୍ୱାରା ଅର୍ଥନୈତିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଇବ। ସେ ଆହୁରି ମଧ୍ୟ କହିଥିଲେ ଯେ ସାଧାରଣ ପରିବହନ ଭିତ୍ତିଭୂମିକୁ ମଜବୁତ୍‌ କରିବା ସହିତ ଲୋକମାନେ ଯେପରି ଏହି ସାଧାରଣ ପରିବହନ ବ୍ୟବସ୍ଥାକୁ ବହୁଳ ଭାବେ ବ୍ୟବହାର କରିବେ ସେଥିପାଇଁ ସମସ୍ତଙ୍କୁ ସଚେତନ କରିବା ଆବଶ୍ୟକ। ନୂଆ ବସ୍‌ ଷ୍ଟାଣ୍ଡରେ ଲୋକମାନଙ୍କର ସୁରକ୍ଷା ସହିତ ସେଠାରେ ଉପଲବ୍ଧ ସାଧାରଣ ସୁବିଧା ସୁଯୋଗର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି ସେ କହିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମରେ ଭାଗ ନେଇ ତୃତୀୟ ମହଲା କନଫରେନ୍‌ସ ହଲରେ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ନୂଆପଡାଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ମୁନିଗୁଡାଠାରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ହରଭଙ୍ଗାଠାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦିପ କୁମାର ଅମାତ୍‌ ନୂଆ ବସ୍‌ ଷ୍ଟାଣ୍ଡ ମାଧ୍ୟମରେ ଜନସାଧାରଣଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରାଯାଇଛି ଏବଂ ଏହି ବସ୍‌ ଷ୍ଟାଣ୍ଡଗୁଡିକ ରାଜ୍ୟର ପରିବହନ ସେବା କ୍ଷେତ୍ରରେ ମାଇଲଖୁଣ୍ଟ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମକୁ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଗୋଟିଏ ସହରର ପରିଚୟ ସୃଷ୍ଟି ପାଇଁ ବସ୍‌ ଷ୍ଟାଣ୍ଡର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ଏହି ବସ୍‌ ଷ୍ଟାଣ୍ଡ ଗୁଡିକ ଆପଣମାନଙ୍କର ସମ୍ପତ୍ତି । ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଥିଲେ। ଏଥି ସହିତ ବିଭିନ୍ନ ଅଞ୍ଚଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ୫-ଟି ଉପକ୍ରମରେ ନିଆଯାଇଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ଭୋଗରାଇଠାରେ ବିଧାୟକ ଅନନ୍ତ ଦାସ, ସିମିଳିଗୁଡାଠାରେ ବିଧାୟକ ରଘୁରାମ ପଡାଲ, ବିରମହାରାଜପୁରଠାରେ ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ କହିଥିଲେ ଯେ ନୂଆ ବସ୍‌ ଷ୍ଟାଣ୍ଡ ଦ୍ୱାରା ସାଧାରଣ ଲୋକଙ୍କର ଗମନାଗମନ ବ୍ୟବସ୍ଥାରେ ଯେଉଁ ଅସୁବିଧା ଥିଲା ତାହା ଦୂର ହୋଇଛି। ଜନସାଧାରଣଙ୍କ ପାଇଁ ଏଭଳି ସୁବିଧା ସୁଯୋଗ ଆଣିଦେଇଥିବା ହେତୁ ମୁଖ୍ୟମନ୍ତ୍ରୀ ଓ ୫-ଟି, ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ନୂଆଗଡ ‘ଆମ ବସ୍‌ ଷ୍ଟାଣ୍ଡ’ରୁ ସ୍ଥାନୀୟ ବାସିନ୍ଦା ଆର୍ମିଏଲ ଏଡ୍‌ଲା ଏବଂ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଯୁକ୍ତ ୩ ଛାତ୍ରୀ ଲକି ସାହୁ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଆମ ମୁଖ୍ୟମନ୍ତ୍ରୀ ଏଭଳି ଆମ ପାଇଁ ବସ୍‌ ଷ୍ଟାଣ୍ଡ କରିଛନ୍ତି ଯାହା ବଡ ବଡ ସହରରେ ଦେଖିବାକୁ ମିଳିଥାଏ। ଏଥିପାଇଁ ଆମେ ବହୁତ ଖୁସୀ ଓ କୃତଜ୍ଞ। ଲକି ସାହୁ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଜରିଆରେ ମୋ ଭଳି ଅନେକ ଛାତ୍ରଛାତ୍ରୀଙ୍କର ସ୍କୁଲ କଲେଜ ଯିବା ଆସିବା ସମସ୍ୟା ଦୂର ହୋଇଛି ଏବଂ ଗରୀବ ଘରର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଏକ ବହୁତ ବଡ ଉପହାର ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ OSRTCର CMD ଦିପ୍ତେଶ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ଗଞ୍ଜାମ ଜିଲ୍ଲାର ୩୯୫୨ କୋଟି ଟଙ୍କାର ପ୍ରକଳ୍ପକୁ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ ସେଠାରେ ୧୮୧.୭୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୭ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ୧୩୬.୭୮ କୋଟି ଟଙ୍କାର ୮ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ପରେ ଶୀତଳାପଲ୍ଲୀଠାରେ ୬୩୯.୮୧ କୋଟି ଟଙ୍କା ମୂଲ୍ୟର ୨୪ ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ୨୯୯୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଶେରଗଡ଼ଠାରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ସହଯୋଗରେ ହିଞ୍ଜିଳି-ଶେରଗଡ଼ ଦେଶର ଶ୍ରେଷ୍ଠ ବ୍ଲକ୍ ଭାବେ ପରିଚୟ ପାଇଛି ଏବଂ ଏହି ନିର୍ବାଚନ ମଣ୍ଡଳୀ ଏକ ଆଦର୍ଶ ନିର୍ବାଚନ ମଣ୍ଡଳୀରେ ମଧ୍ୟ ପରିଣତ ହୋଇଛି। ୫-ଟି ଉପକ୍ରମରେ ରୂପାନ୍ତର ଅଭିଯାନର ଭିତ୍ତି ପ୍ରଥମେ ହିଞ୍ଜିଳି-ଶେରଗଡ଼ରୁ ହିଁ ଆରମ୍ଭ ହୋଇଥିଲା।

ମା’ତାରାତାରିଣୀ ପୀଠର ଉନ୍ନତି ସହିତ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟ ଏଠାରୁ ଆରମ୍ଭ ହୋଇଥିଲା। ଏହିସବୁ ରୂପାନ୍ତର କାର୍ଯ୍ୟ ଆଜି ଦେଶବିଦେଶକୁ ଆକର୍ଷିତ କରୁଛି । ଆଜି ହାଇସ୍କୁଲ ରୂପାନ୍ତର କାର‌୍ୟ୍ୟ ଶେଷହୋଇ ସାରା ରାଜ୍ୟରେ ୮୦୦୦ରୁ ଅଧିକ ହାଇସ୍କୁଲ ରୂପାନ୍ତରିତ ହୋଇଛି।

ପିଲାମାନଙ୍କ ଖୁସି ଓ ଲୋକଙ୍କ ଖୁସି ଦେଖି ସେ ବି ଆନନ୍ଦିତ ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନ୍‌.ଏ.ସି ଭାବେ ଘୋଷଣା କରିଥିଲେ ଏବଂ ହିଞ୍ଜିଳି-ଶେରଗଡ଼ର ବିକାଶକୁ ଏକ ନୂଆ ସୋପାନରେ ପହଞ୍ଚାଇବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଶୀତଳାପଲ୍ଲୀଠାରେ ଆୟୋଜିତ କାର‌୍ୟ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସରସ୍ୱତୀ ପୂଜାର ଶୁଭ ଅବସରରେ ଗଞ୍ଜାମ ଜିଲ୍ଲା ପାଇଁ ୫ ହଜାର କୋଟିରୁ ଅଧିକ ଟଙ୍କାର ଜଳସେଚନ ପ୍ରକଳ୍ପ, ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା।

ସେହିପରି ଗୋପାଳପୁର ଶିଳ୍ପ ପାର୍କରେ ଏସିଏମ୍‌ଇ ଓ ଆଭାଡ଼ା ଦ୍ୱାରା ଗ୍ରୀନ୍ ଫୁଏଲ୍ ପ୍ରକଳ୍ପ ଏବଂ ଗୋପାଳପୁରଠାରେ ଇଡ୍‌କୋର ୟୁଟିଲିଟି କରିଡ଼ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେଲା। ଏହା ଦ୍ୱାରା ଜିଲ୍ଲାରେ ଶିଳ୍ପ ବିକାଶ ସହିତ ନିଯୁକ୍ତି ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କହିଥିଲେ । ଆଜି ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ଦେଶରେ ଦ୍ୱିତୀୟ ସ୍ଥାନରେ ଅଛି। ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଓଡ଼ିଶା ଖାଦ୍ୟ ଯୋଗାଉଛି।

ବିଶ୍ୱର ବଡ଼ ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି। କ୍ରୀଡ଼ା ଓ ବିପର‌୍ୟ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ସୁନାମ ଅର୍ଜନ କରିଛି। ଆମର ୫-ଟି ଉପକ୍ରମ ଶିକ୍ଷା-ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମଲେଈ ପ୍ରକଳ୍ପ ଓ ମା’ ତାରାତାରିଣୀ ପୀଠର ରୂପାନ୍ତର ଓଡ଼ିଶାକୁ ଗୌରବାନ୍ୱିତ କରିଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ଚିକିତ୍ସା ଚିନ୍ତା ଦୂର କରିଛି।

ରାଜ୍ୟରେ ମା’ମାନେ ଆଜି ଉଦ୍ୟୋଗୀ ହେବା ପାଇଁ ଆଗଭର ହେଲେଣି। ଚାଷୀମାନଙ୍କ ପାଇଁ ମା’ମାନଙ୍କ ପାଇଁ ଓ ଯୁବଗୋଷ୍ଠୀ ପାଇଁ ବିନାସୁଧରେ ଋଣ ବ୍ୟବସ୍ଥା ସେମାନଙ୍କ ପାଇଁ ସୁଯୋଗ ଆଣିଦେଉଛି। ଛାତ୍ରଛାତ୍ରୀଙ୍କ ପାଇଁ ନୂଆ-ଓ ଛାତ୍ରବୃତ୍ତି ଆରମ୍ଭ ହେବାକୁ ଯାଉଛି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଜି ଦେଶରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି କହି ଆଗାମୀ ଦିନରେ ଓଡ଼ିଶାକୁ ବିକାଶର ନୂଆ ସୋପାନରେ ପହଞ୍ଚାଇବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୀତଳାପଲ୍ଲୀଠାରେ ନବନିର୍ମିତ ୨୦୦ ଶଯ୍ୟାବିଶିଷ୍ଟ ସମ୍ ସୁପରସ୍ପେସିଆଲିଟି ହସ୍‌ପିଟାଲ୍‌କୁ ଲୋକାର୍ପିତ କରିବା ସହିତ ଘରପାଖରେ ଆପଣମାନେ ଏହା ମାଧ୍ୟମରେ ଭଲ ଚିକିତ୍ସା ସୁବିଧା ପାଇବେ ବୋଲି କହିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ଗୋପାଳପୁରଠାରେ ୨୭ ହଜାର କୋଟି ଟଙ୍କା ନିବେଶରେ ଏ.ସି.ଏମ୍‌.ଇ ଦ୍ୱାରା ୧.୧୦ ଏମ୍‌.ଏମ୍‌.ଟି.ପି.ଏ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ଏବଂ ୮ ହଜାର କୋଟି ଟଙ୍କା ନିବେଶରେ ଆଭାଡ଼ା ଗ୍ରୀନ୍ ହାଇଡ୍ରୋଜେନ୍ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ। ଏହି ଦୁଇ ପ୍ରକଳ୍ପ ଦ୍ୱାରା ପ୍ରାୟ ୫୨୦୦ ଯୁବଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍ ସମସ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପ୍ରକଳ୍ପ ସଂପର୍କରେ ଲୋକମାନଙ୍କ ସହ ଆଲୋଚନା କରିଥିଲେ।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବୁଣାକାର ଓ କାରିଗରଙ୍କ ପାଇଁ ନବୀନଙ୍କ ବଡ ଘୋଷଣା, ପାଇବେ ମାସିକ ୨୦୦୦ ଟଙ୍କା ସହାୟତା

ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’।

ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ ।

ସୂଚନା ଯୋଗ୍ୟ ଯେ ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ଓ କଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି । ରାଜ୍ୟର ସମୃଦ୍ଧ ଐତିହ୍ୟର ପ୍ରଦର୍ଶନ ଏବଂ ସଂରକ୍ଷଣ ପାଇଁ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ।

ରାଜ୍ୟରେ ୧,୨୫,୦୦୦ ରୁ ଅଧିକ ବୁଣାକାର ତଥା ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଥିବା ବେଳେ ୧,୫୦,୦୦୦ ରୁ ଅଧିକ ହସ୍ତଶିଳ୍ପ କାରିଗର ଅଛନ୍ତି।  ତେବେ, ପରିଣତ ବୟସରେ ବୁଣାକାର ମାନଙ୍କ ସହାୟତା ପାଇଁ ରାଜ୍ୟ ସରକାରଙ୍କ “ବରିଷ୍ଠ ବୁଣାକାର ସହାୟତା ଯୋଜନା “ ଥିବା ବେଳେ ବରିଷ୍ଠ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ କୌଣସି ଯୋଜନା ନାହିଁ।

ବୁଣାକାର ମାନେ ୬୦ ରୁ ୮୦ ବର୍ଷ ବୟସ ମଧ୍ୟରେ ମାସିକ ୫୦୦ ଟଙ୍କାର ସହାୟତା ପାଉଥିବା ବେଳେ ୮୦ ବର୍ଷ ବଯସରୁ ଅଧିକ ବୟସରେ ମାସିକ ୭୦୦ ଟଙ୍କାର ସହାୟତା ପାଉଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ବୁଣାକାର ଓ ହସ୍ତଶିଳ୍ପ କାରିଗରମାନେ ଏ ସମ୍ପର୍କରେ ଅନୁରୋଧ କରିଥିଲେ। ଏହି ଅନୁରୋଧକୁ ବିଚାରକୁ ନେଇ ରାଜ୍ୟ ସରକାର ରାଜ୍ୟର ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କର କଲ୍ଯାଣ ନିମନ୍ତେ ଏକ ନୂତନ ଯୋଜନା “ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା“ ପ୍ରଣୟନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ଯୋଜନାରେ ଯୋଗ୍ୟ ବିବେଚିତ ହେବାପାଇଁ ନିମ୍ନଲିଖିତ ଯୋଗ୍ୟତା ଥିବା ଆବଶ୍ୟକ।

କ ) ହିତାଧିକାରୀଙ୍କ ନାମ ବୟନଶିଳ୍ପ ନିର୍ଦ୍ଦେଶକ ଓ ହସ୍ତଶିଳ୍ପ ନିର୍ଦ୍ଦେଶକ ଙ୍କ ଦ୍ଵାରା କରାଯାଇଥିବା ସର୍ବେକ୍ଷଣ ତାଲିକା ରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ଭାବରେ ପଞ୍ଜିକୃତ ହୋଇଥିବ ।

ଖ ) ତାଙ୍କର ପରିବାରର ବାର୍ଷିକ ଆୟ ୧ ଲକ୍ଷ ଟଙ୍କା ରୁ ଉର୍ଦ୍ଧ୍ବ ହୋଇନଥିବ I

ଗ) ରାଜ୍ୟ ସରକାର କିମ୍ବା କେନ୍ଦ୍ର ସରକାର ଙ୍କ ଦ୍ଵାରା କୌଣସି ଅନୁରୂପ ଯୋଜନାର ଲାଭାର୍ଥୀ ହୋଇନଥିବେ I

ଘ) ହିତାଧିକାରୀ ସରକାରୀ କର୍ମଚାରୀ, ଆୟକରଦାତା କିମ୍ବା କେନ୍ଦ୍ର ଅଥବା ରାଜ୍ୟ ସରକାରଙ୍କ ପେନସନଭୋଗୀ ହୋଇନଥିବେ I

ଙ) ଗୋଟିଏ ପରିବାରରୁ ଜଣେ ମାତ୍ର ଏହି ଯୋଜନାରେ ଲାଭ ପାଇପାରିବେ।

ଚ) ଏହି ଯୋଜନାର ସହାୟତା ରାଶି ଯୋଗ୍ୟ ବିବେଚିତ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କ ଆଧାର ସଂଯୁକ୍ତ ବ୍ଯାଙ୍କ ସଞ୍ଚୟ ଖାତାକୁ ସିଧା ସଳଖ ଡିବିଟି ଦ୍ଵାରା ପ୍ରଦାନ କରାଯିବ I

୬. ଏହି ଯୋଜନା ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ଵାରା କାର୍ଯ୍ୟକାରୀ କରାଯିବ ।

ଏଥିନିମନ୍ତେ ଆବଶ୍ଯକୀୟ ମାର୍ଗଦର୍ଶିକା ବିଭାଗ ତରଫରୁ ଜାରି କରାଯିବ।

ବରିଷ୍ଠ ବୁଣାକାର ସହାୟତା ଯୋଜନାରେ ସହାୟତା ପାଉଥିବା ହିତାଧିକାରୀ ମାନଙ୍କୁ ବର୍ଦ୍ଧିତ ହାରରେ ସହାୟତା ରାଶି ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରଦାନ କରାଯିବ।

ପରବର୍ତ୍ତୀ ସମୟରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ମଧ୍ୟରୁ ଉପଯୁକ୍ତ ହିତାଧିକାରୀ ଚୟନ କରାଯାଇ ସହାୟତା ରାଶି ଯଥାଶୀଘ୍ର ପ୍ରଦାନ କରାଯିବ।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ନବୀନଙ୍କ ପୁଣି ବଡ ଘୋଷଣା, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

ଭୁବନେଶ୍ବର: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି।

ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ।

ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ।

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା। ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି।

ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି।

ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ।

ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ। ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ଗଂଜାମର ଶେରଗଡ ପଞ୍ଚାୟତକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଂଜାମର ଶେରଗଡ ପଞ୍ଚାୟତକୁ ଏନଏସି ଘୋଷଣା କରିଛନ୍ତି। ଖୁବ ଶିଘ୍ର ସେ ନେଇ କାର୍ଯ୍ୟ ହେବ ବୋଲି ନବୀନ କହିଛନ୍ତି। ଆଜି ନବୀନ ଶେରଗଡ ଗସ୍ତରେ ଯାଇ ଏହି ଘୋଷଣା କରିଛନ୍ତି।

ଏଥିସହିତ ଗଂଜାମ ଜିଲ୍ଲା ପାଇଁ ପ୍ରାୟ ତିନି ଶହ କୋଟି ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେହିପରି ଗଂଜାମ ଜିଲ୍ଲାକୁ ଆସନ୍ତା 21 ତାରିଖରୁ ଲକ୍ଷ୍ମୀ ବସ ସେବା ଶୁଭାରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ଆଜି ଗୋପାଳପୁର ଓ ହିଞ୍ଜିଳି ନିର୍ବାଚନ ମଣ୍ଡଳି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଂଜାମ ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳି ଗସ୍ତରେ ଯିବେ। ଗୋଟିଏ ହେଲା ବହୁ ଚର୍ଚ୍ଚିତ ଗୋପାଳପୁର ଏବଂ ତାଙ୍କର ନିଜ ନିର୍ବାଚନ ମଣ୍ଡଳି ହିଞ୍ଜିଳି। ଏହି ଦୁଇଟି ନିର୍ବାଚନ ମଣ୍ଡଳିରେ ଉଭୟ ସରକାରୀ ଏବଂ ଦଳିୟ କାର୍ଯ୍ୟକ୍ରମ ରହିଛି।

ଆଜି ଦିନ ୧୧ଟା ୧୫ରେ ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ପହଞ୍ଚି ସେଠାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ। ଏଥିସହିତ ସେଠାରେ ସେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ। ଏହାପରେ ଶୀତଳାପଲ୍ଲୀଠାରେ ନିର୍ମିତ ସମ୍ ହସ୍ପିଟାଲର ନୂଆ ୟୁନିଟକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ପରେ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ପଡ଼ିଆରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । ଘଟକେଶ୍ବର ବହୁମୁଖୀ ପ୍ରକଳ୍ପ, ହରଭଙ୍ଗି ସଂପ୍ରସାରିତ ପ୍ରକଳ୍ପ, ଛେଳିଗଡ଼ ଟନେଲର ଉଦଘାଟନ ସହ ଡ୍ୟାମ ଓ ଜାନିବିଲି ବ୍ୟାରେଜ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଆକ୍ମି କ୍ଲିନ ଏନର୍ଜି ପ୍ରାଇଭେଟ ଲିମିଟେଡର ଓ ଅଭଢା ଗୃପ ଅଫ କମ୍ପାନିଜର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ନବୀନଙ୍କ ପୁଣି ଏକ ବଡ ଘୋଷଣା: ଗର୍ଭବତୀ ମହିଳାଙ୍କୁ ଆଉ ୫ ହଜାର ନୁହେଁ, ମିଳିବ ୧୦ ହଜାର ଟଙ୍କା

ଭୁବନେଶ୍ବର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା।

ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ।

ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ। ମମତା ଯୋଜନା ବେଶ ଲୋକପ୍ରିୟ ଯୋଜନା ଏବଂ ଏହାକୁ ଜାତୀୟ ସ୍ତରରେ ଏକ ମଡେଲ ଭାବରେ ଗ୍ରହଣ କରାଯାଇଛି।

ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ(ଗର୍ଭାବସ୍ଥାର ୬ ମାସ ପରେ ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି। ୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ।

୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ମା’ ମାନେ ଏହି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ମମତା ଯୋଜନାର ସହାୟତା ରାଶି ପରିମାଣ କୁ ବୃଦ୍ଧି କରିଛନ୍ତି।

ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଉର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ମା ଉପକୃତ ହେଉଛନ୍ତି। ଏଥି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି। ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲ୍ପଲାଇନକୁ କଲ୍‌ କରନ୍ତୁ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଲୋକାର୍ପିତ ହେବ ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ

ଭୁବନେଶ୍ଵର: ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ଓ ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଆସୁଥିବା ଶିକ୍ଷା ଓ ଅନୁସନ୍ଧାନ ଏବେ ଦକ୍ଷିଣ ଓଡ଼ିଶାରେ ଉତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟରେ ବ୍ରହ୍ମପୁର ନିକଟ ଶିତଳାପଲ୍ଲୀ ଠାରେ ସମ୍ ହସ୍ପିଟାଲ୍‌ର ତୃତୀୟ କ୍ୟାମ୍ପସ ଆରମ୍ଭ କରିବାକୁ ଯାଉଛି।

ସମ୍ ହସ୍ପିଟାଲ୍‌ର ଏହି ମଲ୍ଟି ସୁପର ସ୍ପେଶିଆଲିଟି ହସ୍ପିଟାଲ୍‌କୁ ବୁଧବାର, ଫେବୃଆରୀ ୧୪ ତାରିଖ ବସନ୍ତ ପଂଚମୀ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ।

ଓଡ଼ିଶା ସମତେ ପୂର୍ବାଂଚଳ ରାଜ୍ୟଗୁଡ଼ିକ ନିମନ୍ତେ ଏକ ନିର୍ଭରଯୋଗ୍ୟ ଓ ଲୋକପ୍ରିୟ ସ୍ୱାସ୍ଥ୍ୟ ସେବା କେନ୍ଦ୍ର ଭାବେ ଉଭା ହୋଇଥିବା ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ୨୦୦୫ ମସିହାରେ ରାଜ୍ୟବାସୀଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିଲା। ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ୨୦୨୩ ମସିହାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନ୍‌ଆଇଆରଏଫ୍‌)ର ର‌୍ୟାଙ୍କିଙ୍ଗ୍‌ରେ ଦେଶର ୧୬ ତମ ଶ୍ରେଷ୍ଠ ମେଡିକାଲ୍ କଲେଜ ଭାବେ ସ୍ଥାନୀତ ହୋଇଛି।

ଗତ ଜାନୁଆରୀ ମାସ ୨୧ ତାରିଖରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା।

ଭୁବନେଶ୍ୱର ଓ କଟକ ମଧ୍ୟବର୍ତୀ ଜାତୀୟ ରାଜପଥ – ୧୬ ନିକଟରେ ଆରମ୍ଭ ହୋଇଥିବା ଏହି ନୂତନ ହସ୍ପିଟାଲ୍‌ରେ ରୋଗୀମାନଙ୍କୁ ଉତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଓ ଅଗ୍ରଣୀ ବୈଷୟିକ ଜ୍ଞାନ କୌଶଳ ସମ୍ପନ୍ନ ବ୍ୟବସ୍ଥା ରହିଛି।

ଶିତଳାପଲ୍ଲୀ ଠାରେ ଆରମ୍ଭ ହେବାକୁ ଯାଉଥିବା ନୂତନ ହସ୍ପିଟାଲ୍‌ରେ ୨୦୦ ଶଯ୍ୟାର ସୁବିଧା ରହିଥିବା ବେଳେ ଆଗାମୀ ଦିନରେ ଏହାର ସଂଖ୍ୟା ବୃଦ୍ଧି ପାଇ ୫୦୦ ହେବ।

ଏହି ଡାକ୍ତରଖାନାରେ ସୁଲଭ ମୂଲ୍ୟରେ ସମସ୍ତ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ସୁବିଧା ଉପଲବ୍ଧ ହେବା ସହ ୨୪ ଘଂଟା ରୋଗୀ ସେବା ପ୍ରଦାନ କରାଯିବ। ସୋଆ ପକ୍ଷରୁ ଭୁବନେଶ୍ୱରରେ ୨୦୨୦ ମସିହାରେ ଏକ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ମଲ୍ଟି ସୁପର ସ୍ପେଶିଆଲିଟି କ୍ୱାଟରନେରି କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାର ମଧ୍ୟ ଆରମ୍ଭ କରାଯାଇଛି। ସୋଆର ଏହି ୪ ଟି ହସ୍ପିଟାଲ୍ ଲୋକମାନଙ୍କୁ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କରିବା ନିମନ୍ତେ ପରସ୍ପରର ସହଯୋଗ କରିବେ। ଏହି ୪ ଟି ହସ୍ପିଟାଲ୍‌ରେ ରାଜ୍ୟ ସରକାରଙ୍କ ଦ୍ୱରା ପ୍ରଚଳିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସୁବିଧା ଉପଲବ୍ଧ।

୨୦୨୦ ମସିହାରେ କୋଭିଡ୍‌-୧୯ ମହାମାରୀର କରାଳ ଛାୟା ସାରା ବିଶ୍ୱର ଜନଜୀବନକୁ କବଳିତ କରିଥିବା ବେଳେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଅବିରତ ଓ ଉତମ ସ୍ୱାସ୍ଥ୍ୟ ସେବା ପ୍ରଦାନ କରିଥିଲା। ସମ୍ କୋଭିଡ ହସ୍ପିଟାଲ୍ ଗୁଡ଼ିକ ଯୋଗୁଁ ହିଁ ଓଡି଼ଶାରେ କରୋନା ମୃତ୍ୟୁ ହାର କମ୍ ରହିଥିଲା।

୨୦୨୩ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗରେ ବିଶ୍ୱବିଦ୍ୟାଳୟ କ୍ୟାଟେଗୋରିରେ ସୋଆ ଦେଶରେ ଶ୍ରେଷ୍ଠ ୧୫ ତମ ବିଶ୍ୱବିଦ୍ୟାଳୟର ମାନ୍ୟତା ପାଇଛି।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ରାଜ୍ୟସଭା ପ୍ରାର୍ଥୀପତ୍ର ଦାଖଲ କଲେ ଦୁଇ ବିଜେଡି ନେତା, ତଥାପି ସସପେନସରେ ତୃତୀୟ ଆସନ

ଭୁବନେଶ୍ବର: ଆଜି ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ। ଆଜି ଦଳିୟ ନେତାଙ୍କ ଗହଣରେ ବିଧାନସଭା ଯାଇ ଉଭୟ ନାମାଙ୍କନ ଦାଖଲ କରିଛନ୍ତି।

ସେମାନଙ୍କ ପ୍ରାର୍ଥୀପତ୍ର ଦାଖଲ ବେଳେ ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ବିକ୍ରମ ଆରୁଖ, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ମୁଖ୍ୟସଚେତକ ପ୍ରଶାନ୍ତ ମୁଦୁଲି, ବିଧାୟକ ଅରୁଣ ସାହୁ, ପ୍ରତାପ ଜେନା ଏବଂ ଉମା ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।

ତେବେ ବିଜେଡି ତୃତୀୟ ପ୍ରାର୍ଥୀଙ୍କୁ ଜିତାଇବାରେ ସକ୍ଷମ ଥିବା ବେଳେ ଏ ପର୍ଯ୍ୟନ୍ତ ତାଙ୍କ ନାମ ଘୋଷଣା ହୋଇ ନାହିଁ। ଦୁଇ ଜଣଙ୍କ ନାମ ଘୋଷଣା ହେବା ପରେ କଣ ପାଇଁ ଦଳ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରି ନାହିଁ ସେ ନେଇ ସସପେନସ ଜାରୀ ରହିଛି।

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ନବୀନଙ୍କ ବଡ ନିଷ୍ପତି, ରାସନ କାର୍ଡଧାରୀଙ୍କୁ ମିଳିବ ମାଗଣା ଚାଉଳ ସହ ୧ ହଜାର ଟଙ୍କା, କ୍ୟାବିନେଟ ଅନୁମୋଦନ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ତାହା ହେଲା ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ପାଉଛନ୍ତି ସେମାନଙ୍କୁ ଏଣିକି ୧  ହଜାର ଟଙ୍କା ଲେଖାଏଁ ମିଳିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ ଏହି ନିଷ୍ପତି ଗ୍ରହଣ କରାଯାଇଛି।

ଏଥିସହିତ ଚାଉଳ ଗହମ ନେବା ପାଇଁ ସେମାନଙ୍କୁ ଦୁଇଟି ଭଲ ଝୋଟ ବ୍ୟାଗ ମଧ୍ୟ ପ୍ରଦାନ କରାଯିବ। କେବଳ ସେତିକି ନୁହେଁ ଏହି ଶ୍ରେଣୀ ପରିବାରର ଯୁବ ଉଦ୍ୟୋଗୀଙ୍କୁ ନବୀନ ସରକାର ବ୍ୟବସାୟ କରିବା ପାଇଁ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଯୋଗାଇ ଦେବେ।  ଏହାଦ୍ୱାରା ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ।

ଆଜି ରାଜ୍ୟ କ୍ୟାବିନେଟର ୭୨ ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକର ନିଷ୍ପତ୍ତି ସଂପର୍କରେ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ବିଶଦ ସୂଚନା ଦେଇଥିଲେ।

ଆଜିର କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗ ର ୨୭ ଟି ପ୍ରସ୍ତାବ ଆଗତ କରାଯାଇଥିଲା ବେଳେ ସେଥିରୁ ୨୬ଟି ପ୍ରସ୍ତାବ ପାରିତ ହୋଇଛି।

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ପାଞ୍ଚୋଟି ଜିଲ୍ଲା ପାଇଁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର।

ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ସାମିଲ।

ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୬.୫୦ ଲକ୍ଷ ଲୋକ ଉପକୃତ ହେଲେ। ବରଗଡର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେଲେ।

କେନ୍ଦୁଝରର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ । ମୟୁରଭଞ୍ଜର ୩୮୬ଟି ପଞ୍ଚାୟତରେ ୧୦୭ଟି ବସ୍‌ ଚାଲିଲା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ ୬୫ଟି ବସ୍‌ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେଲେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।

ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।

ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା। ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ।

ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକ ସହିତ ଯୋଡିବ।ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ।ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବଲାଙ୍ଗିରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ସୁନ୍ଦରଗଡରେ ଉପସ୍ଥିତ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ମୟୁରଭଞ୍ଜଠାରେ ଉପସ୍ଥିତ ବିଦ୍ୟାଳୟ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମହିଳା ଶିଶୁ ବିକାଶ ମନ୍ତ୍ରୀ ଶ୍ରାମତୀ ବାସନ୍ତି ହେମ୍ବ୍ରମ ପ୍ରମୁଖ କହିଥିଲେ ଯେ ସମୟ ଥିଲା ସମାଜରେ ମା’ମାନେ ଅବହେଳିତ ଅବସ୍ଥାରେ ଥିଲେ।

ଆଜି ସବୁ କ୍ଷେତ୍ରରେ ମହିଳାମାନଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାଗ୍ରେ ରଖିଛନ୍ତି। ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଭଲ ସଡକ ନିର୍ମାଣ ହୋଇଛି। ଲକ୍ଷ୍ମୀ ବସ୍‌ ଦ୍ୱାରା ଗ୍ରାମାଞ୍ଚଳବାସୀଙ୍କର ଯାହା ଅଭାବ ଥିଲା ତାହା ପୂରଣ ହୋଇଗଲା।

ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ଜାତୀୟ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଛନ୍ତି। ଓଡିଶାର ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ ।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ବରଗଡବାସୀଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ ଚଳିତ ମାସ ୨୦ ତାରିଖରେ ଆପଣମାନଙ୍କର ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ।

ସେହିପରି ମୟୁରଭଞ୍ଜ ଜିଲ୍ଲାବାସୀଙ୍କୁ କହିଥିଲେ ଯେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀର ବିକାଶ କାର୍ଯ୍ୟ ଜାରି ରହିଛି ଏବଂ ମୟୁରଭଞ୍ଜ ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳୀର ବିକାଶ କାର୍ଯ୍ୟ କରାଯିବ। ସୁନ୍ଦରଗଡ ଜିଲ୍ଲାର ବେଦବ୍ୟାସ ପୀଠର ରୂପାନ୍ତରଣ ସହିତ ବିଭିନ୍ନ ମନ୍ଦିର ଓ ଚର୍ଚ୍ଚର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ କହିଥିଲେ ଯେ ମା’ମାନେ ଅନୁରୋଧ କରିଥିଲେ ମଧୁବାବୁ ପେନସନ ବଢାଇବାକୁ ।

ଆପଣମାନଙ୍କ ଅନୁରୋଧ ରକ୍ଷାକରି ପ୍ରିୟ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ରାଶିକୁ ବଢାଇଛନ୍ତି। ଖୁବ ଶୀଘ୍ର ମିଶନଶକ୍ତି ମା’ମାନଙ୍କ ପାଇଁ ଅଧିକ ୫ ଲକ୍ଷ ଟଙ୍କାର ଲୋନ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିବେ ବୋଲି ସେ କହିଥିଲେ। ଲକ୍ଷ୍ମୀ ବସ୍‌ ହେଉଛି ଓଡିଶାବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅତାବିରାରେ ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ବରଗଡରେ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ପାଟନାଗଡରେ ବିଧାୟକ ଶ୍ରୀ ସରୋଜ ମେହେର, କେନ୍ଦୁଝରରେ ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ, ଘସିପୁରା ବିଧାୟକ ଶ୍ରୀ ବଦ୍ରି ନାରାୟଣ ପାତ୍ର, ବଲାଙ୍ଗିରରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ, ସୁନ୍ଦରଗଡରେ ଆମ ଓଡିଶା ନବୀନ ଓଡିଶା ସଂଯୋଜକ ଶ୍ରୀ ଯୋଗେଶ କୁମାର ସିଂ ପ୍ରମୁଖ ମଧ୍ୟ ଲକ୍ଷ୍ମୀ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସାକରିବା ସହିତ 5T ଅଧ୍ୟକ୍ଷଙ୍କ ଦକ୍ଷତାର ଉଚ୍ଚ ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା।

Categories
ଅନ୍ତରାଷ୍ଟ୍ରୀୟ ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଭୁବନେଶ୍ୱରରେ ଖୋଲିଲା ବିଶ୍ବର ବୃହତ ଆଇଟି କଂପାନୀ କଗ୍ନିଜେଣ୍ଟ, ମୁଖ୍ୟମନ୍ତ୍ରୀ କଲେ ଉଦଘାଟନ

ଭୁବନେଶ୍ୱର: ବିଶ୍ଵର ଅନ୍ୟତମଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ କମ୍ପାନୀ କଗ୍ନିଜେଣ୍ଟ ଟେକ୍ନୋଲୋଜୀର ଭୁବନେଶ୍ଵର କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଉଦ୍‍ଘାଟନ କରିଛନ୍ତି ।

ଉଦ୍‍ଘାଟନୀ ସମାରୋହରେ କଗ୍ନିଜେଣ୍ଟର ସିଇଓ ଶ୍ରୀ ରବି କୁମାର, ୫-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ, ଆଇଟି, କ୍ରୀଡ଼ା ଓ ଯୁବସେବା, ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ମିଶ୍ର, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ସ୍ୱତନ୍ତ୍ର ସଚିବ ମାନସ ରଞ୍ଜନ ପଣ୍ଡାଙ୍କ ସମେତ କମ୍ପାନୀର ବରିଷ୍ଠ ନେତୃତ୍ୱ ଓ ସରକାରୀ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ଅବସରରେ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ‘ଓଡ଼ିଶାର ପ୍ରଗତି ଯାତ୍ରାର ଏହା ଆଉ ଏକ ସଫଳ କାହାଣୀ”, ଖୁସିର ବିଷୟ ଯେ ସୂଚନା ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ସ୍ଵତନ୍ତ୍ର ପରିଚୟର ଅଧିକାରୀକଗ୍ନିଜେଣ୍ଟ ଏବେ ରାଜ୍ୟର କ୍ରମବର୍ଦ୍ଧମାନ ଅର୍ଥନୀତି ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ ପାଇଁ ଭୁବନେଶ୍ୱରକୁ ଦେଶର ଅନ୍ୟତମ ସହର ଭାବରେ ଯୋଡ଼ିଛି। ରାଜ୍ୟ ଦୃଢ଼ ଆତ୍ମ ବିଶ୍ୱାସର ସହ ଆଗେଇ ଚାଲିଛି।

ମୋର ବିଶ୍ଵାସ ନୂତନ ଉଦ୍ୟୋଗ, ବୈଷୟିକ ଉଦ୍ଭାବନ ଏବଂ ନୂତନ ଯୁଗର ଚିନ୍ତାଧାରାକୁ ପ୍ରୋତ୍ସାହିତ କରି ଏକ ସୁଦୃଢ଼ ଇକୋସିଷ୍ଟମ ଦ୍ୱାରା ଓଡ଼ିଶା ବିକାଶର ପଥକୁ ଅଧିକ ସଂପ୍ରସାରିତ କରିପାରିବ। କଗ୍ନିଜେଣ୍ଟର ଉପସ୍ଥିତି ଓଡ଼ିଶାର ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୃଷ୍ଟି କରିବାରେ ସହାୟକ ହେବ। କମ୍ପାନୀର ସଂପ୍ରସାରଣ ପାଇଁ ମଧ୍ୟ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ।

କଗ୍ନିଜେଣ୍ଟର ସିଇଓ ରବି କୁମାର ଏସ୍ କହିଛନ୍ତି ଯେ ଭୁବନେଶ୍ୱରର ଏହି ନୂଆ ବୈଷୟିକ କେନ୍ଦ୍ରକୁ ସଂପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ପାଇଁ ଆମେ ଉତ୍ସାହିତ ଅଛୁ। ଭୁବନେଶ୍ଵରରେ ଏକ ନୂତନ କେନ୍ଦ୍ର ଖୋଲିବା ସହିତ ଟାୟାର-୨ ସହରରେ ଆମର ସମ୍ପ୍ରସାରଣ କରିଥିବାରୁ ଆମେ ଉତ୍ସାହିତ। ରାଜ୍ୟର ସୁବ୍ୟବସ୍ଥିତ ପ୍ରଯୁକ୍ତିବିଦ୍ୟା ନୀତି, ବୈଷୟିକ ଶିକ୍ଷାନୁଷ୍ଠାନ, ସୁଦୃଢ଼ ଭିତ୍ତିଭୂମି ଏବଂ ରାଜ୍ୟ ସରକାରଙ୍କ ସହଯୋଗୀ ମନୋଭାବ ଆମକୁ ଆକର୍ଷିତ କରିଛି।

ଆମ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା କହିଲେ ଅତ୍ୟୁକ୍ତି ହେବନାହିଁ। ଭୁବନେଶ୍ୱରରେ କଗ୍ନିଜେଣ୍ଟର ନୂଆ କେନ୍ଦ୍ର ରାଜ୍ୟର ଯୁବକ ଯୁବତୀମାନଙ୍କପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିବ। ଓଡିଶାରେ କଗ୍ନିଜେଣ୍ଟର ଉପସ୍ଥିତି ରାଜ୍ୟର ସୂଚନା ପ୍ରଯୁକ୍ତି ଇକୋସିଷ୍ଟମକୁ ଆହୁରି ସୁଦୃଢ କରିବ ବୋଲି ମୋର ସଂପୂର୍ଣ୍ଣ ବିଶ୍ଵାସ।

ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ ଯେ,  ମୁଖ୍ୟମନ୍ତ୍ରୀ ଶ୍ରୀନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ପ୍ରଯୁକ୍ତିବିଦ୍ୟା ନିବେଶ ତଥା ସଂପ୍ରସାରଣ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟ ହୋଇପାରିଛି। ଏହି ସେଣ୍ଟର ପ୍ରତିଷ୍ଠାଦ୍ୱାରା ରାଜ୍ୟର ବୈଷୟିକ ଅଭିବୃଦ୍ଧି ହୋଇପାରିବ। ଅଧିକନ୍ତୁ,ରାଜ୍ୟର ଯୁବବର୍ଗଙ୍କ ପାଇଁ ଅଧିକ ନିଯୁକ୍ତି ସୁଯୋଗ ସମ୍ଭାବନା ସୃଷ୍ଟି ହୋଇପାରିବ।

ଇଲେକ୍ଟ୍ରୋନିକ୍ସ ତଥା ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ପ୍ରମୁଖ ପ୍ରମୁଖ ଶାସନ ସଚିବ ଶ୍ରୀ ମନୋଜ ମିଶ୍ର କହିଥିଲେ ଯେ, ଓଡ଼ିଶାକୁ ଆଇଟି କମ୍ପାନୀମାନଙ୍କ ପ୍ରଥମ ପସନ୍ଦ କରିବାରେ ଆମେ ସମସ୍ତ ପ୍ରଚେଷ୍ଟା ଜାରି ରଖିଛୁ। ଯାହାଦ୍ୱାରା ଆଜି ଓଡ଼ିଶା ନିବେଶକଙ୍କ ପାଇଁ ପ୍ରଥମ ପସନ୍ଦ ହୋଇପାରିଛି। ଭୁବନେଶ୍ୱରରେ କଗ୍ନିଜେଣ୍ଟ ପ୍ରୟୋଗ କେନ୍ଦ୍ର ରାଜ୍ୟର ଆଇ.ଟି. ଇକୋସିଷ୍ଟମ୍‍କୁ ଆହୁରି ସୁଦୃଢ଼ କରିବ ଏବଂ ଓଡ଼ିଶାର ଯୁବକ-ଯୁବତୀମାନଙ୍କ ପାଇଁ ଅନେକ ସୁଯୋଗ ଆଣିଦେବ ବୋଲି ଆମର ଦୃଢ ବିଶ୍ଵାସ।

ସୂଚନା ଯୋଗ୍ୟ ଯେ,ଭୁବନେଶ୍ଵର ସ୍ଥିତ କଗ୍ନିଜେଣ୍ଟର ଏହି ନୂତନ କେନ୍ଦ୍ରରେ ଅତ୍ୟାଧୁନିକ ବୈଷୟିକ ଦକ୍ଷତା ସମ୍ପନ୍ନ ୮୦୦ରୁ ଊର୍ଦ୍ଧ୍ଵ କର୍ମଚାରୀଙ୍କ କାର୍ଯ୍ୟ କରିବା ପାଇଁ ଯୋଜନା କରାଯାଇଛି।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୫୦ ପ୍ରତିଶତ ବୋନସ୍‌

ଭୁବନେଶ୍ଵର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ କେତେକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଅନୁଯାୟୀ କେନ୍ଦୁ ପତ୍ର ତୋଳାଳୀମାନଙ୍କୁ ଚଳିତ ଫସଲ ଋତୁ ପାଇଁ ୫୦ ପ୍ରତିଶତ ବୋନସ୍‌ ମିଳିବ। ଏହି ବୋନସ୍ ପରିମାଣ ଗତ ବର୍ଷଠାରୁ ଦୁଇ ଗୁଣ ଅଟେ। ଏହା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧା ଜମା ହେବ। ସେହିପରି କେନ୍ଦୁ ପତ୍ର ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ ପାଇଁ ୧୦ ପ୍ରତିଶତ incentive ର ବ୍ୟବସ୍ଥା କରାଯାଇଛି। ସାମୟିକ କର୍ମଚାରୀଙ୍କୁ ଏକ ମାସ ଅଧିକ କାମ ଦିଆଯିବ.

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କେନ୍ଦୁ ପତ୍ର ପ୍ରତି ବିଡା ମୂଲ୍ୟରେ ବୃଦ୍ଧି ଘୋଷଣା କରିଛନ୍ତି। କୋଡିଏ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୧ ଟଙ୍କା ୪୦ ପଇସାରୁ 1 ଟଙ୍କା ୬୦ ପଇସାକୁ ବୃଦ୍ଧି କରାଯାଇଛି। ସେହିପରି ଚାଳିଶ ପତ୍ର ବିଶିଷ୍ଟ ବିଡାର ମୂଲ୍ୟ ୨ ଟଙ୍କା ୮୦ ପଇସାରୁ ୩ ଟଙ୍କା ୨୦ ପଇସାକୁ ବୃଦ୍ଧି କରାଯାଇଛି ।

ସୂଚନାଯୋଗ୍ୟ ଯେ ସାମୟିକ କର୍ମଚାରୀ ମାନଙ୍କ ମଜୁରୀ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ସରକାର ଗ୍ରହଣ କରିଛନ୍ତି। ସେମାନଙ୍କର T.A. ଓ Cycle Allowance ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। କେନ୍ଦୁପତ୍ର ତୋଳାଳି ମାନେ ୬୨ ବର୍ଷ ବୟସ ପର୍ଯ୍ୟନ୍ତ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିବେ। ପୂର୍ବରୁ ଏହି ବୟସ ସୀମା ୬୦ ବର୍ଷ ଥିଲା।

ଘୋଷଣା ଅନୁଯାୟୀ ଆଗାମୀ ଅପ୍ରେଲ ମାସରୁ ଆରମ୍ଭ ହେଉଥିବା ନୂଆ ଫସଲ ଋତୁରେ କେନ୍ଦୁପତ୍ର ତୋଳାଳି ପରିବାରକୁ ଦୁଇଟି ଝିଅ ବାହାଘର ପାଇଁ ସହାୟତା ମିଳିବ। ପ୍ରତ୍ୟେକ ଝିଅ ବାହାଘର ପାଇଁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ।
5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଆଜି ତାଙ୍କର ସମ୍ବଲପୁର ଜିଲ୍ଲା ଗସ୍ତ ଅବସରରେ ରେଢ଼ାଖୋଲ ସଭାରେ ମୁଖ୍ୟମନ୍ତ୍ରୀ ଙ୍କ ନିଷ୍ପତ୍ତି ବିଷୟରେ ସୂଚନା ଦେଇଥିଲେ .ଏବଂ ମୁଖ୍ୟମନ୍ତ୍ରୀଙ୍କ ଏ ସମ୍ପର୍କୀତ video message ବଜାଇ ଶୁଣାଇଥିଲେ

ସୂଚନାଯୋଗ୍ୟ ଯେ କେନ୍ଦୁପତ୍ର ହିତାଧିକାରୀମାନଙ୍କ ମଧ୍ୟରୁ ଶତକଡା ୮୦ ଭାଗ ମହିଳା ଅଟନ୍ତି ଏବଂ ୯୫ ପ୍ରତିଶତରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ମୁଖ୍ୟତଃ ଅନୁସୂଚିତ ଜାତି, ଜନଜାତି ଓ ଅନ୍ୟାନ୍ୟ ପଛୁଆ ବର୍ଗର ଅଟନ୍ତି।

କେନ୍ଦୁ ପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହିସବୁ ପଦକ୍ଷେପ ଦ୍ବାରା ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏଥିପାଇଁ ୧୫୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଭୁବନେଶ୍ବରରେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଜନଜାତି ମହାସମାବେଶ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଯାଇଛି।

ଆଦିବାସୀ ସଂସ୍କୃତିର ସଂରକ୍ଷଣ ତଥା ସେମାନଙ୍କ ପରିଚୟ ବଜାୟ ରଖିବା ପାଇଁ ଏସଡିସିର ସଫଳତା ଏବଂ ସେମାନଙ୍କର ଅନନ୍ୟ ହସ୍ତକ୍ଷେପକୁ ପାଳନ କରିବା ଲାଗି ସ୍ଥାନୀୟ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟଜିତ ଏହି କାର୍ଯ୍ୟକ୍ରମରେ ୧,୭୫୦ ହିତାଧିକାରୀଙ୍କ ସମେତ ୨୩ଟି ଏସଡିସିର ପ୍ରାୟ ୨,୦୦୦ ସଦସ୍ୟ ଅଂଶଗ୍ରହଣ କରିଥିଲେ l

ଏହି ମହା ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଏସଡିସି ଜରିଆରେ ଓଡ଼ିଶା ଏହି ନିଆରା ପଦକ୍ଷେପ ଗ୍ରହଣ କରିବା ସହ ଆଦିବାସୀ ସମ୍ପ୍ରଦାୟର ନୃତ୍ୟ, ସଙ୍ଗୀତ ଓ ପରିବେଶକୁ ସଂରକ୍ଷଣ କରିବାର ଗୌରବ ଅର୍ଜନ କରିଛି।

୧୩ଟି ଆଦିମ ଜନଜାତି ବା ପିଭିଟିଜି ସମେତ ୬୨ଟି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ସାଂସ୍କୃତିକ ଆବଶ୍ୟକତାକୁ ପୂରଣ କରିବାରେ ଆମେ ଏସଡିସିମାନଙ୍କୁ ପୂର୍ଣ୍ଣ ସ୍ବାଧୀନତା ଦେଇଛୁ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶାର ସାମଗ୍ରିକ ସଂସ୍କୃତିକୁ ଜନଜାତି କଳା ଓ ସଂସ୍କୃତି ସମୃଦ୍ଧ କରିଛି। ଏହାର ସଂରକ୍ଷଣ ଓ ପ୍ରସାର ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ ବୋଲି ସେ କହିଥିଲେ।

ସେ କହିଥିଲେ ଯେ ୧୧ ହଜାରରୁ ଅଧିକ ପବିତ୍ର ପୁଜସ୍ଥଳିର ସଂରକ୍ଷଣ କରାଯାଇଛି। ଏହା ଏକ ବଡ ଉପଲବ୍ଧି। ଏହା ବ୍ୟତୀତ ବ୍ଲକ ଓ ଜିଲ୍ଲା ସ୍ତରରେ ୬୦୦ ରୁ ଅଧିକ କ୍ରୀଡା ଓ ସଂସ୍କୃତି ଉତ୍ସବର ମଧ୍ୟ ଆୟୋଜନ କରା ଯାଇଛି ବୋଲି ସେ କହିଥିଲେ।
୨୧ଟି ଦ୍ଵି ଭାଷୀକ ଅଭିଧାନ ମଧ୍ୟ ପ୍ରସ୍ତୁତ କରାଯାଇଛି ବୋଲି ସେ କହିଥିଲେ।

ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ଆଦିବାସୀ ବାଦ୍ୟଯନ୍ତ୍ର ପ୍ରଦର୍ଶନୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ସହ ଓଡ଼ିଶାରେ ଉପସ୍ଥିତ ଥିବା ୧୩ଟି ପିଭିଟିଜି ସମ୍ପ୍ରଦାୟର ଦମ୍ପତିଙ୍କ ସହ ଫଟୋ ଉଠାଇଥିଲେ।

ସଂସ୍କୃତିର ସଂରକ୍ଷଣ ଓ ପ୍ରଚାର ପ୍ରସାର ଦିଗରେ ଅବଦାନ ପାଇଁ କେନ୍ଦୁଝର ଦେବହୁଡ଼ିର “ହୋ ସମାଜ ସାଗନ ଅକଳାକୁ” ମାନ୍ୟବର ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।

ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜର ୭ଟି ‘ଜାହିରା’କୁ ସାମୁହିକ ଜଙ୍ଗଲ ଅଧିକାରରେ ପଟ୍ଟା ପ୍ରଦାନ କରିଥିଲେ।

ଏହାବ୍ୟତୀତ ମାଲକାନଗିରିର କୋୟା ଆଦିବାସୀ ଦଳ, କନ୍ଧମାଳର କୁଟିଆ କନ୍ଧ ଆଦିବାସୀ ଦଳର ସଦସ୍ୟମାନଙ୍କୁ ବାଦ୍ୟଯନ୍ତ୍ର ଓ ନବରଙ୍ଗପୁରର ଗଣ୍ଡ ଆଦିବାସୀ ଗୋଷ୍ଠୀକୁ ନୃତ୍ୟ ପୋଷାକ ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ।

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର କମିଶନର ତଥା ସଚିବ ଏବଂ ୧୧୨ଟି ଟିଏସପି ବ୍ଲକ ସମ୍ପ୍ରଦାୟର ଅଂଶୀଦାରଙ୍କ ମଧ୍ୟରେ ଆଲୋଚନା ଆଧାରରେ ଭାଗିଦାରୀ ଶାସନ ଉପରେ ନିଆଯାଇଥିବା ପଦକ୍ଷେପର ସଂକ୍ଷିପ୍ତ ବିବରଣୀ ମୁଖ୍ୟମନ୍ତ୍ରୀ ‘ମୋ ପରିକଳ୍ପନା’ ରିପୋର୍ଟ ଉନ୍ମୋଚନ କରିଥିଲେ।

ଏହାବ୍ୟତୀତ ରାଜ୍ୟସ୍ତରୀୟ ପ୍ରଶାସନିକ ୟୁନିଟର ଗବେଷଣା ଦଳ ଦ୍ୱାରା ପ୍ରସ୍ତୁତ କଫି ଟେବୁଲ ପୁସ୍ତକ “Sacred Groves of Tribal Odisha”, ଏସସିଏସଟିଆରଟିଆଇ ଦ୍ୱାରା ପ୍ରକାଶିତ ସମରେନ୍ଦ୍ର ଭୁତିଆଙ୍କ “ସ୍ୱାଧୀନ ସଂଗ୍ରାମରେ ଓଡ଼ିଶାର ଜନଜାତି” ପୁସ୍ତକ, ଏସସିଏସଟିଆରଟିଆଇ ଦ୍ୱାରା ପ୍ରକାଶିତ ୧୭ଟି ଏମଏଲଇ ପ୍ରାଇମର୍ସ ଏବଂ ରାୟଗଡ଼ା ଏସଡିସି ଦ୍ୱାରା ଓଡ଼ିଆରେ ଅନୁବାଦିତ ୨୫ ଟି ସଉରା ଭାଷା ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଓଡ଼ିଶା ହେଉଛି ଦେଶର ଏକମାତ୍ର ରାଜ୍ୟ ଯେଉଁଠାରେ ଜନଜାତି ଐତିହ୍ୟ ଓ ପରମ୍ପରା ର ସୁରକ୍ଷା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କର ଜନ ଜାତି କଳା ଓ ସଂସ୍କୃତି ପ୍ରତି ଆନ୍ତରିକ ଭଲ ପାଇବା ଓ ନିଷ୍ଠା ଅଛି ବୋଲି ସେ କହିଥିଲେ।

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ କହିଲେ ଯେ ଭାରତର ଅନେକ ସରକାର ଜନଜାତି ମାନଙ୍କ ପାଇଁ ଅନେକ ସ୍ଵପ୍ନ ଦେଖିଛନ୍ତି। କିନ୍ତୁ ଓଡ଼ିଶାରେ ହିଁ ଜନଜାତି ମାନଙ୍କ ସ୍ଵପ୍ନ ପୂରଣ ହୋଇଛି। ଜନଜାତି ଯୁବକ ମାନେ ଆଜି ବଡ ହେବାର ସ୍ବପ୍ନ ଦେଖିି ପାରୁଛନ୍ତି ଓ ପୂରଣ ମଧ୍ୟ କରୁଛନ୍ତି ।

ସ୍ଵାଗତ ଭାଷଣ ଦେଇ ବିଭାଗୀୟ ସଚିବ ଶ୍ରୀମତୀ ରୂପା ରୋଷନ ସାହୁ କହିଲେ ଯେ ପୂଜା ସ୍ଥଳୀର ସଂରକ୍ଷଣ ସହିତ ପୂଜା ସ୍ଥଳୀକୁ ପଟ୍ଟା ପ୍ରଦାନ କରିବା ର ଉଦାହରଣ ଓଡ଼ିଶା ବ୍ୟତୀତ ଆଉ କେଉଁ ଠାରେ ନାହିଁ। ଜନଜାତିଙ୍କ ଅଧିକାରର ସୁରକ୍ଷା ଓ ସଶକ୍ତିକରଣ କ୍ଷେତ୍ରରେ ଓଡିଶା ସବୁଠାରୁ ଆଗରେ ବୋଲି ସେ କହିଥିଲେ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ୍ ଅର୍ପଣ କରିଥିଲେ।

ସୂଚନା ଯୋଗ୍ୟ ଯେ ୪୫ ପ୍ରତିଶତରୁ ଅଧିକ ଅନୁସୂଚିତ ଜନଜାତି ଜନସଂଖ୍ୟା ଥିବା ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲା ଯଥା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁରକୁ ୨୦୧୭ରେ ଏସଡିସି ଅଧୀନରେ ଅନ୍ତର୍ଭୁକ୍ତ କରାଯାଇଥିଲା। ପରବର୍ତ୍ତୀ ସମୟରେ ୨୦୨୩ ମେ ମାସରେ ନୟାଗଡ଼, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଅନୁଗୁଳ, ଯାଜପୁର, ଝାରସୁଗୁଡ଼ା, ନୂଆପଡ଼ା, ସମ୍ବଲପୁର, ବଲାଙ୍ଗୀର ଓ କଳାହାଣ୍ଡି ଭଳି ଅତିରିକ୍ତ ୧୪ଟି ଜିଲ୍ଲା କୁ ସାମିଲ କରାଯାଇଥିଲା। ବର୍ତ୍ତମାନ ୧୭୫ଟି ବ୍ଲକକୁ ମିଶାଇ ମୋଟ ୨୩ଟି ଜିଲ୍ଲାରେ ୧ କୋଟିରୁ ଅଧିକ ଆଦିବାସୀ ବସବାସ କରୁଛନ୍ତି ।

ଏସଡିସି ଅଧୀନରେ ହୋଇଥିବା ସାଂସ୍କୃତିକ ବିକାଶ କାର୍ଯ୍ୟ ପାଇଁ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ପ୍ରତି ବ୍ଲକକୁ ବର୍ଷକୁ ଦେଢ଼ କୋଟି ଟଙ୍କା ପ୍ରଦାନ କରାଯାଉଛି।

ରାଜ୍ୟ ସରକାରଙ୍କ ଦ୍ୱାରା ମନୋନୀତ ଅଞ୍ଚଳର ଜଣେ ବିଶିଷ୍ଟ ଆଦିବାସୀ ସମ୍ପ୍ରଦାୟର ନେତାଙ୍କ ଅଧ୍ୟକ୍ଷତାରେ ବ୍ୟକ୍ତିଗତ ଏସଡିସି ଗଠନ କରାଯାଇଥିବା ବେଳେ ପରିଷଦଗୁଡ଼ିକ ଆଦିବାସୀ ସଂସ୍କୃତିର ସୁରକ୍ଷା, ସଂରକ୍ଷଣ ଓ ପ୍ରସାର ଉପରେ ଗୁରୁତ୍ୱାରୋପ କରି “ଜନଜାତି-ସଂସ୍କୃତି-ପ୍ରଗତି” ଶୀର୍ଷକ ରଖିଛନ୍ତି।

ବିରଳ ସଫଳତା:

ବିଗତ କିଛି ବର୍ଷ ମଧ୍ୟରେ ଏସଡିସିମାନେ ଆଦିବାସୀ ସଂସ୍କୃତି ଓ ସାଂସ୍କୃତିକ ଐତିହ୍ୟର ସୁରକ୍ଷା, ସଂରକ୍ଷଣ, ପ୍ରୋତ୍ସାହନ ଓ ଡକ୍ୟୁମେଣ୍ଟେସନ୍ ଆଣି ଅନେକ ବିରଳ ସଫଳତା ହାସଲ କରିଛନ୍ତି। ଏଥିରେ ୧୧ ହଜାରରୁ ଅଧିକ ‘ପବୀତ୍ର ପୀଠ’ର ସୁରକ୍ଷା, ୨,୮୩୦ଟି ଆଦିବାସୀ ସାଂସ୍କୃତିକ କ୍ଲବ୍ ନିର୍ମାଣ, ୧,୧୩୩ଟି ଆଦିବାସୀ ହାଟର ଉନ୍ନତି, ୧,୯୩୪ଟି ସଙ୍ଗୀତ ଦଳକୁ ବାଦ୍ୟଯନ୍ତ୍ର ବଣ୍ଟନ, ୧,୩୨୬ଟି ନୃତ୍ୟ ଦଳକୁ ନୃତ୍ୟ ପୋଷାକ ପ୍ରଦାନ, ୯୪୨ଟି ଏସଡିସି ଚାମ୍ପିୟନଙ୍କୁ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ, କ୍ରୀଡ଼ାର ପ୍ରଚାର ପ୍ରସାର ପାଇଁ ପ୍ରାୟ ୨,୮୦୯ଟି ଆଦିବାସୀ ଯୁବ କ୍ଲବ ଏବଂ ୬୦୦ରୁ ଅଧିକ ବ୍ଲକ୍ ଓ ଜିଲ୍ଲା ସାଂସ୍କୃତିକ ଓ କ୍ରୀଡ଼ା ମହୋତ୍ସବ ଅନୁଷ୍ଠିତ କରାଯାଇଛି ।

ଅନ୍ୟାନ୍ୟ କାର୍ଯ୍ୟକଳାପ ମଧ୍ୟରେ ୨୧ଟି ଆଦିବାସୀ ଦ୍ୱିଭାଷିକ ଅଭିଧାନ ପ୍ରଣୟନ ଆକାରରେ ଆଦିବାସୀ ଭାଷାର ପ୍ରଚାର ପ୍ରସାର ଏବଂ ୨୧ଟି ଆଦିବାସୀ ତ୍ରିଭାଷୀ ଦକ୍ଷତା ଅନ୍ତର୍ଭୁକ୍ତ ରହିଛି । ଆତ୍ମବିଶ୍ୱାସ ବୃଦ୍ଧି ପାଇଁ ୧୪,୯୨୬ ଜଣ ଆଦିବାସୀ ପ୍ରତିନିଧିଙ୍କ ପାଇଁ ଏକ୍ସପୋଜର ଭିଜିଟ ଏବଂ ୩୬,୩୦୯ ଜଣ ଆଦିବାସୀ କାରିଗରଙ୍କୁ ଏସଡିସି କାରିଗର ପରିଚୟ ପତ୍ର ପ୍ରଦାନ କରାଯାଇଛି ।

ଏହି ପ୍ରମୁଖ ଉପଲବ୍ଧି ବ୍ୟତୀତ ଏହି ସବୁ ପଦକ୍ଷେପକୁ ସମ୍ପ୍ରଦାୟର ନିକଟତର ହେବା ପାଇଁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଏବେ ଗୋଷ୍ଠୀ ଜଙ୍ଗଲ ଅଧିକାର ବ୍ୟବସ୍ଥା ଅନୁଯାୟୀ ‘ପବିତ୍ର ପୀଠ’ ପାଇଁ ରେକର୍ଡ ଅଫ୍ ରାଇଟ୍ସ (ROR) ପ୍ରଦାନ କୁ ସୁନିଶ୍ଚିତ କରୁଛି ।

ଆର୍ଥିକ କ୍ଷେତ୍ରରେ ୯ଟି ପୁରୁଣା ଏସଡିସିଙ୍କୁ ଏହାର ପ୍ରତିଷ୍ଠା ତାରିଖଠାରୁ ୨୦୨୨-୨୩ ବର୍ଷ ପର୍ଯ୍ୟନ୍ତ ୩୯୭ କୋଟି ଟଙ୍କା ଆବଣ୍ଟନ କରିଥିବା ବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ସମସ୍ତ ୨୩ଟି ଏସଡିସି ଜିଲ୍ଲା ପାଇଁ ମୋଟ ୪୦୧.୨୫ କୋଟି ଆବଣ୍ଟନ କରାଯାଇଛି । ରାଜ୍ୟ ସରକାର ଏହାର ପ୍ରତିଷ୍ଠା ଦିନରୁ ଏପର୍ଯ୍ୟନ୍ତ ଏସଡିସିମାନଙ୍କୁ ମୋଟ ୭୯୮.୨୫ କୋଟି ଟଙ୍କା ଆବଣ୍ଟନ କରିସାରିଛନ୍ତି।

Categories
ନିର୍ବାଚନ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ନବୀନଙ୍କ ମାଷ୍ଟରଷ୍ଟ୍ରୋକ, ବଢିଲା ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଭତ୍ତା, ଏଣିକି ମିଳିବ ୧୦୦୦ ରୁ ୧୪୦୦ ଟଙ୍କା

ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।

ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ।