Categories
ଆଜିର ଖବର ରାଜ୍ୟ ଖବର

ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ କେତେ ବୟସ ହେବା ଦରକାର, କହିଲେ ସରକାର

ଭୁବନେଶ୍ୱର: ଚଳିତ ଶିକ୍ଷା ବର୍ଷରେ ପ୍ରଥମ ଶ୍ରେଣୀରେ ନାମଲେଖା ବୟସକୁ ନେଇ ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ତଥା ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଗହଣରେ ଦ୍ୱନ୍ଦ ଉପୁଜିଥିଲା । ଯାହା ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ଅଭିଭାବକମାନଙ୍କୁ ଏକ ଦ୍ୱନ୍ଦାତ୍ମକ ସ୍ଥିତି ସୃଷ୍ଟି କରିଥିଲା । ଏହି ଦ୍ୱନ୍ଦକୁ ଦୂର କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ସ୍ପଷ୍ଟ ପତ୍ର ଉଲ୍ଲେଖ କରିଛନ୍ତି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗଙ୍କ ଅଧିସୂଚନା କ୍ରମାଙ୍କ ୬୫୫୪ ତା. ୦୪/୦୪/୨୦୨୨ରିଖରେ ସ୍ପଷ୍ଟ ଭାବେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ବୟସ ସୀମା ୩୧ ମାର୍ଚ୍ଚ ସୁଦ୍ଧା ପାଞ୍ଚରୁ ସାତ ବର୍ଷ ବୟସ ଧାର୍ଯ୍ୟ କରାଯାଇଛି । ତେବେ ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ଏହି ବୟସସୀମା ସର୍ବାଧିକ ନଅ ବର୍ଷ ହୋଇପାରିବ । ବର୍ତ୍ତମାନ ଏହି ଦ୍ୱନ୍ଦକୁ ଦୂର କରିବା ପାଇଁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ପତ୍ର କ୍ରମାଙ୍କ ୭୬୪୪
ତା. ୦୫/୦୪/୨୦୨୩ରିଖରେ ପୁନଃସ୍ପଷ୍ଟିକରଣ ଦିଆଯାଇଛି ।