Categories
ଆଜିର ଖବର ଜାତୀୟ ଖବର

ନବନିଯୁକ୍ତ ପ୍ରାର୍ଥୀଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନବନିଯୁକ୍ତ ପ୍ରାର୍ଥୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଦେଶର ବିଭିନ୍ନ ସ୍ଥାନରୁ ଏହି ପ୍ରାର୍ଥୀମାନଙ୍କୁ ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ଥିକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ/ବିଭାଗରେ ନିଯୁକ୍ତି ମିଳିଛି।

ନବନିଯୁକ୍ତମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯୁବକଯୁବତୀମାନଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ପାଇଁ ସରକାରଙ୍କ ଅଭିଯାନ କ୍ରମାଗତ ଭାବେ ଆଗେଇ ଚାଲିଛି । ଆଜିର କାର୍ଯ୍ୟକ୍ରମ ଅବସରରେ ସାରା ଦେଶରେ ୫୦,୦୦୦ରୁ ଅଧିକ ଯୁବକଯୁବତୀଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ନିଯୁକ୍ତି ପତ୍ର ନବନିଯୁକ୍ତ ପ୍ରାର୍ଥୀଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟର ଫଳ ବୋଲି ସେ ଦର୍ଶାଇଥିଲେ। ଏହି ଅବସରରେ ନୂତନ ନିଯୁକ୍ତି ପାଇଥିବା ପ୍ରାର୍ଥୀ ଏବଂ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେମାନେ ଜନସାଧାରଣଙ୍କ ସହିତ ସିଧାସଳଖ କାରବାର କରୁଥିବା ବ୍ୟବସ୍ଥାର ଏକ ଅଂଶ ହେବାକୁ ଯାଉଛନ୍ତି । ଜଣେ ସରକାରୀ କର୍ମଚାରୀ ଭାବରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତଙ୍କ କର୍ତ୍ତବ୍ୟ ଏବଂ ଦାୟିତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ କହିଥିଲେ ଯେ ସାଧାରଣ ଲୋକଙ୍କ ‘ସହଜ ଜୀବନଯାପନ’ ପ୍ରତି ସେମାନେ ସର୍ବୋଚ୍ଚ ପ୍ରାଥମିକତା ଦେବା ଉଚିତ୍‌।

ଚଳିତ ମାସ ୨୬ ନଭେମ୍ବରରେ ସମ୍ବିଧାନ ଦିବସ ପାଳନ ସମାରୋହ କଥା ମନେ ପକାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ୧୯୪୯ ମସିହା ଏହି ଦିନରେ ଦେଶ ନିଜ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ପ୍ରତ୍ୟେକ ନାଗରିକଙ୍କୁ ସମାନ ଅଧିକାର ଦେଇଥିଲା । ସେ ବାବା ସାହେବ ଆମ୍ବେଦକରଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ ଯିଏକି ସମ୍ବିଧାନର ସ୍ଥପତି ଭାବରେ ସମସ୍ତଙ୍କୁ ସମାନ ସୁଯୋଗ ପ୍ରଦାନ କରି ସାମାଜିକ ନ୍ୟାୟ ପ୍ରତିଷ୍ଠା କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ଦର୍ଶାଇଥିଲେ ଯେ ସ୍ୱାଧୀନତା ପରେ ସମାନତାର ନୀତିକୁ ଅଣଦେଖା କରାଯାଇଥିଲା ଏବଂ ସମାଜର ଏକ ପ୍ରମୁଖ ବର୍ଗ ବର୍ଷ ବର୍ଷ ଧରି ସମ୍ବଳ ଏବଂ ମୌଳିକ ସୁବିଧାରୁ ବଞ୍ଚିତ ହୋଇଥିଲା। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୧୪ରେ ବର୍ତ୍ତମାନର ସରକାର କ୍ଷମତାକୁ ଆସିବା ପରେ ହିଁ ‘ବଞ୍ଚିତମାନଙ୍କୁ ପ୍ରାଥମିକତା’ ମନ୍ତ୍ର ଗ୍ରହଣ କରାଯାଇଥିଲା ଏବଂ ଏକ ନୂତନ ମାର୍ଗ ତିଆରି ହୋଇଥିଲା। ଯେଉଁମାନେ କେବେ କୌଣସି ସୁବିଧା ପାଇନଥିଲେ ସେମାନଙ୍କ ଦ୍ୱାରରେ ସରକାର ପହଞ୍ଚିଥିଲେ ବୋଲି ସେ ଗୁରୁତ୍ୱାରୋପ କରି କହିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ସ୍ୱାଧୀନତା ପରେ ବହୁ ଦଶନ୍ଧି ଧରି ଅବହେଳିତ ହୋଇ ରହିଥିବା ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସରକାର ପ୍ରୟାସ କରୁଛନ୍ତି। ସରକାରଙ୍କ ଚିନ୍ତାଧାରା ଏବଂ କାର୍ଯ୍ୟ ସଂସ୍କୃତିରେ ପରିବର୍ତ୍ତନ ଫଳରେ ଆଜି ଯେଉଁ ଅଭୂତପୂର୍ବ ପରିବର୍ତ୍ତନ ଦେଖିବାକୁ ମିଳୁଛି ତାହା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଅମଲାତନ୍ତ୍ର, ଜନସାଧାରଣ ଏବଂ ଫାଇଲ ବ୍ୟବସ୍ଥା ସମାନ ରହିଥିଲେ ମଧ୍ୟ ଗରିବ ଏବଂ ମଧ୍ୟବିତ୍ତଙ୍କ ବିକାଶକୁ ପ୍ରାଥମିକତା ଦେଇ ସମଗ୍ର ବ୍ୟବସ୍ଥାର କାର୍ଯ୍ୟ ପ୍ରଣାଳୀ ଏବଂ ଶୈଳୀରେ ସାମଗ୍ରିକ ପରିବର୍ତ୍ତନ ଆସିଛି । ଏହା ସାଧାରଣ ଲୋକଙ୍କ କଲ୍ୟାଣର ସକାରାତ୍ମକ ଫଳାଫଳକୁ ସାମ୍ନାକୁ ଆଣିଛି ବୋଲି ସେ କହିଛନ୍ତି। ନିକଟରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ ଗତ ୫ ବର୍ଷ ମଧ୍ୟରେ ୧୩ କୋଟିରୁ ଅଧିକ ଲୋକ ଦାରିଦ୍ର୍ୟରୁ ମୁକୁଳିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ। ଏହା ସରକାରୀ ଯୋଜନାର ପ୍ରଭାବ ଗରିବଙ୍କ ପାଖରେ ପହଞ୍ଚିବାର ପ୍ରମାଣ ବୋଲି  ସେ କହିଛନ୍ତି। ସରକାରୀ ଯୋଜନାଗୁଡ଼ିକୁ ସାଧାରଣ ନାଗରିକଙ୍କ ଘର ପାଖରେ ପହଞ୍ଚାଉଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ନିଯୁକ୍ତ ପ୍ରାର୍ଥୀମାନଙ୍କୁ ସେମାନଙ୍କ ସମୟକୁ ଲୋକଙ୍କ ସେବାରେ ଉପଯୋଗ କରିବାକୁ ଅନୁରୋଧ କରିଥିଲେ।

ପ୍ରଧାନମନ୍ତ୍ରୀ ନୂତନ ନିଯୁକ୍ତି ପାଇଥିବା ପ୍ରାର୍ଥୀଙ୍କୁ କହିଥିଲେ ଯେ ସେମାନେ ଆଧୁନିକ ରାଜପଥ, ରେଳ ଷ୍ଟେସନ, ବିମାନବନ୍ଦର ଏବଂ ଜଳପଥ କ୍ଷେତ୍ରରେ ଭାରତକୁ ବଦଳାଇବା ପାଇଁ ଭିତ୍ତିଭୂମି ବିପ୍ଳବକୁ ଦେଖୁଛନ୍ତି । ଭିତ୍ତିଭୂମି କ୍ଷେତ୍ରରେ ବିପୁଳ ପୁଞ୍ଜିନିବେଶ ଲକ୍ଷ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି କରୁଛି।

ପ୍ରକଳ୍ପଗୁଡ଼ିକୁ ସମ୍ପୂର୍ଣ୍ଣ କରିବାରେ ମିଶନ ମୋଡ୍ ରେ କାର୍ଯ୍ୟ କରାଯିବା ବିଷୟରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଅସମ୍ପୂର୍ଣ୍ଣ ପ୍ରକଳ୍ପଗୁଡ଼ିକ ଦେଶର ସଚ୍ଚୋଟ ଟିକସଦାତାଙ୍କ ପ୍ରତି ଏକ ବଡ଼ ଅନ୍ୟାୟ। ବିଗତ ବର୍ଷଗୁଡ଼ିକରେ କେନ୍ଦ୍ର ସରକାର ଲକ୍ଷ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପର ସମୀକ୍ଷା କରିଛନ୍ତି ଏବଂ ସେଗୁଡ଼ିକୁ ଦ୍ରୁତ ଗତିରେ ସମ୍ପୂର୍ଣ୍ଣ କରିଛନ୍ତି। ବିଳମ୍ବିତ ପ୍ରକଳ୍ପର ଉଦାହରଣ ଦେଇ ସେ କହିଥିଲେ, ୨୨-୨୩ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ବିଦାର କଲବୁର୍ଗି ରେଳ ଲାଇନ କାମ ନିକଟରେ ଶେଷ ହୋଇଛି । ସରକାର ଏହାକୁ ମାତ୍ର ୩ ବର୍ଷରେ ଶେଷ କରିଛନ୍ତି। ସିକ୍କିମର ପାକ୍ୟୋଙ୍ଗ ବିମାନବନ୍ଦର ନିର୍ମାଣ ପାଇଁ ୨୦୦୮ରେ ପରିକଳ୍ପନା କରାଯାଇଥିଲା, କିନ୍ତୁ ୨୦୧୪ ପର୍ଯ୍ୟନ୍ତ ଏହା କେବଳ କାଗଜପତ୍ରରେ ରହିଥିଲା । ୨୦୧୪ ପରେ ଆରମ୍ଭ ହୋଇ ୨୦୧୮ ସୁଦ୍ଧା ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଥିଲା। ପାରାଦୀପ ବିଶୋଧନାଗାର ୨୦-୨୨ ବର୍ଷ ଧରି କେବଳ ଆଲୋଚନା ପର୍ଯ୍ୟାୟରେ ରହିଥିଲା ଏବଂ ଏ ଦିଗରେ କୌଣସି ବିଶେଷ ଅଗ୍ରଗତି ହୋଇନଥିଲା । ନିକଟରେ ଏହି ବିଶୋଧନାଗାର କାର୍ଯ୍ୟ ଶେଷ ହୋଇଛି।

ଦେଶର ରିୟଲ ଇଷ୍ଟେଟ୍ କ୍ଷେତ୍ର ବିଷୟରେ ପ୍ରଧାନମନ୍ତ୍ରୀ ଦର୍ଶାଇଥିଲେ ଯେ ଏହା ବିଲ୍ଡର ଏବଂ ମଧ୍ୟବିତ୍ତଙ୍କ ଅବନତି ଆଡକୁ ଅଗ୍ରସର ହେଉଥିଲା କିନ୍ତୁ ରେରା ଆଇନ ହିଁ ସ୍ୱଚ୍ଛତା ଆଣିଛି ଏବଂ ନିବେଶକୁ ପ୍ରୋତ୍ସାହିତ କରିଛି । ପ୍ରକଳ୍ପଗୁଡିକ କିପରି ଅଟକି ଯାଉଥିଲା ଯାହା ନିଯୁକ୍ତି ସୁଯୋଗକୁ ଠପ୍ କରିଦେଉଥିଲା ସେ ସମ୍ପର୍କରେ ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ, “ଆଜି ଦେଶରେ ଏକ ଲକ୍ଷରୁ ଅଧିକ ରିଅଲ ଇଷ୍ଟେଟ ପ୍ରକଳ୍ପ ରେରା ଅଧୀନରେ ପଞ୍ଜୀକୃତ ହୋଇଛି । ସେ କହିଛନ୍ତି ଯେ ଦେଶର ବଢୁଥିବା ରିଅଲ ଇଷ୍ଟେଟ ଆଜି ବିପୁଳ ସଂଖ୍ୟକ ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛି ।

କେନ୍ଦ୍ର ସରକାରଙ୍କ ନୀତି ଓ ନିଷ୍ପତ୍ତି ଆଜି ଦେଶର ଅର୍ଥବ୍ୟବସ୍ଥାକୁ ନୂଆ ଉଚ୍ଚତାରେ ପହଞ୍ଚାଇଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ । ସେ ଆହୁରି କହିଥିଲେ ଯେ ଭାରତର ଅଭିବୃଦ୍ଧି ହାରକୁ ନେଇ ବିଶ୍ୱର ଜଣାଶୁଣା ଅନୁଷ୍ଠାନ ଗୁଡ଼ିକ ଅତ୍ୟନ୍ତ ଆଶାବାଦୀ ରହିଛନ୍ତି। ଭାରତର ଦ୍ରୁତ ଅଭିବୃଦ୍ଧି ସହିତ ବଢ଼ୁଥିବା ନିଯୁକ୍ତି ସୁଯୋଗ, ଏକ ବିଶା କାର୍ଯ୍ୟବଳ ଜନସଂଖ୍ୟା ଏବଂ ବଢ଼ୁଥିବା ଶ୍ରମ ଉତ୍ପାଦକତା ଉପରେ ବିଶ୍ୱସ୍ତରୀୟ ନିବେଶ ମାନ୍ୟତା ପ୍ରଦାନକାରୀ ସଂସ୍ଥାମାନେ ମାନ୍ୟତା ଦେଇଛନ୍ତି ବୋଲି ଶ୍ରୀ ମୋଦୀ ସୂଚନା ଦେଇଥିଲେ । ସେ  ଏହାର ଏକ ପ୍ରମୁଖ କାରଣ ଭାବେ ଭାରତର ଉତ୍ପାଦନ ଓ ନିର୍ମାଣ କ୍ଷେତ୍ରର ଶକ୍ତି ଉପରେ ମଧ୍ୟ ଆଲୋକପାତ କରିଥିଲେ। ଆଗାମୀ ଦିନରେ ଭାରତରେ ରୋଜଗାର ଓ ଆତ୍ମନିଯୁକ୍ତିର ଅନେକ ସମ୍ଭାବନା ସୃଷ୍ଟି ହେବ ବୋଲି ଏହି ତଥ୍ୟ ପ୍ରମାଣ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ଭାରତରେ ହେଉଥିବା ବିକାଶର ସୁଫଳ ଯେପରି ସମାଜର ଶେଷ ବ୍ୟକ୍ତିଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ସରକାରୀ କର୍ମଚାରୀ ଭାବରେ ନିଯୁକ୍ତି ପାଇଥିବା ଲୋକମାନଙ୍କ ଭୂମିକା ଉପରେ ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ । କୌଣସି ଅଞ୍ଚଳ ଯେତେ ଦୂରରେ ଥାଉ ନା କାହିଁକି, ଏହା ଆପଣଙ୍କ ପ୍ରାଥମିକତା ହେବା ଉଚିତ। ଜଣେ ବ୍ୟକ୍ତି ଯେତେ ଦୁର୍ଗମ ସ୍ଥାନରେ ରହିଥାଆନ୍ତୁ ନା କାହିଁକି, ଆପଣଙ୍କୁ ତାଙ୍କ ପାଖରେ ପହଞ୍ଚିବାକୁ ପଡ଼ିବ। ଏକ ବିକଶିତ ଭାରତର ସ୍ୱପ୍ନ ସେତେବେଳେ ସାକାର ହେବ ଯେତେବେଳେ ନବନିଯୁକ୍ତ ବ୍ୟକ୍ତିମାନେ ଭାରତ ସରକାରଙ୍କ କର୍ମଚାରୀ ଭାବରେ ଏହି ଆଭିମୁଖ୍ୟ ସହିତ ଆଗକୁ ବଢ଼ିବେ ବୋଲି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ।

ଦେଶ ପାଇଁ ଆଗାମୀ ୨୫ ବର୍ଷ ସମୟର ଗୁରୁତ୍ୱ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ। ନୂତନ ଶିକ୍ଷଣ ମଡ୍ୟୁଲ୍ ‘କର୍ମଯୋଗୀ ପ୍ରାରମ୍ଭ’ ସହିତ ଯୋଡ଼ି ହୋଇ ସେମାନଙ୍କ ପ୍ରଶିକ୍ଷଣ ପ୍ରକ୍ରିୟା ଜାରି ରଖିବାକୁ ସେ ନବନିଯୁକ୍ତମାନଙ୍କୁ ଅନୁରୋଧ କରିଥିଲେ। ବର୍ଷେ ତଳେ ‘କର୍ମଯୋଗୀ ପ୍ରାରମ୍ଭ’ ମଡ୍ୟୁଲ୍ ଆରମ୍ଭ ହେବା ପରଠାରୁ ଲକ୍ଷ ଲକ୍ଷ ନୂଆ ସରକାରୀ କର୍ମଚାରୀ ତାଲିମ ନେଇଛନ୍ତି ବୋଲି ସେ ସୂଚନା ଦେଇଛନ୍ତି। ଅନ୍ ଲାଇନ୍ ପ୍ରଶିକ୍ଷଣ ପ୍ଲାଟଫର୍ମ ଆଇଜିଓଟି କର୍ମଯୋଗୀରେ ୮୦୦ରୁ ଅଧିକ ପାଠ୍ୟକ୍ରମ ଉପଲବ୍ଧ ରହିଛି। ‘‘ଏହାକୁ ଆପଣଙ୍କ ଦକ୍ଷତା ବୃଦ୍ଧି ପାଇଁ ବ୍ୟବହାର କରନ୍ତୁ”, ପ୍ରଧାନମନ୍ତ୍ରୀ ଶେଷରେ କହିଥିଲେ । ନୂଆକରି ନିଯୁକ୍ତି ପାଇଥିବା ପ୍ରାର୍ଥୀମାନଙ୍କୁ ସେମାନଙ୍କ ସଫଳତା ପାଇଁ ଶ୍ରୀ ମୋଦୀ ପୁଣି ଥରେ ଅଭିନନ୍ଦନ ଜଣାଇଥିଲେ । ରାଷ୍ଟ୍ର ନିର୍ମାଣ ଦିଗରେ ଆପଣଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ।

ପୃଷ୍ଠଭୂମି

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତ୍‌ପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତିକରଣ ଓ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ନବନିଯୁକ୍ତମାନେ ସେମାନଙ୍କର ଅଭିନବ ଚିନ୍ତାଧାରା ଏବଂ ଭୂମିକା ସମ୍ବନ୍ଧୀୟ ଦକ୍ଷତା ସହିତ ଦେଶର ଶିଳ୍ପ, ଆର୍ଥିକ ଏବଂ ସାମାଜିକ ବିକାଶକୁ ସୁଦୃଢ଼ କରିବା କାର୍ଯ୍ୟରେ ଯୋଗଦାନ କରିବେ ଯାହା ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବାରେ ସହାୟକ ହେବ ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା ପ୍ରାର୍ଥୀମାନେ ପ୍ରଶିକ୍ଷଣ ଗ୍ରହଣ କରିବାର ସୁଯୋଗ ପାଉଛନ୍ତି । ଏଥିରେ ଯେକୌଣସି ସ୍ଥାନରେ ଯେକୌଣସି ଡିଭାଇସ୍‌ ଜରିଆରେ ୮୦୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

Categories
ବିଶେଷ ଖବର

ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ବିଭାଗ ପକ୍ଷରୁ ମନୋନୀତ ହୋଇ ନିଯୁକ୍ତି ପାଇଥିବା କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଓ ଆକାଉଣ୍ଟ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ / ବିଭାଗରେ ସରକାରଙ୍କ ସହ ଯୋଗ ଦେବେ । ସାରା ଦେଶରେ ୪୬ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହୋଇଛି ।

ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଆଜି ନିଯୁକ୍ତି ପତ୍ର ପାଇଥିବା କର୍ମଚାରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେମାନେ ନିଜ କଠିନ ପରିଶ୍ରମ ଏବଂ ନିଷ୍ଠା ଯୋଗୁଁ ଏହି ସ୍ଥାନରେ ପହଂଚି ପାରିଛନ୍ତି ଏବଂ ଲକ୍ଷ ଲକ୍ଷ ପ୍ରାର୍ଥୀ ମାନଙ୍କ ମଧ୍ୟରୁ ସେମାନଙ୍କୁ ଚୟନ କରାଯାଇଛି ବୋଲି ସେ ମନ୍ତବ୍ୟ ଦେଇଛନ୍ତି । ସମଗ୍ର ଦେଶରେ ଗଣେଶ ଉତ୍ସବର ପର୍ବ ପାଳନ ହେଉଥିବା ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସର ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କ ପାଇଁ ଏହା ଏକ ନୂତନ ଜୀବନର ‘ଶ୍ରୀଗଣେଶ’ ଅଟେ । “ଭଗବାନ ଗଣେଶ ହେଉଛନ୍ତି ସଫଳତାର ଦେବତା”, ସେବା ପ୍ରତି ନୂତନ ନିଯୁକ୍ତିପ୍ରାପ୍ତ କର୍ମଚାରୀ ମାନଙ୍କର ନିଷ୍ଠା ଦେଶକୁ ତା’ର ଲକ୍ଷ୍ୟ ହାସଲ କରିବାରେ ସକ୍ଷମ କରିବ ବୋଲି ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଦେଶ ଐତିହାସିକ ସଫଳତାର ସାକ୍ଷୀ । ସେ ନାରୀ ଶକ୍ତି ବନ୍ଦନ ଅଧିନିୟମ ବିଷୟରେ ଉଲ୍ଲେଖ କରିଥିଲେ,  ଯାହା ଅଧା ଜନସଂଖ୍ୟାକୁ ସଶକ୍ତ କରିଛି । ଦୀର୍ଘ ୩୦ ବର୍ଷ ଧରି ଅଟକି ରହିଥିବା ମହିଳା ସଂରକ୍ଷଣ ପ୍ରସଙ୍ଗ ଉଭୟ ଗୃହରେ ରେକର୍ଡ ଭୋଟରେ ପାରିତ ହୋଇଛି । ନୂଆ ସଂସଦର ପ୍ରଥମ ଅଧିବେଶନରେ ଏହି ନିଷ୍ପତ୍ତି ନିଆ ଯାଇଛି, ଏହା ଗୋଟିଏ ପ୍ରକାରରେ ନୂଆ ସଂସଦରେ ଦେଶ ପାଇଁ ଏକ ନୂଆ ଆରମ୍ଭ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ।

ନୂତନ ନିଯୁକ୍ତିପ୍ରାପ୍ତ କର୍ମଚାରୀ ମାନଙ୍କ ମଧ୍ୟରେ ମହିଳା ମାନଙ୍କର ଉଲ୍ଲେଖନୀୟ ଉପସ୍ଥିତିକୁ ସ୍ୱୀକାର କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ,  ଦେଶର ଝିଅମାନେ ଏବେ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଅର୍ଜନ କରୁଛନ୍ତି । “ନାରୀ ଶକ୍ତିର ସଫଳତାରେ ମୁଁ ଅତ୍ୟନ୍ତ ଗର୍ବ ଅନୁଭବ କରୁଛି ଏବଂ ସେମାନଙ୍କ ଅଭିବୃଦ୍ଧି ପାଇଁ ନୂତନ ମାର୍ଗ ଖୋଲିବା ହେଉଛି ସରକାରଙ୍କ ନୀତି” ବୋଲି ସେ କହିଥିଲେ । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କୌଣସି କ୍ଷେତ୍ରରେ ମହିଳା ମାନଙ୍କର ଉପସ୍ଥିତି ସବୁବେଳେ ପ୍ରତ୍ୟେକ କ୍ଷେତ୍ରରେ ସକାରାତ୍ମକ ପରିବର୍ତ୍ତନ ଆଣିଛି ।

ନୂତନ ଭାରତର ବୃଦ୍ଧି ପାଉଥିବା ଆକାଂକ୍ଷା ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ନୂତନ ଭାରତର ସ୍ୱପ୍ନ ବହୁତ ଉଚ୍ଚ । ୨୦୪୭ ସୁଦ୍ଧା ଭାରତ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ନେଇଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ଆଗାମୀ କିଛି ବର୍ଷ ମଧ୍ୟରେ ଦେଶ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହେବ ଯେଉଁଠାରେ ଆଗାମୀ ଦିନରେ ସରକାରୀ କର୍ମଚାରୀ ମାନଙ୍କର ଅନେକ ଅବଦାନ ରହିବ ବୋଲି ସେ ଗୁରୁତ୍ୱାରୋପ କରି କହିଥିଲେ । ସେମାନେ ‘ପ୍ରଥମେ ନାଗରିକ’ ଆଭିମୁଖ୍ୟକୁ ଅନୁସରଣ କରନ୍ତି ବୋଲି ସେ ଗୁରୁତ୍ୱାରୋପ କରି କହିଥିଲେ । ଆଜିର ନିଯୁକ୍ତି ପ୍ରଯୁକ୍ତି ବିଦ୍ୟା ସହିତ ବଢ଼ୁଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଏହାକୁ ସେମାନଙ୍କ କାର୍ଯ୍ୟ କ୍ଷେତ୍ରରେ ବ୍ୟବହାର କରିବା ଏବଂ ଶାସନର ଦକ୍ଷତାରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ ।

ପ୍ରଶାସନରେ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ବିଷୟରେ ବିସ୍ତୃତ ବିବରଣୀ ଦେଇ ପ୍ରଧାନମନ୍ତ୍ରୀ ଅନଲାଇନ୍ ରେଳ ସଂରକ୍ଷଣ, ଆଧାର କାର୍ଡ, ଡିଜିଲକର, ଇ କେୱାଇସି, ଗ୍ୟାସ ବୁକିଂ, ବିଲ୍ ଦେୟ, ଡିବିଟି ଏବଂ ଡିଜିଯାତ୍ରା ଦ୍ୱାରା ଦସ୍ତାବିଜର ଜଟିଳତା ଦୂର କରିବା ବିଷୟରେ ଉଲ୍ଲେଖ କରିଥିଲେ । ବୈଷୟିକ ଜ୍ଞାନକୌଶଳ ଦୁର୍ନୀତିକୁ ରୋକିଛି, ବିଶ୍ୱସନୀୟତା ବୃଦ୍ଧି କରିଛି, ଜଟିଳତା ହ୍ରାସ କରିଛି, ଆରାମ ବଢ଼ାଇଛି ବୋଲି ପ୍ରଧାନମନ୍ତ୍ରୀ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କୁ ଏ ଦିଗରେ ଆଗକୁ କାମ କରିବାକୁ ଅନୁରୋଧ କରିଛନ୍ତି ।

ଗତ ୯ ବର୍ଷ ମଧ୍ୟରେ, ସରକାରଙ୍କ ନୀତି ଏକ ନୂତନ ମାନସିକତା, ନିରନ୍ତର ତଦାରଖ, ମିଶନ ମୋଡ୍ କାର୍ଯ୍ୟକାରିତା ଏବଂ ଜନଭାଗିଦାରୀ ଉପରେ ଆଧାରିତ ହୋଇଛି ଏବଂ ଏହା ସ୍ମରଣୀୟ ଲକ୍ଷ୍ୟ ହାସଲ ପାଇଁ ମାର୍ଗ ପ୍ରଶସ୍ତ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ସ୍ୱଚ୍ଛ ଭାରତ ଏବଂ ଜଳ ଜୀବନ ମିଶନ ଭଳି ଅଭିଯାନର ଉଦାହରଣ ଦେଇ ପ୍ରଧାନମନ୍ତ୍ରୀ ସରକାରଙ୍କ ମିଶନ ମୋଡ୍ କାର୍ଯ୍ୟକାରିତା ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ, ଯେଉଁଠାରେ ସନ୍ତୁଳନ ହାସଲ କରିବା ପାଇଁ ପ୍ରୟାସ କରାଯାଉଛି ।

ସମଗ୍ର ଦେଶରେ ବିଭିନ୍ନ ପ୍ରକଳ୍ପ ଉପରେ ନିରନ୍ତର ନଜର ରଖାଯାଉଛି ବୋଲି ସେ ସୂଚନା ଦେଇ ପ୍ରଗତି ପ୍ଲାଟଫର୍ମର ଉଦାହରଣ ଦେଇଛନ୍ତି, ଯାହାକୁ ନିଜେ ପ୍ରଧାନମନ୍ତ୍ରୀ ବ୍ୟବହାର କରୁଛନ୍ତି । ସରକାରୀ ଯୋଜନା ଗୁଡ଼ିକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରିବାର ସର୍ବୋଚ୍ଚ ଦାୟିତ୍ୱ ସରକାରୀ କର୍ମଚାରୀମାନେ ବହନ କରନ୍ତି ବୋଲି ସେ ଗୁରୁତ୍ୱାରୋପ କରିଥିଲେ । ଯେତେବେଳେ ଲକ୍ଷ ଲକ୍ଷ ଯୁବକ ଯୁବତୀ ସରକାରୀ ସେବାରେ ଯୋଗ ଦେଇଥାନ୍ତି, ନୀତି କାର୍ଯ୍ୟକାରିତାର ଗତି ଏବଂ ବ୍ୟାପକତା ବୃଦ୍ଧି ପାଇଥାଏ, ଯାହା ଦ୍ୱାରା ସରକାରୀ କ୍ଷେତ୍ର ବାହାରେ ନିଯୁକ୍ତି ବୃଦ୍ଧି ପାଇଥାଏ ଏବଂ ଏହା ଦ୍ୱାରା ନୂତନ ନିଯୁକ୍ତି ଢାଞ୍ଚା ପ୍ରତିଷ୍ଠା ହୁଏ ବୋଲି ସେ ଉଲ୍ଲେଖ କରିଥିଲେ ।

ଜିଡିପି ଅଭିବୃଦ୍ଧି ଏବଂ ଉତ୍ପାଦନ ଓ ରପ୍ତାନି ବୃଦ୍ଧି ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ଆଧୁନିକ ଭିତ୍ତିଭୂମିରେ ଅଭୂତପୂର୍ବ ପୁଞ୍ଜି ନିବେଶ ବିଷୟରେ ଉଲ୍ଲେଖ କରିଥିଲେ । ଅକ୍ଷୟ ଶକ୍ତି, ଜୈବିକ କୃଷି, ପ୍ରତିରକ୍ଷା ଏବଂ ପର୍ଯ୍ୟଟନ ଭଳି କ୍ଷେତ୍ରରେ ଏକ ନୂତନ ଗତିଶୀଳତା ଦୃଶ୍ୟମାନ ହେଉଛି ବୋଲି ସେ କହିଥିଲେ । ଭାରତର ଆତ୍ମନିର୍ଭର ଅଭିଯାନରେ ମୋବାଇଲ  ଫୋନ୍ ଠାରୁ ଆରମ୍ଭ କରି ଏୟାରକ୍ରାଫ୍ଟ କ୍ୟାରିୟର, କରୋନା ଟିକା ଠାରୁ ଆରମ୍ଭ କରି ଲଢ଼ୁଆ ବିମାନ ପର୍ଯ୍ୟନ୍ତ କ୍ଷେତ୍ରରେ ଏହି ପରିମାଣ ଦେଖିବାକୁ ମିଳୁଛି । ସେ କହିଛନ୍ତି ଯେ ଆଜି ଯୁବପିଢ଼ିଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେଉଛି ।

ଆଗାମୀ ୨୫ ବର୍ଷର ଅମୃତ କାଳର ଦେଶ ତଥା ନୂତନ ନିଯୁକ୍ତିର ଗୁରୁତ୍ୱକୁ ପ୍ରଧାନମନ୍ତ୍ରୀ ଦୋହରାଇ ଥିଲେ । ସାମୁହିକ କାର୍ଯ୍ୟକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ସେ କହିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜି – ୨୦ ଆମ ପରମ୍ପରା, ସଂକଳ୍ପ ଏବଂ ଆତିଥେୟତାର ଏକ କାର୍ଯ୍ୟକ୍ରମ ପାଲଟିଥିଲା । ଏହି ସଫଳତା ମଧ୍ୟ ବିଭିନ୍ନ ସରକାରୀ ଓ ବେସରକାରୀ ବିଭାଗର ସଫଳତା । ଜି – ୨୦ର ସଫଳତା ପାଇଁ ସମସ୍ତେ ଏକ ସମୂହ ଭାବେ କାମ କରିଥିଲେ । “ମୁଁ ଆନନ୍ଦିତ ଯେ ଆଜି ଆପଣ ମାନେ ମଧ୍ୟ ଭାରତର ସରକାରୀ କର୍ମଚାରୀଙ୍କ ଦଳର ଅଂଶ ପାଲଟି ଯାଇଛନ୍ତି” ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ।

ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ସରକାରଙ୍କ ସହ ସିଧାସଳଖ କାମ କରିବାର ସୁଯୋଗ ପାଇଛନ୍ତି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସେମାନଙ୍କ ଶିଖିବାର ଯାତ୍ରା ଜାରି ରଖିବାକୁ ଅନୁରୋଧ କରିଥିଲେ ଏବଂ ସେମାନଙ୍କ ଆଗ୍ରହ କ୍ଷେତ୍ରରେ ସେମାନଙ୍କ ଜ୍ଞାନକୁ ଆଗକୁ ବଢ଼ାଇବା ପାଇଁ ଆଇଜିଓଟି କର୍ମଯୋଗୀ ପୋର୍ଟାଲର ବ୍ୟବହାର କରିବାକୁ ଅନୁରୋଧ କରିଥିଲେ । ବକ୍ତବ୍ୟ ସମାପ୍ତ କରି ପ୍ରଧାନମନ୍ତ୍ରୀ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ଏବଂ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇବା ସହ ଆଗାମୀ ୨୫ ବର୍ଷ ମଧ୍ୟରେ ଏକ ବିକଶିତ ରାଷ୍ଟ୍ରର ସଂକଳ୍ପ ନେବାକୁ ଅନୁରୋଧ କରିଥିଲେ ।

ପୃଷ୍ଠଭୂମି

ରୋଜଗାର ମେଳା ସାରା ଦେଶରେ ୪୬ଟି ସ୍ଥାନରେ ଅନୁଷ୍ଠିତ ହୋଇଥିଲା । ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଏବଂ ରାଜ୍ୟ ସରକାର / କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ଦିଆଯାଉଛି । ଦେଶର ବିଭିନ୍ନ ମନ୍ତ୍ରଣାଳୟ / ବିଭାଗ, ଯଥା ; ଡାକ ବିଭାଗ, ଭାରତୀୟ ଅଡିଟ୍ ଓ ଆକାଉଣ୍ଟ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ / ବିଭାଗରେ ନିଯୁକ୍ତି ପାଇବେ ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଏକ ଉତ୍‌ପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକ ମାନଙ୍କୁ ସେମାନଙ୍କ ସଶକ୍ତୀକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ସ୍ଥାନରେ , ଯେକୌଣସି ଡିଭାଇସ୍‌’ ଶିକ୍ଷଣ ଫର୍ମାଟ ପାଇଁ ୬୮୦ରୁ ଅଧିକ ଇ – ଶିକ୍ଷଣ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି ।

Categories
ଆଜିର ଖବର ଜାତୀୟ ଖବର

ରୋଜଗାର ମେଳା: ଆସନ୍ତାକାଲି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୬ ସେପ୍ଟେମ୍ବର, ୨୦୨୩ ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ ମାନଙ୍କୁ ସମ୍ବୋଧିତ କରିବେ।

ରୋଜଗାର ମେଳା ସାରା ଦେଶରେ ୪୬ଟି ସ୍ଥାନରେ ଅନୁଷ୍ଠିତ ହେବ। ଏହି ପଦକ୍ଷେପ ଜରିଆରେ କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ଦିଆଯାଉଛି। ଦେଶବ୍ୟାପୀ ଚୟନ ହୋଇଥିବା ନବନିଯୁକ୍ତ କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଏବଂ ଆକାଉଣ୍ଟସ୍‍ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗ ଦେବେ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ। ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତୀକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ଡିଭାଇସ୍’ ଶିକ୍ଷଣ ଫର୍ମାଟ ପାଇଁ ୬୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

Categories
ବିଶେଷ ଖବର

ଆଜି ରୋଜଗାର ମେଳାରେ ୭୦ ହଜାର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଆଜି ପୂର୍ବାହ୍ନ ୧୦.୩୦ ରେ ନବ ନିଯୁକ୍ତ ମାନଙ୍କୁ ୭୦,୦୦୦ ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ।

ଦେଶର ୪୪ ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ। ଏହି ନିଯୁକ୍ତି କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର /କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକରେ ଦିଆଯାଉଛି। ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ ନିଯୁକ୍ତିରେ ରାଜସ୍ୱ ବିଭାଗ, ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ, ଜଳ ସମ୍ପଦ ବିଭାଗ, କାର୍ମିକ ଏବଂ ତାଲିମ ଏବଂ ଗୃହ ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ / ବିଭାଗରେ ଯୋଗଦେବେ।

ରୋଜଗାର ସୃଷ୍ଟି ଉପରେ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର୍ ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି କ୍ଷେତ୍ରରେ ଏକ ସୁଯୋଗ ସୃଷ୍ଟିକାରୀ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ନୂତନ ଭାବେ ନିଯୁକ୍ତ ବ୍ୟକ୍ତିମାନେ ମଧ୍ୟ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ତାଲିମ ଦେବାର ସୁଯୋଗ ପାଇଛନ୍ତି, ଯେକୌଣସି ସ୍ଥାନରେ ଶିକ୍ଷଣ ଫର୍ମାଟ୍ ପାଇଁ ୫୮୦ ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

Categories
ଆଜିର ଖବର ଜାତୀୟ ଖବର

ଜୁଲାଇ ୨୨ରେ ରୋଜଗାର ମେଳାରେ ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୨୨ ଜୁଲାଇ, ୨୦୨୩ ପୂର୍ବାହ୍ନ ୧୦.୩୦ ରେ ନବ ନିଯୁକ୍ତ ମାନଙ୍କୁ ୭୦,୦୦୦ ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ।

ଦେଶର ୪୪ ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ। ଏହି ନିଯୁକ୍ତି କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାର /କେନ୍ଦ୍ରଶାସିତ ଅଞ୍ଚଳ ଗୁଡ଼ିକରେ ଦିଆଯାଉଛି। ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ ନିଯୁକ୍ତିରେ ରାଜସ୍ୱ ବିଭାଗ, ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ, ଜଳ ସମ୍ପଦ ବିଭାଗ, କାର୍ମିକ ଏବଂ ତାଲିମ ଏବଂ ଗୃହ ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ / ବିଭାଗରେ ଯୋଗଦେବେ।

ରୋଜଗାର ସୃଷ୍ଟି ଉପରେ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର୍ ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି କ୍ଷେତ୍ରରେ ଏକ ସୁଯୋଗ ସୃଷ୍ଟିକାରୀ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ନୂତନ ଭାବେ ନିଯୁକ୍ତ ବ୍ୟକ୍ତିମାନେ ମଧ୍ୟ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ତାଲିମ ଦେବାର ସୁଯୋଗ ପାଇଛନ୍ତି, ଯେକୌଣସି ସ୍ଥାନରେ ଶିକ୍ଷଣ ଫର୍ମାଟ୍ ପାଇଁ ୫୮୦ ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

Categories
ବିଶେଷ ଖବର

ଆସନ୍ତାକାଲି ରୋଜଗାର ମେଳା ଅଧୀନରେ ପ୍ରାୟ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୧୩ ଜୁନ୍, ୨୦୨୩ ପୂର୍ବାହ୍ନ ୧୦: ୩୦ ମିନିଟ୍ରେ ନୂତନ ଭାବେ ନିଯୁକ୍ତ ବ୍ୟକ୍ତିବିଶେଷ ମାନଙ୍କୁ ପ୍ରାୟ ୭୦,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନିଯୁକ୍ତି ପାଇଥିବା ଲୋକ ମାନଙ୍କୁ ସମ୍ବୋଧିତ କରିବେ।

ଦେଶର ୪୩ ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ। ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରୀ ବିଭାଗରେ ତଥା ରାଜ୍ୟ ସରକାରଙ୍କ ଅଧୀନରେ/କେନ୍ଦ୍ରଶାସିତ ଅଂଚଳ ଗୁଡ଼ିକରେ ନିଯୁକ୍ତି ଦିଆଯାଉଛି। ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ ନିଯୁକ୍ତ ବ୍ୟକ୍ତିମାନେ ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ପରମାଣୁ ଶକ୍ତି ବିଭାଗ, ରେଳ ମନ୍ତ୍ରଣାଳୟ, ଅଡିଟ୍ ଏବଂ ଆକାଉଣ୍ଟସ୍ ବିଭାଗୂଏବଂ ଗୃହ ମନ୍ତ୍ରଣାଳୟ ଇତ୍ୟାଦ ସମେତ ବିଭିନ୍ନ ବିଭାଗରେ ସରକାରୀ ସ୍ତରରେ ଯୋଗ ଦେବେ।

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ହେଉଛି ଏକ ଅନନ୍ୟ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉତ୍ପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକ ମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ସାର୍ଥକ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ନୂତନ ଭାବେ ନିଯୁକ୍ତ ବ୍ୟକ୍ତିମାନେ ମଧ୍ୟ ଆଇଜିଓଟି କର୍ମଯୋଗୀ ପୋର୍ଟାଲରେ ଥିବା ଏକ ଅନଲାଇନ୍ ମୋଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ପ୍ରଶିକ୍ଷିତ କରିବାର ସୁଯୋଗ ପାଇଛନ୍ତି, ଯେଉଁଠାରେ ୪୦୦ ରୁ ଅଧିକ ଇ- ଲର୍ନିଂ ପାଠ୍ୟକ୍ରମ ‘ଯେକୌଣସି ସ୍ଥାନରେ, କୌଣସି ଉପକରଣ’ ଶିକ୍ଷଣ ଫର୍ମାଟ୍ ପାଇଁ ଉପଲବ୍ଧ ହୋଇଛି।

Categories
ବିଶେଷ ଖବର

ରୋଜଗାର ମେଳା: ପ୍ରାୟ ୭୧,୦୦୦ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୪୫ ଗୋଟି ସ୍ଥାନରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୩ ଏପ୍ରିଲ ୨୦୧୩ ରେ ପ୍ରାୟ ୭୧,୦୦୦ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି।

ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ, ଭାରତ ସରକାର, ଭୁବନେଶ୍ୱର ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୨୩୧ ନବନିଯୁକ୍ତଙ୍କୁ, ବିଶ୍ୱେଶ୍ୱର ଟୁଡୁ, ମାନ୍ୟବର କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି, ଭାରତ ସରକାର, କଟକ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୧୮୩ ନବନିଯୁକ୍ତଙ୍କୁ ଏବଂ ଫଗନ ସିଂ କୁଲାଷ୍ଟେ, ମାନ୍ୟବର କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଇସ୍ପାତ ଏବଂ ଗ୍ରାମୀଣ ବିକାଶ, ଭାରତ ସରକାର, ବିଶାଖାପାଟନମ୍ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୧୬୫ ନବନିଯୁକ୍ତଙ୍କୁ ଯଥାକ୍ରମେ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଦେଶର ବିଭିନ୍ନ ସ୍ଥାନରୁ ନିଯୁକ୍ତି ପତ୍ର ପାଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ / ପଦବୀରେ ଯୋଗଦେବେ। ଏହା ସହିତ ରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ / ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।

ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ମୁଖ୍ୟ, ଯଥା ଜିଏସଟି ଏସୟୁ ଓଡିଶାର ନିର୍ଦ୍ଦେଶକ ଡକ୍ଟର ଆଶିତ କୁମାର ସ୍ୱାଇଁ, ପ୍ରଫେସର (ଡ।) ଆଶୁତୋଷ, କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ,ଏମସ, ଭୁବନେଶ୍ୱର, ଦେବାଶିଷ ପଟ୍ଟନାୟକ, ଏଜିଏମ (ପର୍ସନାଲ), ଆରଏସପି, ଲୋପାମୁଦ୍ରା ମହାନ୍ତି, କଣ୍ଟ୍ରୋଲର ଅଫ କମ୍ୟୁନିକେସନ ଆକାଉଣ୍ଟସ, ଓଡିଶା, ରାଧେଶ୍ୟାମ ମହାପାତ୍ର, ନିର୍ଦ୍ଦେଶକ (HR), ନାଲକୋ, ପି ଏସ୍ ପଣ୍ଡା, ଆଞ୍ଚଳିକ ନିର୍ଦ୍ଦେଶକ, ଇଏସଆଇସି, ଭୁବନେଶ୍ୱର, ପ୍ରଫେସର ପି ଭି ସତ୍ୟମ୍, ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୁବନେଶ୍ୱର, ଲିଙ୍ଗରାଜ ନାୟକ, ଇନଚାର୍ଜ ଏସଏଲବିସି (ରାଜ୍ୟ ସ୍ତରୀୟ ବ୍ୟାଙ୍କର୍ସ କମିଟି), ସୁଭେନ୍ଦୁ ସ୍ୱାଇଁ, ମୁଖ୍ୟ ପୋଷ୍ଟମାଷ୍ଟର ଜେନେରାଲ, ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ମନୋଜ ଶର୍ମା ପ୍ରମୁଖ ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Categories
ବିଶେଷ ଖବର

ରୋଜଗାର ମେଳା: ଆଜି ୭୧,୦୦୦ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ପୂର୍ବାହ୍ନ ୧୦.୩୦ ରେ ନୂତନ ଭାବରେ ନିଯୁକ୍ତ କର୍ମଚାରୀଙ୍କୁ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।

ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ, ଭାରତ ସରକାର, ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୩୬ ନବନିଯୁକ୍ତଙ୍କୁ, ବିଶ୍ୱେଶ୍ୱର ଟୁଡୁ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି, ଭାରତ ସରକାର, କଟକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨୦୪ ନବନିଯୁକ୍ତଙ୍କୁ ଏବଂ ଫଗନ ସିଂ କୁଲାଷ୍ଟେ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଇସ୍ପାତ ଏବଂ ଗ୍ରାମୀଣ ବିକାଶ, ଭାରତ ସରକାର, ବିଶାଖାପାଟନମ୍ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୯୦ ନବନିଯୁକ୍ତଙ୍କୁ ଯଥାକ୍ରମେ ନିଯୁକ୍ତି ପତ୍ର ବଣ୍ଟନ କରିବେ।

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ/ପଦବୀରେ ଯୋଗଦେବେ। ଏହା ସହି ତରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ/ ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।

Categories
ଆଜିର ଖବର ଜାତୀୟ ଖବର

ଏପ୍ରିଲ 13ରେ 71,000 ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ 13 ଏପ୍ରିଲ, 2023, 10:30 ପୂର୍ବାହ୍ନରେ ନୂତନ ଭାବରେ ନିଯୁକ୍ତ କର୍ମଚାରୀଙ୍କୁ ପ୍ରାୟ 71,000 ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ / ପଦବୀରେ ଯୋଗଦେବେ। ଏହା ସହି ତରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ / ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।