Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ରୋଜଗାର ମେଳା ଅଧୀନରେ ୫୧ ହଜାର ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୬୦ ରୁ ଅଧିକ ନବନିଯୁକ୍ତଙ୍କୁ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି ବିଶ୍ୱେଶ୍ୱର ଟୁଡୁ କଟକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୧୦ ରୁ ଅଧିକ  ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ଏବଂ ସେହିଭଳି ବିଶାଖାପାଟନମ୍ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୮୦ ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ। 

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ / ପଦବୀରେ ଯୋଗଦେବେ। ଏହା ସହି ତରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ/ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।

Categories
ଆଜିର ଖବର ଜାତୀୟ ଖବର

ଆଜି ୫୧ ହଜାରରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନଭାବେ ନିଯୁକ୍ତି ପାଇଥିବା ବ୍ୟକ୍ତି ମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନିଯୁକ୍ତ କର୍ମଚାରୀ ମାନଙ୍କୁ ସମ୍ବୋଧିତ କରିବେ ।

ରୋଜଗାର ମେଳା ସାରା ଦେଶରେ ୪୫ଟି ସ୍ଥାନରେ ଅନୁଷ୍ଠିତ ହେବ । ଏହି ରୋଜଗାର ମେଳା କାର୍ଯ୍ୟକ୍ରମ ମାଧ୍ୟମରେ ଗୃହ ମନ୍ତ୍ରଣାଳୟ ବିଭିନ୍ନ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ), ଯଥା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ), ସୀମା ସୁରକ୍ଷା ବଳ (ବିଏସଏଫ), ଶସସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି), ଆସାମ ରାଇଫଲ୍ସ, କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌), ଇଣ୍ଡୋ ତିବ୍ଦତ ସୀମା ପୋଲିସ (ଆଇଟିବିପି) ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏବଂ ଦିଲ୍ଲୀ ପୋଲିସରେ ଯବାନ ମାନଙ୍କୁ ନିଯୁକ୍ତି ପ୍ରଦାନ କରୁଛି । ସାରା ଦେଶରୁ ମନୋନୀତ ହୋଇଥିବା ନୂତନ ନିଯୁକ୍ତ କର୍ମଚାରୀ ଗୃହ ମନ୍ତ୍ରଣାଳୟ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କନଷ୍ଟେବଳ (ଜେନେରାଲ ଡ୍ୟୁଟି), ସବ୍‌- ଇନ୍ସପେକ୍ଟର (ଜେନେରାଲ ଡ୍ୟୁଟି) ଏବଂ ଅଣ- ଜେନେରାଲ ଡ୍ୟୁଟି କ୍ୟାଡର ପଦବୀରେ ଯୋଗ ଦେବେ ।

ଆଭ୍ୟନ୍ତରୀଣ ନିରାପତ୍ତା, ଆତଙ୍କବାଦ ମୁକାବିଲା, ବିଦ୍ରୋହ ମୁକାବିଲା, ବାମପନ୍ଥୀ ଉଗ୍ରବାଦ ବିରୋଧୀ ଏବଂ ଦେଶର ସୀମା ସୁରକ୍ଷା ଭଳି ବହୁମୁଖୀ ଭୂମିକା ନିର୍ବାହ କରିବାରେ ସିଏପିଏଫ୍ ଏବଂ ଦିଲ୍ଲୀ ପୁଲିସର ସୁଦୃଢ଼ୀକରଣ ଏହି ବାହିନୀକୁ ଅଧିକ ପ୍ରଭାବଶାଳୀ ଭୂମିକା ନିର୍ବାହ କରିବାରେ ସହାୟକ ହେବ ।

ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଏକ ଉତ୍‌ପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକ ମାନଙ୍କୁ ସେମାନଙ୍କ ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମୋଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ ‘ଯେକୌଣସି ସ୍ଥାନରେ, ଯେକୌଣସି ଡିଭାଇସ୍‌\’ ଶିକ୍ଷଣ ଫର୍ମାଟରେ ୬୭୩ରୁ ଅଧିକ ଇ – ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ୱରରେ ରୋଜଗାର ମେଳାରେ ନିଯୁକ୍ତି ପତ୍ର ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ରୋଜଗାର ମେଳା ମାଧ୍ୟମରେ ନିଯୁକ୍ତି ପାଇଥିବା ଯୁବକ ଯୁବତୀମାନେ ସ୍ୱାଧୀନତା ସଂଗ୍ରାମ ସମୟର ଯୁବବର୍ଗଙ୍କ ଭଳି ସୈନିକ ଭାବରେ କାମ କରନ୍ତୁ ବୋଲି ଶୁକ୍ରବାର ଭୁବନେଶ୍ୱର ଠାରେ ରୋଜଗାର ମେଳାରେ ନିଯୁକ୍ତି ପତ୍ର ବିତରଣ କରିବା କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଭୁବନେଶ୍ୱର ସ୍ଥିତ ସିଏସଆଇଆର-ଆଇଏମଏମଟି ଠାରେ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରୋଜଗାର ମେଳାର ତୃତୀୟ ସଂସ୍କରଣର ଶୁଭାରମ୍ଭ କରିବା ସହ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୮ ଜଣ ନବନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିଛନ୍ତି। ନିଯୁକ୍ତି ପାଇ ନୂତନ ଜନ ସେବକ ହେବା ପାଇଁ ପ୍ରସ୍ତୁତ ଯୁବବର୍ଗଙ୍କୁ ସେ ଅଭିନନ୍ଦନ ଜଣାଇବା ସହ କହିଛନ୍ତି ଯେ ଗତ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶକୁ ବିକଶିତ କରିବା ପାଇଁ ଆହ୍ୱାନ କରିଛନ୍ତି। ରୋଜଗାର ମେଳା ମାଧ୍ୟମରେ ନିଯୁକ୍ତି ହୋଇଥିବା ଯୁବକ ଯୁବତୀମାନେ ଅମୃତ କାଳରେ ସୈନିକ ଭାବରେ କାମ କରନ୍ତୁ। ଦେଶର ସ୍ୱତନ୍ତ୍ରତା ସଂଗ୍ରାମ ସମୟରେ ସେ ସମୟରେ ଯୁବପିଢିଙ୍କ ଉପରେ ଯେତେ ଦାୟିତ୍ୱ ଥିଲା, ତା’ ଠାରୁ ଅଧିକ ଦାୟିତ୍ୱ ଆଜିର ନବନିଯୁକ୍ତ ଯୁବପିଢିଙ୍କ କାନ୍ଧରେ ନ୍ୟସ୍ତ ରହିଛି। ଯେତେବେଳେ ଆମେ ନିଜର ଦାୟିତ୍ୱ ନେବା ସେତେବେଳେ ତା’ର ଗୁରୁତ୍ୱ ଓ ଭୂମିକା ବୁଝିପାରିବା। କେବଳ ଚାକିରି କରିବା ମନବୃତ୍ତିରେ ନ ରହି ଯୁବପିଢିମାନେ ଉଦ୍ୟମୀ ହୁଅନ୍ତୁ। ସମାଜରେ ଓ୍ୱଲେଥ୍ କ୍ରିଏସନ କରିବା ପାଇଁ ହେବ। ଏଥିପାଇଁ ମହତ୍ୱକାଂକ୍ଷା ବଡ ହେଉ, ମହତ ଉଦ୍ଦେଶ୍ୟରେ ହେଉ। ସମାଜରେ ସମ୍ପନ୍ନ ଆଣିବା ପାଇଁ ଆମକୁ କାଟାଲିଷ୍ଟ ହେବାକୁ ପଡିବ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ନୀତି ଓ ଦୂରଦୃଷ୍ଟି କାରଣରୁ ଆଜି ଦେଶରେ ଯୁବପିଢିଙ୍କ ରୋଜଗାର, ସ୍ୱରୋଜଗାର ଓ ଟେଲି ଯୋଗାଯୋଗ କ୍ଷେତ୍ରରେ ନୂଆ ପରିଭାଷା ତିଆରି ହୋଇଛି। ପ୍ରଥମେ ସ୍ୱଦେଶୀ ୫ଜି ପରେ ଏବେ ଆଇଆଇଟି ମାଡ୍ରାସ ସ୍ୱଦେଶୀ ମୋବାଇଲ ଅପରେଟିଂ ସିଷ୍ଟମ ‘BharOS’ ପ୍ରସ୍ତୁତ କରିଛି। ଏହା ହେଉଛି ଆମ ଯୁବକ ମାନଙ୍କର ନବସୃଜନର ପରାକାଷ୍ଠା। ଆଗାମୀ ଦିନରେ ବିଶ୍ୱ ବଜାରରେ ଆମର ଉତ୍ପାଦକୁ ବିକ୍ରି କରିବାର ଦିନ ଆଉ ବେଶୀ ଦୂର ନୁହେଁ। ଆଜି ଭାରତ ସରକାର ପିଏଲଆଇ ମାଧ୍ୟମରେ ଯୁବପିଢିଙ୍କ ରୋଜଗାର ଓ ସ୍ୱରୋଜଗାର କ୍ଷେତ୍ରକୁ ସଶକ୍ତ କରୁଛନ୍ତି। ଏକବିଂଶ ଶତାବ୍ଦୀକୁ ଦୃଷ୍ଟିରେ ରଖି ଢାଞ୍ଚା ତିଆରି ହେଉଛି। ଓଡ଼ିଶାର କୃଷି ଉତ୍ପାଦ ବିଶ୍ୱ ବଜାରରେ ପହଞ୍ଚାଇବାର ଯୋଜନା ହେଉଛି। ଓଡ଼ିଶା ଭଳି ରାଜ୍ୟରେ ବିମାନସେବା ଭିତ୍ତିଭୂମିକୁ ମଜବୁତ୍ କରାଯାଇଛି। ଭୁବନେଶ୍ୱର ଉପକଣ୍ଠରେ ପ୍ରାୟ ୧୦୦ କିମିରୁ ଉର୍ଦ୍ଧ୍ୱ ୮ ରୁ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ କରି କ୍ୟାପିଟାଲ ଜୋନ୍ ରିଙ୍ଗ ରୋଡ୍ ତିଆରି କରାଯାଉଛି। ଓଡ଼ିଆ ଯୁବକଙ୍କର ବୌଦ୍ଧିକ କ୍ଷମତା କାରଣରୁ ବୈଶ୍ୱିକ କମ୍ପାନୀ ଗୁଡିକ ଓଡ଼ିଶା ମୁହାଁ ହେଉଛନ୍ତି।

ବିକଶିତ ରାଷ୍ଟ୍ରର ଅଭିବୃଦ୍ଧି ହ୍ରାସ ପାଇଥିବା ବେଳେ ଅନେକ ପ୍ରତିକୂଳ ସ୍ଥିତିରେ ଥାଇ ସତ୍ତ୍ୱେ ଭାରତର ଅଭିବୃଦ୍ଧି ୬ ରୁ ୭ ପ୍ରତିଶତରେ  ପହଞ୍ଚିଛି। ଟିକସରେ ଅଭିବୃଦ୍ଧି ପରିଲିକ୍ଷିତ ହୋଇଛି। ଭାରତର ଲୋକମାନେ ଟ୍ୟାକ୍ସ ଦେବା ପାଇଁ ଉତ୍ସାହିତ ଅଛନ୍ତି। ଭାରତ ଯୁବଶକ୍ତିଙ୍କ କାନ୍ଧରେ ଭରସା ରଖି ଅଗ୍ରସର ହେଉଛି। ପୂର୍ବରୁ ଆମେ କଲ୍ ସେଣ୍ଟରର କଳ୍ପନାକୁ ବୁଝିପାରୁଥିଲେ। ମାତ୍ର ଏବେ ଭାରତରେ ରହି ଆମ ଯୁବକ ମାନେ ଇଣ୍ଟରନେଟ୍ ମାଧ୍ୟମରେ ଆମେରିକାରେ ହୋଟେଲ ଶିଳ୍ପର କାମ କରିପାରିବାର ସମ୍ଭାବନା ରହିଛି।

ପ୍ରଧାନମନ୍ତ୍ରୀ ଚଳିତବର୍ଷ ୧୦ ଲକ୍ଷ ଯୁବକ ଯୁବତୀଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ପାଇଁ ନିଷ୍ପତି ନେଇଛନ୍ତି। ଆଜି ଦେଶରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୭୧ ହଜାର ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ରୋଜଗାର ମେଳା ମାଧ୍ୟମରେ ରେଳ ବିଭାଗ ସହ ଆସାମ ରିଫାଇଲ୍ସ, ଇନକମ ଟ୍ୟାକ୍ସ, ଷ୍ଟାଟିଟିକ୍ସ, ଆଇଆଇଟି ଭୁବନେଶ୍ୱର, ଇପିଏଫଓ, ଭାରତୀୟ ଡାକ, ନାଲକୋ, ଇଏସଆଇସି,ବିଏସଏଫ, ସେଲ୍, ଏସଏଲବିସି, ଏବଂ ଜିଏସଟି ଓ ଇନଡାରେକ୍ଟ ଟାକ୍ସ ବିଭାଗରେ ୧୨୮ ଜଣ ନିଯୁକ୍ତି ପାଇଛନ୍ତି। ଏହି ପଦକ୍ଷେପ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ସର୍ଵଭାରତୀୟ ସ୍ତରରେ ପ୍ରଥମ “ରୋଜଗାର ମେଳା”: ପ୍ରାୟ ୭୫ ହଜାର ଯୁବ ବର୍ଗଙ୍କୁ ମିଳିବ ନିଯୁକ୍ତି ପତ୍ର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଆନୁକୂଲ୍ୟରେ ଚଳିତ ବର୍ଷ ” ଆଜାଦି କା ଅମୃତ ମହୋତ୍ସବ ” କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ “ରୋଜଗାର ମିଶନ” ସର୍ଵ ଭାରତୀୟ ସ୍ତରରେ ପ୍ରାରମ୍ଭ ହେଵାକୁ ଯାଉଛି। ଏହି ମିଶନ ଯୋଗୁଁ ଦେଶରେ ପ୍ରାୟ ଦଶ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି ହୋଇଛି, ଯାହା ପର୍ଯ୍ୟାୟ କ୍ରମେ ଏହି ମିଶନ ମାଧ୍ୟମରେ ପୂରଣ ପାଇଁ କେନ୍ଦ୍ର ସରକାର ବ୍ୟବସ୍ଥା କରୁଛନ୍ତି। ଏହି ମିଶନକୁ ଲୋକାଭିମୁଖୀ କରିବା ପାଇଁ  ଆଜି ପ୍ରଥମ “ରୋଜଗାର ମେଳା” ସର୍ଵଭାରତୀୟ ସ୍ତରରେ ଅନୁଷ୍ଠିତ ହେବାକୁ ଯାଉଛି। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହି ମିଶନର ପ୍ରଥମ ପର୍ଯ୍ୟାୟ ରୋଜଗାର ମେଳାରେ ପ୍ରାୟ ୭୫ ହଜାର ଯୁବ ବର୍ଗଙ୍କୁ  ନିଯୁକ୍ତି ପତ୍ର ପ୍ରଦାନ କରାଯିବ।

ସ୍ୱାଧୀନତାର ଏହି ଅମୃତ କାଳରେ ଆମ ରାଜ୍ୟରେ ମଧ୍ୟ ଓଡ଼ିଶା ଡାକ ପରିମଣ୍ତଳ ସଂଯୋଜନାରେ ‘ରାଜ୍ୟସ୍ତରୀୟ ରୋଜଗାର ମେଳା’ ଭୂବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ରେଳ କୁଞ୍ଜ ସନ୍ନିକଟ ରେଳ ଅଡିଟୋରିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ଡାକ ବିଭାଗ ସମେତ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥାନ ଓ ବିଭାଗ ଯଥା ଆଇ.ଆଇ.ଟି. ଭୁବନେଶ୍ବର, କେନ୍ଦ୍ରୀୟ ସୁରକ୍ଷା ବଳ, ଆୟକର ବିଭାଗ, କେନ୍ଦ୍ରୀୟ ଅବକାରୀ ବିଭାଗ, ଏସ.ଏଲ.ବି.ସି. , ଇ.ଏସ.ଆଇ., କେନ୍ଦ୍ରୀୟ ଭୂତଳ ଜଳ ବିଭାଗ, ସୀମା ସୁରକ୍ଷା ବଳ, ଭାରତୀୟ ରେଳବାଇ ଆଦି ବିଭାଗ ସାମିଲ ହୋଇଛନ୍ତି।

ଏହି ରୋଜଗାର ମେଳାରେ ମାନ୍ୟବର କେନ୍ଦ୍ର ଶିକ୍ଷା ତଥା ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୂବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ ଏବଂ ଅନ୍ୟ ଅତିଥି ବୃନ୍ଦ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସ୍ତରୀୟ ଏହି ଉତ୍ସବରେ ବିଭିନ୍ନ ବିଭାଗର ପ୍ରାୟ ଦୁଇ ଶହ ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବିତରଣ କରାଯିବ।