Categories
ଆଜିର ଖବର ରାଜ୍ୟ ଖବର ସିନେମା

ଭିନ୍ନସ୍ବାଦର ଏକ ପ୍ରେମ କାହାଣୀ ନେଇ ଆସୁଛି ନୂଆ ଓଡ଼ିଆ ସିନେମା ‘ତିତଲି’

ଭୁବନେଶ୍ଵର: ଭିନ୍ନ ସ୍ବାଦର ପ୍ରେମ କାହାଣୀ ସହ ମୌଳିକ ଓଡ଼ିଆ କାହାଣୀ ନେଇ ଆସୁଛି ନୂଆ ଓଡ଼ିଆ ସିନେମା ‘ତିତଲି’। ଅଞ୍ଜନେୟ ମିଡିଆ ପ୍ରାଇଭେଟ ଲିମିଟେଡ ପ୍ରଡକ୍ସନର ଏହା ପଞ୍ଚମ ଅବଦାନ ହୋଇଥିବା ବେଳେ ସିନେମାର ଗୀତ ଗୁଡିକ ବେଶ ମନଛୁଆଁ ହୋଇଛି। ପୂର୍ବରୁ ଏହି ପ୍ରଡକ୍ସନ ବ୍ୟାନରରେ ନିର୍ମିତ ବ୍ୟାଡଗାର୍ଲ, ଧର୍ମ, ଭୈରବ, ଦେବଦାସ ଭଳି ସିନେମା ଦର୍ଶକଙ୍କ ମନକୁ ଛୁଇଁଥିବା ବେଳେ ‘ତିତଲି’ ମଧ୍ୟ ଦମଦାର ହେବ ବୋଲି ପ୍ରଯୋଜନା ସଂସ୍ଥା ଆଶା ରଖିଛି।

ପ୍ରଭାତ କୁମାର ପ୍ରଧାନ ଓ ଶିଶିର ଚନ୍ଦ୍ର ଦାସଙ୍କପ୍ରଯୋଜିତ ଏହି ସିନେମାରେ ନିର୍ଦ୍ଦେଶନା ଦେଇଛନ୍ତି। ଏସ କେ ମୁରଲୀଧରନ ଏବଂ ଦେବିଦତ୍ତ ମହାନ୍ତି ‘ତିତଲି’ର କାହାଣୀ ଲେଖିଛନ୍ତି। ଦିବ୍ୟା, ତୁଷାର, ମିହିର ଦାସ, ପ୍ରତିଭା ପଣ୍ଡା, ପ୍ରୀତିରାଜ, ହାଡୁ, ଜୀବନ ପଣ୍ଡା ପ୍ରମୁଖ ଏହି ସିନେମାରେ ନଜର ଆସିଛନ୍ତି।

ପ୍ରେମ୍ ଆନନ୍ଦଙ୍କ ସଂଗୀତ ନିର୍ଦ୍ଦେଶନାରେ ‘ତିତଲି’ରେ ରହିଛି ମୋଟ ୫ଟି ଗୀତ। ଯେଉଁଥିରେ ଦିସ୍ତୀରେଖା, ସବିଶେଷ, ଅନନ୍ୟା, ଗୌରବ, ଆଶୁତୋଷ, ପ୍ରଜ୍ଞା ଏବଂ ସମୀକ୍ଷା ପ୍ରମୁଖ କଣ୍ଠଦାନ କରିଛନ୍ତି।

ବସନ୍ତରାଜ ସାମଲଙ୍କ ରଚିତ ଗୀତ ଗୁଡିକ ବେଶଚିତାକର୍ଷକ ହୋଇଛି। ବସନ୍ତରାଜ-ପ୍ରେମ୍ ଆନନ୍ଦ୍ ଯୋଡିରେ ପ୍ରସ୍ତୁତ ଗୀତଗୁଡିକ ସିନେମାକୁ ଆହୁରି ହୃଦୟଛୁଆଁ କରିଛି।

Categories
ଆଜିର ଖବର ସିନେମା

ଜୀ ସାର୍ଥକର ନୂଆ ସିନେମା ‘ଡିଟେକ୍ଟିଭ୍ କରନ୍‌- ଅର୍ଜୁନ’ର ଅଡିଓ ରିଲିଜ୍‌

ଭୁବନେଶ୍ୱର: ଜୀ ସାର୍ଥକର ନୂଆ ସିନେମା ‘ଡିଟେକ୍ଟିଭ୍ କରନ୍‌- ଅର୍ଜୁନ’ର ଅଡିଓ ରିଲିଜ୍ ହୋଇ ଯାଇଛି। ଫିଲ୍ମରେ ତିନିଟି ଗୀତ ରହିଥିବା ବେଳେ ଏଥିରେ ଡ. ନିର୍ମଳ ନାୟକ ଓ ଅଭିଜିତ ମଜୁମଦାରଙ୍କ ମ୍ୟୁଜିକାଲ ଯୋଡି ପୁଣିଥରେ ଦେଖିବାକୁ ମିଳିବ। ଯେଉଁଥିରୁ ‘ଭାଉଜ ଗୋ ଭାଉଜ’ ଗୀତଟି ମାର୍କେଟରେ ଚହଳ ସୃଷ୍ଟି କରିବ ବୋଲି ଜୀସାର୍ଥକ ଆଶା ପ୍ରକଟ କରିଛି।

ଏହି ଗୀତକୁ ନିଜେ ପପୁ ପମପମ ଗାଇଥିବା ବେଳେ ତାଙ୍କ ସହ ଗାଇଛନ୍ତି ସ୍ମୃତି। ସେହପରି ‘ଏକ୍ ଦୋ ତିନି ଚାର୍‌, ଚାରିଆଡେ ଦିଶୁଛି ମୋ ପ୍ୟାର’ ଗୀତକୁ ଗାଇଛନ୍ତି ଅଭିଜିତ ମଜୁମଦାର ଓ ସଂଜୁ। ‘ଛାଡରେ ସାଙ୍ଗ ଗନ୍ଧିଆ କଥା’ ଗୀତକୁ ଇଶ୍ୱରୀ ଗାଇଛନ୍ତି। ସମସ୍ତ ଗୀତକୁ ଡ. ନିର୍ମଳ ନାୟକ ଲେଖିଥିବା ବେଳେ ସଂଗୀତରେ ସଜାଇଛନ୍ତି ଅଭିଜିତ ମଜୁମଦାର। ସବୁତକ ଗୀତ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ପୁରା ଟିମ୍ ଆଶାବାଦୀ।

ଆସନ୍ତା ୧୫ ତାରିଖ ସଂଧ୍ୟା ୬ଟା ୩୦ରେ ଏହି ମୁଭିଟି ଜୀ ସାର୍ଥକରେ ରିଲିଜ ହେବ। କିନ୍ତୁ ତା ପୂର୍ବରୁ ଅଡିଓ ରିଲିଜ କରିବାର ପରମ୍ପରା ଆରମ୍ଭ କରିଛି ଜୀ ସାର୍ଥକ। ‘ଦିଦି ନମସ୍କାର’ରୁ ଏହି ପରମ୍ପରା ଆରମ୍ଭ ହୋଇଥିବା ବେଳେ ସିନେମା ରିଲିଜ୍ ପୂର୍ବରୁ ଅଡିଓ ରିଲିଜ କରି ଜୀ-ସାର୍ଥକ ଓଲିଉଡରେ ନୂଆ ମାଇଲଷ୍ଟୋନ ତିଆରି କରିପାରିଛି। ଜୀ ସାର୍ଥକ ଫିଲ୍ମସ ଓ ଲିପ୍ସା ପ୍ରଡକ୍ସନ ବ୍ୟାନରରେ ନିର୍ମାଣ ହେଉଛି ନୂଆ ସିନେମା ‘ ଡିଟେକ୍ଟିଭ୍ କରନ୍ – ଅର୍ଜୁନ’।

ଏହି ଚଳଚ୍ଚିତ୍ରରେ ନୂଆ ଅବତାରରେ କମେଡି କିଙ୍ଗ ପପୁ ପମପମଙ୍କୁ ଦେଖିବାକୁ ମିଳିବ। ତାଙ୍କ ସହ ପ୍ରଜ୍ଞା ଖଟୁଆଙ୍କ ଦମଦାର ଅଭିନୟର ମଜା ପାଇବେ ଦର୍ଶକ। ଉଭୟ ପପୁ ଓ ପ୍ରଜ୍ଞା ‘କରନ୍‌- ଅର୍ଜୁନ୍‌’ ଭୂମିକାରେ ଅଭିନୟ କରିଛନ୍ତି। ସେହିପରି ନାୟିକା ସାଜିଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ମହାନ୍ତି,ପ୍ରିୟଙ୍କା ମହାପାତ୍ର ଓ ଲିପ୍ସା ମିଶ୍ର।

ଅନ୍ୟମାନଙ୍କ ମଧ୍ୟରେ ଟୁକୁନା ଷ୍ଟାଇଲିସ୍‌, ପ୍ରଜ୍ଞା ମହାନ୍ତି, ଜୀବନ ପଣ୍ଡା, କୁନା ତ୍ରିପାଠୀ, ହାଡୁ, ଅରବିନ୍ଦ ଷଢ଼ଙ୍ଗୀ, ରାଜୀବ, କାଳୀ, ମନୋଜ, ସୁଶା ଦିଗବିଜୟ, ସୁମିତ ଓ ସଂଗ୍ରାମ ପ୍ରମୁଖ ଅଭିନୟ କରିଛନ୍ତି।

ପପୁ ପମପମ ନିଜେ ସିନେମାର କାହାଣୀ ଲେଖିଥିବା ବେଳେ ଅଶ୍ୱିନୀ ଗଡନାୟକ ନିର୍ଦ୍ଦେଶନା ଦେଇଛନ୍ତି। ଏହାର ସଂଳାପ ଲେଖିଛନ୍ତି ଟୁକୁନା ଷ୍ଟାଇଲିସ୍। ଚଳଚ୍ଚିତ୍ର ର କାହାଣୀ ସହ ସଙ୍ଗୀତ ମଧ୍ୟ ଲୋକାଦୃତ ହୋଇ ପାରିବ ବୋଲି ଜୀସାର୍ଥକ ପକ୍ଷରୁ ଆଶା ପ୍ରକଟ କରାଯାଇଛି।