Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ତଳ ଉପର ହେଉଛି କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୨

ଦେବଗଡ ଜିଲ୍ଲାରୁ- ୬

ଢେଙ୍କାନାଳ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୯

କଳାହାଣ୍ଡି ଜିଲ୍ଲାରୁ- ୩

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୪

ମୟୂରଭଞ୍ଜ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୧୫

ଷ୍ଟେଟ ପୁଲରୁ- ୨୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୩୧୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୮୩୬ ଏବଂ ବର୍ତ୍ତମାନ ୧୯୮୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ୧୦ ହଜାର ୫୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଜଣ କଲେ ମୃତ୍ୟୁବରଣ

ନୂଆଦିଲ୍ଲୀ:  ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ୫୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୫ ଲକ୍ଷ ୫୫ ହଜାର ୪୩୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧ ଲକ୍ଷ ୧୦ ହଜାର ୧୩୩ କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୩୧୮୭ ପ୍ରତିଶତ।

କେନ୍ଦ୍ର ସରକାରଙ୍କ ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୮୬୮ ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ବର୍ତ୍ତମାନ ଦେଶରେ ସମୁଦାୟ ୩ କୋଟି ୩୯ ଲକ୍ଷ ୭୭ ହଜାର ୮୩୦ ଆରୋଗ୍ୟ ହୋଇଛନ୍ତି। ଯାହା ଆରୋଗ୍ୟ ହାର ୯୮.୩୨୮୫ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୮୮ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୭ ହଜାର ୪୬୮ କୁ ବୃଦ୍ଧି ପାଇଛି।