Categories
ଆଜିର ଖବର ରାଜ୍ୟ ଖବର

ସୁନ୍ଦରଗଡ଼ର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଡାକ୍ତର ପରାଗ ହର୍ଷଦ ଗାଭାଲି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ପରାଗ ହର୍ଷଦ ଗାଭାଲି। ଗୁରୁବାର ଦିନ ବିଦାୟୀ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ।

ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ନୂଆ ଜିଲ୍ଲାପାଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ସ୍ୱାଗତ ଅଭିନନ୍ଦନ ଜଣାଇଥିଲେ।

ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି, ‘‘ସୁନ୍ଦରଗଡ଼ ହେଉଛି ଏକ ଆଦିବାସୀ ବହୁଳ ଜିଲ୍ଲା। ଜନସାଧାରଣଙ୍କ ସହଯୋଗ ଭିତ୍ତିରେ ଜିଲ୍ଲାର ସାମଗ୍ରିକ ବିକାଶ ଲାଗି ସବୁ ପ୍ରକାର ପଦକ୍ଷେପ ନିଆଯିବ। ଜିଲ୍ଲାରେ ସ୍ୱାସ୍ଥ୍ୟ, ପୋଷଣ ଓ ଶିକ୍ଷା ଆଦି କ୍ଷେତ୍ରକୁ ପ୍ରାଥମିକତା ଦିଆଯିବ। ଜିଲ୍ଲାର ସାଧାରଣ ଲୋକେ ଯେପରି ବିଭିନ୍ନ ଯୋଜନାରୁ ସୁଫଳ ପାଇବେ ତା’ ଉପରେ ଜିଲ୍ଲା ପ୍ରଶାସନ ବିଶେଷ ଧ୍ୟାନ ଦେବ।’’

୨୦୨୩ରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାଠାରେ ପୁରୁଷ ହକି ବିଶ୍ୱକପ ଖେଳାଯିବ। ତେଣୁ ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି ସହ ଏହାର ସଫଳ ପରିଚାଳନା ଉପରେ ପ୍ରାଥମିକତା ଦିଆଯିବ ବୋଲି ଜିଲ୍ଲାପାଳ କହିଥିଲେ।

ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ଆଦିବାସୀ ଓ ସାଧାରଣ ଲୋକଙ୍କ ପାଖରେ କିପରି ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମ ପହଞ୍ଚି ପାରିବ ତା’ ଉପରେ ସେ ବିଶେଷ ଗୁରୁତ୍ୱ ଦେବେ ବୋଲି ଜିଲ୍ଲାପାଳ ଏହି ଅବସରରେ କହିଥିଲେ।

ଡାକ୍ତର ପରାଗ ହର୍ଷଦ ଗାଭାଲି ହେଉଛନ୍ତି ୨୦୧୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ। ଏହା ପୂର୍ବରୁ ସେ କଳାହାଣ୍ଡି ଜିଲ୍ଲାର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ।

‘‘ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ, ପୋଷଣ ଓ ଶିକ୍ଷା ଆଦି କ୍ଷେତ୍ରକୁ ପ୍ରଶାସନ ପ୍ରାଥମିକତା ଦେବ। ଜନସାଧାରଣଙ୍କ ସହଯୋଗ ଭିତ୍ତିରେ ଜିଲ୍ଲାର ସାମଗ୍ରିକ ବିକାଶ ଲାଗି ପଦକ୍ଷେପ ନିଆଯିବ। ବିଶ୍ୱକପ ହକିର ସଫଳ ଆୟୋଜନ ଦିଗରେ ଗୁରୁତ୍ୱ ଦିଆଯିବ।’’ – ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲ୍ଲାପାଳ, ସୁନ୍ଦରଗଡ଼

ସୁନ୍ଦରଗଡ଼ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ପରାଗ ହର୍ଷଦ ଗାଭାଲି। ବିଦାୟୀ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ତାଙ୍କୁ ଆଜି ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ନୂଆ ଜିଲ୍ଲାପାଳଙ୍କୁ ଭେଟି ସ୍ୱାଗତ ଅଭିନନ୍ଦନ ଜଣାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ନୂଆବର୍ଷରେ ତିନୋଟି ଜିଲ୍ଲାକୁ ମିଳିଲା ନୂଆ ଜିଲ୍ଲାପାଳ, ରାଜ୍ୟ ପ୍ରଶାସନିକ ସ୍ତରରେ ଅଦଳ ବଦଳ

ଭୁବନେଶ୍ବର, ଆଜି ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଭିନିଲ କ୍ରିଷ୍ଣାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ସେ ପୂର୍ବପରି ଯୁବ ଓ କ୍ରୀଡା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବେ। ସେହିପରି ତିନୋଟି ଜିଲ୍ଲାକୁ ତିନିଜଣ ନୂଆ ଜିଲ୍ଲାପାଳଙ୍କୁ ନିଯୁକ୍ତ ଦିଆଯାଇଛି। ଆଜି ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଯେଉଁ ଅଦଳବଦଳ କରିଛିନ୍ତି ତାହା ହେଲା

1-ବଲୱାନ୍ତ ସିଂ- ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ

2-ସମର୍ଥ ବର୍ମା- ପୁରୀ ଜିଲ୍ଲାପାଳ

3-ମହମ୍ମଦ ସାଦିକ ଅଲାମ- ଶିଳ୍ପ ନିର୍ଦ୍ଦେଶକ

4-ପାରୁଲ ପତୱାରୀ- ଉପସଚିବ ପୁର୍ତ୍ତ ବିଭାଗ

5-ଅମ୍ରିତା ଋତୁରାଜ- କେନ୍ଦ୍ରପଡା ଜିଲ୍ଲାପାଳ

6- ବିଶାଳ ସିଂ- ପିଡିଡିଆରଡି ଯାଜପୁର

7- ପ୍ରମୋଦ କୁମାର ବେହେରା- ଅତିରିକ୍ତ ସଚିବ ରାଜସ୍ବ ଓ ବପର୍ଯ୍ୟୟ ପରିଚାଳନା

8-ସରୋଜ କୁମାର ମିଶ୍ର- ଜିଲ୍ଲାପାଳ ରାୟଗଡା