Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ ଧର୍ମ

ନୂଆ ବାସସ୍ଥାନ କରିବା ପୂର୍ବରୁ ଅନୁସରଣ କରନ୍ତୁ ଆଚାର୍ଯ୍ୟ ଚାଣକ୍ୟଙ୍କ ଏହି ପରାମର୍ଶ

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବାସସ୍ଥାନ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଏପରି ଚାରୋଟି ସ୍ଥାନ ଅଛି ଯାହାକୁ ବର୍ଜନ କରିବା ଉଚିତ। ଅର୍ଥାତ ସେପରି ସ୍ଥାନରେ ବାସ କରିବା ଅନୁଚିତ। ସେହି ଚାରୋଟି ସ୍ଥାନ ହେଲା, ଯେଉଁ ସ୍ଥାନରେ ରହିଲେ ସମ୍ମାନ ମିଳିବ ନାହିଁ, ଯେଉଁଠି ଜୀବିକା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାରେ ବିଦ୍ୟା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାର ଲୋକେ ବନ୍ଧୁଭାବାପନ୍ନ ନୁହଁନ୍ତି। ଏପରି ସ୍ଥାନକୁ ବର୍ଜନ କରିବା ନିହାତି ଆବଶ୍ୟକ ବୋଲି ଚାଣକ୍ୟ କହିଛନ୍ତି।

ଆପଣଙ୍କ ବାସସ୍ଥାନ ଏପରି ହେବା ଉଚିତ ଯେଉଁଠାରେ ସମ୍ମାନର ସହ ବଞ୍ଚି ହେବ। ଯେଉଁଠାରେ ନିଜର ଏବଂ ପିଲାମାନଙ୍କର ଶିକ୍ଷା ପାଇଁ ସୁବିଧା ଥିବ। ଯଦି ନିଜ ପାଖରେ ପଢିବା ପାଇଁ କୌଣସି ବ୍ୟବସ୍ଥା ନାହିଁ ତେବେ ସେଠାରେ ରହିବା ଉଚିତ ନୁହେଁ। ଯେଉଁ ସ୍ଥାନରେ ଅଶିକ୍ଷିତ ଏବଂ ଅସଭ୍ୟମାନେ ଅଛନ୍ତି ସେହି ସ୍ଥାନରୁ ମଧ୍ୟ ଦୂରରେ ରୁହନ୍ତୁ। କାରଣ ସେସବୁ ପରିବେଶରେ ଆପଣ କିମ୍ବା ଆପଣଙ୍କ ପିଲାମାନେ କେବେ ବି ଭଲ ଶିକ୍ଷା ହାସଲ କରିପାରିବେ ନାହିଁ। ବଂର କୁଶିକ୍ଷା ମିଳିବାର ସମ୍ଭାବନା ବେଶୀ ଥାଏ।