Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ରାଜ୍ୟର ପାଞ୍ଚଟି ଏନଏସି ହେଲା ମୁନିସିପାଲଟି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼, ମୟୁରଭଞ୍ଜର କରଞ୍ଜିଆ, ବଲାଙ୍ଗିରର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯାଇଛି।

5T ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।