Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟ କ୍ୟାବିନେଟ ବୈଠକ: ଶ୍ରୀଲିଙ୍ଗରାଜ ମନ୍ଦିରର ସୁପରିଚାଳନା ନିମନ୍ତେ ଲାଗୁ ହେଲା ନୂତନ ଆଇନ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିର ଉନ୍ନତି ପାଇଁ ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସେଥିପାଇଁ ଏକ ସ୍ୱତନ୍ତ୍ର ଆଇନ ପ୍ରସ୍ତୁତ କରାଯାଇଛି। ବିଧାନସଭା ମୁଲତବୀ ଥିବାରୁ ଅଧ୍ୟାଦେଶ ମାଧ୍ୟମରେ ଏହି ଆଇନକୁ ଲାଗୁ କରିବା ନିମନ୍ତେ ଆଜି ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି।

ଶ୍ରଲିଙ୍ଗରାଜ ମନ୍ଦିର, ଏହାର ସମ୍ପତ୍ତି ଓ ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟମନ୍ଦିର, ପବିତ୍ର ସ୍ଥାନ ଓ ମଠ ସମ୍ପର୍କିତ ବ୍ୟପାରଗୁଡ଼ିକର ସୁପରିଚାଳନା ଓ ସୁଶାସନକୁ ଦୃଷ୍ଟିରେ ରଖି ଏହାର ପରିଚାଳନା ଦାୟିତ୍ୱ ଏକ କମିଟିକୁ ନ୍ୟସ୍ତ କରିବା ନିମନ୍ତେ ଏକ ଅଧ୍ୟାଦେଶକୁ ଆଜି କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି।

ଏହି ଅଧ୍ୟାଦେଶରେ ମନ୍ଦିରର ସୁପରିଚାଳନା ନିମନ୍ତେ ବିସ୍ତୃତ ଭାବେ ବ୍ୟବସ୍ଥା ହୋଇଛି। ପରିଚାଳନା କମିଟି ଗଠନ, କମିଟିର ସଭ୍ୟ ସଂଖ୍ୟା, କମିଟିର ଦାୟିତ୍ୱ ଓ କ୍ଷମତା, ପରିଚାଳକଙ୍କର କ୍ଷମତା ଓ ଦାୟିତ୍ୱ, ମନ୍ଦିରର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ସୁରକ୍ଷା ଓ ପରିଚାଳନା, ସେବକମାନଙ୍କର ଭୂମିକା ଓ ଦାୟିତ୍ୱ, ମନ୍ଦିର ପାଣ୍ଠିର ଗଠନ ଓ ପରିଚାଳନା ଇତ୍ୟାଦି ସାମିଲ ଅଛି। ଏହା ମଧ୍ୟ ମନ୍ଦିରର ସମ୍ପତ୍ତି ସୁରକ୍ଷିତ ରଖିବା ପାଇଁ କମିଟିକୁ ସଶକ୍ତ କରିବ।