Categories
ଆଞ୍ଚଳିକ

ଟାଙ୍ଗୀ ବ୍ଲକରେ ନୂତନ ବିଡିଓ ଭାବେ ଯୋଗ ଦେଲେ ରେଶମା ଟେଟେ

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ନୂତନ ବିଡିଓ ଭାବେ ନିକଟରେ ଯୋଗ ଦେଇଛନ୍ତି ଓଏଏସ ଅଧିକାରିଣୀ ରେଶମା ଟେଟେ। ଶ୍ରୀମତୀ ଟେଟେ ଏହା ପୁର୍ବରୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ। ଦୀର୍ଘ ବର୍ଷର ପ୍ରଶାସନିକ ଅଭିଜ୍ଞତା ଥିବା ଉକ୍ତ ଅଧିକାରିଣୀ ପୁର୍ବରୁ ଝାରସୁଗୁଡା ଜିଲ୍ଲାରେ ବହୁ ବର୍ଷ ଧରି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ କାର୍ଯ୍ୟରତ ଥିଲେ।

ତେବେ ଟାଙ୍ଗୀ ଖୋର୍ଦ୍ଧା ଜିଲ୍ଲାର ଏକ ବୃହତ ବ୍ଲକ ହୋଇଥିବା ବେଳେ ରାଜନୈତିକ ଦୃଷ୍ଟିକୋଣରୁ ଏହା ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ସମସ୍ତଙ୍କ ସହଯୋଗରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା କିପରି ଜନସାଧାରଣଙ୍କ ନିକଟକୁ ପହଂଚିବ ଏବଂ ବ୍ଲକର ଜନସାଧାରଣଙ୍କ ଅଭିଯୋଗ କିପରି ୫-ଟି ଉପକ୍ରମରେ ତ୍ୱରିତ ସମାଧାନ ହୋଇପାରିବ ସେ ଦିଗରେ କାର୍ଯ୍ୟ କରିବେ ବୋଲି ନୂତନ ବିଡ଼ିଓ ଶ୍ରୀମତୀ ଟେଟେ କହିଛନ୍ତି।

Categories
ଆଞ୍ଚଳିକ

ପୋଲସରା ବ୍ଳକରେ ନୂତନ ବିଡ଼ିଓ ଭାବେ ଯୋଗଦେଲେ କୁରେଶ ଚନ୍ଦ୍ର ଯାନୀ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପୋଲସରା ବିଡ଼ିଓ ଭାବେ କୁରେଶ ଚନ୍ଦ୍ର ଯାନୀ ଯୋଗଦେଇଛନ୍ତି। ଏହା ପୂର୍ବରୁ ସେ ଗଜପତି ଜିଲ୍ଲା ନୁଆଗଡ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ।

ପ୍ରକାଶ ଥାଉକି ଦୀର୍ଘ ଦିନ ହେଲା ଖାଲି ପଡିଥିବା ବିଡ଼ିଓ ପଦବୀରେ ଧର୍ମରାଜ୍ ପରିଡା ଭାରପ୍ରାପ୍ତ ବିଡ଼ିଓ ଭାବେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ନୂତନ ବିଡ଼ିଓ ଭାବେ ଯୋଗ ଦେବା ପରେ ଅଞ୍ଚଳର ଉନ୍ନତି ଦିଗରେ କାମ କରିବା ପାଇଁ ସଙ୍କଳ୍ପବଦ୍ଧ ବିବୃତ୍ତି ପ୍ରଦାନ କରିଛନ୍ତି।

Categories
ଆଞ୍ଚଳିକ

ବାଣପୁର ବ୍ଲକରେ ନୂତନ ବିଡ଼ିଓ ଭାବେ ଯୋଗଦେଲେ ଓଏଏସ ଶୀତଲ ଅଗ୍ରୱାଲ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଓଏଏସ ଅଧିକାରିଣୀ ଶୀତଲ ଅଗ୍ରୱାଲ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀମତୀ ଅଗ୍ରୱାଲ ଏହା ପୁର୍ବରୁ ନୟାଗଡ଼ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଥିଲେ। କାର୍ଯ୍ୟରେ ଯୋଗଦେବା ପରେ ବାଣପୁର ବ୍ଲକର ସମସ୍ତ କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ।

ତେବେ ବାଣପୁର ବ୍ଲକରେ ଜନ ଅଭିଯୋଗ ଏବଂ ୫-ଟି ବ୍ୟବସ୍ଥା ଶତ ପ୍ରତିଶତ ଲାଗୁ କରିବା ପ୍ରାଥମିକତା ରହିବ ବୋଲି ଆମ ପ୍ରତିନିଧିଙ୍କୁ ନୂତନ ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ ସୂଚନା ଦେଇଛନ୍ତି। ଅନୁରୂପ ଭାବେ ବାଣପୁର ବ୍ଲକର ଦୁଇ ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଯଥା ନୀଳାଦ୍ରିପ୍ରସାଦ ଏବଂ ଦାମିଆ ବରବରା ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତିକୁ ଗୁରୁତ୍ୱ ଦେବେ ବୋଲି ଶ୍ରୀମତୀ ଅଗ୍ରୱାଲ କହିଛନ୍ତି।

ସୂଚନା ଥାଉକି ନିକଟରେ ବାଣପୁର ବ୍ଲକ ପୂର୍ବତନ ବିଡିଓ ବୁଲବୁଲ ବେହେରାଙ୍କ ବାଲିପାଟଣା ତହସିଲଦାର ଭାବେ ବଦଳି ହୋଇଥିଲା।

Categories
ଆଞ୍ଚଳିକ

ବାଣପୁର ବ୍ଲକରେ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗଦେଲେ ଓଏଏସ ଅଧିକାରିଣୀ ବୁଲବୁଲ ବେହେରା

ସୀତାରାମ ଅଗ୍ରୱାଲ
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଏଏସ ଅଧିକାରିଣୀ ଶ୍ରୀମତୀ ବୁଲବୁଲ ବେହେରା। ଶ୍ରୀମତୀ ବେହେରା ୨୦୧୧ ବ୍ୟାଚ ଓଏଏସ ଅଧିକାରିଣୀ ହୋଇଥିବାବେଳେ ଏହା ପୁର୍ବରୁ ସେ ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବିଡ଼ିଓ ଭାବେ କାର୍ଯ୍ୟରତ ଥିଲେ। ନିକଟରେ ତାଙ୍କ ବଦଳି ବାଣପୁର ବ୍ଲକକୁ ହୋଇଥିବା ବେଳେ ଗତକାଲି ସେ କାର୍ଯ୍ୟରେ ଯୋଗଦେଇଛନ୍ତି।

ତେବେ ବାଣପୁର ଏକ ବଡ଼ ବ୍ଲକ ଏବଂ ସେ ସମସ୍ତ ନିର୍ବାଚିତ ଜନପ୍ରତିନିଧିଙ୍କ ସହାଭାଗିତାରେ କାର୍ଯ୍ୟ କରିବା ସହ ଜନସାଧାରଣଙ୍କ ଅଭିଯୋଗକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ସେହିପରି ଭାବେ କ୍ଷେତ୍ର ପରିଦର୍ଶନ, ୫ଟି ବ୍ୟବସ୍ଥାର ସଠିକ ପରିଚାଳନା ଏବଂ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା କିପରି ସଠିକ ଭାବରେ ହିତାଧିକାରୀଙ୍କ ନିକଟକୁ ପହଞ୍ଚିପାରିବ ସେ ଦିଗରେ ଗୁରୁତ୍ୱ ଦେବେ ବୋଲି ଶ୍ରୀମତୀ ବେହେରା କହିଛନ୍ତି।