Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ନେଟ ଲାଭ ୭.୩ ପ୍ରତିଶତ ବୃଦ୍ଧି ସହ ୭୯୦୨୦ କୋଟି

ଭୁବନେଶ୍ୱର: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ପକ୍ଷରୁ ଆଜି ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭ ୭.୩ ପ୍ରତିଶତ ବୃଦ୍ଧି ସହ ୭୯୦୨୦ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଉପଭୋକ୍ତା ବ୍ୟବସାୟ ଏବଂ ଅପଷ୍ଟ୍ରିମ ବ୍ୟବସାୟରେ ଅଭିବୃଦ୍ଧି ଜାରି ରହିବା ସହିତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୋଟ ବାର୍ଷିକ ରାଜସ୍ୱ ରେକର୍ଡ ୧୦ ଲକ୍ଷ କୋଟିରୁ ଅଧିକ ରହିଥିବା ଜଣାପଡିଛି । କମ୍ପାନୀ ପକ୍ଷରୁ ମାର୍ଚ୍ଚ ୨୦୨୪ ରେ ଶେଷ ହୋଇଥିବା ଆର୍ଥିକ ବର୍ଷ ପାଇଁ ସେୟାର ପ୍ରତି ୧୦ ଟଙ୍କା ଡ଼ିଭିଡ଼େଣ୍ଡ ଘୋଷଣା କରାଯାଇଛି ।

୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ରିଟେଲ ର ମୋଟ ବାର୍ଷିକ ରାଜସ୍ୱ ୩ ଲକ୍ଷ କୋଟି ଅତିକ୍ରମ କରିଛି ଏବଂ ନେଟ ଲାଭ ୧୦୦୦୦ କୋଟି ଅତିକ୍ରମ କରିଛି । ମାର୍ଚ୍ଚ ୨୦୨୪ ସୁଦ୍ଧା ରିଲାଏନ୍ସ ରିଟେଲ ର ମୋଟ ଷ୍ଟୋର ସଂଖ୍ୟା ୧୮୮୩୬ ହୋଇଥିବା ବେଳେ ଉପଭୋକ୍ତା ଇଲେକ୍ଟ୍ରୋନିକ୍ସ ତଥା ଫାସନ ଓ ଲାଇଫଷ୍ଟାଇଲ ବ୍ୟବସାୟରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି।

ସେହିଭଳି ୨୦୨୩-୨୪ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୧୨.୪ ପ୍ରତିଶତ ବୃଦ୍ଧି ସହିତ ୨୦୪୬୬ କୋଟି ଟଙ୍କାରେ ପହଞ୍ଚିଛି। ଆଲୋଚ୍ୟ ଆର୍ଥିକ ବର୍ଷରେ କମ୍ପାନୀର ମୋଟ ପରିଚାଳନାଗତ ରାଜସ୍ୱ ୧୦.୨ ପ୍ରତିଶତ ବଢି ୧,୦୦,୧୧୯ କୋଟି ଟଙ୍କା ରହିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ୨୦୪୬୬ କୋଟି ଟଙ୍କା

ଭୁବନେଶ୍ୱର: ଦେଶର ସର୍ବବୃହତ ଦୂରସଂଚାର ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ ପକ୍ଷରୁ ଆଜି ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷର ଜାନୁୟାରୀ ରୁ ମାର୍ଚ୍ଚ ଯାଏ ଚତୁର୍ଥ ତ୍ରୟମାସରେ ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ ୫୩୩୭ କୋଟି ଟଙ୍କା ନେଟ ଲାଭ ହାସଲ କରିଥିବା ବେଳେ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ୨୦୪୬୬ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି।

ଜାନୁୟାରୀ ରୁ ମାର୍ଚ୍ଚ ଯାଏ ଚତୁର୍ଥ ତ୍ରୟମାସରେ ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ର ନେଟ ଲାଭ ପୂର୍ବ ବର୍ଷ ସମାନ ଅବଧି ତୁଳନାରେ ୧୩.୧୬ ପ୍ରତିଶତ ବୃଦ୍ଧି ପାଇଛି। ଏହି ତ୍ରୟମାସରେ କମ୍ପାନୀର ପରିଚାଳନାଗତ ରାଜସ୍ୱ ୨୫୯୫୯ କୋଟି ଟଙ୍କାକୁ ବୃଦ୍ଧି ପାଇଛି।

ସେହିଭଳି ୨୦୨୩-୨୪ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୧୨.୪ ପ୍ରତିଶତ ବୃଦ୍ଧି ସହିତ ୨୦୪୬୬ କୋଟି ଟଙ୍କାରେ ପହଞ୍ଚିଛି। ଆଲୋଚ୍ୟ ଆର୍ଥିକ ବର୍ଷରେ କମ୍ପାନୀର ମୋଟ ପରିଚାଳନାଗତ ରାଜସ୍ୱ ୧୦.୨ ପ୍ରତିଶତ ବଢି ୧,୦୦,୧୧୯ କୋଟି ଟଙ୍କା ରହିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି।

ମାର୍ଚ୍ଚ ଶେଷ ସୁଦ୍ଧା ଦେଶରେ ଜିଓର ଟ୍ରୁ ୫ଜି ନେଟୱାର୍କରେ ୧୦.୮ କୋଟିରୁ ଉର୍ଦ୍ଧ୍ୱ ଉପଭୋକ୍ତା ରହିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଜିଓର ମୋଟ ଗ୍ରାହକ ସଂଖ୍ୟା ୪୮.୧୮ କୋଟିକୁ ବୃଦ୍ଧି ପାଇଥିବା ବେଳେ ଗ୍ରାହକ ପ୍ରତି ରାଜସ୍ୱ ପ୍ରତିମାସ ୧୮୧.୭ ଟଙ୍କା ରହିଛି।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

ରିଲାଏନ୍ସ ଜିଓର ୨୦୨୨-୨୩ ବାର୍ଷିକ ନେଟ ଲାଭ ୨୩% ବୃଦ୍ଧି ସହ ୧୮୨୦୭ କୋଟି

ଭୁବନେଶ୍ୱର: ଦେଶର ସର୍ବବୃହତ ଟେଲିକମ ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ଲିମିଟେଡ଼ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଫଳାଫଳ ଆଜି ଘୋଷଣା କରାଯାଇଛି।

୨୦୨୨-୨୩ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୨୩ ପ୍ରତିଶତ ବୃଦ୍ଧି ସହିତ ୧୮୨୦୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ୨୦୨୧-୨୨ ଆର୍ଥିକ ବର୍ଷରେ କମ୍ପାନୀର ନେଟ ଲାଭ ୧୪୮୧୭ କୋଟି ଟଙ୍କା ରହିଥିଲା I କମ୍ପାନୀର ବାର୍ଷିକ ମୋଟ ପରିଚାଳନାଗତ ରାଜସ୍ୱ ପୂର୍ବ ବର୍ଷ ତୁଳନାରେ ପ୍ରାୟ ୧୮ ପ୍ରତିଶତ ବୃଦ୍ଧି ପାଇ ୯୦୭୮୬ କୋଟି ଟଙ୍କା ହୋଇଥିବା ଘୋଷଣା କରାଯାଇଛି, ଯାହା ପୂର୍ବ ବର୍ଷ ୭୬୯୭୭ କୋଟି ଟଙ୍କା ରହିଥିଲା।

ସେହିଭଳି ଜାନୁଆରୀ ରୁ ମାର୍ଚ୍ଚ ୨୦୨୩ ଚତୁର୍ଥ ତ୍ରୟମାସରେ କମ୍ପାନୀର ନେଟ ଲାଭ ୪୧୭୩ କୋଟି ଟଙ୍କା ରହିଥିବା ଘୋଷଣା କରାଯାଇଛି, ଯାହା ଗତ  ବର୍ଷ ସମାନ ତ୍ରୟମାସ ତୁଳନାରେ ୧୩ ପ୍ରତିଶତ ଅଧିକ ରହିଛି। ଚତୁର୍ଥ ତ୍ରୟମାସରେ କମ୍ପାନୀର ପରିଚାଳନାଗତ ରାଜସ୍ବ ୨୩୩୯୪ କୋଟି ଟଙ୍କା ରହିଛି, ଯାହା ପୂର୍ବ ବର୍ଷ ସମାନ ତ୍ରୟମାସରେ ୨୦୯୦୧ ଟଙ୍କା ରହିଥିଲା।

ଦେଶର ୨୩୦୦ରୁ ଅଧିକ ସହର ଓ ନଗରକୁ ଜିଓ ଟ୍ରୁ ୫ଜି ସେବା ସମ୍ପ୍ରସାରିତ ହୋଇଥିବାବେଳେ ଡିସେମ୍ବର ୨୦୨୩ ସୁଦ୍ଧା ସମଗ୍ର ଦେଶରେ ୫ଜି ସେବା ସମ୍ପ୍ରସାରଣ କରାଯିବ ବୋଲି କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଜିଓର ହାରାହାରି ପ୍ରତି ଗ୍ରାହକ ପ୍ରତି ମାସ ରାଜସ୍ୱ  ୬.୭% ବୃଦ୍ଧି ସହିତ ୧୭୮.୮ ଟଙ୍କାରେ ପହଂଚିଛି। ଜିଓ ନେଟୱାର୍କରେ ମୋଟ ଡାଟା ଟ୍ରାଫିକ ମାସିକ ୧୦ ଏକସାବାଇଟ ରହିଥିବା ବେଳେ କମ୍ପାନୀ ୯୦ ଲକ୍ଷରୁ ଅଧିକ ଫିକ୍ସଡ଼ଲାଇନ ବ୍ରଡ଼ବ୍ୟାଣ୍ଡ ଉପଭୋକ୍ତା ହାସଲ ସହିତ ଏକ ନମ୍ବର ସ୍ଥାନରେ ରହିଛି।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ଼ର ୨୦୨୨-୨୩ ଆର୍ଥିକ ବର୍ଷରେ ରେକର୍ଡ ୭୪୦୮୮ କୋଟି ନେଟ ଲାଭ ହାସଲ

ଭୁବନେଶ୍ୱର: ଦେଶର ସର୍ବବୃହତ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ବର୍ଷର ଆର୍ଥିକ ଫଳାଫଳ ଆଜି ଘୋଷଣା କରାଯାଇଛି। କମ୍ପାନୀର ବାର୍ଷିକ ନେଟ ଲାଭ ୧୪ ପ୍ରତିଶତ ବୃଦ୍ଧି ସହିତ ରେକର୍ଡ ୭୪୦୮୮ କୋଟି ଟଙ୍କା ହୋଇଥିବା ଘୋଷଣା କରାଯାଇଛି।

କମ୍ପାନୀର ଇ.ବି.ଆଇ.ଟି.ଡି.ଏ ପ୍ରଥମ ଥର ପାଇଁ ଦେଢ଼ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି ଏବଂ ୧୫୪୬୯୧ କୋଟି ଟଙ୍କା ହୋଇଛି। ବିଗତ ପାଞ୍ଚ ବର୍ଷ ମଧ୍ୟରେ କମ୍ପାନୀର ନେଟ ଲାଭ ଓ ଇ.ବି.ଆଇ.ଟି.ଡି.ଏ ଦୁଇଗୁଣା ହୋଇଛି।

୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀର ମୋଟ ରାଜସ୍ୱ ୨୩.୨ ପ୍ରତିଶତ ବୃଦ୍ଧି ସହିତ ୯,୭୬,୫୨୪ କୋଟି ଟଙ୍କା ହୋଇଛି I କମ୍ପାନୀର ରିଟେଲ ବ୍ୟବସାୟରେ ପୂର୍ବ ବର୍ଷ ତୁଳନାରେ ୩୦% ଅଭିବୃଦ୍ଧି ହେବା ସହିତ ମୋଟ ରାଜସ୍ବ ୨୬୦୩୬୪ କୋଟି ଟଙ୍କା ହୋଇଛି ଓ ୨୦୨୨-୨୩   ଆର୍ଥିକ ବର୍ଷ ଶେଷ ସୁଦ୍ଧା କମ୍ପାନୀର ରିଟେଲ ଷ୍ଟୋର ସଂଖ୍ୟା ୩୩୦୦ ବୃଦ୍ଧି ପାଇ ମୋଟ ୧୮୦୪୦ ରେ ପହଂଚିଛି।