Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ଜାତୀୟ ଖବର

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ମହାମହିମ ବେଞ୍ଜାମିନ ନେତାନ୍ୟାହୁଙ୍କ ସହିତ ଟେଲିଫୋନ ମାଧ୍ୟମରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ଚାଲିଥିବା ଇସ୍ରାଏଲ୍ – ହମାସ ସଂଘର୍ଷର ସାମ୍ପ୍ରତିକ ଘଟଣାକ୍ରମ ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ସାମୁଦ୍ରିକ ଯାତାୟାତର ନିରାପତ୍ତାକୁ ନେଇ ଦୁଇ ନେତା ଚିନ୍ତା ପ୍ରକଟ କରିଥିଲେ।

ପ୍ରଧାନମନ୍ତ୍ରୀ ପ୍ରଭାବିତ ଜନସାଧାରଣଙ୍କ ପାଇଁ ନିରନ୍ତର ମାନବୀୟ ସହାୟତାର ଆବଶ୍ୟକତାକୁ ଦୋହରାଇବା ସହ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ସମସ୍ତ ବନ୍ଧକଙ୍କୁ ମୁକ୍ତ କରିବା ସମେତ ସଂଘର୍ଷର ଶୀଘ୍ର ଏବଂ ଶାନ୍ତିପୂର୍ଣ୍ଣ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ।

ଦୁଇ ନେତା ଯୋଗାଯୋଗରେ ରହିବାକୁ ସମ୍ମତି ପ୍ରକାଶ କରିଥିଲେ।