Categories
ଆଞ୍ଚଳିକ

ଚିଲିକାରୁ ୨ ମୃତ ପକ୍ଷୀ ଜବତ, ଶିକାରୀ ଗିରଫ

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ବର୍ତ୍ତମାନ ଶୀତ ଋତୁ ଉପଲକ୍ଷେ ଲକ୍ଷାଧିକ ବିଦେଶୀ ପକ୍ଷୀଙ୍କ ଚିଲିକାକୁ ଆଗମନ ହେଉଥିବାର ଦେଖିବାକୁ ମିଳିଛି। ବିଦେଶୀ ପକ୍ଷୀଙ୍କ ସୁରକ୍ଷା ପାଇଁ ବନ୍ୟପ୍ରାଣୀ ବିଭାଗ ପାଟ୍ରୋଲିଂ ମଧ୍ୟ ଜାରି ରଖିଛି। ତେବେ ଆଜି ପକ୍ଷୀ ଶୀକାର କରିବା ବେଳେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ତ ଟାଙ୍ଗୀ ବନ୍ୟପ୍ରାଣୀ ବନାଞ୍ଚଳ ବିଭାଗ ହାତରେ ଜଣେ ଶୀକାରୀ ଧରାପଡ଼ି ଗିରଫ ହୋଇଛନ୍ତି।

ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ ବାଲିପାଟପୁର ରିଙ୍ଗ ବନ୍ଧ ନିକଟରୁ ପକ୍ଷୀ ଶୀକାରୀଙ୍କୁ ଗିରଫ କରିଛି ଟାଙ୍ଗୀ ବନ୍ୟପ୍ରାଣୀ ବନାଞ୍ଚଳ ବିଭାଗ। ଶୀକାରୀଙ୍କ ନିକଟରୁ ଦୁଇ ଗୋଟି ମୃତ ବିଦେଶୀ ପକ୍ଷୀ ଜବତ କରାଯାଇଛି। ଗିରଫ ଶୀକାରୀ ଜଣକ ହେଲେ ଟାଙ୍ଗୀ ଥାନା ଭୁଶୁଣ୍ଡପୁର ଗେଡେଇସ୍ୱାଇଁପାଟଣା ଅଞ୍ଚଳର ଦିବାକର ସାହୁ (୪୦)।

ଗିରଫ ଶୀକାରିଙ୍କ ବିରୋଧରେ ପିଆର ନମ୍ବର ୧୦ଟି/୨୨-୨୩ ରେ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଥିବାର ଟାଙ୍ଗୀ ରେଂଞ୍ଜ ବନାଞ୍ଚଳ ଅଧିକାରିଣୀ ଚୁଡ଼ାରାଣୀ ମୁର୍ମୁ ସୂଚନା ଦେଇଛନ୍ତି।

Categories
ଅପରାଧ ଆଜିର ଖବର ସ୍ବାସ୍ଥ୍ୟ

ପକ୍ଷୀ ଶିକାରୀକୁ ଗିରଫ କଲା ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗ, ୩ ମୃତ ପକ୍ଷୀ ଜବତ

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକାରେ ପକ୍ଷୀମାନଙ୍କ ଭିଡ ଜମିବା ଆରମ୍ଭ ନହେଉଣୁ ପକ୍ଷୀ ଶୀକାର ଆରମ୍ଭ ହୋଇ ଗଲାଣି। ଆଜି ଜଣେ ଶୀକାରୀ ପକ୍ଷୀ ଶୀକାର କରିବା ବେଳେ ବନ୍ୟପ୍ରାଣୀ ବିଭାଗ ହାତରେ ଧରାପଡିଛି।

ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ କୁହୁଡି ହାଟନୂଆ ସାହି ନିକଟରୁ ଜଣେ ପକ୍ଷୀ ଶୀକାରୀଙ୍କୁ ଆଜି ଅପରାହ୍ନରେ ଗିରଫ କରିଛି ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗ। ଶୀକାରୀ ନିକଟରୁ ତିନି ଗୋଟି ମୃତ ଲାର୍ଜ୍ ହୁଇସଲିଙ୍ଗ ଡକ୍ ସମେତ ଗୋଟେ ବାଇକ ଓ ବ୍ୟାଗ ଜବତ କରିଛି ବନ୍ୟପ୍ରାଣୀ ବିଭାଗ।

ଗିରଫ ଶୀକାରୀ ଜଣକ ହେଲେ ଟାଙ୍ଗୀ ଥାନା କୁହୁଡି ଅଞ୍ଚଳର ଗଜି ପ୍ରଧାନ (୪୩ )। ଗିରଫ ଶୀକାରିଙ୍କ ବିରୋଧରେ ପିଆର ନମ୍ବର ୦୯ଟି/୨୧-୨୨ ରେ ଏକ ମାମଲା ରୁଜୁକରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଟାଙ୍ଗୀ ରେଂଞ୍ଜ ବନାଞ୍ଚଳ ଅଧିକାରିଣୀ ଚୁଡ଼ାରାଣୀ ମୁର୍ମୁ ସୂଚନା ଦେଇଛନ୍ତି।