Categories
ଆଜିର ଖବର ରାଜ୍ୟ ଖବର

ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏନେଇ ବିଭିନ୍ନ ପ୍ରକାରର ସତର୍କତା ମୂଳକ ପଦକ୍ଷେପ ନେଉଛନ୍ତି । ଆଜି ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ଉପନିର୍ବାଚନକୁ ସ୍ଥଗିତ କରି ଦେଇଛନ୍ତି। ଆସନ୍ତା 24ରେ ହେବାକୁ ଥିବା ଏହି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି । 20ଟି ଜିଲ୍ଲାରେ 2ଟି ଜିଲ୍ଲା ପରିଷଦ ସଭ୍ୟ 6ଟି ସରପଞ୍ଚ, 8 ସମିତି ସଭ୍ୟ, 84 ଓ୍ବାର୍ଡ ସଭ୍ୟ ନିର୍ବାଚନ ହୋଇଥାନ୍ତା । ଉପନିର୍ବାଚନ ସ୍ଥଗିତ ନେଇ ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ତେବେ ଏହି ଉପନିର୍ବାଚନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି। (ଏଜେନ୍ସି)