Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ମହାବିଷୁବ ସଂକ୍ରାନ୍ତି ପାଇଁ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଆଜି ଓଡିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ବାସୀଙ୍କୁ ଶୁଭେଚ୍ଛା ତଥା ଅଭିନନ୍ଦନ ଜଣାଇଛନ୍ତି। ସେ ନିଜ ସାମାଜିକ ଗଣମାଧ୍ୟମରେ ଏହି ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଉଭୟ ଇଂରାଜୀ ଓ ଓଡିଆ ଭାଷାରେ ସେ ତାଙ୍କର ଅଭିନନ୍ଦନ ଜଣାଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ଓଡିଆ ନୂଆ ବର୍ଷ। ଆଜିଠାରେ ଶ୍ରୀମନ୍ଦିରରେ ଓଡିଆ କ୍ୟାଲେଣ୍ଡରର ପ୍ରଚଳନ ଆରମ୍ଭ ହୋଇଛି। ଏହି ଉପଲକ୍ଷେ ସାରା ରାଜ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ

ସେ ଯାହା କହିଛନ୍ତି ତାହା ହେଲା, “ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ । ଆନନ୍ଦ ଉଲ୍ଲାସର ଏହି ପର୍ବ ଆମକୁ ଆମ ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ମଧ୍ୟ ଦେଇଥାଏ । ଏହି ଅବସରରେ ମୁଁ ସମସ୍ତଙ୍କର ସୁଖସମୃଦ୍ଧି କାମନା କରୁଅଛି ।”

Categories
ଆଜିର ଖବର ରାଜ୍ୟ ଖବର

ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ନବୀନ ପଟ୍ଟନାୟକ କଣ କହିଲେ ଦେଖନ୍ତୁ ଭିଡିଓ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା  ପଣା ସଂକ୍ରାନ୍ତି। ଆଜିଠାରୁ ଓଡିଆ ନୂଆ ବର୍ଷ ଆରମ୍ଭ ହେଉଛି। ଏହି ଉପଲକ୍ଷେ ରାଜ୍ୟ ବାସୀଙ୍କୁ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ କହିଛନ୍ତି…

ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆ ବର୍ଷର ଆନ୍ତରିକ ଶୁଭେଚ୍ଛା ଜଣାଉଛି। ବନ୍ଦେ ଉତ୍କଳ ଜନନୀ

Categories
ଆଜିର ଖବର ରାଜ୍ୟ ଖବର

ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ବର: ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି। ଆଜି ସାରା ଓଡିଶାରେ ଏହି ପର୍ବ ପାଳନ କରାଯାଉଛି। ଏଥିସହିତ ଆଜିଠାରୁ ଓଡିଆ ନବ ବର୍ଷର ଆରମ୍ଭ ହେଉଛି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ସେ କହିଛନ୍ତି ଯେ,ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ।
Categories
ଜାତୀୟ ଖବର ଧର୍ମ ବିଶେଷ ଖବର ରାଜ୍ୟ ଖବର

ଆଜି ହେଉଛି ପଣା ସଂକ୍ରାନ୍ତି, ଏହିଦିନ ପଣା ପିଇବାର ବିଧି କାହିଁକି ରହିଛି ଜାଣିଛନ୍ତି କି ?

ଭୁବନେଶ୍ବର: ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ।

ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ। ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ।

ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ। ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି। ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ଆଜି ହେଉଛି ବିଷୁବ ସଂକ୍ରାନ୍ତି, ଏହିଦିନ ପାଞ୍ଚଟି ରାଶି ପାଇଁ ରହିଛି ଖୁସି ଖବର, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଷ ରାଶିଫଳ- ଆଜି ଆପଣଙ୍କ ଦିନ ବହୁତ ଶୁଭ ହେବ। ଆପଣ ସଫଳତା ଏବଂ ଉଚ୍ଚ ପଦାଧିକାରୀଙ୍କ ଇଚ୍ଛା ହେତୁ ଆଜି ଆପଣଙ୍କ ପାଇଁ ଖୁସିର ଦିନ ହେବ । ବ୍ୟବସାୟୀମାନେ ବ୍ୟବସାୟରେ ଅଭିବୃଦ୍ଧି ଏବଂ ସଫଳତା ପାଇବେ । ପିତା ଏବଂ ବରିଷ୍ଠମାନେ ଉପକୃତ ହେବେ। ଲକ୍ଷ୍ମୀଦେବୀଙ୍କ ଆଶୀର୍ବାଦ ରହିବ । ପରିବାରରେ ଖୁସିର ପରିବେଶ ରହିବ । ସ୍ୱାସ୍ଥ୍ୟ ଭଲ ହେବ । ସରକାରଙ୍କ ଦ୍ୱାରା ଲାଭ ହେବ । ସମ୍ମାନ ଏବଂ ପଦୋନ୍ନତି ସେଠାରେ ରହିବ। ସାଂସାରିକ ଜୀବନ ସୁଖୀ ହେବ ।

ବୃଷ ରାଶିଫଳ- ଆପଣ ନୂତନ କାର୍ଯ୍ୟ ଆୟୋଜନ ଆରମ୍ଭ କରିବା ପାଇଁ ଆଜି ଶୁଭ ଦିନ। ଚାକିରୀ ଏବଂ ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି । ଆପଣ ମହିଳା ସାଙ୍ଗମାନଙ୍କଠାରୁ କାମ ପାଇପାରିବେ । ଲକ୍ଷ୍ମୀ ଦେବୀଙ୍କ ଆଶୀର୍ବାଦ ଆଜି ଆପଣଙ୍କ ଉପରେ ଅଛି । ସାମାଜିକ କ୍ଷେତ୍ରରେ ଆପଣଙ୍କର ଖ୍ୟାତି ବୃଦ୍ଧି ପାଇବ । ପତ୍ନୀ ଏବଂ ପୁଅଙ୍କଠାରୁ ଆନନ୍ଦଙ୍କ ଖବର ଆସିବ । ଯେଉଁମାନେ ବିବାହ କରିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ବିବାହ ସମୟ ଉପସ୍ଥିତ ହେବ । ଆପଣ ବୁଲିବାକୁ ଯୋଜନା କରିପାରିବେ ।

ମିଥୁନ ରାଶିଫଳ- ଆପଣ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଜି ଆପଣ ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ସକ୍ଷମ ହେବେ । ଆର୍ଥିକ ଲାଭ ହାସଲ ହେବ । ସ୍ଥାନାନ୍ତରଣର ସମ୍ଭାବନା, ବିଶେଷକରି ଧାର୍ମିକ ଯାତ୍ରା ସମ୍ଭାବନା ଅଛି। ସମ୍ପର୍କୀୟଙ୍କ ଘରେ ଏକ ମଙ୍ଗଳ ପ୍ରସଙ୍ଗରେ ଉପସ୍ଥିତ ହେବାର ଏକ ସୁଯୋଗ ଥାଇପାରେ। ଆପଣ ବିବାହିତ ଜୀବନର ସୁଖ ଏବଂ ଆନନ୍ଦ ପାଇବେ। ଆଜି ଆପଣଙ୍କର ଆଚରଣ ସ୍ୱାଭାବିକ ହେବ। କୈତୁହଳପୂର୍ଣ୍ଣ ଖାଦ୍ୟ ମିଳିପାରିବ। ସାମାଜିକ କ୍ଷେତ୍ରରେ ଖ୍ୟାତି ବୃଦ୍ଧି ପାଇବ ।

କର୍କଟ ରାଶିଫଳ- ଆଜି ଆପଣ ସତର୍କ ରହିବାକୁ ସୂଚନା ଆସିଛି। ଆଜି, ବ୍ୟବସାୟିକ କାର୍ଯ୍ୟରେ ସହଯୋଗୀ ହସ୍ତକ୍ଷେପ ବୃଦ୍ଧି ପାଇବ । ଖର୍ଚ୍ଚ ସାଧାରଣ ଅପେକ୍ଷା ଅଧିକ ହେବ । ଧାର୍ମିକ, ସାମାଜିକ କାର୍ଯ୍ୟରେ ଯୋଗଦାନ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ମଧ୍ୟ ହୋଇପାରେ । ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା ହେବ। ପୁଅ ଏବଂ ସମ୍ପର୍କୀୟଙ୍କ ମଧ୍ୟରେ ପାର୍ଥକ୍ୟ ହୋଇପାରେ । ଆଜି ଆପଣ କଠିନ ପରିଶ୍ରମ କରିବା ପରେ ହିଁ ସଫଳତା ପାଇବେ। ଆପଣ ମାନସିକ ବିଭ୍ରାଟ ଅନୁଭବ କରିବେ। ଦୁର୍ଘଟଣା ପାଇଁ ସାବଧାନ ରୁହନ୍ତୁ।

ତୂଳା ରାଶିଫଳ- ଆଜି ସାଧାରଣ ଲାଭର ଦିନ। ଅଯଥା ଖର୍ଚ୍ଚ ବନ୍ଦ କରିବାକୁ ପଡିବ । ବିଶେଷ ଧ୍ୟାନ ଦିଅନ୍ତୁ ଯେ ପରିବାରରେ ଝଗଡ଼ା ନହୁଏ । ପରିବାରର ସଦସ୍ୟଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣାକୁ ଦୂରେଇ ରଖନ୍ତୁ । ଶାରୀରିକ ସମସ୍ୟା ମନରେ ଚିନ୍ତା ଆଣିବ। ଏକ ନକାରାତ୍ମକ ମାନସିକତା ରଖନ୍ତୁ ନାହିଁ । ଅନୈତିକ ପ୍ରବୃତ୍ତିଠାରୁ ଦୂରରେ ରୁହନ୍ତୁ । ଛାତ୍ରମାନଙ୍କ ଶିକ୍ଷଣରେ ବାଧା ଉପୁଜିବ।

କନ୍ୟା ରାଶିଫଳ- ଆଜି ଆପଣଙ୍କ ପାଇଁ ଭଲ ଦିନ ନୁହେଁ। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ହେବ ନାହିଁ । ଅନେକ ସମସ୍ୟା ହେତୁ ମନ ବିବ୍ରତ ରହିବ । ଶକ୍ତିର ଅଭାବ ରହିବ । ସମ୍ପର୍କୀୟମାନଙ୍କ ସହିତ ମତଭେଦ ହେବ । ମାଆର ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା କରିବେ । ଜମି ଓ ଘରର ଦଲିଲ ସୁବିଧାରେ ରଖନ୍ତୁ। ମହିଳା ଏବଂ ଜଳରୁ କ୍ଷତି ହେବାର ଭୟ ରହିବ। ଲୋକଙ୍କୁ ଅପମାନ ନ କରିବାକୁ ବିଶେଷ ଧ୍ୟାନ ଦିଅନ୍ତୁ। ଟଙ୍କା ଅଯୋଗ୍ୟ ହେବ ।

ବିଛା ରାଶିଫଳ- ଆଜି ଆପଣଙ୍କର ମିଶ୍ରର ଦିନ ଅଟେ। ଆଜି ଆପଣ ଅସୁସ୍ଥତା ଏବଂ ଚିନ୍ତା ଅନୁଭବ କରିବେ। ଶରୀରରେ ଥକାପଣ ଏବଂ ଅଳସୁଆତା ଏବଂ ମନରେ ବ୍ୟାକୁଳତା ଅନୁଭବ ହେବ। ଆଜି ଆପଣ ଟିକେ କ୍ରୋଧିତ ହେବେ ଯାହା ହେତୁ ଜିନିଷ ନଷ୍ଟ ହୋଇପାରେ। ଅଭ୍ୟାସରେ ନ୍ୟାୟ ଆଣିବାକୁ ଚେଷ୍ଟା କରନ୍ତୁ । ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ। ଧାର୍ମିକ ଯାତ୍ରା ଆୟୋଜିତ ହେବ । ଆଜି ଆପଣ ଯାହା ବି ଚେଷ୍ଟା କରୁଛନ୍ତି ତାହା ଭୁଲ୍ ଦିଗରେ ଅଛି ।

ସିଂହ ରାଶିଫଳ- ଆଜି ଏକ ଖୁସିର ଦିନ ହେବ । ଆଜି ଆପଣ ଅଧିକ କଳ୍ପନାକାରୀ ହେବେ। ସାହିତ୍ୟର ସୃଷ୍ଟି କବିତା ସୃଷ୍ଟିର ପ୍ରେରଣା ହେବ । ପ୍ରିୟଙ୍କ ସହିତ ସାକ୍ଷାତ ଶୁଭ ହେବ, ଫଳସ୍ୱରୂପ ଦିନସାରା ମନ ଖୁସି ରହିବ । ଆପଣ ପିଲାମାନଙ୍କର ଅଗ୍ରଗତି ବିଷୟରେ ଖବର ପାଇବେ । ଛାତ୍ରମାନେ ଅଭ୍ୟାସ କରିବା ପାଇଁ ଏହା ଏକ ଭଲ ସମୟ । ସାଙ୍ଗମାନଙ୍କ ସହିତ ମିଳନ ହେବ, ମହିଳା ବନ୍ଧୁମାନେ ଉପକୃତ ହେବେ । ଆଜି ଆପଣ ଦାନ କାର୍ଯ୍ୟ କରିପାରିବେ।

ଧନୁ ରାଶିଫଳ- ଆଜି ଆପଣଙ୍କର ଦିନ ଆନନ୍ଦ ଏବଂ ଭୋଗରେ ଅତିବାହିତ ହେବ । ବିପରୀତ ଲିଙ୍ଗର ଲୋକଙ୍କୁ ଭେଟିବେ । ବନ୍ଧୁ ଏବଂ ପ୍ରିୟଜନଙ୍କ ସହିତ ଏକ ଉପଭୋଗ୍ୟ ରହଣି ହୋଇପାରେ । ଯାନ ଆନନ୍ଦ ପାଇବେ । ନୂତନ ପୋଷାକ କିଣିଲେ ଏବଂ ଏହାକୁ ପିନ୍ଧିବାର ସୁଯୋଗ ପାଇବେ । ଆଜି ପ୍ରଣୟଙ୍କ ପାଇଁ ଏକ ଭଲ ଦିନ । ମିଠା ଖାଦ୍ୟ ମିଳିପାରିବ । ସ୍ୱାସ୍ଥ୍ୟ ଭଲ ହେବ, ଆପଣ ସାମାଜିକ ସମ୍ମାନ ଏବଂ ଖ୍ୟାତି ପାଇବେ । ଆପଣ ସର୍ବୋତ୍ତମ ବିବାହିତ ସୁଖ ପାଇବ। ଗଣେଶଙ୍କ କୃପା ଦିନସାରା ଆପଣଙ୍କ ଉପରେ ରହିବ।

ମକର ରାଶିଫଳ- ଆଜି ଆପଣଙ୍କର ଭଲରେ ଦିନ କଟିବ। ଘରେ ଶାନ୍ତି ଏବଂ ଆନନ୍ଦର ପରିବେଶ ରହିବ ଏବଂ ଏକ ସୁଖଦ ସମ୍ପର୍କ ଗଢି ଉଠିବ । ଆପଣ ଯାହା ବି କରନ୍ତି ସେଥିରେ ଆପଣ ଖ୍ୟାତି ଅର୍ଜନ କରିବେ। ସ୍ୱାସ୍ଥ୍ୟ ଭଲ ହେବ। ପରିବାର ସଦସ୍ୟଙ୍କ ସହିତ ଘରେ ସମୟ ବିତାଇବେ । ଚାକିରିରେ ଲୋକଙ୍କୁ ଉପକୃତ କରିବେ । ଆପଣଙ୍କଠାରୁ ସହକର୍ମୀମାନେ ଲାଭବାନ ହେବେ । ମହିଳା ସାଙ୍ଗମାନଙ୍କ ସହିତ ସାକ୍ଷାତ କରି ମନ ଖୁସି ହେବ। ଶତ୍ରୁମାନେ ଜିତିବେ।

କୁମ୍ଭ ରାଶିଫଳ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ। ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ। ଆପଣ ଶାରୀରିକ ଥକ୍କା ଏବଂ ମାନସିକ ବିଭ୍ରାଟ ଅନୁଭବ କରିବେ । ଅଫିସରେ କାର୍ଯ୍ୟଭାର ହେତୁ ଆପଣ ଅଧିକ ଥକ୍କା ଅନୁଭବ କରିବେ । ସ୍ଥାନାନ୍ତରଣ ଲାଭଦାୟକ ହେବ ନାହିଁ। ସମ୍ଭବତଃ ଆଧ୍ୟାତ୍ମିକତା ପାଇଁ କିଛି ସମୟ ନିଅନ୍ତୁ।

ମୀନ ରାଶିଫଳ- ଆପଣଙ୍କ ଦିନ ଶୁଭ ହେବ। ଭାଇମାନଙ୍କ ସହିତ ଭଲ ସମ୍ପର୍କ ରହିବ ଏବଂ ଘର ସେମାନଙ୍କ ସହିତ ପ୍ରଶ୍ନ ଉପରେ ଆଲୋଚନା କରିବେ । ଏକ ଛୋଟ ଧାର୍ମିକ ସ୍ଥାନ ପରିଦର୍ଶନ କରିବା ଏକ ସଫଳ କାର୍ଯ୍ୟକ୍ରମ ହେବ । ଧନ ଲାଭର ସମ୍ଭାବନା । ବିଦେଶରୁ ଭଲ ଖବର ଆସିବ । ବ୍ୟବହାରିକ ପ୍ରସଙ୍ଗ ହେତୁ ଯାତ୍ରା କରିପାରିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଏହା ଏକ ଶୁଭ ଦିନ। ଶାରୀରିକ ଏବଂ ମାନସିକ ସ୍ତରରେ ସୁସ୍ଥ ରହିବ । ପୁଞ୍ଜି ନିବେଶକାରୀଙ୍କ ପାଇଁ ଏହା ଏକ ଭଲ ଦିନ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ଆସନ୍ତାକାଲି ଏକ ମହତ୍ବପୂର୍ଣ୍ଣ ଦିନ, ଏକାଥରେ ପଡୁଛି ଚାରିଟି ଗୁରୁତ୍ବପୂର୍ଣ୍ଣ ତିଥି, ଜାଣନ୍ତୁ କଣ…

ଭୁବନେଶ୍ବର: ଆସନ୍ତାକାଲି ଓଡିଶା ପାଇଁ ଏକ ମହତପୂର୍ଣ୍ଣ ଦିନ। କାରଣ ସୋମବାରରେ ଏକାଥରେ ଚାରିଟି ଗୁରୁତ୍ବପୂର୍ଣ ତିଥି ପଡୁଛି। ସେଗୁଡିକ ହେଲା ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତି, ଓଡିଆ ନୂଆବର୍ଷ। ଏଥିସହିତ ଏକ ଜାତୀୟ ଦିବସ ଭାବେ ଆସନ୍ତାକାଲି ଡ ଆମ୍ବେଦକରଙ୍କ ଜୟନ୍ତି ମଧ୍ୟ ପଡୁଛି।

ପଣା ସଂକ୍ରାନ୍ତିରେ ସାଧାରଣତଃ ଓଡିଆ ନୂଆ ବର୍ଷ ଆରମ୍ଭ ହୋଇଥାଏ। ଏଥିସହିତ ଓଡିଶାର ହନୁମାନ ଜୟନ୍ତି ମଧ୍ୟ ପାଳନ କରାଯାଇଥାଏ। ସେଥିପାଇଁ ସୋମବାର ଦିନ ବିଭିନ୍ନ ଶିବ ମନ୍ଦିରରେ ଭିଡ ହେବା ସହିତ ହନୁମାନ ମନ୍ଦିରରେ ମଧ୍ୟ ଭକ୍ତଙ୍କ ସମାଗମ ହେବ। ସେହିପରି ସକାଳୁ ଡ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ।

Categories
ଧର୍ମ ବିଶେଷ ଖବର ରାଜ୍ୟ ଖବର

ଆସନ୍ତାକାଲି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି, ଜାଣନ୍ତୁ ପୂଜା କରିବାର ବିଧି

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଆଜିଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଚଳିତ ବର୍ଷ ପଣା ସଂକ୍ରାନ୍ତି ଆସନ୍ତା 14 ତାରିଖ ସୋମବାର ଦିନ ପଡୁଛି।

ଏହିଦିନ ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ।

Categories
ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ପଣା ସଂକ୍ରାନ୍ତିରେ ବେଗୁନିଆର ଡିଙ୍ଗର ଗ୍ରାମରେ ପାଳିତ ହୁଏ ଭିନ୍ନ ଏକ ପର୍ବ

ଭୁବନେଶ୍ବର: ପବିତ୍ର ମହାବିଷୁବ ସଂକ୍ରାନ୍ତିରେ ଆରମ୍ଭ ହେବ “ମା କାଳିକା”ଙ୍କର ଓଡିଶା ପ୍ରସିଦ୍ଧ ପଣାଯାତ୍ରା। ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ। ଜାତୀୟ ରାଜପଥରୁ ଦକ୍ଷିଣକୁ ମାତ୍ର ପାଞ୍ଚ କିଲୋମିଟର ଗଲେ ପଡେ “ଡିଙ୍ଗର” ଗ୍ରାମ। ପ୍ରତି ବର୍ଷ ଏହି ମହାବିଷୁବ ସଂକ୍ରାନ୍ତି ଦିନରେ ପାଳିତ ହୁଏ, ଏ ଅଞ୍ଚଳର ସବୁଠାରୁ ବଡପର୍ବ ତଥା ଏହି ଗଣପର୍ବ।

ଏହି ଗଣପର୍ବକୁ ଏଇଥିପାଇଁ ପଣାଯାତ୍ରା କୁହାଯାଏ ଯେ, ମା “କାଳିକା”ଙ୍କ ନିକଟରେ ପଣା ଲାଗି ହୁଏ। ଯେଉଁମାନେ ମା’ଙ୍କର ସେବା କରନ୍ତି, ସେମାନେ ସଂଧ୍ୟା ସମୟରେ ଥରେ ମାତ୍ର ପଣା ପିଇଥାନ୍ତି ଓ ଅନ୍ୟ ସମୟତକ ନିର୍ଜଳ ଉପବାସରେ ରହିଥାନ୍ତି। କଦଳୀ, ମିଶ୍ରି, ନବାତ, ଗୋଲମରିଚ, ବଟା ମୁଗର ସମ୍ମିଶ୍ରଣରେ ପ୍ରସ୍ତୁତ ହୂଏ ଏହି ସୁସ୍ୱାଦୁ ପଣା।

ମହାବିଷୁବ ସଂକ୍ରାନ୍ତିର ସାତରୁ ଏକୋଇଶି ଦିନ ପୂର୍ବରୁ ସଂଧ୍ୟା ସମୟରେ ମା’ଙ୍କ ପାଟବେତକୁ ନେଇ ଭଗତାମାନେ ପୋଖରୀରେ ଗାଧୋଇ ସାରିଲା ପରେ ମା’ଙ୍କର ମନ୍ଦିର ଅଭିମୁଖେ ବାହାରନ୍ତି। ଏହି ପାଟ ବେତ ମା କାଳିକାଙ୍କର ସ୍ଵରୁପ। ଯିଏ ପାଟ ଧରନ୍ତି ତାଙ୍କୁ ପାଟ ଭଗତା କୁହାଯାଏ। ଦୁଇଜଣ ଦଣ୍ଡ (ଝୁଣା ଦ୍ୱାରା ଆଲୋକ ସୃଷ୍ଟି) ଧରନ୍ତି, ସେମାନଙ୍କୁ ପାଟ ଦଣ୍ଡୁଆ କୁହାଯାଏ। ଏଥିପାଇଁ କେହି କେହି ଏହାକୁ ଦଣ୍ଡ ଯାତ୍ରା ବୋଲି ମଧ୍ୟ କହିଥାନ୍ତି। ଖୁବ୍ ନିଷ୍ଠାର ସହିତ ଏହି ଭଗତାମାନେ ସାତ ଦିନରୁ ଏକୋଇଶ ଦିନ ପର‌୍ୟ୍ୟନ୍ତ ଏହି ଉପବାସ ବ୍ରତ କରିଥାନ୍ତି। ଗାଁ ମାନଙ୍କରେ ଆମିଷ ଖାଇବା ବନ୍ଦ ହୋଇଯାଏ। ଗାଁ ପରିବେଶ କେମିତି ବଦଳିଯାଏ, ଧୂପ ଦୀପର ପବିତ୍ର ବାସ୍ନାରେ। ଆବାଳ ବୃଦ୍ଧବନିତା ସମସ୍ତେ ମା’ ଙ୍କ ପାଇଁ ସମର୍ପିତ ହୋଇଯାଆନ୍ତି।

ଦ୍ୱିତୀୟ ପର୍ଯ୍ୟାୟ ଯାତ୍ରା ହୁଏ ସଂଧ୍ୟା ସମୟରେ। ଏଥର ଅନୁଷ୍ଠିତ ହୁଏ ଖଣ୍ଡାପାଟ। ଦୋଳ ବିମାନ ଆକୃତିର ସୁସଜ୍ଜିତ ଦଶରୁ ପନ୍ଦରଟି ଖଣ୍ଡାପାଟ ପୋଖରୀଠାରୁ ମନ୍ଦିର ଅଭିମୁଖେ ଆସିଥାନ୍ତି। ଏଥିରେ ତିନୋଟି ଖଣ୍ଡା ଉପରେ ଏକ ଗୋଡରେ ମାନସିକଧାରୀ ଭଗତା ଠିଆ ହୋଇ ଝୁଲୁ ଥାଆନ୍ତି। ପ୍ରତି ବିମାନକୁ ଚାରିଜଣ କାନ୍ଧେଇ ଆଣି ପୋଖରୀରୁ ମନ୍ଦିର ଅଭିମୁଖେ ଆସିଥାନ୍ତି। ଆଗରେ ପାଟଦେତକୁ ଧରି କାଳିସୀ ବାଟ କଢେଇ ଚାଲିଥାଆନ୍ତି, ଏହି ବିମାନ ସଦୃଶ ଖଣ୍ଡାପାଟଗୁଡିକୁ। ଅପୂର୍ବ ଏ ଦୃଶ୍ୟ।

ଯାତ୍ରା ପଡିଆରେ ଖଣ୍ଡାପାଟରେ ଝୁଲାଯାଇଥିବା, ପେନ୍ଥା ପେନ୍ଥା ଆମ୍ବକୁ ଭକ୍ତମାନଙ୍କ ଉପରକୁ ଫଙ୍ଗିଲା ବେଳେ, ଏକ ନିଆରା ପରିବେଶ ସୃଷ୍ଟି ହୁଏ। ଆତସବାଜୀ କି ମନୋମୁଗ୍ଧକର। ସ୍ୱଚକ୍ଷୁରେ ନଦେଖିଲେ ବର୍ଣ୍ଣନା କରିବା ସମ୍ଭବ ନୁହେଁ। ଯାତ୍ରାର ଇତିହାସ କହିଲେ ପ୍ରାୟ ଦୁଇଶହ ବର୍ଷ ତଳର। ଗାଁରେ ଥିବା ଧୀବର ସମ୍ପ୍ରଦାୟର ଏହି ଯାତ୍ରାର ମୁଖ୍ୟ ପୃଷ୍ଠପୋଷକ। କୁହାଯାଏ ଯେ ଏହି ପ୍ରଥା ବା ପରମ୍ପରା ପୁରୀ ଜିଲ୍ଲାର ବ୍ରହ୍ମଗିରି ଅଥବା ସାତପଡା ଅଞ୍ଚଳରୁ ଆସିଛି ଏହି ଧୀବରମାନଙ୍କ ଦ୍ୱାରା। ଯେଉଁମାନେକି ସେତେବେଳେ ଚିଲିକାରୁ ମାଛ ଆଣି ବ୍ୟବସାୟ କରୁଥିଲେ।

କାଳକ୍ରମେ ଏହି ଗ୍ରାମର ଅଧିବାସୀମାନେ ସୁସଙ୍ଗଠିତ ଭାବେ ଯାତ୍ରାଟିକୁ ପରିଚାଳନା କରିଆସୁଛନ୍ତି। ସଂକ୍ରାନ୍ତୀଦିନ ରାତିରେ ଦୋଳବିମାନରେ ସବୁ ସାହିର ଠାକୁରମାନେ ଯାତ୍ରା ପଡିଆକୁ ଆସନ୍ତି। ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ପଡୋଶୀ ଗ୍ରାମ ଗୋଲାପାଟଣା, ଚଣ୍ଡିଆପଲ୍ଲା, ଲେହେଙ୍ଗ ଆଦି ଗ୍ରାମର ଗାଁ ଠାକୁରମାନେ ପଟୁଆରରେ ଆସିଥାନ୍ତି। ରାତି ସାରା ଆତସବାଜୀ ପ୍ରତିଯୋଗୀତା ହୁଏ। ପର ଚାରି ରାତି ଗ୍ରାମବାସୀଙ୍କ ତରଫରୁ ଅପେରା ପ୍ରଦର୍ଶିତ ହୁଏ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର

ଏଥର କେବେ ପଡୁଛି ପଣା ସଂକ୍ରାନ୍ତି, ଏହି ଦିନ କିପରି ପୂଜା କଲେ ମିଳିଥାଏ ସୁଫଳ

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଆଜିଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଚଳିତ ବର୍ଷ ପଣା ସଂକ୍ରାନ୍ତି ଆସନ୍ତା 14 ତାରିଖ ସୋମବାର ଦିନ ପଡୁଛି।

ଏହିଦିନ ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ।

Categories
ଧର୍ମ ବିଶେଷ ଖବର ରାଜ୍ୟ ଖବର

ଆସିଲା ନୂଆ ପାଞ୍ଜି: ଏଥର ପଞ୍ଚୁକ ୪ ଦିନ, ଗୋଟିଏ ଦିନରେ ନବଯୌବନ ଓ ଶ୍ରୀଗୁଣ୍ଡିଚା, କେମିତି ହେବ ନୀତିକାନ୍ତି !

ଭୁବନେଶ୍ବର: ପ୍ରକାଶ ପାଇଛି ଶ୍ରୀମନ୍ଦିରର ନୂଆ ପାଞ୍ଜି। ପଣା ସଂକ୍ରାନ୍ତୀରୁ ଓଡିଆ ନବ ବର୍ଷ ଆରମ୍ଭ ହେଉଥିବାରୁ ଏହି ଦିନ ଶ୍ରୀମନ୍ଦିର ପକ୍ଷରୁ ଏହି ନୂଆ ପାଞ୍ଜି ପ୍ରଚଳନ ହୋଇଛି। ଏହି ପାଞ୍ଜି ଅନୁସାରେ ଶ୍ରୀମନ୍ଦିର ନୀତିକାନ୍ତି କରାଯିବ। ତେବେ ଏଥର ତିଥି କ୍ଷୟ ରହୁଥିବାରୁ କେତେକ ପର୍ବ ପର୍ବାଣୀର ଦିନ କାଣ୍ଟଛାଟ ହୋଇଥିବାର ପରିଲକ୍ଷିତ ହୋଇଛି।

ନୂଆ ପାଞ୍ଜି ଅନୁସାରେ ଏଥର କାର୍ତ୍ତିକ ମାସରେ ପଞ୍ଚୁକ ୫ ଦିନ ପରିବର୍ତ୍ତେ ୪ ଦିନ ହେବ। ଫଳରେ ଶ୍ରୀଜିୟୁଙ୍କର ସୁନାବେଶ ଚତୁର୍ଦ୍ଧଶୀରେ କରାଯିବ। ଏଥର ଲକ୍ଷ୍ମୀ ନୃସିଂହ ବେଶ କରାଯାଇପାରିବ ନାହିଁ। ପ୍ରତିବର୍ଷ ପଞ୍ଚୁକ ପାଞ୍ଚ ଦିନ ହେଉଥିବାରୁ ଚତୁର୍ଦ୍ଧଶୀରେ ଲକ୍ଷ୍ମୀ ନୃସିଂହ ବେଶ ଏବଂ ପୂର୍ଣ୍ଣିମାରେ ସୁନାବେଶ ବା ରାଜଧିରାଜ ବେଶ କରାଯାଏ। ହେଲେ ଏଥର କ୍ଷୟ ଥିବାରୁ ଲକ୍ଷ୍ମୀନୃସିଂହ ବେଶ ହୋଇପାରିବ ନାହିଁ। ଚତୁର୍ଦ୍ଧଶୀରେ ପୂର୍ଣ୍ଣିମା ପଡୁଥିବାରୁ ସେହିଦିନ ଶ୍ରୀଜିୟୁଙ୍କର ସିଧା ସୁନାବେଶ କରାଯିବ।

ସେହିପରି ରଥଯାତ୍ରା ସମୟରେ ଆଉ ଏକ ବଡ ସମସ୍ୟା ସୃଷ୍ଟି ହୋଇଛି। ତାହା ହେଲା ଏଥର ନବଯୌବନ ଦର୍ଶନ ଏବଂ ଶ୍ରୀଗୁଣ୍ଡିଚା ଗୋଟିଏ ଦିନରେ ପଡୁଛି। ସେହି ତିଥି କ୍ଷୟ ରହୁଥିବାରୁ ଏପରି ଘଟିଛି। ସାଧାରଣତଃ ନବଯୌବନ ଦର୍ଶନ ପର ଦିନ ଶ୍ରୀଗୁଣ୍ଡିଚା ହୋଇଥାଏ। ନବଯୌବନ ଦର୍ଶନ ଦିନ ଶ୍ରୀଜିୟୁଙ୍କଠାରୁ ଆଜ୍ଞାମାଳ ଆସି ରଥ ପ୍ରତିଷ୍ଠା ହୋଇଥାଏ। ହେଲେ ଏଥର ସେସବୁ ନିତି ନେଇ ସମସ୍ୟା ସୃଷ୍ଟି ହୋଇଛି।

ନବଯୌବନ ଦର୍ଶନ ଏବଂ ଶ୍ରୀଗୁଣ୍ଡିଚା ଗୋଟିଏ ଦିନ ପଡିବାର କାରଣ ହେଲା ଏଥର ଅଣସର ନୀତି ୧୫ ଦିନ ପରିବର୍ତ୍ତେ ୧୩ ଦିନ ପଡୁଛି। ତିଥି କ୍ଷୟ ପାଇଁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଏଥର ଶ୍ରୀଗୁଣ୍ଡିଚା ଦିନ ନବଯୌବନ ବେଶ କରାଯାଇ ଠାକୁରଙ୍କୁ ରଥାଋଢ କରାଯିବ। ହେଲେ ଭକ୍ତମାନଙ୍କୁ ଶ୍ରୀଜିୟୁଙ୍କୁ ନବଯୌବନ ଦର୍ଶନ କରିପାରିବେ ନାହିଁ।

ସେହିପରି ରଥ ପ୍ରତିଷ୍ଠା ନେଇ ମଧ୍ୟ ସମସ୍ୟା ସୃଷ୍ଟି ହୋଇଛି। କାରଣ ନବଯୌବନ ପରେ ଶ୍ରୀଜିୟୁଙ୍କ ଆଜ୍ଞା ମାଳ ଆସିବା ପରେ ରଥ ପ୍ରତିଷ୍ଠା ହୋଇଥାଏ। ସେହି ରାତି ତମାମ ବିଭିନ୍ନ ନୀତି ଅନୁଷ୍ଠିତ ହୁଏ। ହେଲେ ଏଥର କିପରି ଆଜ୍ଞାମାଳ ଆସିବ ଏବଂ ରଥ ପ୍ରତିଷ୍ଠା କାମ କିପରି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ମୁକ୍ତିମଣ୍ଡପ ବ୍ରାହ୍ମଣ ଏବଂ ପାଞ୍ଜି ଗଣନାକାରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

ତେବେ ଏହି ଆଲୋଚନା ବେଳେ ଜଣାପଡିଥିଲା ଯେ, ୧୯୫୯ ଏବଂ ୧୯୭୧ ରେ ମଧ୍ୟ ଏହିପରି ସମସ୍ୟା ଉପିଜିଥିଲା। ସେତେବେଳେ ରଥପ୍ରତିଷ୍ଠା ପାଇଁ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆସି ନୀତିକାନ୍ତି କରାଯାଇଥିଲା। ସେହି ଅନୁସାରେ ଚଳିତ ବର୍ଷ ରଥ ପ୍ରତିଷ୍ଠା ସେହିପରି ଶ୍ରୀଗୁଣ୍ଡିଚା ପୂର୍ବଦିନ ପଟିଦିଅଁଙ୍କଠାରୁ ଆଜ୍ଞାମାଳ ଆସି ରଥପ୍ରତିଷ୍ଠା ହେବ। ଏ ନେଇ ଶ୍ରୀମନ୍ଦିର ତରଫରୁ ଏକ ବୈଠକ କରି ନିଷ୍ପତି ଗ୍ରହଣ କରାଯାଇଛି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ପଣା ସଂକ୍ରାନ୍ତି ଅବସରରେ ପୁରୀର ସମସ୍ତ ଜାଗା ଆଖଡ଼ା ପରିଦର୍ଶନ କଲେ ଡକ୍ଟର ସମ୍ବିତ ପାତ୍ର

ପୁରୀ: ପୁରୀ ସହରର ସମସ୍ତ ଜାଗା ଆଖଡ଼ା ପରିଦର୍ଶନ କରି ଓଡ଼ିଆଙ୍କ ପ୍ରିୟ ପର୍ବ ପବିତ୍ର ପଣା ସଂକ୍ରାନ୍ତି ପାଳନ କରିଛନ୍ତି ପୁରୀ ଲୋକସଭା ନିର୍ବାଚନ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନରୁ ସେ ପଣା ସଂକ୍ରାନ୍ତି ଉତ୍ସବ ପାଳନ ଆରମ୍ଭ କରିଥିଲେ।

ଏହି ଦିନ ଓଡ଼ିଆ ନବବର୍ଷ ପାଳନ କରାଯାଉଥିବାରୁ ସେ ପୁରୀ ନଗରର ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କୁ ଶୁଭେଚ୍ଛା ଜଣାଇବା ସହ ପଣା ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହା ସହିତ ମହାବୀର ହନୁମାନଙ୍କ ଜୟନ୍ତୀ ଅବସରରେ ପୁରୀର ବିଭିନ୍ନ ହନୁମାନ ମନ୍ଦିର ଓ ଜାଗା ଆଖଡ଼ା ପରିଦର୍ଶନ କରିଥିଲେ ଡକ୍ଟର ସମ୍ବିତ ପାତ୍ର।

ଏହି କ୍ରମରେ ସେ ମହାବୀର ହନୁମାନ ଜୟନ୍ତୀର ଶୁଭ ଅବସରରେ ପୁରୀ ସହର ସ୍ଥିତ ସୁଗ୍ରୀବ ମହାବୀରଙ୍କ ଦର୍ଶନ କରିଥିଲେ। ମହାବୀର ହନୁମାନଙ୍କ ନିକଟରେ ପୁରୀ ଲୋକସଭାର ସର୍ବାଙ୍ଗୀନ ଉନ୍ନତି କାମନା କରିବା ସହିତ ସମସ୍ତ ଅଞ୍ଚଳବାସୀଙ୍କ ଦୁଃଖ ଦୁର୍ଦ୍ଦଶାକୁ ଦୂର କରିବା ନିମନ୍ତେ ପ୍ରାର୍ଥନା କରିଥିଲେ। ସେହିଭଳି ପୁରୀର ଚୂଡ଼ଙ୍ଗ ଗଡ଼ ଜାଗା ଆଖଡ଼ାର ଅନନ୍ୟ ପରମ୍ପରା ସାହିଯାତ୍ରାରେ ମଧ୍ୟ ଭାଗନେବାର ସୁଯୋଗ ପାଇଥିଲେ।

ରାମଚଣ୍ଡୀ ସାହି ଥିବା ସୁନ୍ଦର ଆଖଡ଼ା ପରିଦର୍ଶନ କରିବା ସହ ଆଖଡ଼ା ରେ ବ୍ୟାମ କରିବାର ପରମ୍ପରାରେ ଭାଗ ନେଇଥିଲେ। ଏହି ଅବସରରେ ଭୁବନେଶ୍ୱର ସାହିର ବାଣବରେଶ୍ୱର, ମାର୍କଣ୍ଡେଶ୍ୱର ସାହିର ମାର୍କଣ୍ଡେଶ୍ୱର ମନ୍ଦିର, ପଞ୍ଚମୁଖି ବ୍ୟାୟାମ ବିଦ୍ୟାଳୟ, ବାସେଳିସାହିର ମହାବୀର ମନ୍ଦିର, ହରଚଣ୍ଡୀ ସାହିର ବାରବାଟୀ ଜାଗା ଘର ଏବଂ ତାପଙ୍ଗ ଜାଗା ଘର ଆଦି ପରିଦର୍ଶନ କରିଥିଲେ।

ଏହି ଅବସରରେ ସେ ନିଜେ ପ୍ରତିକ୍ରିୟା ଦେଇ କହିଥିଲେ ଯେ ପୁରୀର ସଂସ୍କୃତି ଅନନ୍ୟ ତଥା ଏହା ଉତ୍କଳୀୟ ସଂସ୍କୃତିର କେନ୍ଦ୍ର ବିନ୍ଦୁ। ପୁରୀର ଆଖଡ଼ା ଓ ଜଗାଘର ଉତ୍କଳୀୟ ବୀର ସଂସ୍କୃତିର ଆଧାର। ଏହା ଆଜି ମଧ୍ୟ ନିଜ ଗୌରବକୁ ବଜାୟ ରଖିଛି।

Categories
ଆଜିର ଖବର ଜାତୀୟ ଖବର ସଂସ୍କୃତି

ଆଜି ହେଉଛି ପଣା ସଂକ୍ରାନ୍ତି, ଜାଣନ୍ତୁ ଏହି ଦିନ କଣ ଏବଂ କିପରି ପୂଜା କରିବା ଉଚିତ

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଆଜିଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ।

ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ପବିତ୍ର ମହାବିଷୁବରେ ଉତ୍ତର ଦିଗକୁ ଯାତ୍ରା ଆରମ୍ଭ କଲେ ମା’ ଭଗବତୀ

ସୀତାରାମ ଅଗ୍ରୱାଲ

ବାଣପୁର: ମା’ଙ୍କ ପୀଠରେ ବାରମାସରେ ତେର ଯାତ। ଓଡ଼ିଆ ନବ ବର୍ଷ ପବିତ୍ର ପଣା ସଂକ୍ରାନ୍ତିରେ ପୀଠରେ ସମସ୍ତ ନୀତିକାନ୍ତି ସାରି ଗୋଧୂଳି ଲଗ୍ନରେ ନିଶଙ୍କୁଡ଼ି ଧୂପ ପରେ ଘଣ୍ଟା ଘଣ୍ଟ କାହାଳୀ ଆଲଟଚାମର ସହିତ ଥାଟ ପଟୁଆରରେ ନିଯୋଗୀ ସେବାୟତଙ୍କ ସହ ଉତ୍ତରଦିଗକୁ ଯାତ୍ରା ଆରମ୍ଭ କଲେ ମା’ ଭଗବତୀ।

ନୂତନ ବର୍ଷ ପ୍ରାରମ୍ଭ ଦିନରେ ସୂର୍ଯ୍ୟଦେବତାଙ୍କ ବିଷୁବ ରେଖାରେ ଅବସ୍ଥାନ ପରେ ଉତ୍ତରାୟଣ ଗତି ଆରମ୍ଭକୁ ଆଧାର କରି ମା’ଙ୍କ ଉତ୍ତର ଦିଗ ରକ୍ଷାକାରିଣୀ, ଶୋଲରୀ ପାହାଡ଼ କୋଳରେ ପୂଜିତା ଭଉଣୀ ମା’ ଶିଦ୍ଧେଶ୍ଵରୀଙ୍କ ନିକଟକୁ ଯାତ୍ରା କରିବାର ପରମ୍ପରା କେଉଁ ପ୍ରାଚୀନ କାଳରୁ ଚଳି ଆସୁଛି।

ଏହି ଅନୁସାରେ ଯାତ୍ରା ପଥରେ ବଡ଼ହନ୍ତୁ ଆଡ଼ ଗ୍ରାମର ଦଣ୍ଡଠାକୁର ରାଜରାଜେଶ୍ଵରଙ୍କ ନିମନ୍ତ୍ରଣ ରକ୍ଷା କରି ଐତିହାସିକ ପଲଟଣ ପଡ଼ିଆରେ ଉଭୟ ଦେବା ଦେବୀ ବାଣ ରୋଷଣୀର ଶବ୍ଦ ସହିତ ଅଗଣିତ ଶ୍ରଦ୍ଧାଳୁଙ୍କ ହରିବୋଲ ହୁଳହୁଳି ଧ୍ବନୀରେ ଶ୍ରୀ ଶ୍ରୀ ଚରଣ ଚକା ଦେବଙ୍କୁ ଦର୍ଶନ କରିଫୁଲ ଚନ୍ଦନ ଗ୍ରହଣ କରିବା ପରେ ଗ୍ରାମ ପରିକ୍ରମା କରି ଟିକରାଇ ଦେବୀଙ୍କ ମନ୍ଦିର ପାର୍ଶ୍ଵ ଦେଇ ଯାତ୍ରା କରନ୍ତି। ଘନ ଅନ୍ଧାର ରାତିରେ ସେବାୟତମାନେ ଦିହୁଡ଼ି ଆଲୁଅରେ ଅଣବାଟରେ ରାମଚନ୍ଦ୍ରପୁର ଗ୍ରାମର ପାହାଡ଼ ତଳି ରାସ୍ତାରେ ଯାଇ ବାଟରେ ଡାଳ ଖାଇ ଠାକୁରାଣୀଙ୍କ ନିକଟରେ ବିଶ୍ରାମ ନିଅନ୍ତି।

ଭାଟପଡ଼ା ଗଡ଼ର ଦଳବେହେରାଙ୍କ ନିମନ୍ତ୍ରଣ କ୍ରମେ ଗ୍ରାମବାସୀଙ୍କ ତରଫରୁ ପୁଷ୍ପଚନ୍ଦନ ଗ୍ରହଣ କରି ପଟୁଆରରେ ଗ୍ରାମ ପରିକ୍ରମା ପରେ ଶୋଲରୀ ପାହାଡ଼ର ଖୋଲରେ ପୂଜିତା ମା’ ଶିଦ୍ଧେଶ୍ଵରୀଙ୍କ ମନ୍ଦିରକୁ ବିଜେ କରନ୍ତି। ସେଠାରେ ମନ୍ଦିର ଜାନି ସେବାୟତଙ୍କ ଦ୍ଵାରା ଉଭୟ ଠାକୁରାଣୀଙ୍କୁ ନୈବେଦ୍ୟ ଅର୍ପଣ ପରେ ସେବାୟତମାନେ ପ୍ରସାଦ ଗ୍ରହଣ କରିବା ପରେ ଆଜ୍ଞାମାଳ ହୁଏ।

ଆଗାମୀ ଶାରଦୀୟ ପର୍ବକୁ ଭଉଣୀ ଶିଦ୍ଧେଶ୍ଵରୀଙ୍କୁ ନିମନ୍ତ୍ରଣ କରି ଆଜ୍ଞାମାଳ ଧରି ଭାଟପଡ଼ାଗଡ଼ ଦଳ ବେହେରାଙ୍କ ଉଆସ ଆଗରେ ଦଧିବାମନ ମନ୍ଦିର ସମ୍ମୁଖରେ ପନ୍ତି ଭୋଗ ଖାଇ ପାହାନ୍ତି ପହରକୁ ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବାର ପରମ୍ପରା କାହିଁ କେଉଁ କାଳରୁ ଚଳି ଆସିଛି। ମା’ଙ୍କୁ ପଣା ସଂକ୍ରାନ୍ତି ଦିନ ଦର୍ଶନ କରିବା ପାଇଁ ଅଗଣିତ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଭାଟପଡ଼ାଗଡ଼ ଉତ୍ସବମୁଖର ହୋଇ ଉଠିଥିଲା।

ଗ୍ରାମରେ ପାଲା ସଂକୀର୍ତ୍ତନ ସହିତ ପାରମ୍ପରିକ ନୃତ୍ୟସଂଗୀତ ଆସରର ଆୟୋଜନ କରାଯାଇଥିଲା। ଦଳବେହେରା ମାନବେନ୍ଦ୍ର ମହାରଥାଙ୍କ ତରଫରୁ ମା’ଙ୍କ ନୀତିକାନ୍ତି ସହିତ ସମସ୍ତ ପ୍ରକାର ସୁବନ୍ଦୋବସ୍ତ କରାଯାଇଥିବା କଥା ଦେବୋତ୍ତର କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସଙ୍କ ଠାରୁ ପ୍ରକାଶ।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ଆଜି ହେଉଛି ପଣା ସଂକ୍ରାନ୍ତି, ଜାଣନ୍ତୁ ଏହି ଦିନ କଣ ଏବଂ କିପରି ପୂଜା କରିବା ଉଚିତ

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଆଜିଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ।

ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ।

Categories
ଆଜିର ଖବର ରାଜ୍ୟ ଖବର ସଂସ୍କୃତି

ପଣା ସଂକ୍ରାନ୍ତି ଉପଲକ୍ଷେ ପର୍ଯ୍ୟଟନ ବିଭାଗ ଓ ଓଟିଡିସି ପକ୍ଷରୁ ପଣା ପ୍ରସ୍ତୁତି ପର୍ବ ଅନୁଷ୍ଠିତ

ଭୁବନେଶ୍ବର: ପଣା ହେଉଛି ଓଡିଆ ମାନଙ୍କ ଏକ ପ୍ରମୁଖ ପାନୀୟ। ସୁନ୍ଦର ସ୍ବାସ୍ଥ ଏବଂ ଅତିଥି ସତ୍କାର ନିମନ୍ତେ ପଣା ହେଉଛି ଏକ ସ୍ବାଦିଷ୍ଟ ପାନୀୟ। ଏହାକୁ ପ୍ରୋତ୍ସାହିତ କରିବା ନିମନ୍ତେ ଓଡିଆ ନବ ବର୍ଷ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ସହିଦନଗରସ୍ଥିତ ‘ନିମନ୍ତ୍ରଣ’ରେ ପଣା ପ୍ରସ୍ତୁତି ପର୍ବ ବହୁ ଆଡମ୍ବରରେ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମ ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ମିଳିତ ଆନୁକୂଲ୍ଯରେ ଆୟୋଜନ କରାଯାଇଛି।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର କହିଲେ ଯେ ଓଡିଶାର ସଂସ୍କୃତି ସହ ପଣା ଅଙ୍ଗାଅଙ୍ଗୀ ଭାବେ ଜଡିତ। ଖୁସିର ବିଷୟ ହେଉଛି ଓଡିଆ ମାନଙ୍କ ନବ ବର୍ଷ ପଣା ସଂକ୍ରାନ୍ତିରୁ ଆରମ୍ଭ ହେଉଛି। କ୍ଷୀର, ଛେନା, ଗୁଡ, ବେଲ ଏବଂ ଅନ୍ୟାନ୍ୟ ସାମଗ୍ରୀ ମିଶାଇ ପାରମ୍ପରିକ ଭାବେ ଏହି ତୃଷ୍ଣା ମେଣ୍ଟାଉଥିବା ପାନୀୟ ପ୍ରସ୍ତୁତ କରାଯାଏ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ଉଲ୍ଲେଖ କରିଥିଲେ। ଏହି ଅବସରରେ ଶ୍ରୀ ପାତ୍ର ଜନପଥରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଜଳ ଛତ୍ରର ଉଦଘାଟନ କରିଥିଲେ। ଏହାଦ୍ବାରା ପଥଚାରୀ ମାନେ ଦେୟମୁକ୍ତ ଭାବେ ପାଣି ପିଇ ପାରିବେ। ସେହିଭଳି ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ବିଭାଗ ପକ୍ଷରୁ ରାଜ୍ୟର ପ୍ରମୁଖ ୩୦ଟି ସ୍ଥାନରେ ମଧ୍ୟ ଜଳଛତ୍ର ବ୍ୟବସ୍ଥା କାର୍ଯ୍ୟକ୍ଷମ ହେବ।

ଏହି ଅବସରରେ ନିମନ୍ତ୍ରଣର ମୁଖ୍ୟ ସେଫ ସଞ୍ଜୟ ସରକାର ପଣା ପ୍ରସ୍ତୁତି ପ୍ରକ୍ରିୟା ସଂପର୍କରେ ଉପସ୍ଥାପନ କରିଥିଲେ। ପ୍ରାୟ ୨୫ ଜଣ ସେଲିବ୍ରିଟି ସେଫ ଏଫ ଫୁଡ ବ୍ଲଗର ମାନେ ଏହି ଉତ୍ସବରେ ଯୋଗ ଦେଇଥିଲେ। ଏହି ଉପଲକ୍ଷେ ବେଲ ଏବଂ ଛେନା ଓ ବିଭିନ୍ନ ଫଳକୁ ମୁଖ୍ୟ ସାମଗ୍ରୀ ଭାବେ ନେଇ ଦୁଇ ପ୍ରକାର ପଣା ପ୍ରସ୍ତୁତ କରାଯାଇଥିଲା। ସେହିଭଳି ଶରୀର ଶୁଦ୍ଧ ନିମନ୍ତେ ଧନିଆ ପତ୍ର, ସତେଜ ପନିପରିବା, ଫଳ ଓ ମହୁକୁ ନେଇ ମଧ୍ୟ ଏକ ପଣା ପ୍ରସ୍ତୁତ କରାଯାଇଥିଲା।

ପରେ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ସହ କଥାବାର୍ତ୍ତା ବେଳେ ଓଟିଡିସି ଅଧ୍ୟକ୍ଷ ଡଃ ଲେନିନ ମହାନ୍ତି ପଣାର ସ୍ବାସ୍ଥ୍ୟ ଉପକାରିତା ଓ ଶୋଷ ମେଣ୍ଟାଇବାରେ ଏହାର ଉପଯୋଗିତା ସଂପର୍କରେ ଆଲୋକପାତ କରିଥିଲେ। ଏହି ପାରମ୍ପରିକ ପାନୀୟର ପ୍ରଚାର ଓ ପ୍ରସାର ନିମନ୍ତେ ସେ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଅତିରିକ୍ତ ସଚିବ ଶ୍ରୀ ଅନନ୍ତ ନାରାୟଣ ସିଂ ଲାଗୁରୀ, ଯୁଗ୍ମ ସଚିବ ଶ୍ରୀମତୀ ଏଲୋରା ଭାରତୀ ଜେନା, ଆର୍ଥିକ ପରାମର୍ଶଦାତା ଶ୍ରୀ ରାଜକିଶୋର ପଲେଇ, ଓଟିଡିସି ଜେନେରାଲ ମ୍ୟାନେଜର ଶ୍ରୀ ଲଗ୍ନଜିତ ରାଉତ, ମ୍ୟାନେଜର ଅଭିଜିତ ସ୍ବାଇଁ, ପର୍ଯ୍ୟଟନ ବିଭାଗ ଓଏସଡି ଶ୍ରୀ ଅଂଶୁମାନ ରଥ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଆ ନବବର୍ଷ ଉପଲକ୍ଷେ ନିମନ୍ତ୍ରଣକୁ ଆସୁଥିବା ସମସ୍ତ ଅତିଥି ମାନଙ୍କୁ ଶୁଦ୍ଧ ନିରାମିଷ ସ୍ବତନ୍ତ୍ର ସଂକ୍ରାନ୍ତି ମିଲ ପରଷା ଯିବ ବୋଲି ଘୋଷଣା କରାଯାଇଥିଲା।

ଏହି ଅବସରେ ସେଲିବ୍ରିଟି ସେଫ ଏବଂ ଫୁଡ ବ୍ଲଗର ମାନଙ୍କୁ ଉପହାର ସ୍ବରୂପ ନୂତନ ବର୍ଷର ଓଡିଆ ପାଞ୍ଜି ଏବଂ ଓଡିଆ କ୍ୟାଲେଣ୍ତର ପ୍ରଦାନ କରାଯାଇଥିଲା।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ମେରୁରେ ଓହଳତୋପ ଖେଳିଲେ ଭଗତା, ଆସନ୍ତାକାଲି ନିଆଁରେ ଚାଲିବେ ଶ୍ରଦ୍ଧାଳୁ

ରଣପୁର: ଆଜି ପବିତ୍ର ମେରୁ ଉପବାସ ରଣପୁରରେ ମହାସମାରୋହରେ ପାଳିତ ହୋଇଯାଇଛି। ଓଡିଶାର ଧର୍ମ ସଂସ୍କୃତି କହିଲେ ବିଷ୍ନୁ ଏବଂ ଶିବଙ୍କୁ ନେଇ ଆଧାରିତ ହୋଇଥାଏ। କିଛି ବ୍ୟକ୍ତି ବିଷ୍ଣୁଙ୍କୁ ଉପାସନା କରୁଥିଲା ବେଳେ ଆଉ କିଛି ବ୍ୟକ୍ତି ଶିବଙ୍କୁ ଉପାସନା କରିଥାନ୍ତି। ଗାଁ ଗହଳି ପୁରପଲ୍ଲୀରେ ଜୁଆଡେ ଦେଖିବ ଉପବାସ୍ୟାଙ୍କ ଭିଡ।

ଆଜି ଶୈବ ଉପାସକମାନେ ରଣପୁର ଅଚଂଳରେ ଏକ ଗଣ ପର୍ବ ଭାବରେ ମେରୁ ପର୍ବକୁ ପାଳନ କରିଥାନ୍ତି। ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ନିର୍ଜଳ ଉପବାସ କରି ଅପରାହ୍ନରେ ଦଣ୍ଡ ଠାକୁରଙ୍କ ସ୍ନାନ ପରେ ସମସ୍ତେ ସ୍ନାନ କରି ପ୍ରଭୁଙ୍କ ଅଧରପଣା ସେବନ କରିଥାନ୍ତି। ଏବଂ ସନ୍ଧ୍ୟାରେ ସମସ୍ତ ଦଣ୍ଡ ପାଟବେତ କୋଠୀ ସାମ୍ନାରେ ଭକ୍ତା ମାନେ ନିଷ୍ଠା ପରାକାଷ୍ଠାର ସହ ଓହଳତୋପ କରିଥାନ୍ତି। ଗୋଡ ଦୁଇଟିକୁ ଉପରେ ବାନ୍ଧି ରଖି ଅଗ୍ନି କୁଣ୍ଡରେ ଓହଳି ଦଣ୍ଡ ପାଟବେତଙ୍କୁ ଆରାଧନା କରିଥିବାର ଦେଖିବାକୁ ମିଳିଥିଲା।

ରଣପୁର ସ୍ୱପ୍ନେଶ୍ୱର ଦେବ, ଚଣ୍ଡେଶ୍ୱର ଦେବ, ଲେମ୍ବୋଡି ବାଲୁଙ୍କେଶ୍ୱର, ଲତାର ବାଲୁଙ୍କେଶ୍ୱର ଦେବ, କଙ୍କିଆ ଲୋକେଶ୍ୱର, ପୁରୁଣାବସନ୍ତ ବାଲୁଙ୍କେଶ୍ୱର, ଗୋପାଳପୁର ନୀଳକଣ୍ଠେଶ୍ୱର ଦେବ, ମଝିଆଖଣ୍ଡର କମଳେଶ୍ୱର ଦେବ ଆଦି ସମସ୍ତ ୨୭ କୋଠରୀରେ ଏହି ଓହଳତମ ଦେଖିବା ପାଇଁ ମେରୁ ସନ୍ଧ୍ୟାରେ ପ୍ରବଳ ଭିଡ ଜମିଥିବାର ଦେଖିବାକୁ ମିଳିଥିଲା। ଶୁକ୍ରବାର ଦଣ୍ଡ ଯାତ୍ରାର ଶେଷ ପର୍ବରେ ଭଗତା ମାନେ ନିଆଁରେ ଝାମୁ ଚାଲିବେ।

Categories
ଧର୍ମ ବିଶେଷ ଖବର ରାଜ୍ୟ ଖବର

ପଣା ସଂକ୍ରାନ୍ତି: ବେଗୁନିଆର ଡିଙ୍ଗର ଗାଁରେ ପାଳିତ ହୁଏ ଭିନ୍ନ ଏକ ପରଂପରା

ପ୍ରକାଶ ଭୂୟାଁ

ପବିତ୍ର ମହାବିଷୁବ ସଂକ୍ରାନ୍ତିରେ ଆରମ୍ଭ ହେବ “ମା କାଳିକା”ଙ୍କର ଓଡିଶା ପ୍ରସିଦ୍ଧ ପଣାଯାତ୍ରା। ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ। ଜାତୀୟ ରାଜପଥରୁ ଦକ୍ଷିଣକୁ ମାତ୍ର ପାଞ୍ଚ କିଲୋମିଟର ଗଲେ ପଡେ “ଡିଙ୍ଗର” ଗ୍ରାମ। ପ୍ରତି ବର୍ଷ ଏହି ମହାବିଷୁବ ସଂକ୍ରାନ୍ତି ଦିନରେ ପାଳିତ ହୁଏ, ଏ ଅଞ୍ଚଳର ସବୁଠାରୁ ବଡପର୍ବ ତଥା ଏହି ଗଣପର୍ବ।

ଗତ ଦୁଇ ବର୍ଷ ହେବ ମହାମାରୀ କରୋନା ପାଇଁ ପ୍ରଶାସନ ତରଫରୁ ଏହି ଯାତ୍ରାକୁ ବନ୍ଦ କରା ଯାଇଥିଲା। ଯଦିଓ ମା’ଙ୍କର ବିଧି ରକ୍ଷା ପାଇଁ ସ୍ବଳ୍ପ ସଂଖ୍ୟକ ଭକ୍ତଙ୍କୁ ନେଇ ଗତ ଦୁଇ ବର୍ଷ ହେଲା ପାଳନ କରାଯାଇଥିଲା। ଏହି ଗଣପର୍ବକୁ ଏଇଥିପାଇଁ ପଣାଯାତ୍ରା କୁହାଯାଏ ଯେ, ମା “କାଳିକା”ଙ୍କ ନିକଟରେ ପଣା ଲାଗି ହୁଏ। ଯେଉଁମାନେ ମା’ଙ୍କର ସେବା କରନ୍ତି, ସେମାନେ ସଂଧ୍ୟା ସମୟରେ ଥରେ ମାତ୍ର ପଣା ପିଇଥାନ୍ତି ଓ ଅନ୍ୟ ସମୟତକ ନିର୍ଜଳ ଉପବାସରେ ରହିଥାନ୍ତି। କଦଳୀ, ମିଶ୍ରି, ନବାତ, ଗୋଲମରିଚ, ବଟା ମୁଗର ସମ୍ମିଶ୍ରଣରେ ପ୍ରସ୍ତୁତ ହୂଏ ଏହି ସୁସ୍ୱାଦୁ ପଣା।

ମହାବିଷୁବ ସଂକ୍ରାନ୍ତିର ସାତରୁ ଏକୋଇଶି ଦିନ ପୂର୍ବରୁ ସଂଧ୍ୟା ସମୟରେ ମା’ଙ୍କ ପାଟବେତକୁ ନେଇ ଭଗତାମାନେ ପୋଖରୀରେ ଗାଧୋଇ ସାରିଲା ପରେ ମା’ଙ୍କର ମନ୍ଦିର ଅଭିମୁଖେ ବାହାରନ୍ତି। ଏହି ପାଟ ବେତ ମା କାଳିକାଙ୍କର ସ୍ଵରୁପ। ଯିଏ ପାଟ ଧରନ୍ତି ତାଙ୍କୁ ପାଟ ଭଗତା କୁହାଯାଏ। ଦୁଇଜଣ ଦଣ୍ଡ (ଝୁଣା ଦ୍ୱାରା ଆଲୋକ ସୃଷ୍ଟି) ଧରନ୍ତି, ସେମାନଙ୍କୁ ପାଟ ଦଣ୍ଡୁଆ କୁହାଯାଏ। ଏଥିପାଇଁ କେହି କେହି ଏହାକୁ ଦଣ୍ଡ ଯାତ୍ରା ବୋଲି ମଧ୍ୟ କହିଥାନ୍ତି। ଖୁବ୍ ନିଷ୍ଠାର ସହିତ ଏହି ଭଗତାମାନେ ସାତ ଦିନରୁ ଏକୋଇଶ ଦିନ ପର‌୍ୟ୍ୟନ୍ତ ଏହି ଉପବାସ ବ୍ରତ କରିଥାନ୍ତି। ଗାଁ ମାନଙ୍କରେ ଆମିଷ ଖାଇବା ବନ୍ଦ ହୋଇଯାଏ। ଗାଁ ପରିବେଶ କେମିତି ବଦଳିଯାଏ, ଧୂପ ଦୀପର ପବିତ୍ର ବାସ୍ନାରେ। ଆବାଳ ବୃଦ୍ଧବନିତା ସମସ୍ତେ ମା’ ଙ୍କ ପାଇଁ ସମର୍ପିତ ହୋଇଯାଆନ୍ତି।

ମୁଖ୍ୟ ଯାତ୍ରାଟି ହୁଏ ସଂକ୍ରାନ୍ତି ଦିନ। ଦୁଇଟି ପର୍ଯ୍ୟାୟରେ ମା’ ଆସନ୍ତି ପୋଖରୀ ନିକଟକୁ। ପ୍ରଥମ ପଯ୍ୟାୟରେ (ଦିନ ବାରଟା) ମାନସିକ ରଖିଥିବା ଭଗତାମାନେ ପାଟ ଫୋଡିଥାନ୍ତି। ଅଣ୍ଟା ଓ ଛାତିର ମଝିରେ (ଦୁଇ କଡ) ସୁତା (ଅଧ ଆଙ୍ଗୁଳ) ଚମଡାତଳେ ଯାଇଥାଏ। ବେତ ଧରି ପାଟୁଆମାନେ ଆଗପଛ ହେଉଥାନ୍ତି। ଖାଲି ପାଦରେ ପୋଖରୀଠାରୁ ମନ୍ଦିର ପାଖା ପାଖି ଅଢେଇ କିମି ରାସ୍ତା ନିର୍ଘାତ ଖରାରେ ଚାଲି ଚାଲି ଯାଆନ୍ତି। ଘଣ୍ଟ ଢୋଲ ଓ ମର୍ଦ୍ଦଳର ଘୋ ଘୋ ଶବ୍ଦରେ ରାସ୍ତାଘାଟ ପ୍ରକମ୍ପିତ ହୁଏ। ଏହାକୁ କରପାଟ ବା ରଜନୀ ପାଟ କୁହାଯାଇଥାଏ।

ଦ୍ୱିତୀୟ ପର୍ଯ୍ୟାୟ ଯାତ୍ରା ହୁଏ ସଂଧ୍ୟା ସମୟରେ। ଏଥର ଅନୁଷ୍ଠିତ ହୁଏ ଖଣ୍ଡାପାଟ। ଦୋଳ ବିମାନ ଆକୃତିର ସୁସଜ୍ଜିତ ଦଶରୁ ପନ୍ଦରଟି ଖଣ୍ଡାପାଟ ପୋଖରୀଠାରୁ ମନ୍ଦିର ଅଭିମୁଖେ ଆସିଥାନ୍ତି। ଏଥିରେ ତିନୋଟି ଖଣ୍ଡା ଉପରେ ଏକ ଗୋଡରେ ମାନସିକଧାରୀ ଭଗତା ଠିଆ ହୋଇ ଝୁଲୁ ଥାଆନ୍ତି। ପ୍ରତି ବିମାନକୁ ଚାରିଜଣ କାନ୍ଧେଇ ଆଣି ପୋଖରୀରୁ ମନ୍ଦିର ଅଭିମୁଖେ ଆସିଥାନ୍ତି। ଆଗରେ ପାଟଦେତକୁ ଧରି କାଳିସୀ ବାଟ କଢେଇ ଚାଲିଥାଆନ୍ତି, ଏହି ବିମାନ ସଦୃଶ ଖଣ୍ଡାପାଟଗୁଡିକୁ। ଅପୂର୍ବ ଏ ଦୃଶ୍ୟ।

ଯାତ୍ରା ପଡିଆରେ ଖଣ୍ଡାପାଟରେ ଝୁଲାଯାଇଥିବା, ପେନ୍ଥା ପେନ୍ଥା ଆମ୍ବକୁ ଭକ୍ତମାନଙ୍କ ଉପରକୁ ଫଙ୍ଗିଲା ବେଳେ, ଏକ ନିଆରା ପରିବେଶ ସୃଷ୍ଟି ହୁଏ। ଆତସବାଜୀ କି ମନୋମୁଗ୍ଧକର। ସ୍ୱଚକ୍ଷୁରେ ନଦେଖିଲେ ବର୍ଣ୍ଣନା କରିବା ସମ୍ଭବ ନୁହେଁ। ଯାତ୍ରାର ଇତିହାସ କହିଲେ ପ୍ରାୟ ଦୁଇଶହ ବର୍ଷ ତଳର। ଗାଁରେ ଥିବା ଧୀବର ସମ୍ପ୍ରଦାୟର ଏହି ଯାତ୍ରାର ମୁଖ୍ୟ ପୃଷ୍ଠପୋଷକ। କୁହାଯାଏ ଯେ ଏହି ପ୍ରଥା ବା ପରମ୍ପରା ପୁରୀ ଜିଲ୍ଲାର ବ୍ରହ୍ମଗିରି ଅଥବା ସାତପଡା ଅଞ୍ଚଳରୁ ଆସିଛି ଏହି ଧୀବରମାନଙ୍କ ଦ୍ୱାରା। ଯେଉଁମାନେକି ସେତେବେଳେ ଚିଲିକାରୁ ମାଛ ଆଣି ବ୍ୟବସାୟ କରୁଥିଲେ।

କାଳକ୍ରମେ ଏହି ଗ୍ରାମର ଅଧିବାସୀମାନେ ସୁସଙ୍ଗଠିତ ଭାବେ ଯାତ୍ରାଟିକୁ ପରିଚାଳନା କରିଆସୁଛନ୍ତି। ସଂକ୍ରାନ୍ତୀଦିନ ରାତିରେ ଦୋଳବିମାନରେ ସବୁ ସାହିର ଠାକୁରମାନେ ଯାତ୍ରା ପଡିଆକୁ ଆସନ୍ତି। ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ପଡୋଶୀ ଗ୍ରାମ ଗୋଲାପାଟଣା, ଚଣ୍ଡିଆପଲ୍ଲା, ଲେହେଙ୍ଗ ଆଦି ଗ୍ରାମର ଗାଁ ଠାକୁରମାନେ ପଟୁଆରରେ ଆସିଥାନ୍ତି। ରାତି ସାରା ଆତସବାଜୀ ପ୍ରତିଯୋଗୀତା ହୁଏ। ପର ଚାରି ରାତି ଗ୍ରାମବାସୀଙ୍କ ତରଫରୁ ଅପେରା ପ୍ରଦର୍ଶିତ ହୁଏ।

Categories
ଆଜିର ଖବର ରାଜ୍ୟ ଖବର

ଓଡିଆ ନୂଆବର୍ଷ, ପଣା ସଂକ୍ରାନ୍ତି ଉପଲକ୍ଷେ ମୁୁଖ୍ୟମନ୍ତ୍ରୀ କହିଲେ ଏପରି କଥା

ଭୁବନେଶ୍ବର: ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି ସହ ଓଡିଆ ନବ ବର୍ଷ। ଆଜିର ଦିନଟି ହିନ୍ଦୁ ଧର୍ମରେ ବେଶ୍ ଗୁରୁତ୍ବ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ କରିଛନ୍ତି।

ସେ କହିଛନ୍ତି ଯେ, ପ୍ରଭୃ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କର ମଙ୍ଗଳ ହେଉ, ଓଡିଆ ନୂଆ ବର୍ଷରେ ଅଭିନନ୍ଦନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Categories
ଆଜିର ଖବର ଧର୍ମ

ଆଜି ହେଉଛି ପଣା ସଂକ୍ରାନ୍ତି, ଜାଣନ୍ତୁ ଏହି ଦିନ କଣ ଏବଂ କିପରି ପୂଜା କରିବା ଉଚିତ

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି  ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ । ଚଲିତ ବର୍ଷ ଏହା ଏପ୍ରିଲ ୧୪ ତାରିଖରେ ପଡୁଛି। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ।

ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି ।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ । ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ।

Categories
ଧର୍ମ ବିଶେଷ ଖବର

ପବିତ୍ର ପଣା ସଂକ୍ରାନ୍ତିରେ ଡିଙ୍ଗର ଗାଁର ମା କାଳିକାଙ୍କ ଭିନ୍ନ ଏକ ପରଂପରା

ପ୍ରକାଶ ଭୂୟାଁ

ଆସନ୍ତା କାଲି ପବିତ୍ର ମହାବିଷୁବ ସଂକ୍ରାନ୍ତି। ଆରମ୍ଭ ହେବ “ମା କାଳିକା”ଙ୍କର ଓଡିଶା ପ୍ରସିଦ୍ଧ ପଣାଯାତ୍ରା। ଖୋର୍ଦ୍ଧା ଜିଲ୍ଲାର ବେଗୁନିଆଁ। ଜାତୀୟ ରାଜପଥରୁ ଦକ୍ଷିଣକୁ ମାତ୍ର ପାଞ୍ଚ କିଲୋମିଟର ଗଲେ ପଡେ “ଡିଙ୍ଗର” ଗ୍ରାମ। ପ୍ରତି ବର୍ଷ ଏହି ମହାବିଷୁବ ସଂକ୍ରାନ୍ତି ଦିନରେ ପାଳିତ ହୁଏ, ଏ ଅଞ୍ଚଳର ସବୁଠାରୁ ବଡପର୍ବ ତଥା ଏହି ଗଣପର୍ବ।