Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରନି ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ପଣ୍ଡିତ ନୀଳମଣି ବିଦ୍ୟାରନି ଏକାଧାରରେ ଜଣେ ଦେଶସେବୀ, ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ, ସାହିତି୍ୟକ ଏବଂ ସମ୍ପାଦକ ଥିଲେ । ଓଡ଼ିଆ ଭାଷା ସାହିତ୍ୟର ସେ ଥିଲେ ପୃଷ୍ଠପୋଷକ। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମନ୍ତେ ତାଙ୍କ ଉଦ୍ୟମ ତାଙ୍କୁ ଏହି ଆନ୍ଦୋଳନର ପ୍ରମୁଖ ବିନ୍ଧାଣୀ ଭାବରେ ସ୍ମରଣୀୟ ରଖିଛି।

ଆଜି ସନ୍ଧ୍ୟାରେ ସ୍ଥାନୀୟ ଜୟଦେବ ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ସ୍ମୃତି ସଂସଦ(ଭୁବନେଶ୍ୱର)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଣ୍ଡିତନୀଳମଣି ବିଦ୍ୟାରନିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପ୍ରାକ୍ତନ ବିଧାୟକ ତଥା ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରନି ସ୍ମୃତି ସଂସଦର ସଭାପତି ଶ୍ରୀ ପ୍ରଭାତ କୁମାର ତି୍ରପାଠୀ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ କୃତି ଓ କୃତିତ୍ୱ ଉପରେ ବକ୍ତବ୍ୟ ରଖି ଓଡ଼ିଶା ଇତିହାସରେ ତାଙ୍କ ଅବଦାନ ସ୍ମରଣୀୟ ରହିବ ବୋଲି କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଜୟଦେବ ବିହାର ଛକସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରନି ସ୍ମୃତି ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଉକ୍ତ କାର୍ଯ୍ୟକ୍ରମରେ ସଂସଦର ସଭାପତି ତଥା ବାଙ୍କୀର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ତି୍ରପାଠୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନର୍ଦ୍ଦେଶକ ସନ୍ତୋଷ କୁମାର ଦାସ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାପର୍ଣ କରିବା ସହ ବିଦ୍ୟାରନିଙ୍କ ସ୍ମୃତିଚାରଣ କରିଥିଲେ।

ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବହୁ ବୁଦ୍ଧିଜୀବୀ ଓ ସ୍ମୃତି ସଂସଦର ସମ୍ପାଦକ ଡା. କୃଷ୍ଣକେଶବ ଷଡ଼ଙ୍ଗୀ ଏବଂ ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।