Categories
ଆଜିର ଖବର ରାଜ୍ୟ ଖବର

ପରଦାରେ ପରୀ: ନୂଆବର୍ଷରୁ ଆରମ୍ଭ ହେବ ଶୁଟିଂ

ଭୁବନେଶ୍ବର : ନୟାଗଡର ପରୀ ହତ୍ୟା ମାମଲା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଥିବାବେଳେ ଏବେ ଏହି ପ୍ରସଙ୍ଗକୁ ନେଇ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ଚଳଚ୍ଚିତ୍ର ପରୀ। ଆଜି ଲିଙ୍ଗରାଜ ମନ୍ଦିରଠାରେ ଏହି ଫିଲ୍ମର ଶୁଭ ମହୁରତ୍‌ ଅନୁଷ୍ଠିତ ହୋଇଛି ।

ଅଭିନେତା ମିଟୁ ମିଥୁନଙ୍କ ପରିକଳ୍ପନା ଓ ନିର୍ଦ୍ଦେଶିତ ଏହି ଫିଲ୍ମରେ ରାଇମୋହନ ପରିଡା, ମୁନା ମୋଦି, ହାପି, ପ୍ରକାଶ, ପ୍ରଶାନ୍ତ ଓ ‘ପରୀ ‘ ଭୂମିକାରେ ଟୁମୀ ଅନନ୍ୟା ଅଭିନୟ କରୁଛନ୍ତି। ଏହି ଫିଲ୍ମରେ ସ୍ବର ସଂଯୋଜନା କରିଛନ୍ତି ପ୍ରେମ ଆନନ୍ଦ । ଜାନୁଆରୀ ପ୍ରଥମ ସପ୍ତାହରୁ ଏହାର ଶୁଟିଂ ଆରମ୍ଭ ହେବ ବୋଲି ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ପରୀ ହତ୍ୟା ଘଟଣା: ପୀଡ଼ିତାଙ୍କ ପରିବାରକୁ ଭେଟିଲେ ଉଭୟ କଂଗ୍ରେସ ଏବଂ ବିଜେପି ଦଳର ନେତା

ନୟାଗଡ଼: ବହୁ ଚର୍ଚ୍ଚିତ ପରି ହତ୍ୟା ଘଟଣାରେ ସାରା ରାଜ୍ୟରେ ଆନ୍ଦୋଳନ ଜାରି ରହିଛି। ଏହି ଘଟଣାକୁ ନେଇ ବିଭିନ୍ନ ଦଳର ନେତାମାନେ ସରକାର ବିରୋଧରେ ପ୍ରତିବାଦ କରିବା ସହ ପୀଡ଼ିତାଙ୍କ ପରିବାରକୁ ଭେଟୁଛନ୍ତି। ତେବେ ଆଜି ରାଜ୍ୟର ଦୁଇ ପ୍ରମୁଖ ଦଳ କଂଗ୍ରେସ ଏବଂ ବିଜେପି ଦଳର ନେତାମାନେ ପରୀର ପରିବାରକୁ ଭେଟିଛନ୍ତି।

ପ୍ରଥମେ ରାଜ୍ୟ କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାର ପରୀ ଗ୍ରାମକୁ ଆସି ଘଟଣା ସମ୍ପର୍କରେ ତଦାରଖ କରିବା ସହ ପରିବାରକୁ ଭେଟିଥିଲେ। ସେହିପରି ବିଜେପି ପ୍ରବକ୍ତା ତଥା ପୁରୀ ଲୋକସଭା ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ପରୀର ପରୀର ବାପା ଅଶୋକ ସାହୁ ଓ ମାଆ ସୌଦାମିନିଙ୍କୁ ଭେଟି ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ତେବେ ବିଜେପି ଏହି ମାମଲାରେ ସିବିଆଇ ତଦନ୍ତ ଦାବି କରୁଛି।

ଏହା ସହିତ ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇଥିବାର ଅଭିଯୋଗ କରି ବିଜେପି ପକ୍ଷରୁ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରାଯାଉଛି। ଏନେଇ  ନୟାଗଡ଼ ଜିଲ୍ଲା ବିଜେପି ପକ୍ଷରୁ ଆଜି ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟସ୍ଥ ଦୁର୍ଗାପୂଜା ମଣ୍ଡପରେ ଏହି ପ୍ରତିବାଦ କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର

ପରୀ ହତ୍ୟା : ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନୟାଗଡ ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିସାବସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଧାନସଭାରେ ଏହା ଘୋଷଣା କରିଛନ୍ତି । ଆଜି ବି ପରୀ ହତ୍ୟାକାଣ୍ଡକୁ ନେଇ ବିଧାନସଭା ହୁଲସ୍ତୁଲ୍‌ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଘୋଷଣା ବେଳେ ବି ବିରୋଧୀଙ୍କ ହୋହଲ୍ଲା ଜାରି ରହିଥିଲା ।

ପରୀ ମାମଲାକୁ ନେଇ ବିଧାନସଭା ହୁଲସ୍ତୁଲ ହେଉଥିବାବେଳେ ବିରୋଧୀ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ଅଡ଼ିବସିଛନ୍ତି ।  ବିଧାନସଭା ଭିତରେ ଓ ବାହାରେ ବି ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବି ଜୋର ଧରିଛି ।  ଏହି ପରିପ୍ରେକ୍ଷୀରେ ପରୀକୁ ନ୍ୟାୟ ଦାବିରେ ବିଜେପି ଓ ଯୁବକ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି ।  ପରୀକୁ ନ୍ୟାୟ ଓ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରାଯାଇଛି ।

ଅପରପକ୍ଷରେ ଏହି ମାମଲାକୁ ନେଇ ବିଧାନସଭା ମଧ୍ୟରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି । ଗୃହ ମଧ୍ୟଭାଗକୁ ଆସି ବିଜେପି ସଦସ୍ୟମାନେ ପ୍ରତିବାଦ କରିଛନ୍ତି । ବିଜେପି ସଦସ୍ୟମାନେ ପୋଷ୍ଟର ଓ ବ୍ୟାନର ଦେଖାଇ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛନ୍ତି । ସେହିପରି କଂଗ୍ରେସ ସଦସ୍ୟମାନେ ମଧ୍ୟ ଗୃହର ମଧ୍ୟଭାଗକୁ ଆସି ନାରାବାଜି ସହ ହଟ୍ଟଗୋଳ କରିଛନ୍ତି । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ଗୃହ ପୁଣି କମ୍ପିଛି । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବୀ କରାଯାଇଛି । ତେବେ ଗୃହ ସ୍ୱାଭାବିକ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡାକିଥିବା ଜଣାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ମନ୍ତ୍ରୀଙ୍କ ଇସ୍ତଫା ଦାବି, ରାସ୍ତାକୁ ଓହ୍ଲାଇଲା ବିଜେପି

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ମାମଲାକୁ ନେଇ ଏବେ ଅଡ଼ୁଆରେ କୃଷିମନ୍ତ୍ରୀ ଅରୁଣ ସାହୁ । ଏହି ମାମଲାକୁ ନେଇ ବିଧାନସଭା ହୁଲସ୍ତୁଲ ହେଉଥିବାବେଳେ ବିରୋଧୀ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ଅଡ଼ିବସିଛନ୍ତି ।  ବିଧାନସଭା ଭିତରେ ଓ ବାହାରେ ବି ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବି ଜୋର ଧରିଛି ।  ଏହି ପରିପ୍ରେକ୍ଷୀରେ ପରୀକୁ ନ୍ୟାୟ ଦାବିରେ ବିଜେପି ରାଜରାସ୍ତାକୁ ଓହ୍ଲାଇଛି ।  ବିଜେପି କର୍ମୀମାନେ ରାଜ୍ୟ କାର୍ୟ୍ୟାଳୟରୁ  ଏକ ଶୋଭାଯାତ୍ରାରେ ବାହାରି ବିଧାନସଭା ଅଭିମୁଖେ ବାହାରିଥିବା ଜଣାଯାଇଛି ।  ପରୀକୁ ନ୍ୟାୟ ଓ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରାଯାଇଛି ।  ଏହି ମାମଲାର ସିବିଆଇ କିମ୍ବା ଏସଆଇଟି ତଦନ୍ତ କରାଯିବାକୁ ବିଜେପି ପକ୍ଷରୁ ଦାବି କରାଯାଇଛି । ସେହିପରି ଏହି ମାମଲାରେ ଯୁବ କଂଗ୍ରେସ ମଧ୍ୟ ରାସ୍ତାକୁ ଓହ୍ଲାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ପରୀ ପ୍ରସଙ୍ଗରେ ବିବୃତ୍ତି ରଖିଲେ ଅରୁଣ

ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ମାମଲାକୁ ନେଇ ଏବେ ଅଡ଼ୁଆରେ କୃଷିମନ୍ତ୍ରୀ ଅରୁଣ ସାହୁ । ଏହି ମାମଲାକୁ ନେଇ ବିଧାନସଭା ହୁଲସ୍ତୁଲ ହେଉଥିବାବେଳେ ବିରୋଧୀ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ଅଡ଼ିବସିଛନ୍ତି ।  ତେବେ ଏହା ଭିତରେ ମନ୍ତ୍ରୀ  ଅରୁଣ ସାହୁ ବିଧାନସଭାରେ ନିଜର ବିବୃତ୍ତି ରଖିଛନ୍ତି । ପରୀ ହତ୍ୟା ଘଟଣା ତାଙ୍କୁ ବ୍ୟଥିତ କରିଛି ବୋଲି ସେକହିଛନ୍ତି । ଏହି ଘଟଣାକୁ ନେଇ ସେ ଗଭୀର ମର୍ମାହତ । ସେ ହିଂସାକୁ ବିରୋଧ କରନ୍ତି । ତେବେ ଏହି ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତକୁ ସ୍ବାଗତ ଜଣାଇଛନ୍ତି ଅରୁଣ । ଏହି ଘଟଣାରେ ଯିଏ ବି ଜଡିତ ଥାଆନ୍ତୁନା କାହିଁକି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ ବୋଲିକହିଛନ୍ତି ଅରୁଣ । ପରୀ ନ୍ୟାୟ ପାଉ । ସତ୍ୟ ଉନ୍ମୋଚନ ହେଉ ବୋଲି କହିଛନ୍ତି କୃଷିମନ୍ତ୍ରୀ ଅରୁଣ ସାହୁ ।

ସୂଚନାଯୋଗ୍ୟ, ପରୀ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ହେବ ବୋଲି ବୁଧବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର  ବିଧାନସଭାରେ ସୂଚନା ଦେଇଥିଲେ । ଏହି ମାମଲାର ଏଯାବତ 34 ଜଣଙ୍କୁ ଜେରା କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ମିଶ୍ର ସୂଚନା ଦେଇଥିଲେ ।  ସେହିପରି 4 ଜଣଙ୍କର ପଲିଗ୍ରାଫ ଟେଷ୍ଟ ହୋଇଥିବା ଗୃହକୁ ଜଣାଇବା ସହ ନୟାଗଡ଼ ଏସଡିପିଓ ମାମଲାର ତଦାରଖ କରୁଥିବା ମନ୍ତ୍ରୀ ଶ୍ରୀ ମିଶ୍ର କହିଥିଲେ । ପରୀ ମାମଲାରେ ଉଭୟ ବିଜେପି ଓ କଂଗ୍ରେସ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ପାଇଁ ଦାବି କରିଛନ୍ତି ।  ଅପରପକ୍ଷରେ ପରୀ ମାମଲାକୁ ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଗୁରୁବାର ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାଏର କରାଯାଇଛି।