Categories
ଆଜିର ଖବର ରାଜ୍ୟ ଖବର

ପଶ୍ଚିମ ଓଡିଶା ବିକାଶ ପରିଷଦକୁ ସ୍ବୟଂଶାସିତ କରିବା ପାଇଁ ବିଜେପିର ରାଜଭବନ ଆଗରେ ବିକ୍ଷୋଭ

ଭୁବନେଶ୍ବର, ପଶ୍ଚିମ ଓଡିଶା ବିକାଶ ପରିଷଦକୁ ସ୍ବୟଂ ଶାସିତ କରିବା ପାଇଁ ଆଜି ବିଜେପି ତରଫରୁ ଦାବୀ କରାଯାଇଛି। ଏ ନେଇ ବିଜେପି ରାଜଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛି। ଏଥିସହିତ ଦଳର ସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟି ଏକ ଦାବୀ ପତ୍ର ମଧ୍ୟ ପ୍ରଦାନ କରିଛନ୍ତି।

ଦଳ ଦାବୀ କରିଛି ଯେ, ପଶ୍ଚିମ ଓଡିଶା ବିକାଶ ପରିଷଦ ବର୍ତ୍ତମାନ ସାଇନ ବୋର୍ଡ ସଂସ୍ଥା ଭାବେ କାର୍ଯ୍ୟ କରୁଛି। ଏହା ସରକାରୀ ଦଳର ଏହ ସଂସ୍ଥା ହୋଇଛି। ଯେଉଁ ଉଦ୍ଦେଶ୍ୟରେ ଏହାର ପରିକଳ୍ପନା କରାଯାଇଥିଲା ତାହା ପୂରଣ ହୋଇପାରୁ ନାହିଁ। ଏହାର ମୁଖ୍ୟ କାର୍ଯ୍ୟାଳୟ ତୁରନ୍ତ ଭୁବନେଶ୍ବରରୁ ହଟାଇ ସେହି ଜିଲ୍ଲାରେ କରାଯାଉ ବୋଲି ଦଳ ଦାବୀ କରିଛି। ସରକାର ତୁରନ୍ତ ଏହି ସଂସ୍ଥାକୁ ରାଜନୈତିକ ମୁକ୍ତ କରି ସ୍ବୟଂଶାସିତ ସଂସ୍ଥା ଭାବେ ଘୋଷଣା କରନ୍ତୁ ବୋଲି ଦଳ ଦାବୀ କରିଛି।

 

Categories
ଆଜିର ଖବର ରାଜ୍ୟ ଖବର

ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ କଳାହାଣ୍ଡି ଗସ୍ତ, ବିଭିନ୍ନ କାର୍ଯ୍ୟର ସମୀକ୍ଷା

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡିର ବିକାଶର ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ନିର୍ଦ୍ଦିଷ୍ଟ କାର୍ଯ୍ୟ ଯୋଜନା ପ୍ରସ୍ତୃତ କରିବାକୁ ଜିଲ୍ଲା ପ୍ରଶାସନକୁ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ମାନ୍ୟବର ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଅସିତ ତ୍ରୀପାଠୀ ନିର୍ଦ୍ଦଶ ଦେଇଛନ୍ତି। କଳାହାଣ୍ଡି ଗସ୍ତରେ ଆସି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶ୍ରୀଯୁକ୍ତ ତ୍ରୀପାଠୀ କଳାହାଣ୍ଡିରେ ନିର୍ମାଣାଧିନ ମେଡିକାଲ କଲେଜ, ଇନ୍ଦ୍ରାବତୀ ଟେମ୍ପଲ କମ୍ପେ୍ଲକ୍ସ, ନୂତନ ବସଷ୍ଟାଣ୍ଡ, ଉତ୍କେଳା ଏ୍ୟାରଷ୍ଟ୍ରିପ, ସାନ୍ଦୁଲ ଜଳସେଚନ ପ୍ରକଳ୍ପ, କେସିଙ୍ଗା–ବଲାଙ୍ଗୀର ୨୨୦ କେଭି ଲାଇନ, ବିଜୁ ଏକ୍ସପ୍ରେସ ୱେ, ଟାଉନହଲ, ଏମଏସଏମଇ ପାର୍କ, ଫୁଡପାର୍କ ଇତ୍ୟାଦି ସଂପର୍କରେ ଜିଲ୍ଲାପାଳ ଅବଗତ କରିଥିଲେ।

କଳାହାଣ୍ଡିର ବିକାଶକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ଆବଶ୍ୟକୀୟ ଯୋଜନା ପ୍ରସ୍ତୃତ କରିବା ପାଇଁ ବୈଷୟୀକ ଜ୍ଞାନ କୌଶଳ, ଦାୟୀତ୍ୱ ବୋଧ, ତାଲିମ ଆଧାରରେ ଲୋକଙ୍କ ଜୀବନଧାରଣର ମାନବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯିବାକୁ ଉପସ୍ଥିତ ଜିଲ୍ଲାସ୍ତରୀୟ ପଦାଧିକାରୀ ମାନଙ୍କୁ ଆହ୍ୱାନ ଜଣାଇଥିଲେ। ପଶୁପାଳନ, ମତ୍ସ୍ୟ ଚାଷ, ଉଦ୍ୟାନକୃଷି, ଏମଏସଏମଇ ଆଦି କରିବାପାଇଁ ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବାପାଇଁ ଲକ୍ଷ୍ୟ ରଖିବାକୁ ପରାମର୍ଶ ଦେଇଥିଲେ।

ସମୀକ୍ଷା ବୈଠକ ପରେ ମାନ୍ୟବର ଶକ୍ତି, ଶିଳ୍ପ ତଥା ଏମଏସଏମଇ ଓ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ସହିତ ଭବାନୀପାଟଣା ଠାରେ ନିର୍ମାଣାଧିନ ଟାଉନହଲ, ଭଙ୍ଗାବାରୀ ଠାରେ ନିର୍ମାଣାଧିନ ଡାକ୍ତରଖାନା, ଜାରିଙ୍ଗସ୍ଥିତ ଛେଳି ପ୍ରଜନନ କେନ୍ଦ୍ର,ଭତ୍ରାଯୋର ଏମଆଇପି, ଜୁନାଗଡ ନେତ୍ର ଚିକିତ୍ସାଳୟ, ବିଜୁପଟ୍ଟନାୟକ ସ୍ପୋର୍ଟ୍ସ କମ୍ପେ୍ଲକ୍ସ,ଛୋରିଆଗଡ ଶୀଳ୍ପି ଗ୍ରାମ ପରିଦର୍ଶନ କରିଥିଲେ। ଧର୍ମଗଡ ବ୍ଲକ ବେହେରା ଗ୍ରାମରେ ଡେଙ୍ଗାଗୁଡା-ବେହେରା ୩୩ କେଭି ଲାଇନ ର ଶୁଭ ଉଦଘାଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ମୌଷଧିବାଗ, ଧର୍ମଗଡ ପଂଚାୟତ ସମିତି ଅଧ୍ୟକ୍ଷ ବଳରାମ ପୂଝାରୀ ମଧ୍ୟ ଉପସ୍ଥିତ ଥିଲେ। କଳାହାଣ୍ଡି ଏକ କୃଷିପ୍ରଧାନ ଜିଲ୍ଲା ହୋଇଥିବା କାରନରୁ ଅଧରକରୁ ଅଧିକ ଚାଷିଙ୍କ ସାମିଲ କରାଯାଇ ଅଧିକ ସଂଖ୍ୟକ କୃଷିଭିତିକ ଯୋଜନା ପ୍ରସ୍ତୃତ କରାଗଲେ ଜିଲ୍ଲାର ବିକାଶ ତ୍ୱରାନ୍ୱିତ ହୋଇପାରିବ ବୋଲି ବୁଦ୍ଧିଜୀବି ମହଲରେ ମତପ୍ରାଶ ପାଇବାରେ ଲାଗିଛି।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କୁ ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ପ୍ରଦାନ କଲା ଆଇସିଆଇସିଆଇ ବ୍ୟାଙ୍କ

ଭୁବନେଶ୍ୱର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍‌ ତ୍ରିପାଠୀଙ୍କୁ ଆଇସିଆଇସିଆଇ ଫାଉଣ୍ଡେସନ୍‌ ଓ ଆଇସିଆଇସିଆଇ ବ୍ୟାଙ୍କ ତରଫରୁ କୋଭିଡ୍‌ ଆକ୍ରାନ୍ତ
ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୧୦ଟି ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ପ୍ରଦାନ କରାଯାଇଛି। ଫାଉଣ୍ଡେସନ୍‌ ଓ ବ୍ୟାଙ୍କ ତରଫରୁ ଓଡ଼ିଶା ଜୋନ୍‌ର ମୁଖ୍ୟ ଶ୍ରୀ ପ୍ରଦୋଷ ରଞ୍ଜନ ରାଉତ, ଆଞ୍ଚଳିକ ମୁଖ୍ୟ, ସରକାରୀ ବ୍ୟାଙ୍କିଂ, ଓଡ଼ିଶା ଶ୍ରୀ ଅରୂପ କୁମାର ମହାପାତ୍ର ଓ ଶ୍ରୀ ଅରୁଣ କୁମାର ମିଶ୍ର ଏହି ଉପକରଣକୁ ପ୍ରଦାନ କରିଥିଲେ ।

କୋଭିଡ୍‌ ଚିକିତ୍ସା ନିମନ୍ତେ ପଶ୍ଚିମ ଓଡ଼ିଶାର ବହୁଳ ଭାବେ ପ୍ରଭାବିତ ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାର ଜିଲ୍ଲାପାଳମାନଙ୍କ ନିକଟକୁ ଏହି କନ୍‌ସେନ୍‌ଟ୍ରେଟରଗୁଡ଼ିକ ପଠାଇ ଦିଆଯିବ । ପ୍ରତି ଅକ୍ସିଜେନ୍‌ କନ୍‌ସେନ୍‌ଟ୍ରେଟର ୧୦ଲିଟର କ୍ଷମତା ବିଶିଷ୍ଟ ଏବଂ ଏଗୁଡ଼ିକୁ ସ୍‌ପିଟାଲ୍‌ଗୁଡ଼ିକରେ ମଧ୍ୟ ବ୍ୟବହାର କରାଯାଇପାରିବ ବୋଲି କୁହାଯାଇଛି । ଆଗକୁ ବ୍ୟାଙ୍କ ତରଫରୁ ଏପରି ଅଧିକ ଉପକରଣ ପ୍ରଦାନ ପାଇଁ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ରାଉତ କହିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ମିଶ୍ର ମଧ୍ୟ ଉପସ୍ଥିତ ଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସହ ଆଲୋଚନା କଲେ ନିତି ଆୟୋଗ ଆଡ୍‌ଭାଇଜରୀ ଟିମ୍‌

ଭୁବନେଶ୍ୱର,  ସୋମବାର ଅପରାହ୍ନରେ କେନ୍ଦ୍ର ନିତି ଆୟୋଗର ଏକ ତିନି ଜଣିଆ ଟିମ୍‌ ଖାରବେଳ ଭବନଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍‌ ତ୍ରିପାଠୀଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ଟିମ୍‌ରେ ନିତି ଆୟୋଗର ଏସ୍‌ଡିଜି ଓ ଗ୍ରାମୀଣ ବିକାଶର ପରାମର୍ଶଦାତ୍ରୀ ଶ୍ରୀମତୀ ସଂଯୁକ୍ତା ସମାଦାର, ଏସ୍‌ଡିଜି ଅଧିକାରୀ ଶ୍ରୀ ଆଲେନ୍‌ ଜନ୍‌ ଏବଂ ଏସ୍‌ଡିଜିର ବରିଷ୍ଠ ପରାମର୍ଶଦାତା ଶ୍ରୀ ସୁନ୍ଦର ମିଶ୍ର ଅଛନ୍ତି।

ପଶ୍ଚିମ ଓଡ଼ିଶାର ଗ୍ରାମୀଣ ବିକାଶ କ୍ଷେତ୍ରରେ କେତେକ ଅଭିନବ ପ୍ରକଳ୍ପ କାର୍ଯ୍ୟକାରୀ ଦିଗରେ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସଂପର୍କରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ସମ୍ୟକ ଧାରଣା ଦେଇଥିଲେ । ଏଥି ସହିତ ନିତି ଆୟୋଗର କେତେକ ପୋଷଣୀୟ ଯୋଜନା ଉପରେ ବଶେଷ ଭାବେ ଆଲୋଚନା କରାଯାଇଥିଲା । ଏହି ଟିମ୍‌ ତାଙ୍କ ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ଉତ୍କୃଷ୍ଟ କୋଭିଡ୍‌ ପରିଚାଳନା ନିମନ୍ତେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାକୁ ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର, ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ଉତ୍କୃଷ୍ଟ କୋଭିଡ୍‌ ପରିଚାଳନା ନିମନ୍ତେ ଆବଶ୍ୟକ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଓଡ଼ିଶା ଔଷଧ ନିଗମ ଯୋଗାଇବ । ଏ ନେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଯେହେତୁ ରାଜ୍ୟ ସରକାରଙ୍କ ତରଫରୁ ଏହି ନିଗମ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଂଗ୍ରହ କରିବା ପାଇଁ ଆବଶ୍ୟକୀୟ ବୈଷୟକ ଯୋଗ୍ୟତା, ଅନୁଭୂତି ରହିଛି, ତେଣୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପରାମର୍ଶ କ୍ରମେ ସମସ୍ତ ଜିଲ୍ଲାପାଳଙ୍କୁ ଏସବୁ ସାମଗ୍ରୀ ନିଗମ ମାଧ୍ୟମରେ ଯୋଗାଇ ଦେବା ପାଇଁ ଜଣାଇ ଦିଆଯାଇଛି।

ଏହା ବ୍ୟତୀତ ଆବଶ୍ୟକୀୟ ସିଭିଲ୍‌ ଓ ବିଦ୍ୟୁତିକରଣ କାମ, ଆଇସିୟୁ ଶଯ୍ୟା, ଅମ୍ଳଜାନ ପାଇପଲାଇନ୍‌, ଡିଜି ସେଟ୍‌ ଇତ୍ୟାଦି ଡାକ୍ତରୀ ଓ ଅଣଡାକ୍ତରୀ ସରଞ୍ଜାମ ପାଇଁ ଜିଲ୍ଲାପାଳମାନେ ସିଧାସଳଖ ସ୍ଥାନୀୟ ବ୍ୟବସ୍ଥା ଅନୁସାରେ କ୍ରୟ ଓ ଯୋଗାଡ଼ କରିବେ ।

ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଉପଯୁକ୍ତ କୋଭିଡ୍‌ ପରିଚାଳନା ନିମନ୍ତେ ଆବଶ୍ୟକୀୟ ଜରୁରୀ ସରଞ୍ଜାମ ସଂଗ୍ରହ ଏବଂ ଭିତ୍ତିଭୂମି ନିର୍ମାଣ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ କିଛିଦିନ ପୂର୍ବରୁ ୨୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିଲା ।

ଜିଲ୍ଲାଗୁଡ଼ିକ ତରଫରୁ ଏଥିପାଇଁ ଯଥାଶୀଘ୍ର ପ୍ରସ୍ତାବ ଦେବାକୁ କୁହାଯାଇଥିଲା । ଏଥି ପାଇଁ ଜିଲ୍ଲାପାଳମାନଙ୍କ ସହ ପରାମର୍ଶ କରାଯାଇଥିଲା । ପଶ୍ଚିିମ ଓଡ଼ିଶା ବିକାଶ ପରିଷଦ ତରଫରୁ ଏହି ପ୍ରସ୍ତାବଗୁଡ଼ିକ ହସ୍ତଗତ ହେବା ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ବ୍ୟାପକ ବିଚାରବିମର୍ଶ ପରେ ପ୍ରସ୍ତାବଗୁଡ଼ିକୁ ଅନୁମୋଦନ କରିବା ସହ ଜରୁରୀ ସାମଗ୍ରୀ ସଂଗ୍ରହ ପାଇଁ ସବୁଜ ସଂକେତ ପ୍ରଦାନ କରାଯାଇଛି ।