Categories
ଆଜିର ଖବର ରାଜ୍ୟ ଖବର

ପ୍ରବଳ ବର୍ଷା ସମ୍ଭାବନା: ୬ ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ତେବେ ଏହି ଜିଲ୍ଲାଗୁଡିକୁ ଆସନ୍ତାକାଲି ସକାଳ ୮ ତା ୩୦ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୮ ଟି ଜିଲ୍ଲାରେ ହେବ ପ୍ରବଳ ବର୍ଷା: ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଲଘୁଚାପ ଯୋଗୁଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଏହାସହ ଦକ୍ଷିଣ ପଶ୍ଚିମ ବାୟୁ ସମଗ୍ର ରାଜ୍ୟକୁ ଛୁଇଁଲା ପରେ ମଧ୍ୟ ଲଗାତର ବର୍ଷା ଜାରି ରହିଛି। ତେବେ ରାଜ୍ୟରେ ୮ ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି। ସେଥିପାଇଁ ମତ୍ସ୍ୟଜୀବୀ ମାନେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଲଘୁଚାପଜନିତ ବର୍ଷା: ୬ ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖପାଖ ଓଡିଶା ଏବଂ ଗାଙ୍ଗିୟ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଲଘୁଚାପ ସକ୍ରିୟ ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହିତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରବଳଋ ଅତି ପ୍ରବଳ ବର୍ଷା ହେବା ଅନୁମାନ କରାଯାଇଛି।

ସେଥିପାଇଁ ୬ ଟି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେଡ ୱାର୍ଣ୍ଣିଂ ଜାରି କରିଛି। ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ରେଡ ୱାର୍ଣ୍ଣିଂ ଜାରି କରିଛି। ସେହିଭଳି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି।

ଲଘୁଚାପଜନିତ ବର୍ଷା ଯୋଗୁଁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବ ବୋଲି ଆଶଙ୍କା କରାଯାଉଛି। ରାଜ୍ୟରେ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ୍ କମିଶନରଙ୍କୁ ଏନେଇ ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ୭ ଟି ଜିଲ୍ଲାକୁ ଘୂର୍ଣ୍ଣିଝଡ ଏବଂ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର: ଆଜି ରାଜ୍ୟରେ ୭ ଟି ଜିଲ୍ଲାକୁ ଘୂର୍ଣ୍ଣିଝଡ ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଦିଆଯାଇଛି। ଆସନ୍ତା ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଘୂର୍ଣ୍ଣିଝଡ ଓ ବଜ୍ରପାତର ସତର୍କ ସୂଚନା ମିଳିଛି। କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡା ଜିଲ୍ଲା ପାଇଁ ସତର୍କ ସୂଚନା ମିଳିଛି। ଆଜି ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶ ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତାକାଲିଠାରୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଆସନ୍ତାକାଲିଠାରୁ ବର୍ଷା ସମ୍ଭାବନା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ପକ୍ଷରୁ ଏନେଇ ୧୧ ଟି ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି। ଆସନ୍ତାକାଲି ଠାରୁ ୪ ଦିନ ଯାଏଁ ବର୍ଷା ସମ୍ଭାବନା ରହିଛି।

ଅନୁଗୋଳ, ବାଲେଶ୍ୱର, ବଲାଙ୍ଗିର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ୧୯ ତାରିଖ ପାଇଁ ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଘଡ଼ଘଡ଼ି ସମୟରେ ଘରୁ ବାହାରିଲା ବେଳେ ସତର୍କ ରହିବାକୁ କୁହାଯାଇଛି।