Categories
ଆଜିର ଖବର ରାଜ୍ୟ ଖବର

ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ ବଳୟ, ଛଅ ତାରିଖ ପର୍ଯ୍ୟନ୍ତ ବର୍ଷା, ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର, ଉତ୍ତର ବଙ୍ଗୋବ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଫଳରେ ଏହାର ପ୍ରଭାବରେ ଆସନ୍ତା 6 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏଥିସହିତ 3ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଣ୍ଟାକୁ 40ରୁ 50 କିମି ବେଗରେ ପବନ ପ୍ରବାହିତ ହେବ ବୋଲି ଜଣାପଡିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଭୁବନେଶ୍ବର ପାଣିପାଗ ବିଭାଗ ଅନୁସାରେ ଏହି ଲଘୁଚାପ ବଳୟ ଯୋଗୁଁ ରାଜ୍ୟର ସାତୋଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଗୁଡିକ ହେଲା କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ କଟକ। ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣି ଦିଆଯାଇଛି। ସେହିପରି ଆଉ ସାତୋଟି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାରୁ ସେସବୁରେ ଅରେଂଜ ୱାର୍ଣ୍ଣି ଦିଆଯାଇଛି। ସେଗୁଡିକ ହେଲା ବାଲେଶ୍ବର, ଭଦ୍ରକ,ମୟୁରଭଂଜ, ଯାଜପୁର,ଅନୁଗୁଳ, ଢେଙ୍କାନାଳ ଏବଂ ବୈଦ୍ଧ।

ଏହି ଲଘୁଚାପ ବଳୟ ପୂର୍ବରୁ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଯାଇଛି।

Categories
ଆଜିର ଖବର ଜାତୀୟ ଖବର

ଆସନ୍ତାକାଲି ଅତି ପ୍ରବଳ ବର୍ଷା ସମ୍ଭାବନା: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ, ଓଡ଼ିଶା,ବିହାର, ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, କୋଙ୍କଣ ଏବଂ ଗୋଆରେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ଏହାଛଡ଼ା ଉତ୍ତର ପ୍ରଦେଶ, ରାଜସ୍ଥାନ, ପଶ୍ଚମ ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ସିକ୍କିମ୍, ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ, ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଗୁଜରାଟ, ମହାରାଷ୍ଟ୍ର, ତେଲେଙ୍ଗାନା, କର୍ଣ୍ଣାଟକ ଏବଂ ତାମିଲନାଡୁ ଓ ପୁଦ୍ଦୁଚେରୀର କେତେକ ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ମଧ୍ୟପ୍ରଦେଶ, ବିଦର୍ଭ ଏବଂ ଛତିଗଡ଼ ଓ ପୂର୍ବ ଉତ୍ତର ପ୍ରଦେଶ, ପୂର୍ବ ରାଜସ୍ଥାନ, ବିହାର, ଝାଡ଼ଖଣ୍ଡ, ଗା‌‌ଙ୍ଗେୟ ପଶ୍ଚିମ ବଙ୍ଗ, ଆସାମ, ମେଘାଳୟ, ଗୁଜରାଟ, ଉକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।
ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଓ ଗୁଜରାଟ-ମହାରାଷ୍ଟ୍ର-କର୍ଣ୍ଣାଟକ ଉପକୂଳରେ ବର୍ଷା ସହ ଘଣ୍ଟାପ୍ରତି ୪୫ ରୁ ୫୫ କିଲୋମିଟର ବେଗରେ ପବନ ବହିବା କଥା ପାଣିପାଗ ବିଭାଗ କହିଛି।

Categories
ଆଜିର ଖବର ରାଜ୍ୟ ଖବର

ଦୁଇ ଦିନ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା, ବଜ୍ରପାତ ବି ହୋଇପାରେ

ଭୁବନେଶ୍ୱର : ଆସନ୍ତା ୪୮ ଘଣ୍ଟା ମଧ୍ୟମରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଟ୍ରପ୍ ଲାଇନ୍‌ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ଅର୍ଥାତ୍‌ ମଙ୍ଗଳବାର ଅପରାହ୍ନ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡିଶା ସମେତ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।