Categories
ବିଶେଷ ଖବର ରାଜ୍ୟ ଖବର

୫-ଟି ସଚିବଙ୍କ ନୂଆପଡ଼ା ଗସ୍ତ, ପାଞ୍ଚୋଟି ମନ୍ଦିରର ହେବ ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଳାହାଣ୍ଡି ଓ ନୂଆପଡାକୁ ତିନି ଦିନିଆ ଗସ୍ତରେ ଯାଇଥିବା ୫-ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ଆଜି ତୃତୀୟ ଦିନରେ ନୂଆପଡ଼ା, ସିନାପାଲି, ଖରୀଆର, ବୋଡ଼େନ, କୋମନା ଆଦି ବ୍ଲକ ଅଞ୍ଚଳ ପରିଦର୍ଶନ କରି ବିକାଶ କାମର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କ ସହିତ ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଛନ୍ତି।

ଶ୍ରୀ ପଣ୍ଡିଆନ ପ୍ରଥମେ ଗଡରମାଲ ଠାରେ ବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳ ପରିଦର୍ଶନ କରି ସେଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଏହି ପ୍ରକଳ୍ପରେ ୮୧୯ ହେକ୍ଟର ଜମି କୁ ପାଣି ଦିଆ ଯାଉଥିବା ବେଳେ ୧୬୩୦ ଚାଷୀ ପରିବାର ଏହାଦ୍ବାରା ଉପକୃତ ହେଉଛନ୍ତି। ପାରମ୍ପରିକ ଚାଷକୁ ଛାଡି ମକା, ବାଦାମ, କାଜୁ, ଓ ପନିପରିବା ଚାଷ ପାଇଁ ଚାଷୀଙ୍କୁ ଉତ୍ସାହିତ କରିବା ଏହି ପ୍ରକଳ୍ପର ଉଦ୍ଦେଶ୍ୟ।

ଏହି ପ୍ରକଳ୍ପକୁ ଆହୁରି ସମ୍ପ୍ରସାରଣ କରାଯାଇ ଚାଷୀ ମାନଂକୁ କିପରି ଅଧିକ ଜଳ ସେଚନ ସୁବିଧା ଦିଆ ଯାଇ ପାରିବ, ଶ୍ରୀ ପାଣ୍ଡିଆନ ସେ ସଂପର୍କରେ ଜଳ ସେଚନ ବିଭାଗ ଯନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ। ଏ ସଂପର୍କରେ ଏକ ରିପୋର୍ଟ ପ୍ରସ୍ତୁତ କରି ତୁରନ୍ତ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି କୋନବିରା ରେ ଜଳ ସେଚନ ସମ୍ଭାବନାକୁ ଦୃଷ୍ଟିରେ ରଖି ସେ ସ୍ଥାନୀୟ ଲୋକ ଓ ଜଳ ସେଚନ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ସେଠାରେ ଏକ ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ବିସ୍ତୃତ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ନୂଆପଡ଼ାର କେତକ ଗୁରୁତ୍ୱପୂର୍ଣ୍ଣ ମନ୍ଦିର ର ବିକାଶ ପାଇଁ ମଧ୍ୟ ଶ୍ରୀ ପାଣ୍ଡିଆନ ନିଷ୍ପତ୍ତି ନେଇଛନ୍ତି। ପାଟୋରା ସ୍ଥିତ ଯୋଗେଶ୍ଵର ମହାଦେବ ମନ୍ଦିରର ରୂପାନ୍ତର ସଂପର୍କରେ ସେ ସେବାୟତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ମନ୍ଦିରର ରୁପାନ୍ତର ଓ ସୌନ୍ଦର୍ଯ୍ୟ କରଣ ସହିତ ସେଠାରେ ପର୍ଯ୍ୟଟନ ଓ ଜଳ କ୍ରୀଡା ସୁବିଧାର ବିକାଶ ନିମନ୍ତେ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ପାତାଲଗଙ୍ଗା ଠାରେ ସେ ଜଗନ୍ନାଥ ମନ୍ଦିର ଓ ରାଧକୃଷ୍ଣ ମନ୍ଦିର ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ଏହାର ଉନ୍ନତି ସଂପର୍କରେ ସବିଶେଷ ତଥ୍ୟ ନେଇଥିଲେ। ଏହାର ରୁପାନ୍ତର ପାଇଁ ରିପୋର୍ଟ ପ୍ରଦାନ କରିବାକୁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସୁନାବେଡ଼ା ର ସୁନଦେଇ ମନ୍ଦିର ପରିଦର୍ଶନ କରି ଏହାର ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ ପାଇଁ ସେବାୟତ ଓ ସ୍ଥାନୀୟ ଲୋକ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନେ ମନ୍ଦିର ସହିତ ସ୍ଥାନୀୟ ଅଞ୍ଚଳର ସାମଗ୍ରୀକ ବିକାଶ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ତେଣୁ ସୁନାବେଡ଼ା ପାର୍ବତ୍ୟଞ୍ଚଳର ସାମଗ୍ରୀକ ବିକାଶ ପାଇଁ ସେ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇ ରିପୋର୍ଟ ପ୍ରଦାନ କରିବାକୁ କହିଥିଲେ।

ବୋଡ଼େନ ଠାରେ ମିଶନ ଶକ୍ତି କେଫ ପରିଦର୍ଶନ କରି ସେଠାରେ ମିଶନ ଶକ୍ତି ର ସଦସ୍ୟା ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରି ସେମାନଙ୍କୁ ଅଧିକ ସୁବିଧା ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ଲିତିସର୍ଗୀ ଠାରେ ସେ ରୂପାନ୍ତରିତ ଗୋପୀନାଥ ହାଇ ସ୍କୁଲ୍ ପରିଦର୍ଶନ କରି ଛାତ୍ର, ଛାତ୍ରୀ, ଅଭିଭାବକ, ଶିକ୍ଷକ ଓ ପୁରାତନ ଛାତ୍ର ମାନଙ୍କ ସହ ଆଲୋଚନା କରିଥିଲେ। ପିଲା ମାନଙ୍କ ପାଇଁ ଆଧୁନିକ ଶିକ୍ଷାର ସୁବିଧା ହୋଇ ଥିବାରୁ ସେମାନେ ଖୁସି ପ୍ରକାଶ କରିଥିଲେ। ପିଲା ମାନେ ଭଲ ପାଠ ପଢି ଓଡ଼ିଶାର ଉନ୍ନତି ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।

ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମର ସମୀକ୍ଷା କରି ବ୍ୟବସ୍ଥାର ବିଭିନ୍ନ ମାପଦଣ୍ଡ ସଂପର୍କରେ ଅନୁଧ୍ୟାନ କରିଥିଲେ। ରୋଗୀ ମାନଙ୍କ ସହ ଆଲୋଚନା କରି ସେମାନେ ଏହି ବ୍ୟବସ୍ଥା ଦ୍ବାରା କେତେ ସୁବିଧା ପାଉଛନ୍ତି, ସେମାନେ ଖୁସି ଅଛନ୍ତି ନା ନାହିଁ, ସେ ସଂପର୍କରେ ପଚାରି ବୁଝିଥିଲେ ଓ ସ୍ଵାସ୍ଥ୍ୟ ଅଧିକାରୀ ମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ

ଖଡିଆଳ ସବଡିଭିଜିନାଲ ହସ୍ପିଟାଲ ରେ ସେ ଆମ ହସ୍ପିଟାଲ୍ କାର୍ଯ୍ୟକ୍ରମ ସମୀକ୍ଷା କରି ରୋଗୀ ମାନଙ୍କୁ ସେମାନଙ୍କୁ ମିଳୁଥିବା ସୁବିଧା ସଂପର୍କରେ ପଚାରି ବୁଝି ଥିଲେ। ବ୍ୟବସ୍ଥାର ଉନ୍ନତି ପାଇଁ ସ୍ୱାସ୍ଥ୍ୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ସିଲଦା ଠାରେ ସେ ମିଶନ ଶକ୍ତି ସଦସ୍ୟା, ଗ୍ରାମ ପଞ୍ଚାୟତ ଫେଡେରସନ, ବ୍ଲକ୍ ସ୍ତରୀୟ ଫେଡେରସନ ଓ ଜିଲ୍ଲା ସ୍ତରୀୟ ଫେଡେରସନ ର ସଦସ୍ୟ ମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ସୁବିଧା ଅସୁବିଧା ବୁଝିବା ପରେ ମହିଳା ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ନୂଆପଡ଼ା ଠାରେ ନିର୍ମାଣାଧୀନ ମଡେଲ ବସ ଷ୍ଟାଣ୍ଡ ପରିଦର୍ଶନ କରି ଏହାକୁ ନିର୍ଦ୍ଧାରତ ସମୟ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରିଶେଷରେ ସେ ନୂଆପଡ଼ା ନ୍ୟାସନାଲ କଲେଜ ପ୍ରାଙ୍ଗଣରେ ସ୍ଥାନୀୟ ଲୋକ ମାନଙ୍କ ସୁବିଧା ଅସୁବିଧା ଓ ଅଭିଯୋଗ ଶୁଣିଥିଲେ। ସେମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେବା ସହିତ ଯେଉଁ ସବୁ କାର୍ଯ୍ୟ ପାଇଁ ସରକାରଂକ ଅନୁମତି ଆବଶ୍ୟକ ସେସବୁ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ ପଠାଇବାକୁ ସେ ନିର୍ଦ୍ଦେଶ ଦେଇଥିଲେ।

ଏହି ଗସ୍ତ ସମୟରେ ସ୍ବାସ୍ଥ୍ୟ ବିଭାଗ ସଚିବ ଶ୍ରୀମତୀ ଶାଲୀନି ପଣ୍ତିତ, କ୍ରୀଡା ବିଭାଗ ସଚିବ ଶ୍ରୀ ଆର. ଭିନିଲ କ୍ରିଷ୍ଣା, ଜିଲ୍ଲାପାଳ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

୫ଟି ସଚିବଙ୍କ ପୁରୀ ଓ କଟକ ଗସ୍ତ, ଜୁନ ୧୫ ସୁଦ୍ଧା ସଂପୂର୍ଣ୍ଣ ହେବ ନେତାଜୀ ବସ ଟର୍ମିନାଲ ନିର୍ମାଣ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶ୍ରୀ ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ଐତିହ୍ୟ କରିଡର ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ।

ରାଜ୍ୟ ସରକାରଙ୍କ ଐତିହ୍ୟ ରୂପାନ୍ତର କାର୍ଯ୍ୟକ୍ରମରେ ଏହା ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ଆନ୍ତର୍ଜାତିକ ସ୍ତରରେ ଏକ ଗୃରୁତ୍ଵପୂର୍ଣ୍ଣ ଐତିହ୍ୟ ସ୍ଥଳ ଭାବରେ ଏହା ପୁରୀର ଗୁରୁତ୍ଵ ବୃଦ୍ଧି କରିବ। ପ୍ରତି ସପ୍ତାହରେ ପୁରୀ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ଅପରାହ୍ନରେ  ଶ୍ରୀ ପାଣ୍ଡିଆନ କଟକ ଯାଇ ପ୍ରଥମେ ଖାନ୍ ନଗର ଠାରେ ନିର୍ମାଣାଧୀନ ନେତାଜୀ ବସ ଟର୍ମିନାଲ ର ନିର୍ମାଣ କାର୍ଯ୍ୟ ବୁଲି ଦେଖି ଥିଲେ ଏବଂ ଅଧିକାରୀ ମାନଙ୍କ ସହିତ କାର୍ଯ୍ୟର ସମୀକ୍ଷା କରି ଥିଲେ। ଆସନ୍ତା ଜୁନ୍ ୧୫ ତାରିଖ ସୁଦ୍ଧା ବସ ଟର୍ମିନାଲ ନିର୍ମାଣ ଶେଷ ହେବ ବୋଲି ସମୀକ୍ଷାରୁ ଜଣା ଯାଇଛି।

ସୂଚନା ଯୋଗ୍ୟ ଯେ ୧୫ ଏକର ପରିମିତ ଅଂଚଳରେ ନିର୍ମାଣାଧୀନ ଏହି ଟର୍ମିନାଲ ପାଇଁ ମୁଖ୍ୟମନ୍ତ୍ରୀ ୨୦୨୧ ଜାନୁଆରୀ ୨୩ ରେ ଶୁଭ ଦେଇଥିଲେ। ଏଥିପାଇଁ ସତୁରୀ କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି।

ଏଥିରେ ୧୮୦ ଟି ବସ ରହିବା ପାଇଁ ତିନି ମହଲା ବିଲ୍ଡିଂ ସହିତ ଆହୁରି ଅନେକ ସୁବିଧାର ନିର୍ମାଣ କରା ଯାଉଛି। ଏହାଦ୍ବାରା କଟକ ସହରର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆସିବା ସହିତ ଆନ୍ତ ରାଜ୍ୟ ବସ ଚଳରେ ସୁବିଧା ଆସିବ।

ଏହା ପରେ ଶ୍ରୀ ପାଣ୍ଡିଆନ ମା କଟକ ଚଣ୍ଡୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ମନ୍ଦିରର ସୌନ୍ଦର୍ଯ୍ୟକରଣ, ରାସ୍ତା ନିର୍ମାଣ ଆଦି କାମ ବୁଲି ଦେଖିଥିଲେ।
ସମୀକ୍ଷାରୁ ଜଣା ଯାଇଛି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମନ୍ଦିରର ରୂପାନ୍ତର କାର୍ଯ୍ୟ ଶେଷ ହେବ। ଚଣ୍ଡି ମନ୍ଦିର ରୂପାନ୍ତର ପାଇଁ ଚାଳିଶ କୋଟି ଟଙ୍କା ଖର୍ଚ କରାଯାଉଛି। ନୂଆବର୍ଷ ରେ ଚଣ୍ଡି ମନ୍ଦିର ର ରୂପାନ୍ତର କାମ ଭକ୍ତଙ୍କ ସେବା ରେ ଲୋକାର୍ପିତ ହେବ।

ଶ୍ରୀ ପାଣ୍ଡିଆନ ଏହାପରେ ରାଣୀ ହାଟ କ୍ଲକ୍ ଟାୱାର, ତାଳଦଣ୍ଡା କେନାଲ, ଛତରା ବଜାର ଭେଣ୍ଡିଂ ଜୋନ୍ ଆଦି ବୁଲି ଏସବୁ ସ୍ଥାନରେ ଉନ୍ନତି କରଣ କାର୍ଯ୍ୟ ବୁଲି ଦେଖିବା ସହିତ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଇଥିଲେ।

ଶ୍ରୀ ପାଣ୍ଡିଆନ ଙ୍କ ଏହି ଗସ୍ତ ସମୟରେ ଜିଲ୍ଲାପାଳ ଶ୍ରୀ ଭବାନୀ ଶଙ୍କର ଚଇନି, ସିଏମସି କମିଶନର ଶ୍ରୀ ନିଖିଲ ପବନ କଲ୍ୟାଣ କଟକ ଡିସିପି ଶ୍ରୀ ପିନାକ ମିଶ୍ର ଓ, ସିଡିଏ ଅଧ୍ୟକ୍ଷ ଶ୍ରୀ ଅନିଲ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଦୁଇ ଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ୫-ଟି ସଚିବ ଭି କେ ପାଣ୍ଡିଆନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭି.କେ ପାଣ୍ଡିଆନ ଦୁଇଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଅଛନ୍ତି। ସେ ଆଜି ନବରଙ୍ଗପୁରରେ ପହଁଚି ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସେ ଆସନ୍ତାକାଲି ମଧ୍ୟ ଏହି ଜିଲ୍ଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ କରିବେ ବୋଲି ଜଣାପଡିଛି।

ସେ ଆଜି ଅପରାହ୍ନରେ ନବରଙ୍ଗପୁରରେ ପହଞ୍ଚିବା ପରେ ସେଠାକାର ବିଭିନ୍ନ ସମାଜର  ପ୍ରତିନିଧୀମାନଙ୍କୁ ସାକ୍ଷାତ କରିଥିଲେ। ସେ ନବରଙ୍ଗପୁରର ସର୍କିଟ ହାଉସରେ ପ୍ରାୟ ୧୩୧  ବିଶିଷ୍ଟ ବ୍ୟକ୍ତିଙ୍କୁ ସାକ୍ଷାତ କରିଥିଲେ। ସେଥିରେ ବିଭିନ୍ନ ବର୍ଗର ଲୋକ ଯେପରି ସ୍କୁଲ ଏବଂ କଲେଜ ଛାତ୍ରଛାତ୍ରୀ, ଜଟି ସମାଜ, ଏସସି ଏବଂ ଏସଟି ସମ୍ପ୍ରଦାୟ, ଧାର୍ମିକ ଗୋଷ୍ଠୀ, ମନ୍ଦିର କମିଟି ଇତ୍ୟାଦି ୫-ଟି ସଚିବଙ୍କୁ ଭେଟିଥିଲେ।

କେବଳ ନବରଙ୍ଗପୁର ଜିଲ୍ଲାରୁ ନୁହେଁ, କୋରାପୁଟ ଜିଲ୍ଲାର ବିଭିନ୍ନ ଗୋଷ୍ଠୀର ୪୦୦ ଜଣ ମଧ୍ୟ ତାଙ୍କୁ ଭେଟି କୋରାପୁଟ ଜିଲ୍ଲା ଗସ୍ତରେ ଯାଇ ସହାୟତା ଦେଇଥିବାରୁ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି। ରାୟଗଡା ଜିଲ୍ଲାର କିଛି ଗୋଷ୍ଠୀ ମଧ୍ୟ ୫-ଟି ସଚିବଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଛନ୍ତି। ସେ ରାୟଗଡା ଜିଲ୍ଲା ଗସ୍ତରେ ଯାଇ ଦେଇଥିବା ସହାୟତା ପାଇଁ ମଧ୍ୟ ସଚିବଙ୍କୁ କୃତଜ୍ଞତା ଜଣାଇଥିଲେ।

ସନ୍ଧ୍ୟାରେ ସେ ନବରଙ୍ଗପୁର ସହରରେ ଅବସ୍ଥିତ ମା ଭଣ୍ଡାରଘରଣୀ ମନ୍ଦିର ପରିଦର୍ଶନ କରି  ପ୍ରାର୍ଥନା କରିଥିଲେ। ତା’ପରେ ସେ ତିର୍ଲିମ୍ବାଗୁଡାରେ ଅବସ୍ଥିତ ଅନ୍ୱେଶା ହଷ୍ଟେଲକୁ ଯାଇ  ପିଲାମାନଙ୍କ ସହିତ ରାତ୍ରୀ ଭୋଜନ କରିଥିଲେ। ସ୍କୁଲରେ କିପରି ପାଠପଢା ହେଉଛି କଣ ଅସୁବିଧା ରହିଛି ତାହା ଉପରେ ସେ ପିଲାମାନଙ୍କୁ ପଚାରି ବୁଝିଥିଲେ।

ଏହି ଗସ୍ତ ସମୟରେ କ୍ରୀଡ଼ା ଏବଂ ଯୁବ ସେବା, ଶ୍ରୀ ଆର ଭିନିଲ କୃଷ୍ଣା, ଏସଟି ଏବଂ ଏସସି ବିକାଶ ବିଭାଗ ସଚିବ, ଶ୍ରୀମତୀ ରୂପା ରୋଶନ ସାହୁ, ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର, ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରର ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ମହାଦେବଙ୍କ ମନ୍ଦିରରେ କାହିଁକି ପୂଜାଅର୍ଚ୍ଚନା କଲେ 5ଟି ସଚିବ ଭି କେ ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲାରେ ମାରଥନ ଗସ୍ତ କରିଛନ୍ତି। ତେବେ ଏହି ଗସ୍ତ ସମୟରେ ସେ ସୁନ୍ଦରଗଡର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ତଦାରଖ କରିଛନ୍ତି। ସେ ‘୫ଟି’ ଅଧୀନରେ ରୂପାନ୍ତରିତ ସରକାରୀ ହାଇସ୍କୁଲ ସହିତ ମିଶନ ଶକ୍ତି କାଫେ, ନିର୍ମାଣାଧୀନ ହକି ପ୍ରଶିକ୍ଷଣ କେନ୍ଦ୍ର ଏବଂ ଉପଖଣ୍ଡ ଚିକିତ୍ସାଳୟ, ବଣାଇଁ ପରିଦର୍ଶନ ସହିତ ବିରମିତ୍ରପୁରର ପ୍ରସ୍ତାବିତ ପ୍ରକଳ୍ପ ଆଦିର କାର୍ଯ୍ୟ ସମୀକ୍ଷା କରିଛନ୍ତି।

ତେବେ ସେ ଏହି ଗସ୍ତ ସମୟରେ ସୁନ୍ଦରଗଡର ଶିବ ମନ୍ଦିରରେ କିଛି ସମୟ ଧରି ପୂଜା ଅର୍ଚ୍ଚନା କରିଛନ୍ତି। ତାହାର କାରଣ ସଂପର୍କରେ ସେ କାହକୁ କିଛି କହି ନ ଥିଲେ। ହେଲେ ମନ୍ଦିରରେ ଥିବା ଶିବ ଲିଙ୍ଗ ନିକଟରେ ଭୋଗ ଅର୍ପଣ ସହିତ ଆଳତି ମଧ୍ୟ କରିଛନ୍ତି। ମୁଖ୍ୟତଃ ସୁନ୍ଦରଗଡ ପ୍ରକଳ୍ପର ସଫଳତା କାମନା କରି ଏହି ପ୍ରାର୍ଥନା କରିଥିବାର ସେଠାକାର ସେବାୟତମାନେ କହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

5ଟି ସଚିବଙ୍କ ପୁରୀ ଗସ୍ତ, ମହାପ୍ରଭୁଙ୍କୁ କଲେ ଦର୍ଶନ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ

ପୁରୀ: ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିଆନ ପୁରୀ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୃଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହିତ ତାଙ୍କର ଧର୍ମପତ୍ନୀ ତଥା ମିଶନ ଶକ୍ତିର ସଚିବ ସୁଜାତା କାର୍ତ୍ତିକେଆନ ମଧ୍ୟ ଶ୍ରୀଜୀୟୁଙ୍କୁ ଦର୍ଶନ କରିଛନ୍ତି।

ଏହା ପରେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ତଦାରଖ କରିଥିଲେ। ଏଥିସହିତ ଶ୍ରୀମନ୍ଦିରର ଆଉ କଣ ଉନ୍ନୟନ କାର୍ଯ୍ୟ କରାଯାଇପାରିବ ସେ ନେଇ ମଧ୍ୟ ଆଲୋଚନା କରିଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗରେ ୮୦୪ କର୍ମଚାରୀଙ୍କୁ ନିଯୁକ୍ତି, ଦିଗଦର୍ଶନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ କନିଷ୍ଠ ଯନ୍ତ୍ରୀଙ୍କ ପାଇଁ ଆୟୋଜିତ ଦିଗଦର୍ଶନ କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରକୁ ତୃଣମୂଳ ସ୍ତରରେ ଅଭିବୃଦ୍ଧିର ଏକ ଇଞ୍ଜିନ ବୋଲି ମତ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମ ଏକସଙ୍ଗେ ଭୁବନେଶ୍ବରର ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ଜୟଦେବ ଭବନ ଠାରେ ଆୟୋଜିତ ହୋଇଥିଲା। ସମସ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀମାନେ ଭିଡିଓ କନଫରେନସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ ଦ୍ଵାରା ମୋଟ ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନୂତନ ଭାବରେ ନିଯୁକ୍ତ ହୋଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ ଓ ଏହାର ଗ୍ରାମାଞ୍ଚଳରେ ୭୦ ପ୍ରତିଶତରୁ ଅଧିକ ଲୋକ ବିଭିନ୍ନ ଚାଷ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ମାଧ୍ୟମରେ ନିଜର ଆୟ ବୃଦ୍ଧି କରିପାରୁଛନ୍ତି। ରାଜ୍ୟ ସରକାର ଏହି କୃଷକଙ୍କ ଜୀବନକୁ ଅଧିକ ଆରାମଦାୟକ କରିବା, ରୋଜଗାର ବଢାଇବା ଏବଂ ସେମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ନିରନ୍ତର ଉଦ୍ୟମ ଜାରି ରଖିଛନ୍ତି। ସେଥିପାଇଁ ରାଜ୍ୟ ସରକାରଙ୍କ ଦ୍ଵାରା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରକୁ କୃଷକ, ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ଏବଂ ଉଦ୍ୟୋଗୀମାନଙ୍କ ପାଇଁ ଅଭିବୃଦ୍ଧିର ଏକ ଇଞ୍ଜିନ ଭାବରେ ଚିହ୍ନଟ କରାଯାଇଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରାମାଞ୍ଚଳରେ ଲୋକଙ୍କ ପ୍ରୋଟିନ କ୍ୟାଲୋରୀ ଆବଶ୍ୟକତା ପୂରଣ କରିବା, ପୁଷ୍ଟିସାଧନ ଓ ସର୍ବୋପରି ଖାଦ୍ୟ ସୁରକ୍ଷା ପାଇଁ ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରର ସ୍ବତନ୍ତ୍ର ଭୂମିକା ରହିଛି। ତେଣୁ ଏହି ବିଭାଗର ଅଧିକାରୀମାନେ ସେମାନଙ୍କ ଦାୟିତ୍ବ କେତେ ଗୁରୁତ୍ବପୂର୍ଣ୍ଣ ତାହା ଅନୁଭବ କରିବା ଉଚିତ ବୋଲି ସେ ମତ ଦେଇଥିଲେ।

୫-ଟି ଉପକ୍ରମ ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା, ଟିମ୍ ସ୍ପିରିଟ୍‌ରେ କାମ କରିବା ଓ ବୈଷୟିକ ଜ୍ଞାନର ପ୍ରୟୋଗ ଦ୍ବାରା ତୃଣମୂଳ ସ୍ତରରେ ପ୍ରକୃତ ପରିବର୍ତ୍ତନକୁ ସୁନିଶ୍ଚିତ କରିହେବ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ପାଇଁ ରାସ୍ତା ତିଆରି ହୋଇପାରିବ। ନବନିଯୁକ୍ତ କର୍ମଚାରୀମାନେ ସ୍ୱଚ୍ଛତା ବଜାୟ ରଖିବା ସହ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଥିଲେ।

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଆଜି ରାଜ୍ୟରେ ପ୍ରାଣୀଜ ଉତ୍ପାଦନ ବୃଦ୍ଧି ପାଇଛି। ଗତ ୨୦ ବର୍ଷ ମଧ୍ୟରେ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ୩ ଗୁଣ, ମାଂସ ଉତ୍ପାଦନ ୬ ଗୁଣ, ଅଣ୍ଡା ୩ ଗୁଣ ଓ ମାଛ ଉତ୍ପାଦନ ୪ ଗୁଣ ବୃଦ୍ଧି ପାଇଛି ବୋଲି ସେ କହିଥିଲେ। ଏହି ନୂତନ ନିଯୁକ୍ତି ରାଜ୍ୟରେ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ନିୟୋଜିତ ଚାଷୀଙ୍କ ଜୀବନରେ ଖୁସି ଏବଂ ପରିବର୍ତ୍ତନ ଆଣିପାରିବ ବୋଲି ସେ ଆଶାପ୍ରକାଶ କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ରାଜ୍ୟରେ ନିଯୁକ୍ତି କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି। ରାଜ୍ୟରେ ବିଭିନ୍ନ କମିଶନ ଓ ବିଭାଗ ଦ୍ବାରା ପ୍ରତି ମାସରେ ହଜାର ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ଦିଆଯାଉଛି ବୋଲି ସେ କହିଥିଲେ। ଆନୁସାଙ୍ଗିକ କ୍ଷେତ୍ରରେ ବିକାଶ ଯୋଗୁ ଗ୍ରାମାଞ୍ଚଳରେ ଅଧିକ ଆର୍ଥିକ ଅଭିବୃଦ୍ଧି ଘଟୁଛି ବୋଲି ସେ ମତ ଦେଇଥିଲେ।

କାର୍ଯ୍ୟକ୍ରମରେ ନବନିଯୁକ୍ତ କର୍ମଚାରୀ ଓ ଅଧିକାରୀ – ସହକାରୀ ପ୍ରାଣୀ ଚିକିତ୍ସକ ଡଃ ରିଷି ନନ୍ଦ, କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଶୁଭଶ୍ରୀ ସୌଭାଗ୍ୟଲକ୍ଷ୍ମୀ ବାରିକ ଓ ପ୍ରାଣୀଧନ ନିରୀକ୍ଷକ ସନ୍ତୋଷ କୁମାର ସାହୁ ପ୍ରମୁଖ ନିଯୁକ୍ତି ପ୍ରକ୍ରିୟାରେ ନିଜର ଅଭିଜ୍ଞତା ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବ ଯୁବସମାଜକୁ ଭରସା ଦେଇଛି ବୋଲି ପ୍ରକାଶ କରିଥିଲେ। ରାଜ୍ୟର ରୂପାନ୍ତରର ଯୁଗକୁ ଆହୁରି ତ୍ବରାନ୍ବିତ କରିବା ପାଇଁ ସେମାନେ ସ୍ବଚ୍ଛତାର ସହ ଉତ୍ସର୍ଗୀକୃତ ଭାବରେ କାମ କରିବେ ବୋଲି କହିଥିଲେ ।

ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କ ସହିତ ମତ ବିନିମୟ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରାମର୍ଶ ଦେଇ କହିଲେ ଯେ ସେମାନେ ଯେଭଳି ଏକ ସ୍ବଚ୍ଛ ପ୍ରକ୍ରିୟାରେ ନିଯୁକ୍ତି ପାଇ ନିଜର ଦକ୍ଷତାର ପରିଚୟ ଦେଇପାରିଛନ୍ତି, ସେହିଭଳି ଚାକିରୀ କ୍ଷେତ୍ରରେ ମଧ୍ୟ ସ୍ବଚ୍ଛତା ବଜାୟ ରଖି ରାଜ୍ୟବାସୀଙ୍କ ସେବା କରିବା ଜରୁରୀ।

ରାଜ୍ୟରେ ପ୍ରାଣୀଜ ସଂପଦ ବୃଦ୍ଧି କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ହୋଇଛି ଏବଂ ଚାଷୀମାନଙ୍କ ରୋଜଗାର ଦୁଇ ଗୁଣ ବୃଦ୍ଧି ପାଇଁ ପ୍ରାଣୀସଂପଦର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପ୍ରାଣୀ ଚିକିତ୍ସକ ପଦବୀକୁ ଗ୍ରୁପ-ବି ରୁ ଗ୍ରୁପ-ଏ କରିଛନ୍ତି। ଏକ୍ଷେତ୍ର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ଚାଷୀମାନଙ୍କ ରୋଜଗାର ୩ ଗୁଣ କରିବା ପାଇଁ ବିଭାଗର ସମସ୍ତ କର୍ମଚାରୀ ୫-ଟି ଉପକ୍ରମ ଅନୁସରଣ କରି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଏହି ଅବସରରେ କୃଷି ଉତ୍ପାଦନ କମିଶନର ଶ୍ରୀ ସଂଜୀବ ଚୋପ୍ରା ଉପସ୍ଥିତ ଥିଲେ। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଶାସନ ସଚିବ ଶ୍ରୀ ଏସ.କେ ବଶିଷ୍ଟ ସ୍ବାଗତ ଭାଷଣ ଦେଇଥିଲେ ଓ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ଗ୍ରାମୀଣ ପରିବାରକୁ ଜୀବିକା, ରୋଜଗାର, ପ୍ରୋଟିନ୍ ସପ୍ଲିମେଣ୍ଟେସନ୍ ଏବଂ ଖାଦ୍ୟ ନିରାପତ୍ତା ଯୋଗାଉଥିବାରୁ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ ଏବଂ ମତ୍ସ୍ୟ ବିଶେଷଜ୍ଞଙ୍କ ଭୂମିକା ଅପରିହାର୍ଯ୍ୟ ହୋଇପଡିଛି। ପ୍ରାଣୀ ସ୍ବାସ୍ଥ୍ୟସେବା ପରିଚାଳନା, ଗ୍ରାମାଞ୍ଚଳ ଲୋକମାନଙ୍କ ଜୀବିକା, ବିଶେଷକରି ମହିଳା ଏବଂ ଶିଶୁମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ସୁରକ୍ଷିତ କରିବା ପାଇଁ ପ୍ରାଣୀ ଚିକିତ୍ସକ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

କନିଷ୍ଠ ଯନ୍ତ୍ରୀମାନେ ରାଜ୍ୟରେ ମାଛ ଉତ୍ପାଦନ ବୃଦ୍ଧି ପାଇଁ ଭିତ୍ତିଭୂମି ନିର୍ମାଣରେ ସହଯୋଗ କରନ୍ତି। ପ୍ରାଣୀଧନ ନିରୀକ୍ଷକ ଓ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ମାନେ ତୃଣମୂଳ ସ୍ତରର ପ୍ରମୁଖ କର୍ମଚାରୀ ଯେଉଁମାନେ ଚାଷୀ ଏବଂ ସରକାରଙ୍କ ମଧ୍ୟରେ ଯୋଗସୂତ୍ର ସ୍ଥାପନ କରିଥାନ୍ତି। ସରକାରଙ୍କ ବିଭିନ୍ନ କାର୍ଯକ୍ରମ ଗୁଡିକର ସଫଳ ରୂପାୟନ ପାଇଁ ସେମାନେ କାର୍ଯ କରିଥାନ୍ତି।

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ

୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ, ୩ ମାସ ମଧ୍ୟରେ ଶିଳ୍ପାଞ୍ଚଳର ସମସ୍ତ ସମସ୍ୟା ସମାଧାନ ପାଇଁ ପରାମର୍ଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଛନ୍ତି ।

ଆଲୋଚନା ପରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା ଶିଳ୍ପାଞ୍ଚଳର ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନ ଏବଂ ସେମାନଙ୍କ ସଂଘର କର୍ମକର୍ତ୍ତାମାନେ ଆଲୋଚନାରେ ଭାଗ ନେଇଥିଲେ ।

ଏଥିରେ ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକ ଗୁଡିକର ପାର୍କିଂ ସମସ୍ୟା, ଶ୍ରମିକ ମାନଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ସବୁ ଇଣ୍ଡଷ୍ଟ୍ରିୟାଲ ଇଷ୍ଟେଟ ରେ ଦୁଇ ହଜାରରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲର ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

କୋଭିଡ ମହାମାରୀ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ସ୍ବତନ୍ତ୍ର ନୀତି ଆସିବ ବୋଲି ୫-ଟି ସଚିବ କହିଥିଲେ । ବୈଠକରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଆରୋପ କରାଯାଇଥିଲା ।

ଏହାପରେ ଶ୍ରୀ ପାଣ୍ଡିଆନ ଜୟମଙ୍ଗଳ ଶିଳ୍ପାଞ୍ଚଳ ମଧ୍ୟ ପରିଦର୍ଶନ କରିଥିଲେ। ସେଠାରେ ସେ କୋଭିଡ ମହାମାରୀ ସମୟରେ ଚାକିରୀ ଛାଡି ଥିବା ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟ ମାନଙ୍କ ସହିତ ଆଲୋଚନା କରିଥିଲେ । ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କର ଉଦ୍ୟମରେ ରାଜ୍ୟ ସରକାର ସଂପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ ।

୫-ଟି ସଚିବଙ୍କ ଏହି ଗସ୍ତରେ ଶିଳ୍ପଦ୍ୟୋଗୀମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସି ପ୍ରକାଶ ପାଇଥିଲା। ସେମାନଙ୍କର ଦୀର୍ଘ ବର୍ଷର ସମସ୍ୟାର ଆଜି ସମାଧାନ ହୋଇଛି ବୋଲି ସନ୍ତୋଷ ପ୍ରକାଶ କରି ସେମାନେ କହିଥିଲେ ଯେ ୪୦ ବର୍ଷର ସମସ୍ୟା ଆଜି ମାତ୍ର ୪୦ ମିନିଟ୍‌ରେ ସମାଧାନ ହୋଇପାରିଛି।

ଏହି ଆଲୋଚନାରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଓ ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।