Categories
ଆଞ୍ଚଳିକ

ବାଣପୁର ବାଇପାସରେ ସଡ଼କ ଦୁର୍ଘଟଣା: କାରକୁ ପଛପଟୁ ଧକ୍କା ଦେଲା ପିକ ଅପ ଗାଡି

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାଣପୁର ବାଇପାସରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡି ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି।

ସୂଚନା ମୁତାବକ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଆଗ ପଛ ହୋଇ ଏକ କାର ଏବଂ ପିକ ଅପ ଭ୍ୟାନ ଯାଉଥିବା ବେଳେ ବାଣପୁର ବାଇପାସ ଠାରେ କାର କୁ ପିକ ଅପ ଗାଡି ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ କାରରେ ଥିବା ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକ ସଙ୍ଗେସଙ୍ଗେ ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ମେଡିକାଲକୁ ସ୍ଥାନାନ୍ତରିତ କରିଥିବା ବେଳେ ଦୁର୍ଘଟଣା ଘଟାଇଥିବା ପିକ ଅପ ଭ୍ୟାନ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। କାରର ପଛ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଖବର ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି।