Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ପିପିଲି ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବଡ ନିଷ୍ପତି, ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ଭୁବନେଶ୍ବର, ପିପିଲି ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ନିଷ୍ପତି ଗ୍ରହଣ କରିଛନ୍ତି। ତାହା ହେଲା କରୋନା ପାଇଁ ଦଳ ତରଫରୁ କୌଣସି ରାଲି କରାଯିବ ନାହିଁ। ଏପରିକି ପ୍ରଚାର ସଭା କାର୍ଯ୍ୟ ମଧ୍ୟ କରାଯିବ ନାହିଁ। ବର୍ତ୍ତମାନ କରୋନାର ଦ୍ବିତୀୟ ଲହର ସାରା ଓଡିଶାରେ କାୟା ବିସ୍ତାର କରିବାରେ ଲାଗିଛି। ଏପରି ପରିସ୍ଥିତିରେ କର୍ମିମାନଙ୍କୁ ମରଣ ମୁହଁକୁ ଠେଲି ଦିଆଯିବ ନାହିଁ। ସେଥିପାଇଁ ବିଜେଡି ସୁପ୍ରିମୋ ଏହି ନିଷ୍ପତି ଗ୍ରହଣ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ଏହି ଘୋଷଣା କରିଛନ୍ତି।

ପିପିଲି ଉପନିର୍ବାଚନରେ ବିଜେଡି ତରଫରୁ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁତ୍ର ରୁଦ୍ର ପ୍ରସାଦ ମହାରଥୀ ନିର୍ବାଚନ ଲଢୁଛନ୍ତି। ତାଙ୍କ ପାଇଁ ନବୀନ ଭର୍ଚୁୟାଲ ପ୍ରଚାର ମଧ୍ୟ କରିସାରିଛନ୍ତି। ହେଲେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନାରେ ଦେହାନ୍ତ ଯୋଗୁଁ ନିର୍ବାଚନ ସ୍ଥଗିତ ରଖାଯାଇଥିଲା। ବର୍ତ୍ତମାନ ନୂଆ ନିଷ୍ପତି ଅନୁସାରେ ପିପିଲି ଉପନିର୍ବାଚନ ପାଇଁ ଆସନ୍ତା ମେ 13 ତାରିଖରେ ଭୋଟ ଗ୍ରହଣ ହେବ।

ସେହିପରି ଏହି ନିର୍ବାଚନରେ ବିଜେପିରୁ ଆଶ୍ରିତ ପଟ୍ଟନାୟକ ପ୍ରତିଦ୍ବନ୍ଦିତା କରୁଛନ୍ତି। କଂଗ୍ରେସ ପ୍ରାର୍ଥୀ ମୃତ୍ୟୁ ପରେ ବର୍ତ୍ତମାନ କାହାର ନାମ ଘୋଷଣା କରାଯାଇ ନାହିଁ। ତେବେ ବିଶେଷ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଅଜିତ ମଙ୍ଗରାଜଙ୍କ ପତ୍ନୀଙ୍କୁ ଟିକେଟ ଦେବା ପାଇଁ କଂଗ୍ରେସ ହାଇକମାଣ୍ଡ ନିକଟକୁ ସୁପାରିଶ କରିଛି।

ମୁଖ୍ୟମନ୍ତ୍ରୀଙ୍କ ଏପରି ନିଷ୍ପତିକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ଓଡିଶା ସଚେତନ ନାଗରିକ ଫୋରମ ତରଫରୁ ଏହି ନିଷ୍ପତିକୁ ସ୍ବାଗତ କରାଯାଇଛି। ଏହାର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ନବୀନଙ୍କ ଏପରି ନିଷ୍ପତିକୁ ପ୍ରଶଂସା କରିଛନ୍ତି। ସେହିପରି ସଂପାଦକ ଦିଲ୍ଲୀପ ହାଲି ମଧ୍ୟ ଏହି ପଦକ୍ଷେପକୁ ସ୍ବାଗତ କରିବା ସହିତ ଅନ୍ୟଦଳ ଏପରି ନିଷ୍ପତି ନେବା ଉଚିତ ବୋଲି କହିଛନ୍ତି।

ବିଜେଡି ସୁପ୍ରିମୋଙ୍କ ଏପରି ନିଷ୍ପତି ପରେ ବର୍ତ୍ତମାନ ବିଜେପି ମଧ୍ୟ ସେହିପରି ପଦକ୍ଷେପ ନେବ ବୋଲି ଚିନ୍ତା କରୁଥିବାର ଜଣାପଡିଛି। କଂଗ୍ରେସ ମଧ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ବଡ ରାଲି କରିବା ନାହିଁ ବୋଲି ପରୋକ୍ଷରେ ଜଣେ ନେତା ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପିପିଲି ଉପନିର୍ବାଚନ: ନିଜ ଦଳ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ପିପିଲି ଉପ ନିର୍ବାଚନ ପାଇଁ ମତଦାନ ହେବ। ଏଥିପାଇଁ ପ୍ରତ୍ୟେକ ରାଜନୈତିକ ଦଳର ବଡ ନେତାମାନଙ୍କର ପ୍ରଚାର ମୈଦାନକୁ ଓହ୍ଲାଇବା ଆରମ୍ଭ ହୋଇଯାଇଛି।

ତେବେ ବିଜେଡ଼ି ପାଇଁ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପିପିଲିରେ ପ୍ରଚାର କରିବେ ବୋଲି ଜଣାପଡିଛି। ପିପିଲିରେ ବିଜେଡ଼ି ପର୍ଯ୍ଯବେକ୍ଷକ ପ୍ରତାପ ଦେବ ଏନେଇ ସୂଚନା ଦେଇଛନ୍ତି। ପ୍ରତାପ ଦେବଙ୍କ ଘରେ ବସିଥିବା ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ପିପିଲି ଉପ-ନିର୍ବାଚନ: ୩୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେପି

ଭୁବନେଶ୍ବର: ପିପିଲି ଉପ-ନିର୍ବାଚନ ପାଇଁ ବିଜେପି ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ଏହି ଷ୍ଟାର ପ୍ରଚାରକମାନେ ପ୍ରଚାର କରିବେ।

ଏହି ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ବିଜେପି ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ, ରାଜ୍ୟ ସଭାପତି ସମୀର ମହାନ୍ତି, ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ, ସାଂସଦ ଜୁଏଲ ଓରାମ, ସାଂସଦ ବସନ୍ତ ପଣ୍ଡା, ରାଷ୍ଟ୍ରୀୟ ପ୍ରବକ୍ତା ତଥା ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର, ବିଜୟ ପାଲ୍ ସିଂହ ତୋମାର, ବିଶେଶ୍ୱର ଟୁଡୁ, ବିରୋଧୀ ଦଳର ନେତା ପ୍ରଦୀପ୍ତ ନାଏକ, କେ ଭି ସିଂହ ଦେଓ, ବିଜେପି ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବିଜୟ ମହାପାତ୍ର, ବିଷ୍ଣୁ ଚରଣ ସେଠୀ, ଜୟନାରାୟଣ ମିଶ୍ର, ସୁରମା ପାଢୀ, ଖାରବେଳ ସ୍ୱାଇଁ, ଅଶ୍ୱିନୀ ବୈଷ୍ଣବ, ପ୍ରକାଶ ମିଶ୍ର, ମାନସ ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଶ୍ରୀତମ ଦାସ, ହରିହର ମହାପାତ୍ର, ପିଙ୍କି ପ୍ରଧାନ ଓ ଅନୁ ଚୌଧୁରୀଙ୍କୁ ବିଜେପି ନିଜର ପିପିଲି ଉପ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଭାବେ ଘୋଷଣା କରିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

Pipili ByeElection ପାଇଁ ବିଜେଡି ଟିକେଟ ଗ୍ରହଣ କଲେ ରୁଦ୍ର ପ୍ରସାଦ ମହାରଥୀ

ଭୁବନେଶ୍ବର, ଆଜି ନବୀନ ନିବାସରେ ବିଜେଡି ଟିକେଟ ଗ୍ରହଣ କରିଛନ୍ତି ପ୍ରାର୍ଥୀ ରୁଦ୍ରପ୍ରସାଦ ମହାରଥୀ। ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁତ୍ର ରୁଦ୍ରଙ୍କୁ ବିଜେଡି ଟିକେଟ ଦେବ ବୋଲି ଘୋଷଣା କରିଥିଲା। ସେହି ଅନୁସାରେ ସେ ଆଜି ନବୀନ ନିବାସ ଆସି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ ଗ୍ରହଣ କରିଛନ୍ତି।

ଆସନ୍ତା 30 ତାରିଖ ମଙ୍ଗଳବାରରେ ରୁଦ୍ର ପ୍ରାର୍ଥୀ ପତ୍ର ଦାଖଲ କରିବେ। ସେହିଦିନ ଦେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏପ୍ରିଲ 17 ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ବର୍ତ୍ତମାନ ଏହି ଉପ ନିର୍ବାଚନ ପାଇଁ ବିଜେପି ଏବଂ ବିଜେଡି ତାହାର ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତି ନେଇପାରି ନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ପିପିଲି ଉପ-ନିର୍ବାଚନ: ଆଶ୍ରିତ ପଟ୍ଟନାୟକ ହେଲେ ବିଜେପିର ବିଧାୟକ ପ୍ରାର୍ଥୀ

ଭୁବନେଶ୍ଵର: ପିପିଲି ଉପ-ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ମନୋନୀତ କରାଯାଇଛି। ଆଶ୍ରିତ ପଟ୍ଟନାୟକଙ୍କୁ ପିପିଲି ଉପ-ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ୨୦୧୯ ନିର୍ବାଚନରେ ମଧ୍ୟ ବିଜେପି ତରଫରୁ ବିଧାୟକ ପ୍ରାର୍ଥୀ ହୋଇଥିଲେ। ସେ ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ବିରୋଧରେ ବିଜେପି ପକ୍ଷରୁ ନିର୍ବାଚନ ଲଢିଥିଲେ।

ତେବେ ବିଜେପି ପ୍ରଥମ ଦଳ ଭାବେ ପିପିଲି ଉପ-ନିର୍ବାଚନ ପାଇଁ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ହେଲେ ବିଜେଡ଼ି ଏବଂ କଂଗ୍ରେସ ପକ୍ଷରୁ ଏଯାଏଁ ପ୍ରାର୍ଥୀ ଚୟନ ହୋଇନାହିଁ। ବିଜେଡ଼ି ତରଫରୁ ମହାରଥୀ ପରିବାରରୁ ପ୍ରାର୍ଥୀ ହେବେ ନା ଅନ୍ୟ କାହାକୁ ଟିକେଟ ମିଳିବ। ତାହା ଏବେ ଦେଖିବା ବାକି ରହିଲା।