Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ

ଏଣିକି ବର୍ଷକୁ 70 ହଜାର କୋଟି ଟଙ୍କାର ମେକ୍ ଇନ୍ ଇଣ୍ଡିଆ ସାମଗ୍ରୀ କିଣିବ ବୋଲି ରେଳ ବିଭାଗର ନିଷ୍ପତି

ନୂଆଦିଲ୍ଲୀ, ରେଳବାଇ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ଉତ୍ପାଦିତ ହେଉଥିବା ସାମଗ୍ରୀକୁ ରେଳବାଇ ପ୍ରୋତ୍ସାହିତ କରିବା ଏବଂ ସେସବୁ ସାମଗ୍ରୀ କିଣିବା ନେଇ ଥିବା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ଅବସରରେ ଶ୍ରୀ ଗୋଏଲ ସଂପୃକ୍ତ ଉଦ୍ୟୋଗଗୁଡିକ ମଧ୍ୟରେ ବିଶ୍ୱାସ ସୃଷ୍ଟି ସହିତ ଦୁର୍ନୀତିମୁକ୍ତ ତଥା ସ୍ୱଚ୍ଛ ଉପାୟରେ ରେଳବାଇ ସେମାନଙ୍କଠାରୁ ସାମଗ୍ରୀ କିଣିବା ଉପରେ ଜୋର୍‌ ଦେଇଛନ୍ତି ।

ଏହି ଅବସରରେ ମେକ୍‌ ଇନ୍‌ ଇଣ୍ଡିଆ ଦ୍ୱାରା ଉତ୍ପାଦିତ କେଉଁ କେଉଁ ସାମଗ୍ରୀ ରେଳବାଇ କିଣିପାରିବ ଏବଂ ଏ ଦିଗରେ କି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ତାହାର ସେ ସମୀକ୍ଷା କରିଥିଲେ । ରେଳବାଇ ସାମଗ୍ରୀ କ୍ରୟ ବ୍ୟବସ୍ଥାରେ ସ୍ଥାନୀୟ ଭେଣ୍ଡରମାନଙ୍କୁ ସାମିଲ କରିବା ଉପରେ ମଧ୍ୟ ସେ ଗୁରୁତ୍ୱ ଦେଇଥିଲେ । ସାମଗ୍ରୀ କ୍ରୟ ନିୟମରେ ସ୍ଥାନୀୟ ସାମଗ୍ରୀ କିଣିବା ପାଇଁ ଏକ ଧାରା ରଖିବା ନିଷ୍ପତ୍ତି ନିଆଯାଇଛି । ଏଥିରେ ସ୍ଥାନୀୟ ଭେଣ୍ଡର ଓ ଯୋଗାଣକାରୀଙ୍କୁ ନିଲାମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ । ଏହାଫଳରେ ଆତ୍ମନିର୍ଭର ଭାରତ ଅଭିଯାନର ଲକ୍ଷ୍ୟ ସଫଳ ହୋଇପାରିବ ବୋଲି ସେ କହିଛନ୍ତି । ନୀତି ନିୟମରେ ଉପଯୁକ୍ତ ସଂଶୋଧନ କରିବା ପାଇଁ ଏହି ଅବସରରେ ମନ୍ତ୍ରୀ ଡିପିଆଇଆଇଟିର ସକ୍ରିୟ ସହଯୋଗ ଲୋଡିଛନ୍ତି ।

ସମୀକ୍ଷା ଅବସରରେ ରେଳବାଇ ସାମଗ୍ରୀ କ୍ରୟ କ୍ଷେତ୍ରରେ ମେକ୍‌ ଇନ୍‌ ଇଣ୍ଡିଆ ଦ୍ୱାରା ଦେଶରେ ଉତ୍ପାଦିତ ସାମଗ୍ରୀ ଏବଂ ଏଥିରେ ସ୍ଥାନୀୟ ଯୋଗାଣକାରୀ ଓ ଭେଣ୍ଡରଙ୍କୁ ସଂପୃକ୍ତ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା । କ୍ରୟ ସମ୍ବନ୍ଧୀୟ ବିଭିନ୍ନ ବିଷୟ ଭେଣ୍ଡରମାନଙ୍କୁ ଅବଗତ କରାଇବା ପାଇଁ ଏକ ହେଲ୍ପଲାଇନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏହାଛଡା ବାରମ୍ବାର ପଚରା ଯାଉଥିବା ପ୍ରଶ୍ନର ଉତ୍ତର ଦେବାକୁ ଏକ ସ୍ୱତନ୍ତ୍ର ବିଭାଗ ଖୋଲିବାକୁ ମଧ୍ୟ ମତପ୍ରକାଶ ପାଇଛି ।

ଏହି ସମୀକ୍ଷା ବୈଠକରେ ରେଳବାଇ ବୋର୍ଡର ସାମଗ୍ରୀ ପରିଚାଳନା ବିଭାଗର ସଦସ୍ୟ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ । ସରକାରୀ ଇ-ମାର୍କେଟ ବ୍ୟବସ୍ଥାରେ ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ପ୍ରସ୍ତୁତ ଭାରତୀୟ ସାମଗ୍ରୀ କ୍ରୟ କରିବାପାଇଁ ଯେଉଁସବୁ ପଦକ୍ଷେପ ଗ୍ରହଣ କରାଯାଇଛି ସେ ବିଷୟରେ ସେ ଅବଗତ କରିଥିଲେ । ଏହି ସମୀକ୍ଷା ବୈଠକରେ ରେଳବାଇ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସୁରେଶ ଅଙ୍ଗାଡ଼ି, ରେଳବାଇ ବୋର୍ଡର ସମସ୍ତ ସଦସ୍ୟ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ/ଜିଇଏମ୍‌, ଡିପିଆଇଆଇଟି ଏବଂ ବାଣିଜ୍ୟ ମନ୍ତ୍ରଣାଳୟର ପ୍ରତିନିଧିମାନେ ଯୋଗ ଦେଇଥିଲେ ।

ରେଳବାଇ ସାମଗ୍ରୀ କ୍ରୟ ବ୍ୟବସ୍ଥାରେ ଅଧିକରୁ ଅଧିକ ଭାରତୀୟ ସେବା ପ୍ରଦାନକାରୀ ଓ ଦ୍ରବ୍ୟ ଉତ୍ପାଦକମାନଙ୍କୁ ସାମିଲ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଏମାନଙ୍କୁ ସରକାରୀ ଇ-ମାର୍କେଟ ସହ ଯୋଡି ଅଭିନବ ଉପାୟରେ କିପରି ସେମାନଙ୍କଠାରୁ ସାମଗ୍ରୀ ଓ ସେବା ସହଜରେ କିଣିହେବ ତାହାର ଏକ ରଣନୀତି ପ୍ରସ୍ତୁତ କରିବାକୁ ମତପ୍ରକାଶ ପାଇଥିଲା । ରେଳବାଇ ମନ୍ତ୍ରୀ ଶ୍ରୀ ଗୋଏଲ କହିଥିଲେ ଯେ ରେଳ ମନ୍ତ୍ରଣାଳୟ ବର୍ଷକୁ ପ୍ରାୟ 70 ହଜାର କୋଟି ଟଙ୍କାର ସାମଗ୍ରୀ ଓ ସେବା କିଣୁଥିବାରୁ ଏହାକୁ ସରକାରୀ ଇ-ମାର୍କେଟ ପ୍ଲାଟଫର୍ମ ମାଧ୍ୟମରେ ବ୍ୟାପକ କରି ଦେଶର କୋଣ ଅନୁକୋଣରେ ଥିବା ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗରୁ ସାମଗ୍ରୀ କିଣିବାକୁ ରେଳବାଇ ନିଶ୍ଚିତ କରିବ ।

ରେଳବାଇ ଭାରତ ସରକାରଙ୍କର ଅନ୍ୟତମ ସର୍ବବୃହତ୍‌ ସାମଗ୍ରୀ କ୍ରୟକାରୀ ସଂସ୍ଥା । ଏହା ନିଜର କ୍ରୟ ବ୍ୟବସ୍ଥାକୁ ସରକାରୀ ଇ-ମାର୍କେଟ ପ୍ଲାଟଫର୍ମ ସହ ସଂଯୁକ୍ତ କରୁଛି । ଏହି ପ୍ଲାଟଫର୍ମର ସଂପୂର୍ଣ୍ଣ ଉପଯୋଗ କରି ଦେଶରେ ଉତ୍ପାଦିତ ହେଉଥିବା ସାମଗ୍ରୀ ଓ ସେବାକୁ ନିଜର ଆବଶ୍ୟକତା ଅନୁସାରେ କିଣିବା ପାଇଁ ରେଳବାଇ ଉଦ୍ୟମ ଜାରି ରଖିଛି । ଏହି ସାମଗ୍ରୀ କ୍ରୟ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ ଓ ନିରବଚ୍ଛିନ୍ନ କରିବା ପାଇଁ ଆଇଆରଇପିଏସ୍‌ ଓ ଇ-ମାର୍କେଟ ବ୍ୟବସ୍ଥାକୁ ଇ-ବ୍ୟବସ୍ଥା ମଧ୍ୟରେ ସମନ୍ୱୟ ରଖିବା ଉପରେ ଗୁରୁତ୍ୱ ଦିଆଯାଉଛି ।

ବୈଠକ ଅବସରରେ ରେଳବାଇର କ୍ରୟ ବ୍ୟବସ୍ଥାକୁ ଦୁର୍ନୀତିମୁକ୍ତ ଏବଂ ସ୍ୱଚ୍ଛ କରିବାର ଉପାୟ ବାହାର କରିବା ଘେନି ଆଲୋଚନା ହୋଇଥିଲା । ଏଥିରେ ରେଳବାଇ ସହିତ ଡିପିଆଇଆଇଟି ଏବଂ ସରକାରୀ ଇ-ମାର୍କେଟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ଏହି 3 ବ୍ୟବସ୍ଥା ମଧ୍ୟରେ ସମନ୍ୱୟ ରକ୍ଷା କରିବା ଜରୁରି ବୋଲି ମତପ୍ରକାଶ ପାଇଥିଲା । ଏହାଛଡା ସ୍ଥାନୀୟ ଭେଣ୍ଡରମାନଙ୍କୁ କ୍ରୟ ବ୍ୟବସ୍ଥାରେ ସଂପୃକ୍ତ କରିବାକୁ ସ୍ଥାନୀୟ ଶିଳ୍ପସଂସ୍ଥାଗୁଡିକ ସହ ମଧ୍ୟ ସଂପର୍କ ରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା ।

ଏହି ସମୀକ୍ଷା ବୈଠକ ଅବସରରେ ଭେଣ୍ଡରମାନଙ୍କ ପାଇଁ ଏକ ସରଳ ଓ ଉପଯୋଗୀ ୱେବ ଇଣ୍ଟରଫେସ୍‌ ବ୍ୟବସ୍ଥା ତିଆରି କରିବାକୁ ନିଷ୍ପତ୍ତି ନିଆଯାଇଛି । ଭାରତୀୟ ରେଳବାଇ ଏହା ତିଆରି କରିବ । ଏଥିରେ ରେଳବାଇ କିଣିବାକୁ ଥିବା ସାମଗ୍ରୀ, ସେବା ଏବଂ ଅନ୍ୟାନ୍ୟ ତଥ୍ୟ ସ୍ପଷ୍ଟଭାବେ ଉଲ୍ଲେଖ ରହିବ । ଏହି ତଥ୍ୟ ଆଧାରରେ ସ୍ଥାନୀୟ ଭେଣ୍ଡରମାନେ ରେଳବାଇକୁ ସ୍ଥାନୀୟ ଉତ୍ପାଦ ଓ ସେବା ସହଜରେ ଯୋଗାଇପାରିବେ ।

Categories
ଆଜିର ଖବର ବିଶେଷ ଖବର

କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ନିମନ୍ତେ ପୂର୍ବତଟ ରେଳପଥ ପକ୍ଷରୁ ସ୍ଵତନ୍ତ୍ର ବ୍ୟବସ୍ଥା

ସମୀକ୍ଷାବ୍ୟୁରୋ

ଭୁବନେଶ୍ୱର: ପୂର୍ବତଟ ରେଳପଥ କରୋନା ଭୂତାଣୁ (କୋଭିନ୍‌-୧୯) ସଂକ୍ରମଣକୁ ରୋକିବା ନିମନ୍ତେ ତାହାର ସମସ୍ତ କଳକବ୍‌ଜା ଓ ଶକ୍ତି ବିନିଯୋଗ କରି ବ୍ୟାପକ ବ୍ୟବସ୍ଥା କରିଛି। ରେଳବାଇର ମହାପ୍ରବନ୍ଧକ ବିଦ୍ୟାଭୂଷଣ ରେଳବାଇ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ମଣ୍ଡଳ ରେଳ ପ୍ରବନ୍ଧକମାନଙ୍କୁ ଏହି ଭୂତାଣୁ ସଂକ୍ରମଣରୁ ରକ୍ଷା କରିବା ନିମନ୍ତେ ସମସ୍ତ ରେଳପଥରେ ପର୍ଯ୍ୟାପ୍ତ ପ୍ରତିଷେଧକ ବ୍ୟବସ୍ଥା ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟକାରିତାକୁ ନିୟମିତ ଭାବେ ଯାଞ୍ଚ କରିବା ସହ ଆବଶ୍ୟକୀୟ ବ୍ୟାପକ ପଦକ୍ଷେପ ଗ୍ରହଣ କରି ସଂକ୍ରମଣକୁ ରେଳ ପରିସରରେ ରୋକିବାକୁ ସମସ୍ତ ଉଦ୍ୟମ କରିବା ପାଇଁ ବିଦ୍ୟାଭୂଷଣ ପରାମର୍ଶ ଦେଇଛନ୍ତି। ଏହି ରେଳପଥର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ନିୟନ୍ତ୍ରଣ କକ୍ଷ ଖୋଲିବା ସହ ହେଲପ୍‌ଲାଇନ୍ ନମ୍ବର ମଧ୍ୟ ପ୍ରଦାନ କରାଯାଇଛି। ଏହାସହିତ କର୍ମଚାରୀମାନଙ୍କୁ ସୂକ୍ଷ୍ମାନୁଭୂତି ସଂପନ୍ନ ଓ ଶିକ୍ଷିତ କରାଯାଉଛି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷମାନଙ୍କ ସହ ସହଯୋଗିତା ଓ ସଂଯୋଗ ରଖାଯାଇଛି।

ପୂର୍ବ ତଟ ରେଳପଥ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଗୁଡ଼ିକ ମଧ୍ୟରେ :-

* ନିୟନ୍ତ୍ରଣ କକ୍ଷ ଏବଂ ଟେଲିଫୋନ୍ ହେଲ୍ପଲାଇନ୍ ବୁଥ୍ ପୂର୍ବ ତଟ ରେଳପଥର ପରିସୀମା ଭିତରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନମାନଙ୍କରେ ଖୋଲା ଯାଇଛି ଏବଂ ଏହା ଉପରେ କର୍ମଚାରୀମାନଙ୍କୁ ସୂକ୍ଷ୍ମାନୁଭବୀ ଏବଂ ଶିକ୍ଷିତ କରାଯାଇଛି।

* ରେଳ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକୁ ଏହି ଆହ୍ୱାନକୁ ସମ୍ମୁଖୀନ ହେବାକୁ ସଂପୂର୍ଣ୍ଣଭାବେ ପ୍ରସ୍ତୁତ କରାଯାଇଛି।

* ରେଳ ଷ୍ଟେସନ ଏବଂ ଟ୍ରେନ୍ ଗୁଡ଼ିକରେ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ ହୋଇଛି।

* ବିଭିନ୍ନ ଟ୍ରେନ୍‌, ଷ୍ଟେସନ, ଷ୍ଟେସନ ପରିସର, ରେଳ କଲୋନୀ, କାର୍ଯ୍ୟାଳୟ ଓ ସ୍ୱାସ୍ଥ୍ୟକେନ୍ଦ୍ରମାନଙ୍କରେ ଜନସାଧାରଣ ଓ ରେଳ ଯାତ୍ରୀମାନଙ୍କୁ ସଚେତନ ଓ ଶିକ୍ଷିତ କରିବା ନିମନ୍ତେ ସ୍ଥାନୀୟ ଭାଷାରେ ପୋଷ୍ଟର ଓ ବ୍ୟାନରମାନ ଲଗାଯାଇଛି ଏବଂ ପ୍ରଚାରପତ୍ରଗୁଡ଼ିକ ବଣ୍ଟା ଯାଉଛି। ସ୍ଥାନୀୟ ଭାଷାରେ ଅଡ଼ିଓ ଭିଜୁଆଲ୍ ମାଧ୍ୟମରେ ବିଭିନ୍ନ ରେଳ ଷ୍ଟେସନ୍‌ଗୁଡ଼ିକରେ ପ୍ରଚାର କରାଯାଉଛି ଏବଂ ଷ୍ଟେସନମାନଙ୍କରେ ଥିବା ପବ୍ଲିକ ଆଡ୍ରେସ୍ ପଦ୍ଧତିରେ ଏହି ଅଡ଼ିଓ ପ୍ରତିଷେଧକ ସଚେତନତା ବାର୍ତ୍ତା ଘୋଷଣା କରାଯାଉଛି।

  • * ରେଲୱେ ହସ୍‌ପିଟାଲ୍‌ରେ ଯେଉଁ କର୍ମଚାରୀମାନଙ୍କୁ ଜ୍ୱର ହୋଇଛି, ସେମାନଙ୍କୁ ଅଲଗା କରାଯାଇଛି। ଜ୍ୱର କେଶ୍ ଗୁଡ଼ିକ ପାଇଁ ସ୍ୱତନ୍ତ୍ର କାଉଣ୍ଟର ବା ୱାର୍ଡ଼ ବ୍ୟବସ୍ଥା କରାଯାଉଛି। ସମସ୍ତ ପ୍ରକାର ପ୍ରତିଷେଧକ ବ୍ୟବସ୍ଥା ସହ ମେଡ଼ିକାଲ କର୍ମଚାରୀମାନଙ୍କୁ ବିଭିନ୍ନ ସ୍ଥାନରେ ନିଯୁକ୍ତ କରାଯାଇଛି।
  • * ସନ୍ଦିଗ୍ଧ କରୋନା ଭୂତାଣୁ କେଶ୍ ନିମନ୍ତେ ଜ୍ୱର ସମ୍ବନ୍ଧୀୟ କେଶ୍ ଗୁଡ଼ିକୁ ଚିିକିତ୍ସା ନିମନ୍ତେ ରେଳବାଇ ହସ୍‌ପିଟାଲ୍‌ରେ ପୃଥକ୍ ବେଡ଼୍ ପ୍ରଦାନ କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସଂଗରୋଧ ନିମନ୍ତେ ରେଲୱେ ସ୍ୱତନ୍ତ୍ର ବେଡ଼୍ ଚିହ୍ନିତ କରିଛି।
  • * ମେଡ଼ିକାଲ୍ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି ଯେ, ସେମାନେ ଯେଉଁଠି/ଯେଉଁଠାରେ କରୋନା ଭାଇରସ୍ ରୋଗୀ ସନ୍ଦେହ କଲେ କି ନଜରରେ ଆସିଲେ ସଂଗେ ସଂଗେ ସ୍ଥାନୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କୁ ତୁରନ୍ତ ଜଣାଇବେ। ସମସ୍ତ ରେଲୱେ ମେଡିକାଲ୍ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନେ ରାଜ୍ୟ କର୍ତ୍ତୃପକ୍ଷ ସହିତ ଯୋଗାଯୋଗରେ ରହି କରୋନା ଉପରେ ତଥ୍ୟ ନେବା ସହ ବିଭିନ୍ନ ନିର୍ଦ୍ଦେଶନାମା ସଂଗ୍ରହ କରି ତୁରନ୍ତ ପ୍ରତିଷେଧକ ବ୍ୟବସ୍ଥା କରିବେ।
  • * ରେଲୱେ ପରିସରରେ ପୃଥକ୍‌/ସଂଗରୋଧ କେନ୍ଦ୍ର ବେଡ଼୍‌ଗୁଡ଼ିକ ପ୍ରଶାସନ ସହ ପରାମର୍ଶ କରି ବ୍ୟବହାର କରାଯାଇପାରିବ।
  • * ରେଳ କର୍ମଚାରୀ ଓ ରେଳ ଉପଭୋକ୍ତାମାନଙ୍କୁ ସଚେତନ ଓ ଶିକ୍ଷିତ କରିବା ନିମନ୍ତେ ରେଲୱେ ସେଟେଲ୍‌ମେଣ୍ଟରେ ସ୍ୱାସ୍ଥ୍ୟ ଶିକ୍ଷା ଅଭିଯାନ ଆରମ୍ଭ ହୋଇଛି।
  • * ପ୍ରତିଷେଧକ ବ୍ୟବସ୍ଥା ଉପରେ ସ୍ୱାସ୍ଥ୍ୟ ଯତ୍ନ କର୍ମଚାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି।
  • * ସନ୍ଦିଗ୍ଧ କୋଭିନ୍‌-୧୧ କେଶ୍‌ଗୁଡ଼ିକୁ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ପୂର୍ବ ତଟ ରେଳପଥ କେନ୍ଦ୍ରିୟ ହସ୍‌ପିଟାଲ୍‌, ସମ୍ବଲପୁର, ବିଶାଖାପାଟଣା ଓ ଖୋର୍ଦ୍ଧାରୋଡ଼୍ ରେଳମଣ୍ଡଳରେ ମଣ୍ଡଳ ହସ୍‌ପିଟାଲ୍ ଗୁଡ଼ିକରେ ୧୦ଟି ବେଡ଼୍ ପୃଥକ୍ ଭାବେ ଔଷଧ ଓ ଜୀବନ ବଞ୍ଚେଇବା ଯନ୍ତ୍ରପାତି ସହ ବ୍ୟବସ୍ଥା କରାଯାଇଛି।