Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେପି ଛାଡି ବିଜେଡିରେ ମିଶିଲେ ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ କର୍ମି

ଭୁବନେଶ୍ୱର: ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ନରେଶ ଚନ୍ଦ୍ର ମହାନ୍ତିଙ୍କ ସହ ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ଶ୍ରୀ ନରେଶ ଚନ୍ଦ୍ର ମହାନ୍ତି ଓ ସମସ୍ତ ବିଜେପି କର୍ମୀଙ୍କୁ ଡଃ ପାତ୍ର ଓ ଶ୍ରୀ ବଳବନ୍ତରାୟ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡଃ ପାତ୍ର ଓ ଶ୍ରୀବଳବନ୍ତରାୟ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି ନେତା ନରେଶ ଚନ୍ଦ୍ର ମହାନ୍ତି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ଆଜି ହେଉଛି ମୋର ଘରବାହୁଡ଼ା। ପୂର୍ବରୁ ମୁଁ ବିଜେଡ଼ିରେ ଥିଲି, ପୁନର୍ବାର ଆଜି ଦଳରେ ଯୋଗ ଦେଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲିା

ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।
ଏହି ମିଶ୍ରଣ ପର୍ବରେ ରଶ୍ମୀ ରଞ୍ଜନ ମହାନ୍ତି, ନଟବର ସାହୁ, ସୁରେନ୍ଦ୍ର ନାୟକ, ମୀନ କେତନ ମଲ୍ଲିକ, ଭରତ ମଲ୍ଲିକ, ପ୍ରମୋଦ ସାମଲ, ସ୍ମୃତି ରଞ୍ଜନ ମହାନ୍ତି, ମାନଗୋବିନ୍ଦ ମଲ୍ଲିକ, ନିରଞ୍ଜନ ସାହୁ, ପ୍ରତାପ ବେହେରା, ହରେକୃଷ୍ଣ ସାହୁ, ଶ୍ରୀକାନ୍ତ ପରିଡ଼ା, ବିଜୟ ବେହେରା, ତ୍ରିନାଥ ପରିଡ଼ା, ରମେଶବେହେରା, ପଦ୍ମନାଭବରାଳ, ଲକ୍ଷ୍ମୀଧର ବରାଳ ପ୍ରମୁଖ

ସେହିପରି ଗୋବିନ୍ଦ ବାରିକ, ଗିରିଧାରୀବାରିକ, ଗୌରାଙ୍ଗ ଦାସ, ସିଲୁ ଦାସ, ବୁଲୁ ଦାସ, ସଞ୍ଜୟକୁମାର ପଣ୍ଡା, ଅଜୟ ରଣା, ଦୁର୍ଯ୍ୟୋଧନ ଦଳେଇ, ବଳରାମ ଦଳେଇ, ପ୍ରହଲ୍ଲାଦ ସାହୁ, ଜଗବନ୍ଧୁ ସାହୁ, ଉପେନ୍ଦ୍ର ସାହୁ, ଶେଷଦେବ ମଲ୍ଲିକ, ବାବୁଲିମଲ୍ଲିକ, ନନ୍ଦ କୁମାରମଲ୍ଲିକ, କୈଳାସ ମଲ୍ଲିକ, ରାକେଶସାହୁ, ବାଇଧର ମଲ୍ଲିକ, ରାମଚନ୍ଦ୍ର ମଲ୍ଲିକ, ଶତୃଘ୍ନ ବେହେରା, ସଞ୍ଜୟ ବାରିକ, ରମାକାନ୍ତ ସାହୁ, ସୁବାସ ପରିଡ଼ା, ଗୋପାଳ ସାହୁ ସଦାନନ୍ଦ ପଣ୍ଡା, ରଜତ ଦଳେଇ, ସୁଧାକର ରଣା, ବୃନ୍ଦାବନ ଦଳେଇ, ଘନଶ୍ୟାମ ବେହେରା, ବନମାଳୀ ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲୋ ଶେଷରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Categories
ବିଶେଷ ଖବର ରାଜ୍ୟ ଖବର

ଦରଦାମ ବୃଦ୍ଧି ନେଇ କେନ୍ଦ୍ର ବିରୁଦ୍ଧରେ ଛାତ୍ର ଯୁବ ବିଜେଡିର ବିକ୍ଷୋଭ, ହଜାର ହଜାର କର୍ମିଙ୍କ ଯୋଗଦାନ

ଭୁବନେଶ୍ୱର : ଇନ୍ଧନ ମୂଲ୍ୟ ବୃଦ୍ଧି, ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ବେକାରୀ ସଂଖ୍ୟା ବୃଦ୍ଧିକୁ ବିରୋଧ କରି ବିଜେଡିର ଛାମୁଆ ସଂଗଠନଗୁଡିକ ଆଜି ରାଜଧାନୀରେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବଡ ଧରଣର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେନ୍ଦ୍ର ସରକାରଙ୍କ ଦରଦାମ ବୃଦ୍ଧି ଯୋଗୁଁ ଗରିବ ଓଡିଶାର ଲୋକେ କିଭଳି କଲବଲ ହେଉଛନ୍ତି ଛାତ୍ର ଓ ଯୁବ ବିଜେଡି ସମେତ ଦଳର ଅନ୍ୟ ଶାଖାର କର୍ମକର୍ତ୍ତାମାନେ ତାହା ଗୋଟି ଗୋଟି କରି ବଖାଣିଛନ୍ତି ।

ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ, ଯୁବ ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତରାୟ ଏବଂ ଛାତ୍ର ବିଜେଡି ସଭାପତି ଦେବୀ ରଂଜନ ତ୍ରିପାଠୀଙ୍କ ନେତୃତ୍ୱରେ ବିଜେଡିର ଏକ ବିଶାଳ ବାଇକ୍ ରାଲି ଦଳୀୟ କାର୍ଯ୍ୟାଳୟରୁ ବାହାରିଥିଲା ।

ଏହା ସହିତ ହଜାର ହଜାର କର୍ମକର୍ତ୍ତା ପଦଯାତ୍ରାରେ ବାହାରିଥିଲେ । ଏହି ବିଶାଳ ପ୍ରତିବାଦ ରାଲି ଦଳୀୟ କାର୍ଯ୍ୟାଳୟରୁ ବାହାରି ରାଜଭବନ ଓ ପାୱାରହାଉସ ଦେଇ ପ୍ରଦର୍ଶନ ସ୍ଥଳରେ ପହଞ୍ଚିଥିଲେ । ଏହି ପଦଯାତ୍ରାରେ ଦଳର କାର୍ଯ୍ୟକର୍ତ୍ତାମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ଲୋଗାନ ମାନ ଦେଇଥିଲେ ।

କେନ୍ଦ୍ର ସରକାର ଅନେକ ମିଥ୍ୟା ପ୍ରତିଶ୍ରୁତି ଦେଇ ଲୋକଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି । ଇନ୍ଧନ ଏବଂ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଯୁବକମାନଙ୍କ ମଧ୍ୟରେ ବେକାରୀ ବୃଦ୍ଧି ସାଧାରଣ ଲୋକଙ୍କ ଦୁଃଖକୁ ଆହୁରି ବଢାଇ ଦେଇଛି ବୋଲି ବିଜେଡି ବିଧାୟିକା ସ୍ନେହାଙ୍ଗିନି ଛୁରିଆ କହିଛନ୍ତି ।

କେନ୍ଦ୍ର ସରକାର ଇନ୍ଧନ ଏବଂ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ହ୍ରାସ କରିବା ଉଚିତ । ନଚେତ ଆଗାମୀ ଦିନରେ ବିଜେଡି ବିରୋଧ ପ୍ରଦର୍ଶନକୁ ଆହୁରି ଜୋରଦାର କରିବ ବୋଲି ସେ ଚେତାବନୀ ଦେଇଛନ୍ତି ।

Categories
ବିଶେଷ ଖବର ରାଜ୍ୟ ଖବର

ରନ୍ଧନ ଗ୍ୟାସ୍ ଦର ହ୍ରାସ ନ କଲେ କେନ୍ଦ୍ର ସରକାର ବିରୋଧରେ ଆନ୍ଦୋଳନ ଜୋରଦାର କରିବ ବିଜେଡିି

ଭୁବନେଶ୍ୱର : ଆସନ୍ତା ୩୦ ତାରିଖ ସୁଦ୍ଧା ଗ୍ୟାସ ଦର ନକମିଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ। ଆଜି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଦାବୀ କରିଛି ବିଜେଡି। ରନ୍ଧନ ଗ୍ୟାସର ଦରବୃଦ୍ଧିର ପ୍ରତିବାଦ କରି ବିଜୁ ଜନତା ଦଳ ପକ୍ଷରୁ ଗତ ୨୨. ୨୩ ଓ ୨୪ ତାରିଖରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଥିଲା।  ତାହା ବେଶ୍ ସଫଳ ହୋଇଥିଲା ବୋଲି ବିଜେଡିର ତିନି ବିଧାୟକ ବ୍ୟୋମକେଶ ରାୟ, ପ୍ରଣବ ବଳବନ୍ତରାୟ ଓ ଦେବୀ ରଞ୍ଜନ ତ୍ରିପାଠୀ କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ତିନି ବିଧାୟକ କହିଛନ୍ତି ଯେ ବିଶ୍ୱର କୌଣସି ଦେଶରେ କେବେବି ରନ୍ଧନ ଗ୍ୟାସ୍ ଦର ଏତେ ଦ୍ରୁତ ଗତିରେ ଏତେ ପରିମାଣରେ ବଢି ନାହିଁ । ୨୦୧୪ରେ ଯେତେବେଳେ ଏହି ବିଜେପି ସରକାର କେନ୍ଦ୍ରରେ କ୍ଷମତାକୁ ଆସିଲେ ସେତେବେଳେ ଗ୍ୟାସ ସିଲିଣ୍ଡରର ଦର ଥିଲା ୪୧୪ ଟଙ୍କା । ଗତ ୭ ବର୍ଷ ଭିତରେ ଦର ଦୁଇଗୁଣରୁ ଅଧିକ ବଢି ୯୩୦ ଟଙ୍କା ଛୁଇଁଲାଣି । କରୋନା ଭଳି ମହାମାରୀ ସଂକଟ ବେଳେ ପ୍ରତି ମାସରେ ୨୫, ୫୦, ୭୫ ଟଙ୍କା ପର୍ଯ୍ୟନ୍ତ ବଢାଯାଇ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ମାଡ଼ କରାଯାଉଛି ।

ରନ୍ଧନ ଗ୍ୟାସର ଏଭଳି ଅହେତୁକ ଦରବୃଦ୍ଧି କରି କେନ୍ଦ୍ର ସରକାର ଗରିବ ଓ ମଧ୍ୟବିତ୍ତଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇ ସାରିଲେଣି । ଲୋକେ ତ୍ରାହି ତ୍ରାହି ଡାକିଲେଣି ଓ ଏହାର ପ୍ରତିବାଦରେ ବିଜୁ ଜନତା ଦଳର ଡାକରାରେ ରାସ୍ତାକୁ ଓହ୍ଲାଇଲେଣି । ମାତ୍ର କେନ୍ଦ୍ର ସରକାରଙ୍କ ନିଦ ଭାଙ୍ଗୁ ନାହିଁ  ବୋଲି ବିଜେଡି କହିଛି।

ଓଲଟା ବିଜେପିର ରାଜ୍ୟ ନେତୃବୃନ୍ଦ ସରକାରକୁ ବଞ୍ଚାଇବା ଲାଗି ମିଛର ସାହାରା ନେଉଛନ୍ତି ଏବଂ ଉଦ୍ଭଟ ଓ ହାସ୍ୟାସ୍ପଦ ଯୁକ୍ତି ବାଢୁଛନ୍ତି । ଲୋକଙ୍କୁ ଭୁଆଁ ବୁଲାଇବାକୁ ଯାଇ କହୁଛନ୍ତି, ଅନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ରନ୍ଧନ ଗ୍ୟାସ୍ ଦର ବଢୁଛି । ମାତ୍ର ବାସ୍ତବତା ହେଲା; ୨୦୧୪ରେ ଆନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସର ଦର ୬ ଡଲାର/ ବିଟିୟୁ (ବ୍ରିଟିଶ୍ ଥର୍ମାଲ ୟୁନିଟ୍‌) ଥିଲାବେଳେ ଏବେ ତାହା ୫.୮ ଡଲାରକୁ କମିଯାଇଛି ।

ଠିକ୍ ସେମିତି ୨୦୧୪ରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ୍ ପିଛା ୮୬ ଡଲାର ଥିଲାବେଳେ ଏବେ ଏହା ୭୮ ଡଲାର ରହିଛି । ଉଭୟ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ଦର ଯଥାକ୍ରମେ ୧୫ ଓ ୧୦ ପ୍ରତିଶତ କମିଥିଲାବେଳେ ରନ୍ଧନ ଗ୍ୟାସ୍ ଦର ୧୨୩ % ବଢିବାର ଯଥାର୍ଥତା କେଉଁଠି ବୋଲି ବିଜେଡିର ତିନି ନେତା ପ୍ରଶ୍ନ କରିଛନ୍ତି ।

ଅନୁରୂପ ଭାବେ ଉଜ୍ଜ୍ୱଳା ଯୋଜନା ସଂପର୍କରେ ମଧ୍ୟ କେନ୍ଦ୍ର ସରକାର ଲୋକଙ୍କୁ ମିଛ ସଫଳତାର କାହାଣୀ ଶୁଣାଇ ଚାଲିଛନ୍ତି । ଏହି ଯୋଜନାକୁ ବହୁ ଆଡ଼ମ୍ବରରେ ଆରମ୍ଭ କଲାବେଳେ ସରକାର କେତେ ସ୍ୱପ୍ନ ଦେଖାଇଥିଲେ । ଗରିବ ଓ ଅବହେଳିତ ବର୍ଗର ମହିଳାଙ୍କୁ ଆଉ ଚୁଲିମୁଣ୍ଡକୁ ଯାଇ ଧୂଆଁରେ ରୋଷେଇ କରିବାକୁ ପଡ଼ିବ ନାହିଁ ବୋଲି କହିଥଲେ ।

ମାତ୍ର ଗ୍ୟାସର ଦରବୃଦ୍ଧି ଯୋଗୁଁ ଉଜ୍ଜ୍ୱଳା ଯୋଜନାର ଅଧିକାଂଶ ହିତାଧିକାରୀ ମହିଳା ସିଲିଣ୍ଡରରେ ଗ୍ୟାସ୍ ଭର୍ତ୍ତି କରି ନପାରି ପୁଣି ଚୁଲିମୁଣ୍ଡକୁ ଫେରି ଯାଇଛନ୍ତି । ଏ ସବୁ ପ୍ରତିଶ୍ରୁତି ଯେ ଫମ୍ପା ଥିଲା, ତାହା ସେମାନେ ବୁଝି ସାରିଲେଣି । ତେଣୁ ଦଳମତ ର୍ନିବିଶେଷରେ ମହିଳାମାନେ ବି ହଜାର ହଜାର ସଂଖ୍ୟାରେ ରାସ୍ତାକୁ ଓହ୍ଲାଇଛନ୍ତି । ଆଗାମୀ ଦିନରେ ମହିଳାମାନେ ଏହାର ଉଚିତ ଜବାବ ଦେବେ ବୋଲି ବିଜେଡି କହିଛି।